Posted inଜାତୀୟ

କୋରେଗାଁଓ-ଭୀମା ହିଂସା ମାମଲା: ନଭଲଖାଙ୍କୁ ଅନ୍ତରୀଣ ସୁରକ୍ଷା

ନୂଆଦିଲ୍ଲୀ,୫ା୧୦(ପି.ଟି.): କୋରେଗାଁଓ- ଭୀମା ହିଂସା ମାମଲାରେ ନାଗରିକ ଅଧିକାର କର୍ମୀ ଗୌତମ ନଭଲଖାଙ୍କୁ ଗିରଫଦାରିରୁ ୧୫ ପର୍ଯ୍ୟନ୍ତ ସୁରକ୍ଷା ମିଳିଛି। ସୁପ୍ରିମକୋର୍ଟ ଶୁକ୍ରବାର ତାଙ୍କ ଅନ୍ତରୀଣ ସୁରକ୍ଷା ସମୟସୀମାକୁ ଅକ୍ଟୋବର ୧୫ ପର୍ଯ୍ୟନ୍ତ ବଢ଼ାଇଦେଇଛନ୍ତି। ଗୌତମଙ୍କ ବିରୋଧରେ ତଦନ୍ତରୁ ମିଳିଥିବା ତଥ୍ୟ ପ୍ରମାଣ ଦାଖଲ କରିବା ଲାଗି ସୁପ୍ରିମକୋର୍ଟ ମହାରାଷ୍ଟ୍ର ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଗୌତମଙ୍କ ବିରୋଧରେ ଦାଏର ଏତଲା ଖାରଜ କରିବା ଆବେଦନକୁ ହାଇକୋର୍ଟ ମନା କରିଦେବା ପରେ ସେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ମାମଲାର ପରବର୍ତ୍ତୀ ଶୁଣାଣି ଅକ୍ଟୋବର ୧୫କୁ ଧାର୍ଯ୍ୟ କରାଯାଇଛି। ୨୦୧୭ କୋରେଗାଁଓ-ଭୀମା ହିଂସା ମାମଲା ଓ ଏଥିସହ ମାଓବାଦୀଙ୍କ ସମ୍ପୃକ୍ତି ଅଭିଯୋଗରେ ଗୌତମଙ୍କ ବିରୋଧରେ ମାମଲା ରୁଜୁ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରେଷ୍ଟୁରାଣ୍ଟରେ ଘରୋଇ ଏଲ୍‌ପିଜି ସିଲିଣ୍ଡର: ମାଡିବସିଲା…

ନୂଆପଡ଼ା,୧୨ା୪ (ମକାରୁ ବେମାଲ): ନୂଆପଡ଼ା ଜିଲା ଖରିଆର ରୋଡ୍‌ସ୍ଥିତ ପାଳ ରେଷ୍ଟୁରାଣ୍ଟରେ ଘରୋଇ ଏଲ୍‌ପିଜି ସିଲିଣ୍ଡରକୁ ବାଣିଜି୍ୟକ ଉଦ୍ଦେଶ୍ୟରେ ବ୍ୟବହାର କରାଯାଉଥିବା ଅଭିଯୋଗ ପରେ ଯୋଗାଣ ବିଭାଗର…

‘ପାକିସ୍ତାନ ହିଁ ଏମିତି କରିପାରେ’; ଇସଲାମାବାଦରେ ଆମେରିକା-ଇରାନ ବାର୍ତ୍ତାକୁ ନେଇ…

ନୂଆଦିଲ୍ଲୀ,୧୨।୪: ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତାକୁ ନେଇ କଂଗ୍ରେସ ସାଂସଦ ଶଶି ଥରୁର ବଡ଼ ବୟାନ ଦେଇଛନ୍ତି। ପାକିସ୍ତାନ…

ଭବିଷ୍ୟତ ଗଠନ ପାଇଁ ଛାତ୍ରୀଛାତ୍ରଙ୍କୁ ଆହ୍ବାନ ଦେଲେ ଅଧ୍ୟକ୍ଷ

ଭଞ୍ଜନଗର,୧୨।୪(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଉଦ୍ଭିଦ ବିଜ୍ଞାନ ବିଭାଗ ପକ୍ଷରୁ ଯୁକ୍ତ ୩ ଶେଷ ବର୍ଷର ଛାତ୍ରୀଛାତ୍ରଙ୍କୁ ଶନିବାର ବିଦାୟ ସମ୍ବର୍ଦ୍ଧନା…

ବୋଲେରୋ ଧକ୍କାରେ ବାଇକ୍‌ ଚାଳକଙ୍କ ମୃତ୍ୟୁ,୨୦ ଘଣ୍ଟା ହେଲା ହୋଇପାରିନି ମୃତଦେହ ବ୍ୟବଚ୍ଛେଦ

ଦାରିଙ୍ଗବାଡ଼ି,୧୨ା୪(ଅରୁଣ ସାହୁ): ବୋଲେରୋ ଧକ୍କାରେ ବାଇକ୍‌ଚାଳକଙ୍କ ମୃତ୍ୟୁ ଘଟଣାର ଇତିମଧ୍ୟରେ ପ୍ରାୟ ୨୦ ଘଣ୍ଟା ବିତିଯାଇଥିଲେ ମଧ୍ୟ କୌଣସି ମାମଲା ରୁଜୁ ହୋଇ ନ ଥିବା ଓ…

Dharitri Business Eminence Award 2026: ଶିକ୍ଷା ବ୍ୟବସାୟ ନୁହେଁ, ଭବିଷ୍ୟତ ଗଢ଼ିବାର ମାଧ୍ୟମ

ଶିକ୍ଷା ଶିଳ୍ପରେ ଜଣେ ଆଗଧାଡ଼ିର ଉଦ୍ୟୋଗୀ ଭାବେ ସୋମଦତ୍ତ ବେହୁରା ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ଭୁବନେଶ୍ୱରସ୍ଥିତ କେ.ଟି. ଗ୍ଲୋବାଲ୍‌ ସ୍କୁଲର ପ୍ରତିଷ୍ଠାତା ସୋମଦତ୍ତ ବେହୁରା…

ଚାଇନାକୁ ଧମକ ଦେଲେ ଟ୍ରମ୍ପ, ଏମିତି କଲେ ଭୋଗିବ ପରିଣାମ: ସାରା ବିଶ୍ୱ ହଲଚଲ

ଓ୍ବାଶିଂଟନ୍‌,୧୨।୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହର ଅସ୍ତ୍ରବିରତି ଘୋଷଣାର କିଛି ଦିନ ପରେ ଉଭୟ ଦେଶର ପ୍ରତିନିଧି ଦଳ ପାକିସ୍ତାନରେ ମୁହାଁମୁହିଁ ଆଲୋଚନା କରିଥିଲେ।…

ପାରାଦୀପ, କପିଳଯୋରରେ ମାଛ ମଡକ:  ପଚାମାଛ ଗନ୍ଧରେ ସହର…

ପାରାଦୀପ ୧୨।୪(ଶରତ ରାଉତ): ବନ୍ଦର ସହର ପାରାଦୀପ ମଧ୍ୟସ୍ଥଳରେ ଥିବା କପିଳଯୋରରେ ରବିବାର ମାଛ ମଡକ ହୋଇଛି। ସହରର ବଡପଡିଆ ପରିବା ମାର୍କେଟଠାରୁ ଜଗନ୍ନାଥ ମନ୍ଦିର ପର୍ଯ୍ୟନ୍ତ…

ସଇତାନ ସାଜିଲେ ମା’: ୨ ଶିଶୁଙ୍କୁ ପନିକିରେ ହାଣିବା ପରେ ନିଜେ…

ଝାରସୁଗୁଡା, ୧୨।୪(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ବିମାନ ବନ୍ଦର ଥାନା ଓରାମପଡାଠାରେ ଶନିବାର ବିଳମ୍ବିତ ରାତ୍ରିରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଏଠାରେ ଜଣେ ମା’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri