କୋର୍ଟରୁ ମାମଲା ଉଠାଇବାକୁ ଧମକ: ଜଣେ ଗିରଫ

ହିଞ୍ଜିଳିକାଟୁ,୧୫ା୬(ଡ଼ି.ଏନ୍‌.ଏ.)-କୋର୍ଟରୁ ଏକ ମାମଲା ଉଠାଇବା ପାଇଁ ଧମକ ଦେବା ଅଭିଯୋଗରେ ଶୁକ୍ରବାର ହିଞ୍ଜିଳି ପୋଲିସ ଶିକିରି ଗ୍ରାମର ଜଣଙ୍କୁ ଗିରଫ କରିଛି। ସେ ହେଲେ ପ୍ରୀତିସୁନ୍ଦର ପ୍ରଧାନ। ତାଙ୍କୁ କୋର୍ଟ ଚାଲାଣ କରାଯାଇଛି। ଏ ନେଇ ଥାନାରେ ନଂ. ୧୩୮/୧୯ ରେ ଏକ ମାମଲା ରୁଜୁ ହୋଇଛି। ହିଞ୍ଜିଳି ଥାନା ରାଳବ ଗ୍ରାମର ବନିତା କୁମାରୀ ବରଡଙ୍କୁ ପ୍ରୀତିସୁନ୍ଦର ଫୁଲବାଣୀର ଏକ ନୋଟାରୀଙ୍କ ସମ୍ମୁଖରେ ୨୦୧୬ରେ ବିବାହ କରିଥିଲେ। ହେଲେ ପ୍ରୀତିସୁନ୍ଦର ନିଜ ଘରକୁ ବନିତାଙ୍କୁ ନେଉ ନ ଼ଥିଲେ। ଏପରିକି ବାପଘରୁ ଯୌତୁକ ଟଙ୍କା ଆଣିବାକୁ ବନିତାଙ୍କୁ ବାଧ୍ୟ କରିଥିଲେ। ଏଥିନେଇ ବନିତାଙ୍କ ଅଭିଯୋଗ କ୍ରମେ ହିଞ୍ଜିଳି ଥାନାରେ ପୂର୍ବରୁ ୧୧୯/୧୮ରେ ମାମଲା ରୁଜୁ ହୋଇଥିଲା। ପ୍ରୀତି ସୁନ୍ଦରଙ୍କୁ ପୋଲିସ ଗିରଫ କରିଥିଲା। ଉକ୍ତ ମାମଲାର ବିଚାର କୋର୍ଟରେ ଚାଲିଥିବା ବେଳେ ତାହାକୁ ଉଠାଇବାକୁ ପ୍ରୀତି ସୁନ୍ଦର ଫୋନ ଓ ମେସେଜରେ ବହୁବାର ବନିତାଙ୍କୁ ଧମକ ଦେଉଥିଲେ। ଏପରିକି ତାଙ୍କୁ ହତ୍ୟା ଧମକ ମଧ୍ୟ ଦେଉଥିଲେ। ଗୁରୁବାର ବନିତା ଏ ନେଇ ପୋଲିସରେ ଅଭିଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ନିଜ ମାତୃଭାଷା ଯେତେ ଆଗକୁ ଯିବ ସେ ଅଞ୍ଚଳ ସେତେ ଆଗକୁ ବଢ଼ିବ’

ଭଞ୍ଜନଗର,୧୧ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଓଡ଼ିଆ ପକ୍ଷ ଅବସରରେ ଶନିବାର ଭଞ୍ଜ ସାହିତ୍ୟ ଉପରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ…

୩ ଘଣ୍ଟା କହି ୭ ଘଣ୍ଟା କାଟିଲେଣି: ବିଦ୍ୟୁତ ସେବା ନ ପାଇ ଲୋକେ ହଟହଟା

ଭଞ୍ଜନଗର,୧୧।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଟା ପାୱାର ପକ୍ଷରୁ ଶନିବାର ବିଦ୍ୟୁତ ମରାମତି ପାଇଁ ସକାଳ ୮ ଟା ରୁ ପୁର୍ବାହ୍ନ ୧୧ ଟା ପର୍ଯ୍ୟନ୍ତ…

ମା’ ଦଣ୍ଡକାଳୀଙ୍କ ଯାତ୍ରା: ମହୁରୀ, ଢୋଲ ଶବ୍ଦରେ ପ୍ରକମ୍ପିତ ହେଲା ସହର

ଗଞ୍ଜାମ,୧୧।୪(ବିଦ୍ୟାଧର ସାହୁ ) : ଆଉ ଚାରି ଦିନ ପରେ ମା’ ଦଣ୍ଡ କାଳୀଙ୍କ ଯାତ୍ରା ସମାପନ ହେବ । ଆସନ୍ତା ମେରୁ ଯାତ୍ରା ପରେ ନିଜ…

ଭାଜପା ରାଜ୍ୟ କାର୍ଯ୍ୟକାରିଣୀ କମିଟି ସଦସ୍ୟ ଭାବେ ମନୋନୀତ ହେଲେ ବିପିନ,ସମର୍ଥକଙ୍କ ମଧ୍ୟରେ…

ଦିଗପହଣ୍ଡି,୧୦|୪(ଅଶେଷ ନାଥ ମିଶ୍ର): ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ଶୁକ୍ରବାର  ଦିଗପହଣ୍ଡି ବ୍ଳକର ପୂର୍ବତନ ଅଧ୍ୟକ୍ଷ ତଥା  ୨୬ ନଂ…

ପୁରୀ ରଥଯାତ୍ରା: ଘୋଗଡରୁ ଟ୍ରକ ଯୋଗେ ପୁରୀ ଗଲା ରଥକାଠ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ)-ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ ଆବଶ୍ୟକ ହେଉଥିବା ରଥ କାଠ ରାଜ୍ୟର ବିଭିନ୍ନ ଜଙ୍ଗଲରୁ ଯାଉଛି। ବିଗତ କିଛି ବର୍ଷ ହେବ ଗଞ୍ଜାମ ଜିଲା…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ହୁମ୍ମା ଫାଣ୍ଡି ଅଧିକାରୀ ଭାବେ ଦାୟିତ୍ୱ ଗ୍ରହଣ କଲେ ବିନାୟକ ଦାସ: ଟ୍ରାଫିକ-ଆଇନ ଶୃଙ୍ଖଳାକୁ ପ୍ରାଥମିକତା

ଗଞ୍ଜାମ,୧୦।୪(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ଅଧୀନସ୍ଥ ହୁମ୍ମା ଫାଣ୍ଡିର ନୂତନ ଫାଣ୍ଡି ଅଧିକାରୀ ଭାବେ ବିନାୟକ ଦାସ ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ପୂର୍ବରୁ…

ଭାଲିଡେସନ ଆକ୍ଟକୁ ନେଇ ପେନସନଭୋଗୀଙ୍କ ମନରେ ଭୟ: ବିରୋଧ କଲେ ଅବସରପ୍ରାପ୍ତ କର୍ମଚାରୀ ସଂଘ

ଦିଗପହଣ୍ଡି,୧୦।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ପକ୍ଷରୁ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି। ଆୟୋଜିତ ସଭାରେ ଦିଗପହଣ୍ଡି ଅବସରପ୍ରାପ୍ତ କର୍ମଚାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri