Posted inଖେଳ

କୋହଲି, ରୋହିତ୍‌, ବୁମ୍‌ରା ପାଇବେ ୭ କୋଟି

ନୂଆଦିଲ୍ଲୀ, ୧୬।୧ (ପି.ଟି.)- ଭାରତୀୟ କ୍ରିକେଟ୍‌ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ପକ୍ଷରୁ ଗୁରୁବାର ବାର୍ଷିକ କେନ୍ଦ୍ରୀୟ ଚୁକ୍ତି ତାଲିକା (୨୦୧୯ ଅକ୍ଟୋବରରୁ ୨୦୨୦ ସେପ୍ଟେମ୍ବର ପର୍ଯ୍ୟନ୍ତ) ପ୍ରକାଶ ପାଇଛି। ଏଥିରେ ମୋଟ୍‌ ୪ଟି ଗ୍ରେଡ୍‌ ରହିଛି। ଅଧିନାୟକ ବିରାଟ କୋହଲିଙ୍କ ସମେତ ରୋହିତ୍‌ ଶର୍ମା ଓ ଦ୍ରୁତ ବୋଲର ଯଶପ୍ରୀତ୍‌ ବୁମ୍‌ରା ସର୍ବୋଚ୍ଚ କାଟେଗୋରି ଗ୍ରେଡ-ଏ+ରେ ସ୍ଥାନ ପାଇଛନ୍ତି। ଏହି ୩ ଖେଳାଳି ବର୍ଷକୁ ବିସିସିଆଇ ନିକଟରୁ ୭ କୋଟି ଟଙ୍କା ପାଇବେ। ସେହିଭଳି ଗ୍ରେଡ-ଏ, ଗ୍ରେଡ୍‌-ବି ଓ ଗ୍ରେଡ୍‌-ସି’ରେ ସ୍ଥାନ ପାଇଥିବା ଖେଳାଳିମାନଙ୍କୁ ବିସିସିଆଇ ଯଥାକ୍ରମେ ୫ କୋଟି, ୩ କୋଟି ଓ ଏକ କୋଟି ଟଙ୍କା ପ୍ରଦାନ କରିବ।
କେନ୍ଦ୍ରୀୟ ଚୁକ୍ତି ତାଲିକା-
ଗ୍ରେଡ ଏ+: ବିରାଟ କୋହଲି, ରୋହିତ୍‌ ଶର୍ମା, ଯଶପ୍ରୀତ୍‌ ବୁମ୍‌ରା।
ଗ୍ରେଡ୍‌ ଏ: ରବିଚନ୍ଦ୍ରନ ଅଶ୍ୱିନ, ରବୀନ୍ଦ୍ର ଜାଡେଜା, ଭୁବନେଶ୍ୱର କୁମାର, ଚେତେଶ୍ୱର ପୂଜାରା, ଅଜିଙ୍କ୍ୟ ରାହାନେ, ଲୋକେଶ ରାହୁଲ, ଶିଖର ଧାଓ୍ବନ, ମହମ୍ମଦ ଶାମି, ଇଶାନ୍ତ ଶର୍ମା, କୁଲଦୀପ ଯାଦବ ଓ ରିଷଭ ପନ୍ତ।
ଗ୍ରେଡ୍‌ ବି: ରିଦ୍ଧିମାନ ଶାହ, ଉମେଶ ଯାଦବ, ୟୁଜବେନ୍ଦ୍ର ଚହଲ, ହାର୍ଦ୍ଦିକ ପାଣ୍ଡ୍ୟା ଓ ମୟଙ୍କ ଅଗ୍ରଓ୍ବାଲ।
ଗ୍ରେଡ୍‌ ସି: କେଦାର ଯାଦବ, ନବଦୀପ ସଇନି, ଦୀପକ ଚହର, ମନୀଷ ପାଣ୍ଡେ, ହନୁମା ବିହାରୀ, ଶାର୍ଦ୍ଦୁଳ ଠାକୁର, ଶ୍ରେୟାସ ଆୟାର ଓ ଓ୍ବାଶିଂଟନ ସୁନ୍ଦର।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଟସ୍‌ ଜିତିଲା ଇଂଲଣ୍ଡ: ଭାରତୀୟ ଦଳରେ ବଡ଼ ପରିବର୍ତ୍ତନ

ବର୍ମିଂହାମ,୧୪।୭: ବର୍ମିଂହାମର ଏଜବାଷ୍ଟନରେ ଖେଳାଯାଉଥିବା ପ୍ରଥମ ଦିନିକିଆରେ ଇଂଲଣ୍ଡ ଅଧିନାୟକ ହ୍ୟାରି ବ୍ରୁକ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଟିମ ଇଣ୍ଡିଆ…

ଟିମ ଇଣ୍ଡିଆରେ ଫାଟ! ପରସ୍ପର ସହିତ କଥା ହେଉନାହାଁନ୍ତି ଗୌତମ ଗମ୍ଭୀର-ବିରାଟ କୋହଲି? ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୧୪।୭: ଭାରତୀୟ କ୍ରିକେଟ ଦଳ ଆଜି ଇଂଲଣ୍ଡ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଏକଦିବସୀୟ ସିରିଜ ଆରମ୍ଭ କରିବାକୁ ଯାଉଛି। ତଥାପି, ଏହି ମ୍ୟାଚ ପୂର୍ବରୁ ଟିମ…

ରୋହିତ ଶର୍ମାଙ୍କ ଆଖିରେ ଲୁହ: ଜାଣନ୍ତୁ ପୂରା ଘଟଣା…

ନୂଆଦିଲ୍ଲୀ,୧୪।୭: ଆଜିଠାରୁ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଦିନିକିଆ ସିରିଜ ଆରମ୍ଭ ହେବ। ଟି-୨୦ ସିରିଜ୍‌ ହାରିବା ପରେ ଦିନିକିଆ ସିରିଜ୍‌ ହାତେଇବାକୁ ପଡ଼ିଆକୁ ଓହ୍ଲାଇବ ଭାରତ।…

୩୮ ବର୍ଷୀୟ ରେଫରିଙ୍କ ମୃତ୍ୟୁକୁ ନେଇ ଉଠିଛି ପ୍ରଶ୍ନ, ୨୦୨୬ ଫିଫା ବିଶ୍ୱକପରୁ ବାଦ ପଡିଥିଲେ

ମାୟାମି,୧୪।୭: ଫୁଟବଲ ଜଗତରୁ ଏକ ଦୁଃଖଦ ଖବର ଆସିଛି: ଡଚ ରେଫରି ରବ ଡାଏପେରିଙ୍କ ମୃତ ଅବସ୍ଥାରେ ଉଦ୍ଧାର ହୋଇଛନ୍ତି। ତାଙ୍କୁ ପୂର୍ବରୁ 2026 FIFA ବିଶ୍ୱକପ…

ବୈଭବ ସୂର୍ଯ୍ୟବଂଶୀଙ୍କ ଟ୍ରେନର ସାଜିବେ ଯୁବରାଜ ସିଂହ? ନିଜେ ଦେଲେ ବଡ଼ ବୟାନ

ନୂଆଦିଲ୍ଲୀ,୧୪।୭: ବୈଭବ ସୂର୍ଯ୍ୟବଂଶୀଙ୍କ ଅନ୍ତର୍ଜାତୀୟ କ୍ୟାରିୟରର ଆରମ୍ଭ ଭଲ ନଥିଲା; ସେ ସଦ୍ୟ ସମାପ୍ତ ଇଂଲଣ୍ଡ ବିପକ୍ଷରେ T20 ସିରିଜରେ ଡେବ୍ୟୁ କରିଥିଲେ କିନ୍ତୁ ପରେ ତାଙ୍କୁ…

ଫ୍ରାନ୍ସ ଦଳ ବିରୋଧରେ ଆପତ୍ତିଜନକ ମନ୍ତବ୍ୟ: ସ୍ପେନର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କୁ କଡ଼ା ସମାଲୋଚନା

ମାଡ୍ରିଡ୍‌,୧୩ା୭: ନିକଟରେ ଫ୍ରାନ୍ସ ବିଶ୍ୱକପ୍‌ ଦଳରେ କୌଣସି ଫ୍ରେଞ୍ଚ ଖେଳାଳି ନାହାନ୍ତି ବୋଲି ମନ୍ତବ୍ୟ ଦେଇଥିବା ସ୍ପେନର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା କନ୍‌ଜରଭେଟିଭ ପପୁଲାର ପାର୍ଟିର ମାରିଆନୋ…

ଲର୍ଡସରେ ଇତିହାସ ରଚିଲା ଟିମ୍‌ଇଣ୍ଡିଆ: ୧୪୨ ବର୍ଷ ପରେ…

ଲର୍ଡସ,୧୩।୭: ଲର୍ଡସରେ ଭାରତ ଇଂଲଣ୍ଡକୁ ୨୭୦ ରନରେ ପରାସ୍ତ କରି ଐତିହାସିକ ବିଜୟ ହାସଲ କରିଛି। ୧୪୨ ବର୍ଷର ଇତିହାସରେ ଲର୍ଡସରେ ଖେଳାଯାଇଥିବା ଏହା ପ୍ରଥମ ମହିଳା…

ଟିମ ଇଣ୍ଡିଆକୁ ଫେରିବେ ସୂର୍ଯ୍ୟକୁମାର! ସାମ୍ନାରେ ବଡ଼ ସର୍ତ୍ତ ରଖିଲା BCCI

ନୂଆଦିଲ୍ଲୀ, ୧୩।୭: ୨୦୨୬ ଟି-୨୦ ୱାଲର୍‌ଡ କପ ଟ୍ରଫି ଜିତିବା ସତ୍ତ୍ୱେ ଭାରତୀୟ ଟି-୨୦ ଦଳରୁ ବାଦ୍‌ ପଡ଼ିଥିବା ଷ୍ଟାର୍‌ ବ୍ୟାଟ୍ସମ୍ୟାନ ସୂର୍ଯ୍ୟକୁମାର ଯାଦବଙ୍କୁ ନେଇ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri