Posted inଖେଳ

କୋହଲିଙ୍କ ଜୀବନରେ ଆଜି ସବୁଠୁ ଖାସ୍‌ ଦିନ, ଜାଣନ୍ତୁ କାହିଁକି

ଟିମ ଇଣ୍ଡିଆ କ୍ୟାପଟେନ ବିରାଟ କୋହଲିଙ୍କ ପାଇଁ ଏବେ ରେକର୍ଡ ଭାଙ୍ଗିବା ଏକ ସାଧାରଣ କଥା ହୋଇଗଲାଣି। ବିରାଟ ବ୍ୟାଟିଂ କରିବାକୁ ଓହ୍ଲାଇବା ମାତ୍ରକେ, କିଛି ନା କିଛି ରେକର୍ଡ ନିଜ ନାମରେ କରିଥାନ୍ତି। ଆଜିକୁ ଠିକ୍‌ ୧୧ବର୍ଷ ପୂର୍ବେ ଭାରତୀୟ ଦଳର ଅଧିନାୟକ ବିରାଟ କୋହଲି ଭାରତ ପକ୍ଷରୁ କ୍ରିକେଟ ଖେଳିବା ଆରମ୍ଭ କରିଥିଲେ। ୨୦୦୮ ଅଗଷ୍ଟ ୧୮ରେ ସେ ଶ୍ରୀଲଙ୍କା ବିପକ୍ଷରେ ନିଜ କ୍ୟାରିୟର ଆରମ୍ଭ କରିଥିଲେ। ଏହି ମ୍ୟାଚ୍‌ରେ ସେ ଓପନିଂ ଆସି ମାତ୍ର ୧୧ରନ୍‌ କରି ଆଉଟ୍‌ ହୋଇଥିଲେ। ଭାରତ ପକ୍ଷରୁ ସେ ଖେଳିବା ଏକ ଦଶନ୍ଧିରୁ ଊର୍ଦ୍ଧ୍ୱ ହୋଇସାରିଲାଣି। ଇତିମଧ୍ୟରେ ସେ ଅନେକ ରେକର୍ଡର ମଧ୍ୟ ଅଧିକାରୀ ହୋଇଛନ୍ତି।
କୋହଲି ଅନ୍ତର୍ଜାତୀୟ କ୍ରିକେଟରେ ଗୋଟିଏ ଦଶନ୍ଧିରେ ୨୦,୦୦୦ ରନ ପୂରଣ କରିବାରେ ପ୍ରଥମ ଖେଳାଳି ହୋଇଛନ୍ତି। ୨୦୧୦ରୁ ଏପର୍ଯ୍ୟନ୍ତ ସେ କ୍ରିକେଟର ତିନୋଟି ଫର୍ମାଟରେ ୨୦,୦୧୮ ରନ ସ୍କୋର କରିଛନ୍ତି। ଓଭରଅଲ ସେ ୨୦,୫୦୨ ରନ ସ୍କୋର କରିଛନ୍ତି। କୋହଲି ୨୦୧୦ରେ ଟି୨୦ ଓ ଟେଷ୍ଟ ପଦାର୍ପଣ କରିଥିଲେ। ୨୦୦୮ରେ ସେ ଏକଦିବସୀୟ କ୍ରିକେଟରେ ପଦାର୍ପଣ କରିଥିବାବେଳେ ଚଳିତ ଦଶନ୍ଧି ପୂର୍ବରୁ ସେ ଏହି ଫର୍ମାଟରେ ୪୮୪ ରନ ସ୍କୋର କରିଥିଲେ। ଅନ୍ତର୍ଜାତୀୟ କ୍ରିକେଟରେ ଗୋଟିଏ ଦଶନ୍ଧୀରେ ସର୍ବାଧିକ ରନ କରିବା ରେକର୍ଡ ପୂର୍ବରୁ ରିକି ପଣ୍ଟିଂଙ୍କ ନାମରେ ରହିଥିଲା। ସେ ୧୮,୯୬୨ ରନ ସ୍କୋର କରିଥିଲେ। ଦକ୍ଷିଣ ଆଫ୍ରିକାର ପୂର୍ବତନ ଅଲରାଉଣ୍ଡର ଜ୍ୟାକ୍ସ କାଲିସ ୧୬,୭୭୭ ରନ ସଂଗ୍ରହ ସହ ଏହି ତାଲିକାର ଦ୍ୱିତୀୟ ସ୍ଥାନରେ ରହିଛନ୍ତି। ଅନ୍ତର୍ଜାତୀୟ କ୍ରିକେଟରେ ବିଦେଶ ମାଟିରେ ୩୮ଟି ଶତକ ହାସଲ କରି କୋହଲି ତାଲିକାର ଦ୍ୱିତୀୟ ସ୍ଥାନରେ ପହଞ୍ଚତ୍ଛନ୍ତି। ଏହି ତାଲିକାରେ ସଚିନ ୫୮ ଶତକ ସହ ପ୍ରଥମସ୍ଥାନ ଅଧିକାର କରିଛନ୍ତି। ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ କୋହଲି ଏକଦିବସୀୟ କ୍ରିକେଟରେ ୯ଟି ଶତକ ହାସଲ କରିଛନ୍ତି। ଏଥିସହ ସେ ସଚିନ ତେନ୍ଦୁଲକରଙ୍କ ସମକକ୍ଷ ହୋଇଛନ୍ତି। ସଚିନ ଅଷ୍ଟ୍ରେଲିଆ ବିପକ୍ଷରେ ଏକଦିବସୀୟରେ ୯ଟି ଶତକ ହାସଲ କରିଛନ୍ତି। ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ କୋହଲି ଦିନିକିଆରେ ୧୯ ଥର ୫୦ରୁ ଊର୍ଦ୍ଧ୍ୱ ରନ ସ୍କୋର କରିଛନ୍ତି। ପୂର୍ବରୁ ସେ ଶ୍ରୀଲଙ୍କା ବିପକ୍ଷରେ ମଧ୍ୟ ଏହି ରେକର୍ଡ କରିଥିଲେ। ଅନ୍ତର୍ଜାତୀୟ କ୍ରିକେଟରେ ୩୨ ବର୍ଷୀୟ କୋହଲି ୬୮ ଶତକ ହାସଲ କରି ସାରିଛନ୍ତି। ସଚିନ ତେନ୍ଦୁଲକରଙ୍କ ସର୍ବକାଳୀନ ରେକର୍ଡଠାରୁ ସେ ଆଉ ୩୨ ଶତକ ଦୂରରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୃଥ୍ବୀ ଶ’ଙ୍କ ଚମକିଲା ଭାଗ୍ୟ: ମିଳିଲା ବଡ଼ ଦାୟିତ୍ୱ

ମୁମ୍ବାଇ,୫।୧୦: ବ୍ୟକ୍ତିଗତ ଜୀବନରେ ଉତ୍‌ଥାନପତନ ମଧ୍ୟରେ ଭାରତୀୟ କ୍ରିକେଟର ପୃଥ୍ବୀ ଶ’ଙ୍କ କ୍ରିକେଟ କ୍ୟାରିୟରରେ ଆସିଛି ଏକ ବଡ଼ ମୋଡ଼। ଆଗାମୀ ରଣଜୀ ଟ୍ରଫିର ପ୍ରଥମ ମ୍ୟାଚ…

‘ସ୍ବଚ୍ଛତାକୁ ଜୀବନର ଅବିଚ୍ଛେଦ୍ୟ ଅଙ୍ଗ କରିବାକୁ ଅଧ୍ୟକ୍ଷଙ୍କ ଆହ୍ବାନ’

ଭଞ୍ଜନଗର,୫ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ସୋମବାର ସ୍ବଚ୍ଛ ଭାରତ ଅଭିଯାନ ମାଧ୍ୟମରେ ସଫେଇ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ବିଦ୍ୟାଳୟ ଅଧ୍ୟକ୍ଷ ପ୍ରଦୀପ…

ସୌମ୍ୟ ହତ୍ୟା ମାମଲାରେ ବଡ଼ ଟୁଇଷ୍ଟ: ସମ୍ପୃକ୍ତ ଝିଅମାନଙ୍କର ହେବ…

ଭୁବନେଶ୍ୱର,୫।୧୦: ବାଲିଅନ୍ତାର ବହୁଚର୍ଚ୍ଚିତ ସୌମ୍ୟ ହତ୍ୟା ମାମଲାରେ ତଦନ୍ତକୁ ଆହୁରି ଆଗକୁ ବଢ଼ାଇଛି କ୍ରାଇମବ୍ରାଞ୍ଚ। ଘଟଣାରେ ଆକ୍ରମଣର ଶିକାର ହୋଇଥିବା ଝିଅମାନଙ୍କର ଲାଏ ଡିଟେକ୍ସନ ଟେଷ୍ଟ କରାଯିବ…

ଗାଁ ଭିତରେ ମଦ ବିକ୍ରିକୁ ବିରୋଧ, ଅବକାରୀ ଉପନିରୀକ୍ଷକଙ୍କ ନିକଟରେ ଅଭିଯୋଗ କରି…

କେସିଙ୍ଗା,୫ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ନୂନମାଠ ପଞ୍ଚାୟତ ଅଧିନସ୍ଥ ବିଜ ଖମନ ଗ୍ରାମ ଭିତରେ ଦେଶୀ ଓ ବିଦେଶୀ ମଦ ବେନିୟମ ଭାବେ ବିକ୍ରିକୁ…

ଲାଞ୍ଚ ନେଉଥିଲେ RI, ମାଡ଼ି ବସିଲା ଭିଜିଲାନ୍ସ

ଭୁବନେଶ୍ୱର, ୫।୧୦: ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଭୁବନେଶ୍ୱର କେଶରୀ ନଗର ରାଜସ୍ୱ ନିରୀକ୍ଷକ (RI) ନିରଞ୍ଜନ ସିଂ। ସମ୍ପତ୍ତିର ମାଲିକାନାସ୍ୱତ୍ତ୍ୱ ପ୍ରଦାନ କରିବା…

ମନରେଗା ଜନଶୁଣାଣିରେ ଆଇଟିଡିଏ ପ୍ରକଳ୍ପ ପ୍ରଶାସକ ଗାଏବ: ସ୍ୱଚ୍ଛତା ନେଇ ପ୍ରଶ୍ନବାଚୀ

ଥୁଆମୂଳ ରାମପୁର,୫ା୧୦ (ଦୁର୍ଗା କୀର୍ତ୍ତି) : କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷରେ ମନରେଗା ଯୋଜନାର ବ୍ଲକ ସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି…

Chanakya Niti: କେମିତି ନିବିଡ଼ ହେବ ସମ୍ପର୍କ, ଏହାକୁ ବଜାୟ ରଖିବାର ସହଜ କଳା…

ଭାରତୀୟ ସଂସ୍କୃତିରେ ଆଚାର୍ଯ୍ୟ ଚାଣକ୍ୟଙ୍କ ନୀତିଶାସ୍ତ୍ରର ବିଶେଷ ମହତ୍ତ୍ୱ ରହିଛି। ଚାଣକ୍ୟ କେବଳ ରାଜନୀତି କିମ୍ବା କୂଟନୀତି ନୁହନ୍ତି, ବରଂ ମାନବୀୟ ସମ୍ପର୍କକୁ କିପରି ସୁନ୍ଦର ଓ…

୧୫ରେ ଛାତ୍ର ସଂସଦ ନିର୍ବାଚନ, କିଏ ଲଢ଼ିପାରିବେ? ଜାଣନ୍ତୁ ନିୟମ

ଭୁବନେଶ୍ବର,୫ା୧୦: ଆସନ୍ତା ଅକ୍ଟୋବର ୧୫ରେ ହେବ ଛାତ୍ର ସଂସଦ ନିର୍ବାଚନ । ୧୬ରେ ଶପଥଗ୍ରହଣ ସମାରୋହ ହେବା ନେଇ ସୋମବାର ଘୋଷଣା କରିଛନ୍ତି ଉଚ୍ଚ ଶିକ୍ଷାମନ୍ତ୍ରୀ ସୂର୍ଯ୍ୟବଂଶୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?