କୌଶଳ ଶିକ୍ଷା ନାଁରେ ଶୋଷଣ ଅଭିଯୋଗ: ଯୁବତୀଯୁବକ କଲେକ୍ଟୋରେଟରେ ହାଜର; ଆଇନଗତ କାର୍ଯ୍ୟାନୁଷ୍ଠାନ ଦାବି

ନୂଆପଡା ଅଫିସ,୨୮ା୮: ଦିନକୁ ଦିନ ଜିଲାରେ ବେରୋଜଗାର ଯୁବତୀଯୁବକଙ୍କ ସଂଖ୍ୟା ବଢିଚାଲିଥିବାବେଳେ ଏହାର ସୁଯୋଗ ନେଇ ବାହାରୁ ବିଭିନ୍ନ ନାଁରେ ସଂସ୍ଥାଗୁଡିକ ଡେରା ପକାଇ କୌଶଳ ଶିକ୍ଷା ଦେବା ନାଁରେ ବିଭିନ୍ନ ଶୋଷଣ କରୁଥିବା ଅଭିଯୋଗ ହୋଇଛି । ଏହାକୁ ନେଇ ନୂଆପଡ଼ା ଜିଲା କୋମନା ବ୍ଲକ ଉଦ୍ୟାନବନ୍ଧରେ ସଂସ୍ଥାରେ ତାଲିମ ଗ୍ରହଣ କରୁଥିବା ଯୁବତୀଯୁବକମାନେ ନୂଆପଡା ଆସି ଜିଲାପାଳଙ୍କୁ ଅଭିଯୋଗ କରିଛନ୍ତି ।
ଅଭିଯୋଗ ମୁତାବକ ଉଦ୍ୟାନବନ୍ଧରେ ବେକାର ଯୁବତୀଯୁବକମାନଙ୍କୁ ରୋଜଗାର ଦେବା ପାଇଁ ରାଜ୍ୟ ଏବଂ କେନ୍ଦ୍ର ସରକାରଙ୍କ ଗ୍ରାମୀଣ କୌଶଳ ଯୋଜନାରୁ ତାଲିମ ପ୍ରଦାନ କରାଯିବାକୁ ଏକ ଅନୁଷ୍ଠାନରେ ବ୍ୟବସ୍ଥା କରାଯାଇଥିଲା । ଓଡିଶା ଜୀବିକା ମିଶନ ତରଫରୁ ଏମପିକନ ଲିମିଟେଡ ଜରିଆରେ ୪ଟି ବ୍ୟାଚରେ ୧୨୦ଜଣ ଯୁବତୀଯୁବକଙ୍କୁ ନର୍ସିଂ ତାଲିମ ପ୍ରଦାନ କରାଯାଇଥିଲା । ଏହିଭଳି ଗତ ଏପ୍ରିଲରୁ ୩୦ଜଣ ଯୁବତୀଯୁବକଙ୍କୁ ଭାରତ ସରକାରଙ୍କ ଗ୍ରାମୀଣ କୌଶଳ ଯୋଜନା (ପିଏମକେଭିୱାଇ)ରୁ କଟକର ବିଦ୍ୟାଳୟ ରିଫର ମେଟିଭ ଆକାଡେମୀ ଜରିଆରେ ତାଲିମ ପ୍ରଦାନ କାର୍ଯ୍ୟକ୍ରମ ଚାଲିଥିଲା । ଏଥିରେ ତାଲିମ ନେଉଥିବା ଯୁବତୀଯୁବକମାନଙ୍କୁ କୌଣସି ପ୍ରକାର ସୁବିଧା ସୁଯୋଗ ପ୍ରଦାନ କରାଯାଉ ନ ଥିବାବେଳେ ଷ୍ଟାଇପେଣ୍ଡର ବ୍ୟବସ୍ଥା ମଧ୍ୟ ମିଳୁନାହିଁ । ଏମାନଙ୍କ ନାଁରେ ବ୍ୟାଙ୍କ ଆକାଉଣ୍ଟ ଖୋଲି ଏଟିଏମ ପାସ ବହି ଆଦି ରଖି ନେଇଥିବା ଅଭିଯୋଗ ହୋଇଛି । ଏଥିରେ ନିୟୋଜିତ କର୍ମଚାରୀମାନଙ୍କୁ ମାସାଧିକକାଳ ଦରମା ପ୍ରଦାନ କରାଯାଉ ନ ଥିବାରୁ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ଏସବୁ ପରିଚାଳନା କରୁଥିବା କର୍ତ୍ତୃପକ୍ଷ ଯୁବତୀଯୁବକମାନଙ୍କ ନାଁରେ ବ୍ୟାପକ ଅନିୟମିତତା କରୁଥିବା ଅଭିଯୋଗ ହୋଇଛି। ଏହି ସବୁ ଅଭିଯୋଗ ନେଇ ଯୁବତୀଯୁବକମାନେ ନୂଆପଡା ଆସି ଜିଲାପାଳଙ୍କୁ ଭେଟି ଜଣାଇଛନ୍ତି । ଯୁବତୀଯୁବକମାନଙ୍କ ସହ ଜିଲା ଓକିଲ ସଂଘ ସଭାପତି ପ୍ରସନ୍ନ କୁମାର ପାଢୀ ଆସି ଜିଲାପାଳଙ୍କୁ ଏହାର ସରଜମିନ ତଦନ୍ତ କରି କାର୍ଯ୍ୟାନୁଷ୍ଠାନ କରିବାକୁ ଦାବି କରିଛନ୍ତି । ଏହା ଉପରେ ଆକାଡେମୀ ପରିଚାଳକ ପ୍ରଶାନ୍ତ କୁମାର ବେହେରାଙ୍କୁ ଯୋଗାଯୋଗ କରିବାରେ ଆଜିକୁ ପ୍ରାୟ ମାସେ ହେବ କେନ୍ଦ୍ର ଚାଲିଥିଲା । ଆଜକୁ ୧୫ ଦିନ କାର୍ଯ୍ୟକ୍ରମ ବନ୍ଦ ହୋଇପଡିଛି । ଏହାକୁ ଆଗକୁ ପୁନଃକାର୍ଯ୍ୟକ୍ଷମ କରାଯିବ। ପିଲାଙ୍କ ଭବିଷ୍ୟତକୁ ଦୃଷ୍ଟିରେ ରଖି କେନ୍ଦ୍ର ଅନ୍ୟତ୍ର ସ୍ଥାପନ କରି ତାଲିମ କାର୍ଯ୍ୟ ଚଳାଇ ପିଲାଙ୍କୁ ଥଇଥାନ ପାଇଁ ଯୋଜନା ରହିଛି ବୋଲି କହିଛନ୍ତି । ପିଲାଙ୍କ ପାଇଁ କୌଣସି ପ୍ରକାର ବ୍ୟବସ୍ଥା ନ ଥିବା କହିଛନ୍ତି । ଟ୍ରେନରମାନଙ୍କୁ ଦରମା ଦେଇ ନ ଥିବା କଥାକୁ ସ୍ବୀକାର କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଅଚାନକ ଡାକ୍ତରଖାନାରେ ପହଞ୍ଚିଲେ ସିଡିଏମ୍‌ଓ

ବଡ଼ଗାଁ,୫ା୬(ଅଶୋକ ଷଡଙ୍ଗୀ):ସୁନ୍ଦରଗଡ଼ ଜିଲା ବଡ଼ଗାଁ ସ୍ଥିତ ସରକାରୀ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର(ସିଏଚସି )ରେ ଲାଗି ରହିଥିବା ବିଭିନ୍ନ ସମସ୍ୟାକୁ ନେଇ ବୁଧବାର ଗ୍ରାମବାସୀମାନେ ସିଏଚସି ଅଧିକାରୀଙ୍କୁ ସାକ୍ଷାତ…

ହଟିବ ବେଆଇନ ନିର୍ମାଣ

କେନ୍ଦୁଝର,୫ା୬ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ତହସିଲ ମୋଚିଗାଁ ମୌଜା ପୂର୍ତ୍ତ ବିଭାଗ ରାସ୍ତା ପାର୍ଶ୍ୱ ନୟନଯୋରୀ ଜବରଦଖଲ ହୋଇ ବେଆଇନ ଭାବେ ଦୋକାନ ଘର…

ମନୋଜ ପାଇଲେ ପ୍ରକୃତି ବନ୍ଧୁ ପୁରସ୍କାର

ବଡ଼ଗାଁ,୫ା୬(ଅଶୋକ ଷଡଙ୍ଗୀ): ପରିବେଶ ସୁରକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଜଙ୍ଗଳ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ପକ୍ଷରୁ ରୁନଗାଁର ମନୋଜ କୁମାର ଦାନୀଙ୍କୁ ଶୁକ୍ରବାର…

ଚାକିରିଆଙ୍କ ପାଇଁ ଖୁସିଖବର: PF ଆକାଉଣ୍ଟ ଥିଲେ ମିଳିବ ୭ ଲକ୍ଷର… ଜାଣନ୍ତୁ କେମିତି କରିବେ ଆବେଦନ

ନୂଆଦିଲ୍ଲୀ, ୫।୬: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (EPFO) ର ମାଗଣା ଜୀବନ ବୀମା ଯୋଜନା (Free Life Insurance Policy) ବିଷୟରେ ଅଧିକାଂଶ ଭାରତୀୟ ଜାଣିନାହାନ୍ତି,…

ଫିଲ୍ଡରେ କାର୍ଯ୍ୟ କରୁଥିବାବେଳେ ହଠାତ୍‌ ଟଳିପଡ଼ିଲେ ବିଦ୍ୟୁତ୍‌ କର୍ମଚାରୀ, ସ୍ତ୍ରୀଙ୍କୁ ଚାକିରି ସହ କ୍ଷତିପୂରଣ ଦାବିରେ…

ଭଞ୍ଜନଗର,୫ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଟା ପାଓ୍ବାର ଅଧୀନରେ କାର୍ଯ୍ୟରତ କର୍ମଚାରୀ ଦୁର୍ଗାମାଧବ ଜେନା (୪୫) ଶୁକ୍ରବାର ଫିଲ୍ଡରେ କାମ କରୁଥିବା ବେଳେ ହଠାତ୍‌ ଟଳିପଡ଼ିଥିଲେ।…

କ’ଣ CJP ମୁଖ୍ୟ ଅଭିଜିତ ଦିପକେ ୩ ପ୍ରବକ୍ତାଙ୍କୁ ଦେବେ ଦରମା, ସୋସଆଲ ମିଡିଆରେ ଜୋର ଧରିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୬: ‘କକ୍ରୋଚ ଜନତା ପାର୍ଟି’ର ପ୍ରତିଷ୍ଠାତା ଅଭିଜିତ ଦୀପକେଙ୍କ ଭାରତ ଫେରିବା ଏବଂ ଜୁନ ୬ ତାରିଖରେ ଦିଲ୍ଲୀରେ ପ୍ରତିବାଦ କାର୍ଯ୍ୟକ୍ରମ ସ୍ଥିର ହେବାର କିଛି ଦିନ…

TMCକୁ ଆଉ ଏକ ଧକ୍କା, ମେୟର ପଦରୁ ଇସ୍ତଫା ଦେଲେ ମମତାଙ୍କ ନିକଟତମ

କୋଲକାତା,୫।୬: ବଙ୍ଗଳା ବିଧାନସଭା ନିର୍ବାଚନରେ ଶୋଚନୀୟ ପରାଜୟ ପରେ ତୃଣମୂଳ କଂଗ୍ରେସ ଭିତରେ ଦେଖାଦେଇଥିବା ଅନ୍ତର୍ଦ୍ୱନ୍ଦ୍ୱ ଏବଂ ବିଭାଜନ ମଧ୍ୟରେ, ଦଳର ବରିଷ୍ଠ ନେତା ଏବଂ ପୂର୍ବତନ…

ପାନୀୟ ଜଳ ବିଦ୍ୟୁତ ସମସ୍ୟା ନେଇ ଟାଟା ପାଓ୍ବାର ଅଫିସ ଘେରାଉ

ବଲାଙ୍ଗୀର,୫ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଅନ୍ତର୍ଗତ ବିଭିନ୍ନ ଗ୍ରାମପଞ୍ଚାୟତର ବହୁ ଗ୍ରାମବାସୀ ଶୁକ୍ରବାର ବଲାଙ୍ଗୀର ଆସି ଆରଡବ୍ଲ୍ୟୁଏସ୍‌ଏସ୍‌ ଅଧୀକ୍ଷଣ ଯନ୍ତ୍ରୀ ଅଫିସ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri