Posted inଖେଳ

କୋହଲିଙ୍କ ବିଶ୍ୱ ରେକର୍ଡ ଭାଙ୍ଗିଲେ ସୂର୍ଯ୍ୟକୁମାର!

ପାଲେକେଲ୍‌,୨୮।୭: ଭାରତୀୟ ଟି୨୦ ଟିମ୍‌ର ସ୍ଥାୟୀ ଅଧିନାୟକ ହେବା ପରେ ସୂର୍ଯ୍ୟକୁମାର ଯାଦବ ବିରାଟ କୋହଲି ଅନ୍ତର୍ଜାତୀୟ ଟି୨୦ରେ କରିଥିବା ଏକ ବିଶ୍ୱ ରେକର୍ଡର ସମକକ୍ଷ ହୋଇଛନ୍ତି। ଶ୍ରୀଲଙ୍କା ବିପକ୍ଷ ପ୍ରଥମ ଟି୨୦ ମୁକାବିଲାରେ ସେ ୨୬ ବଲ୍‌ରେ ୫୮ ରନ୍‌ର ଇନିଂସ ଖେଳିଥିଲେ। ଏହି ଇନିଂସରେ ସେ ୮ ଚୌକା ଏବଂ ୨ ଛକା ମାରିଥିଲେ। ତାଙ୍କ ଇନିଂସ ଯୋଗୁ ଟିମ୍‌ ଇଣ୍ଡିଆ ୭ ଉଇକେଟ ହରାଇ ୨୧୩ ରନ୍‌ କରିଥିଲା। ଜବାବରେ ଶ୍ରୀଲଙ୍କା ୧୭୦ ରନ୍‌ରେ ଅଲଆଉଟ୍‌ ହୋଇଥିଲା।

ତେବେ ଟିମ୍‌ ଇଣ୍ଡିଆର ବିଜୟ ପରେ ସୂର୍ଯ୍ୟକୁମାରଙ୍କୁ ‘ପ୍ଲେୟାର ଅଫ୍‌ ଦ ମ୍ୟାଚ୍‌’ ଭାବେ ବିବେଚିତ କରାଯାଇଥିଲା। ଏଥିସହ ସେ କୋହଲିଙ୍କ ଅନ୍ତର୍ଜାତୀୟ ଟି୨୦ରେ ସର୍ବାଧିକ ଥର ମ୍ୟାଚ୍‌ ଅଫ୍‌ ଦ ମ୍ୟାଚ୍‌ ଜିତିବାର ବିଶ୍ୱ ରେକର୍ଡକୁ ଭାଙ୍ଗିଥିଲେ। କୋହଲି କ୍ୟାରିୟରରେ ୧୨୫ ମ୍ୟାଚ୍‌ରେ ୧୬ ଥର ପ୍ଲେୟାର ଅଫ ଦ ମ୍ୟାଚ୍‌ ହୋଇଥିବା ବେଳେ ସୂର୍ଯ୍ୟକୁମାର ୬୯ତମ ମ୍ୟାଚ୍‌ରେ ଏହାକୁ ହାସଲ କରିନେଇଛନ୍ତି।

ସେହିଭଳି ସୂର୍ଯ୍ୟକୁମାର ଅଷ୍ଟମ ଥର ଲାଗି ଭାରତର ଅଧିନାୟକତ୍ୱ କରିଥିବା ବେଳେ ଦଳକୁ ଷଷ୍ଠ ବିଜୟ ଦେଇଛନ୍ତି। ଏଥିସହ ସେ ଭାରତ ଲାଗି ଅନ୍ତର୍ଜାତୀୟ ଟି୨୦ରେ ସର୍ବାଧିକ ବିଜୟ ହାସଲ କରିଥିବା ଅଧିନାୟକଙ୍କ ତାଲିକାରେ ପ୍ରତିଶତ ଦୃଷ୍ଟିରୁ ଦ୍ୱିତୀୟରେ ପହଞ୍ଚିଛନ୍ତି। ରୋହିତ ଶର୍ମାଙ୍କ ଅଧିନାୟକତ୍ୱରେ ଭାରତ ୬୨ ମ୍ୟାଚ୍‌ରୁ ୪୯ରେ ବିଜୟ ହାସଲ କରିଛି। ତାଙ୍କ ବିଜୟ ପ୍ରତିଶତ ୭୯.୮୩ ଥିବା ବେଳେ ସୂର୍ଯ୍ୟକୁମାରଙ୍କ ବିଜୟ ପ୍ରତିଶତ ୭୫ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରାପଡ଼ା: ୨୧ ବର୍ଷ ପରେ କାର୍ଯ୍ୟାନୁଷ୍ଠାନ; ୩ ବାଂଲାଦେଶୀଙ୍କୁ ଦେଶାନ୍ତର କଲା ଜିଲା ପ୍ରଶାସନ

କେନ୍ଦ୍ରାପଡ଼ା, ୩୦ା୧ (ଜଗନ୍ନାଥ ଧଳ): ଦୀର୍ଘ ୨୧ ବର୍ଷ ପରେ କେନ୍ଦ୍ରାପଡ଼ା ଜିଲାରେ ଅନୁପ୍ରବେଶକାରୀଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ୩ ଜଣ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଜିଲା…

କୈଳାସ ସାହୁଙ୍କୁ ଗଳା କାଟି ହତ୍ୟା, ପହଞ୍ଚିଲା ବିଷମ କଟକ ପୋଲିସ… 

ବିଷମ କଟକ, ୩୦।୧(ପ୍ରସନ୍ନ କୁମାର ପଣ୍ଡା): ରାୟଗଡା ଜିଲା ବିଷମ କଟକ ସଦର ସ୍ଥିତ ବ୍ରାହ୍ମଣ ସାହି ନିବାସୀ କୈଳାସ ଚନ୍ଦ୍ରଙ୍କୁ କେହି ଦୁର୍ବୃତ୍ତ ଗଳା କାଟି…

ଅଭିଯୋଗ ଆଣିଲେ ଏମ୍‌ପି:ଦେଶର ଅର୍ଥନୈତିକ ଅଭିବୃଦ୍ଧି ଚିନ୍ତାଜନକ; ଗ୍ରାମୀଣ ବିକାଶକୁ ଅଣଦେଖା, ବଡ଼ ବଡ଼ …

ରାୟଗଡ଼ା,୩୦।୧(ଆଶିଷ ରଞ୍ଜନ ପଣ୍ଡା): ଆର୍ଥିକ ସର୍ବେକ୍ଷଣ ୨୦୨୫-୨୬ ଅନୁସାରେ ଭାରତର ଅର୍ଥନୈତିକ ଅଭିବୃଦ୍ଧି ପ୍ରାୟ ୭% ରହିବାର ପୂର୍ବାନୁମାନ କରାଯାଇଛି। ଯାହା ବିଶ୍ୱସ୍ତରୀୟ ଅନିଶ୍ଚିତତା ସତ୍ୱେ ଦେଶର ସାମଗ୍ରିକ…

ସରକାରଙ୍କ ବଡ଼ ଘୋଷଣା : ଝାରବନ୍ଧ ଓଡ଼ିଶାର ପ୍ରଥମ ଦୁଗ୍ଧ ଗ୍ରାମ; ସମୃଦ୍ଧି, ସଶକ୍ତିକରଣ ସ୍ଥାୟୀ ଗ୍ରାମୀଣ ବିକାଶର…

ବରଗଡ଼, ୩୦।୧( ପ୍ରେମାନନ୍ଦ ଖମାରୀ) – ସାମୁହିକ ପ୍ରଚେଷ୍ଟାରେ ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ କରିବା ଦିଗରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଉପାନ୍ତ ଝାରବନ୍ଧ ଦୁଗ୍ଧ…

ଗୁଣପୁର-ବିଷମକଟକ ବିଧାନସଭା ଆସନ ଉପରେ ଭାଜପାର ଫୋକସ୍‌: ପୂର୍ବତନ ଜିଲା ପରିଷଦ ଦମ୍ପତିଙ୍କ ପୁଅ ମିଶିଲେ ଭାଜପାରେ

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ୨୦୨୪ ସାଧାରଣ ନିର୍ବାଚନ ପରେ ରାଜ୍ୟରେ ଭାଜପା ଏକାକୀ ସରକାର ଗଠନ କରିବା ପରେ ଜିଲାରେ ସକ୍ରିୟ ହୋଇଛନ୍ତି ଭାଜପା କାର୍ଯ୍ୟକର୍ତ୍ତା। ଆଗାମୀ…

YouTube ଏବଂ Instagramରୁ କେମିତି କରିବେ ମୋଟା ଅଙ୍କର ରୋଜଗାର? ସରଳ ଭାଷାରେ ବୁଝନ୍ତୁ…

ନୂଆଦିଲ୍ଲୀ,୩୦।୧:  ଆଜିର ଡିଜିଟାଲ୍ ଯୁଗରେ ଯୁଟ୍ୟୁବ୍ ଓ ଇନ୍‌ଷ୍ଟାଗ୍ରାମ୍ ଅନେକ ଲୋକଙ୍କ ପାଇଁ ମୋଟା ଅଙ୍କର ରୋଜଗାରର ଏକ ମାଧ୍ୟମ ହୋଇଛି। ଏହି ଦୁଇଟି ପ୍ଲାଟଫର୍ମରେ ଆଡ୍ସ…

ଋଷିମାଳରେ କନ୍ଧମାଳ ଜିଲାପାଳ: ବ୍ରାହ୍ମଣୀଗାଁର ବିଭିନ୍ନ ଉନ୍ନୟନ କାର୍ଯ୍ୟ ଦେଖିଲେ

ଦାରିଙ୍ଗବାଡି,୩୦।୧(ଅରୁଣ ସାହୁ): କନ୍ଧମାଳ ଜିଲାପାଳ ବେଦ ଭୂଷଣ ଶୁକ୍ରବାର ଅପରାହ୍ନରେ ହଟାତ ଦାରିଙ୍ଗବାଡି ଗସ୍ତରେ ଆସିଥିଲେ। ସେ ଉକ୍ତ ବ୍ଲକର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ହାତୀମୁଣ୍ଡା…

ଗଲା ଗୋଟିଏ ପରେ ଗୋଟିଏ ଜୀବନ: ୫ ମଇଁଷି ମୃତ

ଖଜୁରିପଡ଼ା,୩୦ା୧ ( ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ଟି ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ୍‌ ଖୁଣ୍ଟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri