କୋହଲିଙ୍କଠାରୁ ଦ୍ରୁତତମ ବାବର ଆଜାମ

ବର୍ମିଂହାମ,୨୮।୬- ପାକିସ୍ତାନର ଯୁବ ବ୍ୟାଟ୍ସମ୍ୟାନ ବାବର ଆଜାମ ଭାରତୀୟ ଅଧିନାୟକ ବିରାଟ କୋହଲିଙ୍କୁ ନିଜର ଆଇଡଲ ବୋଲି ମନେକରନ୍ତି। ହେଲେ ମାଇଲଷ୍ଟୋନ ସ୍ପର୍ଶ କରିବାରେ କୋହଲିଙ୍କଠାରୁ ପାକିସ୍ତାନୀ ବ୍ୟାଟ୍ସମ୍ୟାନ ଦ୍ରୁତତମ। ବାବର ନ୍ୟୁଜିଲାଣ୍ଡ ବିପକ୍ଷ ବିଶ୍ୱକପ୍‌ ମ୍ୟାଚ୍‌ରେ ଅପରାଜିତ ଶତକ ଲଗାଇବା ସହ କ୍ୟାରିୟରରେ ୩ ହଜାର ରନ୍‌ ପୂରଣ କରିଛନ୍ତି। ଏହି ଅବସରରେ ସେ କୋହଲିଙ୍କୁ ପଛରେ ପକାଇ ଦେଇଛନ୍ତି। କୋହଲି ଏହି ମାଇଲଷ୍ଟୋନ ସ୍ପର୍ଶ କରିବା ଲାଗି ୭୫ ଇନିଂସ ନେଇଥିଲେ। କିନ୍ତୁ ୨୪ ବର୍ଷୀୟ ବାବର କ୍ୟାରିୟରର ୬୮ ତମ ଦିନିକିଆ ଇନିଂସରେ ଏହି ସଫଳତା ପାଇଛନ୍ତି। ଦିନିକିଆରେ ଦୁଇ ହଜାର ରନ୍‌ ପୂରଣ କରିବାରେ ମଧ୍ୟ ବାବର ଭାରତୀୟ ବ୍ୟାଟ୍ସମ୍ୟାନଙ୍କଠାରୁ କମ୍‌ ଇନିଂସ ନେଇଥିଲେ। ଦୁଇ ହଜାର ରନ୍‌ ପୂରଣ କରିବା ପାଇଁ ବାବରଙ୍କୁ ୪୫ ଇନିଂସ ଲାଗିଥିବାବେଳେ ବିରାଟଙ୍କୁ ୫୩ ଇନିଂସ ଦରକାର ପଡ଼ିଥିଲା। ଏଥିରୁ ସ୍ପଷ୍ଟ ଯେ, ବାବରଙ୍କ ବ୍ୟାଟିଂରେ ଦିନକୁ ଦିନ ଉନ୍ନତର ହେବାରେ ଲାଗିଛି। ତାଙ୍କ ନିକଟରେ ୧୦ ଶତକ ଥିବାବେଳେ ବିରାଟଙ୍କ ନାମରେ ୪୧ ଶତକ ରହିଛି। ପାକିସ୍ତାନ କୋଚ୍‌ ଗ୍ରାଣ୍ଟ ଫ୍ଲାଓ୍ବର କହିଛନ୍ତି, ବାବର ମଧ୍ୟ ଭାରତୀୟ ଅଧିନାୟକଙ୍କ ଭଳି ଉଚ୍ଚତା ଛୁଇଁବେ। ସେ ବିରାଟଙ୍କ ସ୍ତରୀୟ ବ୍ୟାଟ୍ସମ୍ୟାନ। ଉଲ୍ଲେଖଥାଉ କି, ଦିନିକିଆ କ୍ରିକେଟରେ ଦ୍ରୁତତମ ୩ ହଜାର ରନ୍‌ କରିବାର ରେକର୍ଡ ଦକ୍ଷିଣ ଆଫ୍ରିକୀୟ ଓପନର ହାସିମ ଆମଲାଙ୍କ ନାମରେ ରହିଛି। ସେ ୫୭ତମ ଇନିଂସରେ ୩୦୦୦ ରନ୍‌ ପୂରଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ଥାୟୀ ସେତୁ ଦାବିରେ ଗ୍ରାମବାସୀଙ୍କ ଆମରଣ ଅନଶନ: ଭରା ନଦୀ ଘେରରେ ୧୩୦ ପରିବାର, ୧୭୨୧ ଜୀବନ

ରାଜକନିକା, ୭।୯ (ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲାର ଆଳି ନିର୍ବାଚନମଣ୍ଡଳୀ ଅଧୀନ ରାଜକନିକା ବ୍ଲକର ତ୍ରୈଲୋକ୍ୟପୁର ପଞ୍ଚାୟତ ଅନ୍ତର୍ଗତ ଦ୍ୱୀପାଞ୍ଚଳ ଗାଁ ଭାବେ ପରିଚିତ ଗଙ୍ଗାଧର…

ସ୍ତ୍ରୀଙ୍କୁ ଗୁଳିକଲେ ସ୍ବାମୀ: ରେଢ଼ାଖୋଲର ଲାଣ୍ଡିମାଲ ଗାଁରେ ଚାଞ୍ଚଲ୍ୟ

ରେଢ଼ାଖୋଲ, ୭।୯: ସମ୍ବଲପୁର ଜିଲା ରେଢ଼ାଖୋଲ ଅଞ୍ଚଳରେ ପାରିବାରିକ କଳହକୁ କେନ୍ଦ୍ର କରି ଜଣେ ମହିଳାଙ୍କୁ ତାଙ୍କ ସ୍ୱାମୀ ଗୁଳି କରି ହତ୍ୟା କରିଥିବା ଅଭିଯୋଗ ହୋଇଛି।…

ଲାଞ୍ଚ ନେବା ବେଳେ ଧରାପଡିଲେ ରାଜସ୍ୱ ଅଧିକାରୀ, ଏକକାଳୀନ ୩ସ୍ଥାନରେ ଚଢ଼ାଉ

ପିପିଲି,୭।୯: ଲାଞ୍ଚ କାରବାର ବିରୋଧରେ ଓଡ଼ିଶା ଭିଜିଲାନ୍ସ ଟିମ୍ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି । ପୁରୀ ଜିଲା ପିପିଲି ତହସିଲ ଅଧୀନ ସିଉଳା ଆରଆଇ ସର୍କଲର…

ରାଜ୍ୟ ନିର୍ବାଚନ କମିଶନଙ୍କ ବଡ଼ ନିର୍ଦ୍ଦେଶ, ବୁଥର ହେବ ଫିଜିକାଲ ଭେରିଫିକେସନ

ଭୁବନେଶ୍ୱର,୭।୯: ରାଜ୍ୟ ନିର୍ବାଚନ କମିଶନ ସୋମବାର ପଞ୍ଚାୟତ ନିର୍ବାଚନ ପାଇଁ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ବୁଥଗୁଡିକ ଠିକ୍‌ ଅଛି ନା ନାହିଁ ଏହାର ଫିଜିକାଲ ଭେରିଫିକେସନ…

ଭଞ୍ଜନଗରରେ ଜିଲାସ୍ତରୀୟ ଜନଅଭିଯୋଗ ଶୁଣାଣି: ୧୮୮ ଅଭିଯୋଗର ଶୁଣାଣି, ୧୦ର ତୁରନ୍ତ ସମାଧାନ

ଭଞ୍ଜନଗର, ୭।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ସୋମବାର ଜିଲା ପ୍ରଶାସନ ପକ୍ଷରୁ ଜିଲାସ୍ତରୀୟ ମିଳିତ ଜନଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ…

ବଦଳିଲା ଗ୍ୟାସ ସିଲିଣ୍ଡର ବୁକିଂ ନିୟମ: ଏଣିକି ଏତିକି ଦିନରେ ମିଳିବ ନୂଆ ସିଲିଣ୍ଡର

ନୂଆଦିଲ୍ଲୀ, ୭।୯: ଗତ କିଛି ଦିନ ଧରି ଦେଶରେ ଗ୍ୟାସର ଅଭାବ ଦେଖାଦେଇଥିଲା। ଏହାକୁ ଦୃଷ୍ଟିରେ ରଖି ସରକାର ନିଷ୍ପତ୍ତି ନେଇଥିଲେ ଯେ, ଗୋଟିଏ ଗ୍ୟାସ ସିଲିଣ୍ଡର…

ଗିଲଙ୍କୁ ୫ ହଜାର ଟଙ୍କା ଦେଲେ ଅଭିଷେକ ଶର୍ମାଙ୍କ ପିତା: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୭।୯: ଟିମ ଇଣ୍ଡିଆର ଅଧିନାୟକ ଶୁବମନ ଗିଲଙ୍କ ମୋଟ ସମ୍ପତ୍ତି ୮୦ କୋଟି ବୋଲି ଆକଳନ କରାଯାଇଛି। ଏହାକୁ ଦୃଷ୍ଟିରେ ରଖି ୫,୦୦୦ ତାଙ୍କ ପାଇଁ ବିଶେଷ…

କୁମ୍ଭ-ବିଛା ସମେତ ୪ ରାଶି ପାଇଁ ଭାଗ୍ୟଶାଳୀ ଏହି ସପ୍ତାହ: ଚାକିରିରେ ପ୍ରମୋସନ ସହ ବଢ଼ିବ ଦରମା!

ଭୁବନେଶ୍ୱର: ନୂଆ ସପ୍ତାହର ଆରମ୍ଭ ବୁଧଙ୍କ ଗୋଚର ସହ ହେଉଛି। ଜ୍ୟୋତିଷ ଗଣନା ଅନୁସାରେ, ଏହି ସପ୍ତାହ କୁମ୍ଭ, ମିଥୁନ, ବିଛା ଓ ମୀନ ରାଶିର ଲୋକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri