Posted inଜାତୀୟ

କୋର୍ଟରେ ପଡ଼ିରହିଛି ସାଢ଼େ ୪୪ ଲକ୍ଷରୁ ଅଧିକ ମାମଲା: ବିଚାରପତିଙ୍କ ଅବସର ବୟସ ସୀମା ବଢ଼ାଇବାକୁ ମୋଦିଙ୍କୁ ଗୋଗୋଇଙ୍କ ପରାମର୍ଶ

ନୂଆଦିଲ୍ଲୀ, ୨୨।୬: ଦେଶର ବିଭିନ୍ନ କୋର୍ଟରେ ସାଢ଼େ ୪୪ ଲକ୍ଷରୁ ଅଧିକ ମାମଲାର ବିଚାର ନ ହୋଇ ପଡ଼ିରହିଛି। ତେବେ ଏହାର ସମାଧାନ ପାଇଁ ସୁପ୍ରିମ୍‌କୋର୍ଟ ପ୍ରଧାନ ବିଚାରପତି ରଞ୍ଜନ ଗୋଗୋଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖି ପରାମର୍ଶ ଦେଇଛନ୍ତି। ଅଧିକ ସଂଖ୍ୟକ ବିଚାରପତି ନିଯୁକ୍ତି ସହିତ ହାଇକୋର୍ଟ ବିଚାରପତିଙ୍କ ଅବସର ବୟସ ସୀମା ବୃଦ୍ଧି ପାଇଁ ଚିଠିରେ ଉଲ୍ଲେଖ କରାଯାଇଛି। ମାତ୍ର ଏଥିପାଇଁ ସମ୍ବିଧାନ ସଂଶୋଧନର ଆବଶ୍ୟକତା ରହିଛି। ସମ୍ବିଧାନରେ ସୁପ୍ରିମ୍‌କୋର୍ଟ ପାଇଁ ୩୧ଜଣ ବିଚାରପ୍ରତିଙ୍କ ନିଯୁକ୍ତିକୁ ସ୍ବୀକୃତି ଦିଆଯାଇଛି। ସେହିପରି ହାଇକୋର୍ଟ ବିଚାରପତିଙ୍କ ଅବସର ବୟସ ସୀମା ୬୨ ରହିଛି। ଏହାକୁ ୬୫କୁ ବଢ଼ାଇବା ପାଇଁ ଗୋଗୋଇ ପରାମର୍ଶ ଦେଇଛନ୍ତି। ଏଥିପାଇଁ ମଧ୍ୟ ସମ୍ବିଧାନ ସଂଶୋଧନର ଆବଶ୍ୟକତା ରହିଛି। ସମ୍ପ୍ରତି ଦେଶର ବିଭିନ୍ନ ହାଇକୋର୍ଟରେ ୪୪ ଲକ୍ଷରୁ ଅଧିକ ମାମଲା ବିଚାର ନ ହୋଇ ପଡ଼ି ରହିଛି। ସେହିପରି ସୁପ୍ରମ୍‌କୋର୍ଟରେ ୫୮ ହଜାର ୭ଶହ ମାମଲାର ବିଚାର ହୋଇପାରୁନି। ସୁପ୍ରିମ୍‌କୋର୍ଟରେ ୨୬ଟି ମାମଲାର ବିଚାର ୨୫ ବର୍ଷ ଧରି ଜାରି ରହିଛି। ସେହିପରି ଶହେରୁ ଅଧିକ ମାମଲାର ବିଚାର ୨୦ ବର୍ଷ ଧରି ଚାଲିଛି। ପ୍ରାୟ ୬ଶହ ମାମଲାର ବିଚାର ୧୫ ବର୍ଷ ଧରି ଜାରି ରହିଛି। ଅପରପକ୍ଷରେ ୪ ହଜାର ୯ ଶହ ୮୦ ମାମଲାର ବିଚାର ଗତ ୧୦ ବର୍ଷ ଧରି ଚାଲିଥିବା ଗୋଗୋଇ ସୂଚିତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?