କୋହଲି- ଓ୍ବିଲିୟମସନ ଲଢ଼େଇ: ୧୧ ବର୍ଷପରେ ଏକ ବିରଳ ସଂଯୋଗ

ମାଞ୍ଚେଷ୍ଟର, ୮।୭(ପି.ଟି.)- ଚଳିତ ବିଶ୍ୱକପ୍‌ରେ ଭାରତ ଓ ନ୍ୟୁଜିଲାଣ୍ଡ ପ୍ରଥମ ସେମିଫାଇନାଲରେ ମଙ୍ଗଳବାର ମାଞ୍ଚେଷ୍ଟରରେ ପରସ୍ପରକୁ ଭେଟିବା ସ୍ପଷ୍ଟ ହୋଇଛି। ପଏଣ୍ଟ ଟେବୁଲରେ ଭାରତ ଶୀର୍ଷ ସ୍ଥାନରେ ରହିଥିବା ବେଳେ ନ୍ୟୁଜିଲାଣ୍ଡ ଚତୁର୍ଥ ସ୍ଥାନରେ ରହିଛି। ସେହିପରି ଦ୍ୱିତୀୟ ଓ ତୃତୀୟ ସ୍ଥାନରେ ଥିବା ଅଷ୍ଟ୍ରେଲିଆ ଓ ଇଂଲଣ୍ଡ ଦ୍ୱିତୀୟ ସେମିଫାଇନାଲରେ ବର୍ମିଂହାମରେ ଗୁରୁବାର ମୁହଁାମୁହିଁ ହେବେ। ବିଶ୍ୱକପ୍‌ ଇତିହାସରେ ନ୍ୟୁଜିଲାଣ୍ଡ ଏଥିସହ ଅଷ୍ଟମଥର ପାଇଁ ସେମିଫାଇନାଲକୁ ଉଠିଛି। ସେହିପରି ଭାରତ ସପ୍ତମଥର ପାଇଁ ସେମିଫାଇନାଲ ମୁକାବିଲାରେ ଅବତୀର୍ଣ୍ଣ ହେବ।
ବିରାଟ କୋହଲିଙ୍କ ନେତୃତ୍ୱରେ ଭାରତ ଏପର୍ଯ୍ୟନ୍ତ ଜବରଦସ୍ତ ପ୍ରଦର୍ଶନ କରିଆସଛି। ସେହିପରି କେନ ଓ୍ବିଲିୟମସନଙ୍କ ଅଧିନାୟକତ୍ୱରେ ନ୍ୟୁଜିଲାଣ୍ଡ ଭଲ ଖେଳି ସେମିକୁ ଉଠିଛି। ତେବେ ଏକ ବିରଳ ସଂଯୋଗ କ୍ରମରେ ଏହି ଦୁଇ ଅଧିନାୟକ ପୁଣି ଥରେ ୧୧ ପରେ ବିଶ୍ୱକପ୍‌ ସେମିଫାଇନାଲରେ ମୁହଁାମୁହିଁ ହେବାକୁ ଯାଉଛନ୍ତି। ଦୁହେଁ ଯେତେବେଳେ ୧୯ ବର୍ଷରୁ କମ୍‌ କ୍ରିକେଟ ଖେଳୁଥିଲେ ସେତେବେଳେ ଅଧିନାୟକ ହିସାବରେ ପରସ୍ପରକୁ ଭେଟିଥିଲେ। ୨୦୦୮ରେ ଖେଳାଯାଇଥିବା ୧୯ ବର୍ଷରୁ କମ୍‌ ବିଶ୍ୱକପ୍‌ ସେମିଫାଇନାଲରେ କୋହଲି ଓ ଓ୍ବିଲିୟମସନଙ୍କ ନେତୃତ୍ୱରେ ଭାରତ ଓ ନ୍ୟୁଜିଲାଣ୍ଡ ପରସ୍ପରକୁ ଭେଟିଥିଲେ। ଏବେ ଏହି ଦୁଇ ଅଧିନାୟକ ସିନିୟର ଦଳର ନେତୃତ୍ୱ ନେଇ ପୁଣି ଥରେ ବିଶ୍ୱକପ ସେମିରେ ମୁହଁାମୁହିଁ ହେବାକୁ ଯାଉଛନ୍ତି। ଏହାକୁ ଏକ ଅପୂର୍ବ ସାମଞ୍ଜସ୍ୟ ବା ସଂଯୋଗ ବୋଲି କୁହାଯାଇପାରେ। ରବୀନ୍ଦ୍ର ଜାଡେଜା, ଟ୍ରେଣ୍ଟ ବୋଲ୍ଟ ଓ ଟିମ୍‌ ସୌଦି ସେତେବେଳେ ଏହି ସେମିଫାଇନାଲ ଖେଳିଥିଲେ। ସେମିରେ ଅବଶ୍ୟ ଭାରତ ସେତେବେଳେ ୩ ଉଇକେଟରେ ନ୍ୟୁଜିଲାଣ୍ଡକୁ ପରାସ୍ତ କରି ଫାଇନାଲରେ ପ୍ରବେଶ କରିଥିଲା। ଅଲରାଉଣ୍ଡ ପ୍ରଦର୍ଶନ କରି କୋହଲି ପ୍ଲେୟାର ଅଫ୍‌ ଦି ମ୍ୟାଚ୍‌ ବିବେଚିତ ହୋଇଥିଲେ। କୋହଲି ଓ୍ବିଲିୟମସନଙ୍କୁ ଆଉଟ କରିଥିଲେ। ଏଥର ମଧ୍ୟ କୋହଲିଙ୍କ ନେତୃତ୍ୱରେ ଭାରତ ନ୍ୟୁଜିଲାଣ୍ଡକୁ ହରାଇ ଫାଇନାଲକୁ ଉଠିବ ବୋଲି ଆଶା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କ ହାଡ଼ ଭାଙ୍ଗିଦେବି…ଏମିତି ଧମକ ଦେଇ ଫସିଲେ ବିଧାୟକ

ଚେନ୍ନାଇ,୨୩।୭: ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କୁ ଧମକ ଦେବା ଅଭିଯୋଗରେ ଗିରଫ ହୋଇଥିବା ଭିଲାଥିକୁଲମର ଡିଏମକେ ବିଧାୟକ ଜିଭି ମାର୍କଣ୍ଡେୟନଙ୍କୁ କୋର୍ଟରେ ଏକ ବଡ଼ ଝଟକା…

‘ଯଦି ମୋତେ ଆଜି ଜନ୍ତରମନ୍ତରରେ ପାଇବେନି ତେବେ ଜାଣିନେବେ’… ଅଭିଜିତ୍‌ ଦୀପ୍‌କେଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୨୩।୭: କକରୋଚ ଜନତା ପାର୍ଟିର ମୁଖ୍ୟ ଅଭିଜିତ ଦୀପକେ ଆନ୍ଦୋଳନକାରୀମାନଙ୍କୁ ଏକ ଅନୁରୋଧ କରିଛନ୍ତି। ସେ କହିଛନ୍ତି ଯେ ଯଦି ସେ ଆଜି ଜନ୍ତର-ମନ୍ତରରେ ଦେଖା ନ…

ICC ODI Rankingରେ ଭାରତୀୟ ବ୍ୟାଟ୍ସମ୍ୟାନ୍‌ଙ୍କ ଦବ୍‌ଦବା: ଟପ୍‌-୪ରେ ୩ ଭାରତୀୟ, ଜାଣନ୍ତୁ କେଉଁ ସ୍ଥାନରେ ରୋହିତ-ବିରାଟ

ନୂଆଦିଲ୍ଲୀ,୨୩।୭: ICC ଦ୍ୱାରା ବୁଧବାର ନୂତନ ରାଙ୍କିଙ୍ଗ ଜାରି କରାଯାଇଛି। ଦିନିକିଆ ବ୍ୟାଟିଂ ରାଙ୍କିଙ୍ଗ୍‌ରେ ଭାରତୀୟ ବ୍ୟାଟ୍ସମ୍ୟାନମାନଙ୍କ ଦବଦବା ଜାରି ରହିଥିବାବେଳେ କ୍ୟାପଟେନ ଶୁବମନ ଗିଲ୍‌ ନମ୍ବର-୧…

ଆଉ ଦରକାର ପଡ଼ିବନି LPG ସିଲିଣ୍ଡର! ଏଣିକି ଇଥାନଲରେ ହେବ ରୋଷେଇ, ହେଲେ କିଣିବାକୁ ପଡିବ ନୂଆ ଚୁଲା

ନୂଆଦିଲ୍ଲୀ,୨୩।୭: ପେଟ୍ରୋଲରେ ଇଥାନଲ ମିଶ୍ରଣ କରିବା ପରେ, କେନ୍ଦ୍ର ସରକାର ଏବେ ଏହି ଜୈବ ଇନ୍ଧନ (biofuel) ର ଅନ୍ୟ ଏକ ବଡ଼ ବ୍ୟବହାର ଆପଣଙ୍କ ରୋଷେଇ…

କେନ୍ଦ୍ର ସରକାର ବଢାଇଲେ ମହଙ୍ଗା ଭତ୍ତା: ଏହିସବୁ କର୍ମଚାରୀଙ୍କ ବଢ଼ିବ ଦରମା

ନୂଆଦିଲ୍ଲୀ,୨୩।୭: ଦେଶର ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଜୁଲାଇ ମାସରେ ହେବାକୁ ଥିବା ମହଙ୍ଗା ଭତ୍ତା (DA) ବୃଦ୍ଧିକୁ ଅପେକ୍ଷା କରିଛନ୍ତି। ସେମାନେ ମହଙ୍ଗା ଭତ୍ତାରେ ୨…

ଫୋକସରେ ପୌର -ପଞ୍ଚାୟତ ନିର୍ବାଚନ: ତାମ୍ପରାରେ ବିଜୁ ଜନତା ଦଳର ସାଙ୍ଗଠନିକ ବୈଠକ, ମିଶିକି ନେଲେ ଏହି ଶପଥ

ଛତ୍ରପୁର, ୨୩।୭ (ଦିଲ୍ଲୀପ ସାମଲ/ ଦ୍ୱାରିକାପଟ୍ଟନାୟକ): ଆଗାମୀ ପୌର ଓ ପଞ୍ଚାୟତ ନିର୍ବାଚନକୁ ସାମ୍ନାରେ ରଖି ଛତ୍ରପୁର ନିର୍ବାଚନମଣ୍ଡଳୀରେ ସଂଗଠନକୁ ଅଧିକ ସୁଦୃଢ଼ କରିବା ଲକ୍ଷ୍ୟରେ ବିଜୁ…

ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ଖୁସିଖବର: ବଢିଲା ମହଙ୍ଗା ଭତ୍ତା

ଭୁବନେଶ୍ୱର, ୨୩।୭: ରାଜ୍ୟ ସରକାରୀ କର୍ମଚାରୀଙ୍କୁ ଗୁରୁବାର ଏକ ଖୁସିଖବର ମିଳିଛି। ରାଜ୍ୟ ସରକାର ମହଙ୍ଗା ଭତ୍ତା ୫% ବୃଦ୍ଧି କରିଛନ୍ତି। ଫଳରେ ମହଙ୍ଗା ଭତ୍ତା ୨୫୭%ରୁ…

ପରିତ୍ୟକ୍ତ ଅବସ୍ଥାରେ ଦାରିଙ୍ଗବାଡିର ଏକମାତ୍ର ଯାତ୍ରୀ ବିଶ୍ରାମାଗାର: ଭାଙ୍ଗି ଗଲାଣି ଗେଟ୍‌

ଦାରିଙ୍ଗବାଡି,୨୨।୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଚାରି ଛକରେ ରହିଥିବା ଏକ ମାତ୍ର ବିଶ୍ରାମାଗାର ଏବେ ପରିତ୍ୟକ୍ତ ଅବସ୍ଥାରେ ରହିଛି। ପୁତ୍ତିମୟ ଗନ୍ଧରେ ନାକ ଫାଟି ଯାଉଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri