Posted inଖେଳ

କୋହଲିଙ୍କୁ ପଛରେ ପକାଇଲେ ମନ୍ଧାନା

ଆଣ୍ଟିଗୁଆ,୭।୧୧- ଭାରତୀୟ ମହିଳା ଦଳର ବାମହାତୀ ମହିଳା ଓପନର ସ୍ମୃତି ମନ୍ଧାନା ନିଜ କ୍ୟାରିୟରରେ ଆଉ ଏକ ସଫଳତାର ଫର୍ଦ୍ଧ ଯୋଡ଼ିଛନ୍ତି। ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟରେ ଖୁବ କମ୍‌ ଇନିଂସ ଖେଳି ଦୁଇ ହଜାର ରନ୍‌ ପୂରଣ କରିଥିତ୍ବା ଭାରତୀୟ କ୍ରିକେଟର(ଉଭୟ ବ୍ୟାଟ୍ସମ୍ୟାନ ଓ ବ୍ୟାଟ୍ସଓମେନ)ଙ୍କ ତାଲିକାରେ ମନ୍ଧାଦା ଦ୍ୱିତୀୟ ସ୍ଥାନରେ ରହିଛନ୍ତି। ଏପରି କି ଦେଶର ବହୁ ମାଇଲଷ୍ଟୋନ ଅଧିକାରୀ ବିରାଟ କୋହଲିଙ୍କୁ ମଧ୍ୟ ପଛରେ ପକାଇ ଦେଇଛନ୍ତି। ୨୩ ବର୍ଷୀୟା ବ୍ୟାଟ୍ସଓମେନ କ୍ୟାରିୟରର ମାତ୍ର ୫୧ ତମ ଇନିଂସରେ ୨୦୦୦ ରନ୍‌ ପୂରଣ କରିଛନ୍ତି। ତେବେ ବିଶ୍ୱ କ୍ରିକେଟରେ ଦୁଇ ହଜାର ରନ୍‌ ପୂରଣ କରିବାରେ ଦ୍ରୁତତମ ବ୍ୟାଟ୍ସଓମେନ ହେଉଛନ୍ତି ବେଲିଣ୍ଡା କ୍ଲାର୍କ (୪୧ ଇନିଂସ)। ତାଙ୍କ ପଛକୁ ୪୫ ଇନିଂସରେ ଦୁଇ ହଜାର ପୂରଣ କରିଥିବା ମେଗ ଲାନ୍ନିଂ ରହିଛନ୍ତି। ମନ୍ଧାନା ଏହି ତାଲିକାରେ ତୃତୀୟ ସ୍ଥାନ ଅଧିକାର କରିଛନ୍ତି। ସେ ଏପର୍ଯ୍ୟନ୍ତ ୫୧ ଦିନିକିଆ ଖେଳି ୪୩.୦୮ ହାରରେ ୨୦୨୫ ରନ୍‌ କରିଛନ୍ତି। ଏଥିରେ ୪ ଶତକ ଓ ୧୭ ଅର୍ଦ୍ଧଶତକ ରହିଛି। ୨୦୦୦ ରନ୍‌ ପୂରଣ କରିବାରେ ଶିଖର ଧାଓ୍ବନ ଭାରତୀୟଙ୍କ ମଧ୍ୟରେ ଦ୍ରୁତତମ। ସେ କ୍ୟାରିୟରର ୪୮ତମ ଇନିଂସରେ ଏହି ମାଇଲଷ୍ଟୋନ ସ୍ପର୍ଶ କରିଥିଲେ। ଅନ୍ୟପକ୍ଷରେ ଭାରତୀୟ ପୁରୁଷ ଦଳର ଅଧିନାୟକ କୋହଲିଙ୍କୁ ୨ ହଜାର ରନ୍‌ କରିବା ପାଇଁ ୫୩ ଇନିଂସ ଲାଗିଥିଲା। ପୁରୁଷ କ୍ରିକେଟରେ ଦକ୍ଷିଣ ଆଫ୍ରିକାର ଅବସରପ୍ରାପ୍ତ ହାସିମ ଆମଲାଙ୍କ ନାମରେ ଏହି ରେକର୍ଡ ରହିଛି। ସେ ମାତ୍ର ୪୦ତମ ଇନିଂସରେ ଦୁଇ ହଜାର ରନ ପୂରଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

କିଡ୍‌ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍‌

ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍‌ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ…

୨୧୮ ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା

ଦିଗପହଣ୍ଡି/ପାଟପୁର,୨୦ା୨(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସମଗ୍ର ଶିକ୍ଷା ଅଭିଯାନ ଓ ଜିଲା ଦୃଷ୍ଟି ବାଧିତ ନିୟନ୍ତ୍ରଣ କାର୍ଯ୍ୟାଳୟ ଆନୁକୂଲ୍ୟରେ ରାଜ୍ୟ ସରକାରଙ୍କ ସୁରେନ୍ଦ୍ର ସାଏ…

ଏଣିକି ନିଜ ଲଢ଼େଇ ନିଜର

ଦିଗପହଣ୍ଡି,୨୦ା୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜରେ ଛାତ୍ରୀ ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ଶିବିର ଉଦଘାଟିତ ହୋଇଛି। ଅଧ୍ୟାପିକା ଅଞ୍ଜଳୀ ମଣ୍ଡଳଙ୍କ ସଂଯୋଜନାରେ ଅନୁଷ୍ଠିତ ଉଦଘାଟନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri