କୋହଳ ପରବର୍ତ୍ତୀ ପରିସ୍ଥିତି ପାଇଁ ପ୍ରସ୍ତୁତ ରୁହ

କଟକ ଅଫିସ୍‌,୧୭ା୪: ରାଜ୍ୟରେ ଲକ୍‌ଡାଉନ୍‌ ସ୍ଥିତିର ସମୀକ୍ଷା କରିଛନ୍ତି ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ଅଭୟ। ଗୁରୁବାର ସେ ଏନେଇ ରାଜ୍ୟର ବରିଷ୍ଠ ପୋଲିସ ଅଧିକାରୀ ଯଥା ସମସ୍ତ ରେଞ୍ଜର ଆଇଜି, ଡିଆଇଜି, ଏସ୍‌ପିମାନଙ୍କ ସହ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଆଲୋଚନା କରିଛନ୍ତି। ଏପ୍ରିଲ୍‌ ୨୦ତାରିଖ ପରେ ଲକ୍‌ଡାଉନ୍‌ରେ କିଛି ପରିମାଣରେ କୋହଳ ପାଇଁ ସରକାର ନିଷ୍ପତ୍ତି ନେଇଛନ୍ତି। ଏଣୁ କୋହଳ ପରବର୍ତ୍ତୀ ପରିସ୍ଥିତିକୁ ମୁକାବିଲା କରିବା ପୋଲିସ ପାଇଁ ସବୁଠୁ ଗୁରୁତ୍ୱପୂର୍ଣ୍ଣ ଅଟେ। ଅଯଥା ଭିଡ଼କୁ କେମିତି ନିୟନ୍ତ୍ରିତ କରାଯାଇପାରିବ, ସେନେଇ ବୈଠକରେ ବିଶେଷ ଆଲୋଚନା ହୋଇଥିଲା।
ରାଜ୍ୟ ସରକାର ପ୍ରଥମେ ଲକ୍‌ଡାଉନ୍‌ ଅବଧିକୁ ଏପ୍ରିଲ୍‌ ୩୦ତାରିଖ ପର୍ଯ୍ୟନ୍ତ ବଢ଼ାଇଥିଲେ। କିନ୍ତୁ କେନ୍ଦ୍ର ସରକାର ଏହାକୁ ମେ’ ୩ ତାରିଖ ପର୍ଯ୍ୟନ୍ତ ଘୁଞ୍ଚାଇଛନ୍ତି। ତେବେ ଏପ୍ରିଲ୍‌ ୨୦ତାରିଖ ପରେ ଯାନବାହନ ଚଳାଚଳ ଏବଂ ଅନ୍ୟାନ୍ୟ କେତେକ କ୍ଷେତ୍ରରେ ଅନେକ ପ୍ରକାର କୋହଳ କରାଯିବା ସମ୍ଭାବନା ରହିଛି, ଯାହାଫଳରେ ରାସ୍ତାରେ ଯାନବାହନ ସଂଖ୍ୟାରେ ବୃଦ୍ଧି ହେବାର ଆଶଙ୍କା ରହିଛି। କଟକଣା ମୁକ୍ତ ପରେ ପରିସ୍ଥିତିକୁ ନିୟନ୍ତ୍ରଣ କରିବା ଦିଗରେ ଠୋସ୍‌ ପଦକ୍ଷେପ ନେବାକୁ ବରିଷ୍ଠ ପୋଲିସ ଅଧିକାରୀଙ୍କୁ ଡିଜିପି ଅଭୟ ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟରେ ଲକ୍‌ଡାଉନ୍‌ ସମ୍ପର୍କିତ ମାମଲାଗୁଡ଼ିକ ବଢ଼ିବାରେ ଲାଗିଛି। ସେହି ମାମଲାଗୁଡ଼ିକର ଠିକ୍‌ ତଦନ୍ତ ଏବଂ ଏହା ଉପରେ ଆଇନ୍‌ଗତ କାର୍ଯ୍ୟାନୁଷ୍ଠାନ ନେଇ ସେ ଆଲୋଚନା କରିଥିଲେ। ପୋଲିସ ବିଭାଗ ତରଫରୁ ଲକ୍‌ଡାଉନ୍‌ କଟକଣାକୁ କଡ଼ାକଡ଼ି ପାଳନ ଦିଗରେ ବିଶେଷ ପଦକ୍ଷେପ ନିଆଯାଇଛି। ଯାହାକୁ ସବୁଆଡ଼ୁ ପ୍ରଶଂସା ମିଳୁଛି। ଏତଦ୍‌ବ୍ୟତୀତ ସଡ଼କରେ କାର୍ଯ୍ୟରତ ପୋଲିସ କର୍ମଚାରୀଙ୍କ ପାଇଁ କଲ୍ୟାଣ କାର୍ଯ୍ୟକ୍ରମ, ଆନ୍ତଃଜିଲା ଏବଂ ଆନ୍ତଃ ରାଜ୍ୟ ଗମନାଗମନ ଉପରେ ଅନୁମତି ପ୍ରସଙ୍ଗ, ରାଜ୍ୟରେ ଥିବା ପ୍ରବାସୀ ଶ୍ରମିକଙ୍କ ଶିବିରଗୁଡ଼ିକର ସ୍ଥିତି, ଜନସାଧାରଣଙ୍କ ମୁଖା ପିନ୍ଧାକୁ ବାଧ୍ୟତାମୂଳକ କରିବା, ବେଆଇନ ମଦ କାରବାର ଉପରେ କାର୍ଯ୍ୟାନୁଷ୍ଠାନ ଏବଂ ଘରୋଇ ହିଂସା ବିରୋଧରେ କାର୍ଯ୍ୟାନୁଷ୍ଠାନ ନେଇ ଆଲୋଚନା ହୋଇଥିଲା। ବୈଠକରେ ଏଡିଜି(ମୁଖ୍ୟାଳୟ) ବିନୟତୋଷ ମିଶ୍ର, ଏଡିଜି(ଆଇନ୍‌ ଶୃଙ୍ଖଳା) ସୌମେନ୍ଦ୍ର ପ୍ରିୟଦର୍ଶୀ, ଏଡିଜି(ଗୋଇନ୍ଦା), ଆଇଜି(ଆଧୁନିକୀକରଣ)ରେଖା ଲୋହାନୀ, ଆଇଜି(ପ୍ରୋଭିଜନିଂ) ଯତୀନ୍ଦ୍ର କୋଏଲ୍‌ଙ୍କ ସମେତ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଗାଁ ଗାଁରେ ଚୋରାମଦ, ତାତିଲେ ଲୋକେ: ହାତ ବାନ୍ଧି ବସିଛନ୍ତି ଅବକାରୀ, ପୋଲିସ

ବରଗଡ଼,୯।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ନିଶା କାରବାର ବଢ଼ିଚାଲିଛି। ଗାଁଠୁ ସହର ସବୁଆଡ଼େ ଚୋରାମଦ ସହିତ ଗଞ୍ଜେଇ, କଫ ସିରପ୍‌ ଅବାଧରେ ବିକ୍ରି ହେଉଛି। ସେହିପରି କେତେକ ସ୍ଥାନରେ…

୩ ରାଜ୍ୟର ବିଧାନସଭା ଆସନ ପାଇଁ ମତଦାନ ଆରମ୍ଭ

ନୂଆଦିଲ୍ଲୀ,୯।୪: କେରଳମ୍‌, ଆସାମ ଓ ପୁଡୁଚେରୀର ମୋଟ ୨୯୬ ଆସନରେ ଗୁରୁବାର ଗୋଟିଏ ପର୍ଯ୍ୟାୟରେ ବିଧାନସଭା ନିର୍ବାଚନ ପାଇଁ ମତଦାନ ଆରମ୍ଭ ହୋଇଛି। ସକାଳୁ ସକାଳୁ ଲାଇନରେ…

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri