Posted inଖେଳ

କୋହଲିଙ୍କୁ ସମ୍ମାନ କରେ, ଡରେନି : ନସିମ

ନୂଆଦିଲ୍ଲୀ,୧।୬: ଭାରତୀୟ ଅଧିନାୟକ ବିରାଟ କୋହଲି ଏବେ ବିଶ୍ୱର ଶ୍ରେଷ୍ଠ ବ୍ୟାଟ୍ସମ୍ୟାନ ଭାବେ ପରିଗଣିତ ହେଉଛନ୍ତି। ପାକିସ୍ତାନ ଯୁବ ଦ୍ରୁତ ବୋଲର କୋହଲିଙ୍କୁ ବୋଲିଂ କରିବା ପାଇଁ ବେଶ୍‌ ଉତ୍ସୁକ ରହିଛନ୍ତି। ମାତ୍ର ୧୭ ବର୍ଷରେ ସେ ପାକିସ୍ତାନ ପାଇଁ ପଦାର୍ପଣ କରିଥିଲେ ଓ ବିଶ୍ୱର ସର୍ବକନିଷ୍ଠ କ୍ରିକେଟର ଭାବେ ସେ ହ୍ୟାଟ୍ରିକ ଅର୍ଜନ କରି ରେକର୍ଡ ସ୍ଥାପନ କରିଥିଲେ। ଏବେ କ୍ୟାରିୟରର ପ୍ରାରମ୍ଭିକ ପର୍ଯ୍ୟାୟ ଦେଇ ଗତିକରୁଥିବା ନସିମ ଆଗକୁ ସବୁ ପ୍ରକାର ଚ୍ୟାଲେଞ୍ଜକୁ ସାମ୍ନା କରିବାକୁ ପ୍ରସ୍ତୁତ ଅଛନ୍ତି ବୋଲି କହିଛନ୍ତି। କୋହଲିଙ୍କୁ ବୋଲିଂ କରିବାକୁ ଅପେକ୍ଷା କରିଛି। କୋହଲି ଜଣେ ଶ୍ରେଷ୍ଠ ବ୍ୟାଟ୍ସମ୍ୟାନ। ତାଙ୍କୁ ସମ୍ମାନ କରେ। କିନ୍ତୁ ତାଙ୍କୁ ଆଦୌ ଭୟ କରେନାହିଁ ବୋଲି ନସିମ କହିଛନ୍ତି। ଭାରତ- ପାକିସ୍ତାନ ମ୍ୟାଚ ସବୁବେଳେ ସ୍ବତନ୍ତ୍ର ଥାଏ। ଗୋଟିଏ ମ୍ୟାଚ୍‌ରେ ଜଣେ ଖେଳାଳି ନାୟକ କିମ୍ବା ଖଳନାୟକ ହୋଇପାରେ ବୋଲି ମୋତେ କୁହାଯାଇଛି। ଏବେ ମ୍ୟାଚ୍‌ କମ୍‌ ହେଉଥିବାରୁ ସୁଯୋଗ ମିଳିଲେ ଭାରତ ବିପକ୍ଷରେ ଖେଳିବାକୁ ପ୍ରସ୍ତୁତ ଅଛି ବୋଲି ସେ କହିଛନ୍ତି। ଭାରତ ବିପକ୍ଷରେ ଭଲ ବୋଲିଂ କରି ପାରିବି ବୋଲି ଆଶା କରୁଛି। ଯୁଯୋଗ ମିଳିଲେ ଆମ ପ୍ରଶଂସକଙ୍କୁ ନିରାଶ କରିବି ନାହିଁ। ଜଣେ ଖେଳାଳି ତା’ର ସର୍ବଶ୍ରେଷ୍ଠ ପ୍ରଦର୍ଶନ ସବୁବେଳେ କରିପାରି ନ ଥାଏ। କିନ୍ତୁ ଖେଳରେ ଉନ୍ନତି ଆଣିବାକୁ ପ୍ରୟାସ କରେ। କୋହଲି ଓ ଟିମ୍‌ ଇଣ୍ଡିଆକୁ ସାମ୍ନା କରିବାକୁ ପ୍ରସ୍ତୁତ୍‌ ଅଛି ବୋଲି ନସିମ କହିଛନ୍ତି। ଉଲ୍ଲେଖଥାଉ କି, ଟେଷ୍ଟ କ୍ରିକେଟ ନସିମ ପାକିସ୍ତାନର ଚତୁର୍ଥ ବୋଲର ସାବ୍ୟସ୍ତ ହୋଇଛନ୍ତି। ତାଙ୍କୁ ପୂର୍ବରୁ ମହମ୍ମଦ ସାମି, ଅବଦୁଲ ରଜାକ, ଓ୍ବାସିମ ଆକ୍ରମ ଟେଷ୍ଟରେ ହ୍ୟାଟ୍ରିକ ଅର୍ଜନ କରିବାର ସୁଯୋଗ ହାସଲ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବସ୍‌ ଉପରକୁ ଗୁଳିମାଡ଼: ଚାଲିଗଲା ଫୁଟବଲ୍‌ ଖେଳାଳିଙ୍କ ଜୀବନ

ଘାନା,୧୩ା୪: ଡକାୟତଙ୍କ ଆକ୍ରମଣରେ ଘାନାନିଆନ ପ୍ରିିମିୟର ଲିଗ୍‌ କ୍ଲବର ଫୁଟବଲ ଖେଳାଳି ବେରେକୁମ୍‌ ଚେଲ୍‌ସୀର ଡୋମିନିକ୍‌ ଫ୍ରିମ୍‌ପଙ୍ଗ୍‌ ନିହତ ହୋଇଛନ୍ତି। କ୍ଲବ ସୂତ୍ରରୁ ପ୍ରକାଶ ଘାନାର ଦକ୍ଷିଣାଞ୍ଚଳରେ…

ଏହି କାର୍ଯ୍ୟ ପାଇଁ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ କଠୋର ଦଣ୍ଡ ଦେଲା BCCI, ମ୍ୟାଚ ସମୟରେ ଏମିତି କ’ଣ କଲେ ଅଧିନାୟକ

ନୂଆଦିଲ୍ଲୀ,୧୩।୪: ରବିବାର ମୁମ୍ବାଇ ଇଣ୍ଡିଆନ୍ସ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ମଧ୍ୟରେ ଖେଳାଯାଇଥିବା ମ୍ୟାଚ ରନ ଦୃଷ୍ଟିରୁ ଐତିହାସିକ ଥିଲା। ଏହି ମ୍ୟାଚ ମଧ୍ୟ ବିବାଦରେ ଫସି…

ଟି-୨୦ ବିଶ୍ୱକପ ପାଇଁ ବମ୍ଫର ପୁରସ୍କାର ରାଶି ଘୋଷଣା କଲା ICC, ଜାଣିଲେ ଉଡିଜିବ ହୋସ୍‌

ନୂଆଦିଲ୍ଲୀ,୧୩।୪: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ ୨୦୨୬ ମହିଳା ଟି୨୦ ବିଶ୍ୱକପ ପାଇଁ ଏକ ରେକର୍ଡ ପୁରସ୍କାର ରାଶି ଘୋଷଣା କରିଛି। ICC ଘୋଷଣା କରିଛି ଯେ ବିଜେତା…

RCBରୁ ଆସିଲା ବଡ଼ ଖବର: ବାକି ଆଇପିଏଲ ମ୍ୟାଚ ଖେଳିବେନି କୋହଲି!

ନୂଆଦିଲ୍ଲୀ,୧୩।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ଖେଳାଯାଇଥିବା ମ୍ୟାଚ ସମୟରେ ପୂର୍ବତନ ଅଧିନାୟକ ବିରାଟ କୋହଲି ଆଘାତ ପାଇଥିଲେ। ଏହା IPLର ୨୦ତମ…

‘ତୁମେ ଆମ ଟିମର ସବୁଠାରୁ ବଡ଼ ପ୍ରେରଣା’, ଏମିତି କହି ରୋହିତଙ୍କୁ ଅଭିନନ୍ଦନ ଜଣାଇଲେ ହାର୍ଦ୍ଦିକ

ନୂଆଦିଲ୍ଲୀ,୧୩।୪: ମୁମ୍ବାଇ ଇଣ୍ଡିଆନ୍ସ (ଏମଆଇ) ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ଦଳର ପୂର୍ବତନ ଅଧିନାୟକ ରୋହିତ ଶର୍ମାଙ୍କୁ ଫ୍ରାଞ୍ଚାଇଜ ସହିତ ୧୫ ବର୍ଷ ପୂରଣ କରିବା ପାଇଁ ଅଭିନନ୍ଦନ…

ଲକ୍ଷ୍ନୌକୁ ହରାଇଲା ଗୁଜରାଟ

ଲକ୍ଷ୍ନୌ,୧୨ା୪: ପ୍ରସିଦ୍ଧ କ୍ରିଷ୍ଣାଙ୍କ ଦମ୍‌ଦାର ବୋଲିଂ ବଳରେ ଗୁଜରାଟ ଟାଇଟନ୍ସ ୭ ଉଇକେଟରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ(ଏଲ୍‌ଏସ୍‌ଜି)କୁ ପରାସ୍ତ କରିଛି। ଏହା ଗୁଜରାଟର ୪ ମ୍ୟାଚ୍‌ରେ ଦ୍ୱିତୀୟ…

ନୀତୀଶ ରାଣାଙ୍କୁ ବଡ଼ ଜରିମାନା, କାହିଁକି ଜାଣନ୍ତୁ…

ଚେନ୍ନାଇ,୧୨ା୪:ଦିଲ୍ଲୀ କ୍ୟାପିଟାଲ୍ସ ବ୍ୟାଟର ନୀତୀଶ ରାଣାଙ୍କୁ ତାଙ୍କ ମ୍ୟାଚ୍‌ ଫି’ର ୨୫ ପ୍ରତିଶତ ଜରିମାନା କରାଯାଇଛି। ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ବିପକ୍ଷ ଇଣ୍ଡିଆନ ପ୍ରିମିୟର ଲିଗ୍‌…

ଭିନ୍ନ ଢଙ୍ଗରେ ଆଶା ଭୋସଲେଙ୍କୁ ଶ୍ରଦ୍ଧାଞ୍ଜଳି ଦେଲା RCB, ସଙ୍ଗୀତ ସବୁବେଳେ….

ନୂଆଦିଲ୍ଲୀ,୧୨ା୪: ‘ମେଲୋଡି କ୍ୱିନ୍’ ଆଶା ଭୋସଲେଙ୍କର ରବିବାର ଦେହାନ୍ତ ହୋଇଛି । ତାଙ୍କ ବିୟୋଗରେ ସମଗ୍ର ଭାରତରେ ଶୋକର ଛାୟା ଖେଳିଯାଇଥିଲା। ତେବେ କ୍ରୀଡା ଜଗତ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri