କୋର୍ଟ କାର୍ଯ୍ୟ ତଦାରଖ କଲେ ହାଇକୋର୍ଟ ବିଚାରପତି

ଫୁଲବାଣୀ ଅଫିସ, ୧୯ା୧-ଓଡିଶା ହାଇକୋର୍ଟ ବିଚାରପତି ବିଶ୍ୱନାଥ ରଥ ଶନିବାର ଫୁଲବାଣୀ କୋର୍ଟ କାର୍ଯ୍ୟ ତଦାରଖ କରିଛନ୍ତି। ଏଥିସହ ନୂଆ କୋର୍ଟ ପାଇଁ ବିଶିପଡାଠାରେ ଚିହ୍ନଟ ହୋଇଥିବା ପ୍ରସ୍ତାବିତ ସ୍ଥାନ ବୁଲି ଦେଖିଛନ୍ତି। ଶୁକ୍ରବାର ରାତି ପ୍ରାୟ ସାଢ଼େ ୯ଟାବେଳେ ବିଚାରପତି ଆସି ଫୁଲବାଣୀସ୍ଥିତ ସର୍କିଟ ହାଉସରେ ପହଞ୍ଚତ୍ଥିଲେ। ଜିଲାଜଜ୍‌ ଶାରଦା ପ୍ରସାଦ ନାୟକ୍‌, ଫ୍ୟାମିଲି ଜଜ୍‌ ନିରଞ୍ଜନ ପଣ୍ଡା, ଭିଜିଲାନ୍ସ ଜଜ୍‌ ସତ୍ୟପୀର ମିଶ୍ର, ଜିଲା ଆଇନଜୀବୀ ସଂଘ କର୍ମକର୍ତ୍ତା ଯୋଗଦେଇ ସ୍ବାଗତ କରିଥିଲେ। ବାର ଆସୋସିଏଶନ ସମ୍ପାଦକ ମନୋଜ ପଟ୍ଟନାୟକ ସ୍ବାଗତ ଭାଷଣ ଦେବାପରେ ବିଚାରପତିଙ୍କୁ ସମ୍ବର୍ଦ୍ଧିତ କରା ଯାଇଥିଲା। ଏହି ଅବସରରେ ଜିଲା କୋର୍ଟରେ କର୍ମଚାରୀଙ୍କ ସଂଖ୍ୟା କମ୍‌ ଥିବାରୁ ପୂରଣ ପାଇଁ ବିଚାରପତିଙ୍କ ଦୃଷ୍ଟି ଆକର୍ଷଣ କରା ଯାଇଥିଲା। ଆଇନଜୀବୀ ବିଜୟକୃଷ୍ଣ ପଟ୍ଟନାୟକ ଧନ୍ୟବାଦ ଦେଇଥିଲେ। କୋର୍ଟ କାର୍ଯ୍ୟ ତଦାରଖ ପାଇଁ ୧୦ ଦିନ ହେବ ହାଇକୋର୍ଟ କର୍ମଚାରୀ ଆସି ବିଭିନ୍ନ ରେକର୍ଡ ଯାଞ୍ଚ କରିଥିଲେ। ବିଚାରପତିଙ୍କ ସହ ରେଜିଷ୍ଟ୍ରାର ପ୍ରତାପ କୁମାର ପାତ୍ର ଏହି କାର୍ଯ୍ୟରେ ସାମିଲ ଥିଲେ। ସୂଚନାଯୋଗ୍ୟ ବିଶିପଡାରେ ନୂତନ କୋର୍ଟ ନିର୍ମାଣ ପାଇଁ ସ୍ଥାନ ଚିହ୍ନଟ କରାଯାଇଥିବାରୁ ଆଇନଜୀବୀ ଏବଂ ବୁଦ୍ଧିଜୀବୀମାନଙ୍କ ମଧ୍ୟରେ ଅସନ୍ତୋଷ ସୃଷ୍ଟି ହୋଇଛି। ପୌର ପରିଷଦ ଅଞ୍ଚଳରେ କିମ୍ବା କୋର୍ଟ ନିକଟବର୍ତ୍ତୀ କେଉଁଠି ସ୍ଥାନ ନିରୁପଣ କରି ନୂତନ କୋର୍ଟ ନିର୍ମାଣ ପାଇଁ ସେମାନେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଞ୍ଜାରୀ ଘାଟିରେ ପୁଣି ଓଲଟିଲା ଏଲ୍‌ପିଜି ଗ୍ୟାସ୍‌ ଟ୍ୟାଙ୍କର

ଲାଞ୍ଜିଗଡ଼, ୨୮ା୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡାକୁ ସଂଯୋଗ କରୁଥିବା ନର୍ଲା ଥାନା ଅନ୍ତର୍ଗତ ୬ ନମ୍ବର ରାଜ୍ୟ ରାଜପଥର କିଡିଙ୍ଗ-ଛତିକୁଡ଼ା ରାସ୍ତାର ବଞ୍ଜାରୀ…

ହାଇଦ୍ରାବାଦରେ ଓଡ଼ିଆ ଦାଦନ ଶ୍ରମିକ ନିଖୋଜ

କୋକସରା,୨୮ା୮ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ) କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ବଡ଼ପୋଡ଼ାଗୁଡ଼ା ପଞ୍ଚାୟତ ଭାଲିଆଯୋର ଗ୍ରାମର ଜୟସିଂ ଧଙ୍ଗଡାମାଝୀ (୪୫) ପେଟପାଟଣା ପାଇଁ…

PoKରେ ବଡ଼ ନାଟକ: ନିର୍ବାଚନ ହାରିଥିବା ନେତା ହେଲେ ନୂଆ PM! ନୱାଜଙ୍କ ଏକଚାଟିଆ ନିଷ୍ପତ୍ତିକୁ ନେଇ ହଙ୍ଗାମା

ଇସଲାମାବାଦ,୨୮।୮: ପାକିସ୍ତାନ ଅଧିକୃତ କାଶ୍ମୀର (PoK) ସାଧାରଣ ନିର୍ବାଚନ ପରେ ଏବେ ପ୍ରଧାନମନ୍ତ୍ରୀ ପଦକୁ ନେଇ ପାକିସ୍ତାନ ମୁସଲିମ୍ ଲିଗ୍-ନୱାଜ (PML-N) ଭିତରେ ଗୃହଯୁଦ୍ଧ ଓ ନାଟକୀୟ…

ଅଙ୍ଗନୱାଡ଼ି କର୍ମୀଙ୍କ ଅନଶନ ପ୍ରତ୍ୟାହୃତ

ଗୁଣପୁର, ୨୮/୮ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକ୍‌ର ଅଲ୍ ଓଡ଼ିଶା ଅଙ୍ଗନୱାଡ଼ି ଲେଡିସ୍ ୱାର୍କର୍ସ ଆସୋସିଏଶନ୍ ପକ୍ଷରୁ ଦୀର୍ଘଦିନର ବିଭିନ୍ନ ଦାବି ନେଇ ପ୍ରଶାସନକୁ…

ଭାଜପା ମହିଳା ମୋର୍ଚ୍ଚାର ରକ୍ଷାବନ୍ଧନ

ହାଟଡିହୀ, ୨୮/୮ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ର ଅନ୍ତର୍ଗତ ହାଟଡିହୀ ଭାଜପା କାର୍ଯ୍ୟାଳୟ ପରିସରରେ ଭାଜପା ମହିଳା ମୋର୍ଚ୍ଚା ପକ୍ଷରୁ ରକ୍ଷାବନ୍ଧନ ଉତ୍ସବ…

ରାଜ୍ୟଗୋଷ୍ଠୀ କ୍ରୀଡ଼ା ପାଇଁ ପ୍ରସ୍ତୁତି: ଅମିତ ଶାହାଙ୍କ ବଡ଼ ବୈଠକ

ଅହମଦାବାଦ,୨୮ା୮: ଭାରତରେ ୨୦୩୦ ରାଜ୍ୟଗୋଷ୍ଠୀ କ୍ରୀଡ଼ା ପାଇଁ ପ୍ରସ୍ତୁତି ଏବଂ ଦେଶର ୨୦୩୬ ଅଲିମ୍ପିକ ବିଡ୍‌ ସମ୍ପର୍କରେ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା…

ଅଷ୍ଟ୍ରେଲିଆରେ ଅନାୟା ବାଙ୍ଗରଙ୍କୁ ମହିଳା କ୍ରିକେଟ୍ ଖେଳିବାକୁ ଅନୁମତି: ଅସନ୍ତୋଷ ପ୍ରକାଶ କଲେ…

ନୂଆଦିଲ୍ଲୀ,୨୮।୮: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଅଲରାଉଣ୍ଡର ଓ କୋଚ୍ ସଞ୍ଜୟ ବାଙ୍ଗରଙ୍କ ଟ୍ରାନ୍ସଜେଣ୍ଡର ଝିଅ ଅନାୟା ବାଙ୍ଗରଙ୍କୁ ନେଇ କ୍ରିକେଟ୍ ଜଗତରେ ଏକ ନୂଆ ବିବାଦ…

ଅନଲାଇନରେ ଠକେଇ ହେବାମାତ୍ରେ ଶୀଘ୍ର କରନ୍ତୁ ଏପରି: ପାଟପୁର ପୋଲିସ ପକ୍ଷରୁ…

ଦିଗପହଣ୍ଡି,୨୮|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପକ୍ଷରୁ ଶୁକ୍ରବାର ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ମାଧ୍ୟମିକ ବିଦ୍ୟାଳୟ ପରିସରରେ ସାଇବର କ୍ରାଇମ୍ ରୁ କିଭଳି ସୁରକ୍ଷିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri