Posted inଜାତୀୟ

କୋଲକାତାରେ ମୋଦିଙ୍କ ଗସ୍ତକୁ ବିରୋଧ

କୋଲକାତା,୧୧।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨ଦିନିଆ ଗସ୍ତରେ ଶନିବାର ପଶ୍ଚିମବଙ୍ଗ ଯିବେ। ଏହାପୂର୍ବରୁ ଛାତ୍ର ସଂଗଠନ ଷ୍ଟୁଡେଣ୍ଟ ଫେଡେରେଶନ୍‌ ଅଫ୍‌ ଇଣ୍ଡିଆ (ଏସ୍‌ଏଫ୍‌ଆଇ) ତାଙ୍କ ଗସ୍ତକୁ ବିରୋଧ କରିଛି। ଶତାଧିକ ଛାତ୍ର କେନ୍ଦ୍ରସରକାରଙ୍କ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ଓ ଏନ୍‌ଆରସିକୁ ବିରୋଧ କରି ‘ମୋଦି ଗୋ ବ୍ୟାକ୍‌’ ପୋଷ୍ଟର ହାତରେ ଧରି ରାସ୍ତାରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ସୂଚନା ମୁତାବକ ମୋଦିଙ୍କ ଗ୍ରସ୍ତ ପୂର୍ବରୁ ୨ସଂଗଠନ ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଅନ୍ତରାଷ୍ଟ୍ରୀୟ ବିମାନ ବନ୍ଦର ଓ ରାସ୍ତାରେ ବିରୋଧ ପ୍ରଦର୍ଶନ ପାଇଁ ଯୋଜନା କରିଥିବା ଜଣାପଡ଼ିଛି। ଏଥିପାଇଁ ସୋସିଆଲ ମିଡିଆରେ ‘ହାସ୍‌ଟ୍ୟାଗ ଗୋବ୍ୟାକ୍‌ମୋଦି’ ଟ୍ରେଣ୍ଡ କରୁଥିବା ବେଳେ ବିମାନ ବନ୍ଦରରେ ଓ ଭିଆପି ରୋଡରେ ବିରୋଧ ପ୍ରଦର୍ଶନ କରିବା ପାଇଁ ଲୋକଙ୍କୁ ଆହ୍ବାନ କରାଯାଉଛି। ଯାହାଦ୍ୱାରା ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ଅଟକାଇ ଦିଆଯାଇପାରିବ। ଇତିମଧ୍ୟରେ ମୋଦିଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ସହରରେ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯିବା ସହ ବିମାନ ବନ୍ଦରରୁ ସହର ପର୍ଯ୍ୟନ୍ତ ସମସ୍ତ ରାସ୍ତାକୁ ଖାଲି କରିଦିଆଯାଇଛି। ଏଥିସହ ବ୍ୟାରିକେଡ ମଧ୍ୟ ଲଗାଯାଇଛି ବୋଲି ପ୍ରଶାସନିକ ଅଧିକାରି ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, କୋଲକାତା ପୋର୍ଟ ଟ୍ରଷ୍ଟର ୧୫୦ତମ ବାର୍ଷିକି ଅବସରରେ ଆୟୋଜନ ହେବାକୁ ଥିବା ବିଭିନ୍ନ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ମୋଦି ଯୋଗଦେବେ। ଏଥିପାଇଁ ସେ ଶନିବାର ସନ୍ଧ୍ୟାରେ କୋଲକାତାରେ ପହଞ୍ଚିବେ ବୋଲି ସୂଚନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଚାରପତି ବି ଅସହାୟ

ଭାରତୀୟ ଗଣତନ୍ତ୍ରରେ ବିଧାନପାଳିକା, କାର୍ଯ୍ୟପାଳିକା ଓ ନ୍ୟାୟପାଳିକା ତିନୋଟି ପ୍ରମୁଖ ସ୍ତମ୍ଭ ଭାବେ ଜଣାଶୁଣା। ତନ୍ମଧ୍ୟରୁ ନ୍ୟାୟପାଳିକା ଉପରେ ଜନସାଧାରଣ ନ୍ୟାୟ ପାଇଁ ସବୁଠାରୁ ଅଧିକ ଭରସା…

ଦୁର୍ବିଷହ ହୋଇପଡ଼ିଛି ଭୂଷଣଙ୍କ ଜୀବନ: ସହାୟତା ପାଇଁ ଜିଲାପାଳଙ୍କୁ ଫେରାଦ ହେଲେ ଦିବ୍ୟାଙ୍ଗ

ବରଗଡ଼,୯।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭେଡେନ୍‌ ବ୍ଲକ ରେମଣ୍ଡା ହରିଜନପଡ଼ା ନିବାସୀ ଭୂଷଣ ଭାଏନାଙ୍କ ଜୀବନଯାପନ ଦୁର୍ବିଷହ ହୋଇ ପଡ଼ିଛି। ସେ ୨୦୨୪ରେ ସଂକ୍ରମଣ ହେବା କାରଣରୁ ତାଙ୍କ…

ରାଜଧାନୀରେ ଚାଞ୍ଚଲ୍ୟ: ଗୋଟିଏ ରାତିରେ ଯୁବତୀ-ମହିଳାଙ୍କୁ ବଳାତ୍କାର, ଘରେ ପଶି…

ଭୁବନେଶ୍ୱର,୯ା୯(ତ୍ରିନାଥ ମହାନ୍ତି):ରାଜଧାନୀରେ ଗୋଟିଏ ରାତିରେ ଯୁବତୀ ଏବଂ ମହିଳାଙ୍କୁ ବଳାକତ୍ାର କରାଯାଇଛି। ଭରତପୁର ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ପଡୋଶୀ ବଳାତ୍କାର କରିଥିବା ବେଳେ ଚନ୍ଦ୍ରଶେଖରପୁର ଥାନାଞ୍ଚଳରେ…

ଆସୁଛି ପୁଣି ଲଘୁଚାପ: ଘଡ଼ଘଡ଼ି ସହ ପ୍ରବଳ ବର୍ଷିବ, ଆଜିଠାରୁ…

ଭୁବନେଶ୍ୱର, ୯ା୯(ବନ୍ଦନା ସେଠୀ):ଆସନ୍ତା ୧୧ ତାରିଖ ବେଳକୁ ପଶ୍ଚିମ-ମଧ୍ୟ ଓ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ-ଦକ୍ଷିଣ ଓଡ଼ିଶା ଉପକୂଳ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି…

ଶିଶୁ ପୁତ୍ରକୁ ଛାଡ଼ି ଦୌଡ଼ି ପଳାଉଥିଲେ ମା’: ଆଉ ତା’ପରେ ଘଟିଲା…

ବାରଙ୍ଗ,୯ା୯(ଲିଙ୍ଗରାଜ ରାଉତ):ବାରଙ୍ଗ ଥାନା ଅଧୀନ ନରାଜମାର୍ଥାପୁର ରେଳଷ୍ଟେଶନ୍‌ ବାହାରୁ ଜଣେ ମହିଳା ତା’ର ଶିଶୁ ପୁତ୍ରକୁ ଛାଡ଼ି ପଳାଇଯାଉ ଥିବାବେଳେ ମଙ୍ଗଳବାର ରାତିରେ ସ୍ଥାନୀୟ ଲୋକେ ଧରି…

ଆଦିବାସୀ ନାବାଳିକାଙ୍କୁ ଗଣବଳାତ୍କାର: ପୀଡ଼ିତା ୪ ମାସର ଗର୍ଭବତୀ, ଓ୍ବାଚ୍‌ମ୍ୟାନ୍‌…

କେନ୍ଦ୍ରାପଡ଼ା,୯ା୯(ଜଗନ୍ନାଥ ଧଳ):କେନ୍ଦ୍ରାପଡ଼ା ଜିଲାର ଏକ ସରକାରୀ ଅନୁଦାନପ୍ରାପ୍ତ ଶିଶୁ ଯତ୍ନ ଅନୁଷ୍ଠାନ (ସିସିଆଇ)ରେ ଜଣେ ୧୬ ବର୍ଷୀୟା ଆଦିବାସୀ ନାବାଳିକାଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏ…

ସାଟେଲାଇଟ୍‌ ଇମେଜିଂ ଟେକ୍ନୋଲୋଜି ପାଇଁ ଭାରତୀୟ କମ୍ପାନୀକୁ ଆମେରିକାର ପ୍ୟାଟେଣ୍ଟ

ନୂଆଦିଲ୍ଲୀ,୯ା୯:ମହାକାଶ ପ୍ରଯୁକ୍ତିବଦିଦ୍ୟା କମ୍ପାନୀ ‘ଗାଲାକ୍ସଆଇ’କୁ ମଙ୍ଗଳବାର ଏହାର ଅପ୍‌ଟୋସାର ଇମେଜିଂ କ୍ଷମତାର ମୂଳ ପ୍ରଯୁକ୍ତିବିଦ୍ୟା ପାଇଁ ଆମେରିକାଠାରୁ ପ୍ୟାଟେଣ୍ଟ ମିଳିଛି। ଏହା ସହ ଏହା ସାଟେଲାଇଟ୍‌ ଇମେଜିଂ…

ଆସନ୍ତାକାଲି ପଡୁଛି ୩ ରାଜଯୋଗ; ୫ ରାଶିଙ୍କ ବଦଳିବ ଭାଗ୍ୟ, ମୋଟା ଅଙ୍କର ରୋଜଗାରକୁ ବଡ଼ କମ୍ପାନୀରୁ ଅଫର୍‌

୯ ସେପ୍ଟେମ୍ୱର, ୨୦୨୬ ହେଉଛି ଭାଦ୍ରବ ମାସ କୃଷ୍ଣ ପକ୍ଷର ତ୍ରୟୋଦଶୀ ତିଥି ଏବଂ ବୁଧବାର। ଏହା ସହିତ ଏହି ଦିନଟି ଦ୍ୱିତୀୟ ଚତୁର୍ମାସ୍ୟାର ୧୭ଶ ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri