Posted inଜାତୀୟ

କୋଲକତା ପରେ ଦିଲ୍ଲୀ-ମୁମ୍ବାଇରେ ବି ଡାକ୍ତର ଆନ୍ଦୋଳନ ତେଜିଲା: ରୋଗୀ ହନ୍ତସନ୍ତ

ନୂଆଦିଲ୍ଲୀ, ୧୪।୬: କୋଲକତାରେ ଜୁନିଅର ଡାକ୍ତରଙ୍କୁ ଆକ୍ରମଣର ପ୍ରତିବାଦ କରିବାକୁ ଚାଲିଥିବା ଆନ୍ଦୋଳନକୁ ସମର୍ଥନ ଜଣାଇ ଦିଲ୍ଲୀ, ମୁମ୍ବାଇ, ମଧ୍ୟପ୍ରଦେଶ ଏବଂ ମହାରାଷ୍ଟ୍ରରେ ଡାକ୍ତରମାନେ ସମର୍ଥନ ଦେଇଛନ୍ତି। ଦିଲ୍ଲୀ ଏମ୍ସର ରେସିଡେଣ୍ଟ ଡକ୍ଟର୍ସ ଆସୋସିଏସନ (ଆରଡିଏ)ର ସଦସ୍ୟମାନେ ଆକ୍ରମଣର ଶିକାର ହୋଇଥିବା ଡାକ୍ତରଙ୍କ ସମର୍ଥନରେ ହେଲମେଟ ଏବଂ ବ୍ୟାଣ୍ଡେଜ ପିନ୍ଧି କାର୍ଯ୍ୟରେ ଯୋଗଦେଇଛନ୍ତି। କିଛି ଡାକ୍ତରଙ୍କ ହାତରେ ପ୍ଲାକାର୍ଡ ମଧ୍ୟ ଥିଲା, ଯେଉଁଥିରେ ଆକ୍ରମଣର ଶିକାର ହୋଇଥିବା ଡାକ୍ତରଙ୍କ ପ୍ରତି ସମର୍ଥନର ବାର୍ତ୍ତା ରହିଥିଲା। କୋଲକାତା ଏବଂ ବର୍ଦ୍ଧମାନ ସହରରେ କିଛି ଜୁନିଅର ଡାକ୍ତର ବିକ୍ଷୋଭ ପ୍ରଦର୍ଶନ କରିବା ଜାରି ରଖିଛନ୍ତି। ସେମାନେ ଅଭିଯୋଗ କରି କହିଛନ୍ତି, ଡାକ୍ତରଙ୍କ ଶତ ପ୍ରୟାସ ସତ୍ତ୍ୱେ ରୋଗୀର ସ୍ବାସ୍ଥ୍ୟାବସ୍ଥା ନସୁଧୁରିଲେ ରୋଗୀମାନଙ୍କ ପରିବାରର ଲୋକେ ଆକ୍ରମଣ କରୁଛନ୍ତି। ଏ କ୍ଷେତ୍ରରେ ସରକାର ଡାକ୍ତରଙ୍କୁ ସୁରକ୍ଷା ଦେବାରେ ବାରମ୍ବାର ବିଫଳ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...

ଫେବୃଆରୀ ୧ରୁ FASTag ନିୟମରେ ହେବ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ,୧।୧: କେନ୍ଦ୍ର ସରକାର FASTag ନିୟମରେ ବଡ଼ ପରିବର୍ତ୍ତନ କରିବାକୁ ଯାଉଛନ୍ତି। ଏହା ଅଧୀନରେ, ଗାଡ଼ି ମାଲିକଙ୍କୁ FASTag ପାଇବା ପାଇଁ ଆଉ KYC ପୂରଣ...

ସାବରିମାଲା ଦୁର୍ନୀତିର ବଡ଼ ପର୍ଦ୍ଦାଫାଶ

କୋଚି,୧ା୧: କେରଳ ହାଇକୋର୍ଟଙ୍କ ତରଫରୁ ସାବରିମାଲା ମନ୍ଦିରର ସୁନା ଚୋରି ଘଟଣାର ତଦନ୍ତ ଆରମ୍ଭ କରିଥିବା ସ୍ୱତନ୍ତ୍ର ତଦନ୍ତକାରୀ ଟିମ୍‌ (ଏସ୍‌ଆଇଟି) ମନ୍ଦିର ଗର୍ଭଗୃହର ଦ୍ୱରାପାଳକ...

ଏହି ଦିନ ଗଡ଼ିବ ଭାରତର ପ୍ରଥମ ବୁଲେଟ୍ ଟ୍ରେନ୍: ବୁକ୍ କରନ୍ତୁ ଟିକେଟ୍

ନୂଆଦିଲ୍ଲୀ,୧।୧: ଭାରତୀୟ ପରିବହନ କ୍ଷେତ୍ରରେ ଏକ ଐତିହାସିକ ଅଧ୍ୟାୟ ଯୋଡ଼ି ହେବାକୁ ଯାଉଛି। ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ଘୋଷଣା ଅନୁଯାୟୀ, ଆସନ୍ତା ଅଗଷ୍ଟ ୧୫,...

ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଦଳରେ ସ୍ପିନରଙ୍କୁ ପ୍ରାଧାନ୍ୟ

ମେଲବୋର୍ନ,୧ା୧: ଶ୍ରୀଲଙ୍କା ଏବଂ ଭାରତରେ ହେବାକୁଥିବା ଟି୨୦ କ୍ରିକେଟ ବିଶ୍ୱକପ୍‌ ପାଇଁ ଅଷ୍ଟ୍ରେଲିଆ ଚୟନକର୍ତ୍ତା ଏକ ୧୫ଜଣିଆ ଦଳ ଘୋଷଣା କରିଛନ୍ତି। ଦଳରେ ସ୍ପିନରଙ୍କୁ ପ୍ରାଧାନ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri