କ୍ରଶର ଯୋଗୁ ନଷ୍ଟ ହଉଛି ଜମି

ନୟାଗଡ଼ ଅଫିସ,୧୦ା୧୧- ନୟାଗଡ଼ ଜିଲା ଗଣିଆ ତହସିଲ ଅନ୍ତର୍ଗତ ଖଲିସିରା ଗ୍ରାମର ନୂଆତଇଲାଠାରେ ଏକ ବେଆଇନ କ୍ରଶର ଯୋଗୁ ଜଣେ ବ୍ୟକ୍ତିଙ୍କ ଜମି ନଷ୍ଟ ହେଉଛି। ଏ ନେଇ ବ୍ୟକ୍ତି ଜଣଙ୍କ ତହସିଲଦାରଙ୍କଠାରେ ଅଭିଯୋଗ କରିଥିଲେ ମଧ୍ୟ କୌଣସି ସୁଫଳ ମିଳିପାରି ନାହିଁ। ଫଳରେ ସେ ଏ ନେଇ ଜିଲାପାଳଙ୍କଠାରେ ଅଭିଯୋଗ କରିଛନ୍ତି।

ବ୍ଲକ ଓସ୍ତିଆ ଗ୍ରାମର ସୁଲୋଚନା ମୁଦୁଲିଙ୍କ ଅଭିଯୋଗ ଅନୁଯାୟୀ, ନୂଆତଇଲା ନିକଟରେ ତାଙ୍କର ଏକ ଚାଷ ଜମି ରହିଛି। ଉକ୍ତ ଜମିରେ ଚାଷ୍‌କରି ପରିବାର ପ୍ରତିପୋଷଣ କରନ୍ତି। ହେଲେ କିଛି ବର୍ଷ ହେଲାଣି ସେଠାରେ ୩ ଜଣ ବ୍ୟକ୍ତି ବେଆଇନ ଭାବେ କ୍ରଶର କରି ପଥର ଫଟାଉଛନ୍ତି। ପଥର ଫାଟି ଜମିରେ ପଡ଼ିବା ଦ୍ୱାରା ଜମିର ଉର୍ବରତା ନଷ୍ଟ ହୋଇ ଫସଲ ହେଉ ନ ଥିବା ସେ କହିଛନ୍ତି। ତେଣୁ ଏହାର ସମାଧାନ ପାଇଁ ସେ ଜିଲାପାଳଙ୍କ ନିକଟରେ ଅଭିଯୋଗ କରିଛନ୍ତି। ଏ ସମ୍ପର୍କରେ ଗଣିଆ ତହସିଲଦାର ମିତାଲି ପାତ୍ରଙ୍କୁ ପଚାରିବାରେ ସେ କହିଥିଲେ ଏ ଦିଗରେ ଉଚ୍ଚ କର୍ତ୍ତୃପକ୍ଷଙ୍କୁ ଜଣାଇ ଦିଆଯାଇଛି। ତୁରନ୍ତ ଏ ନେଇ କାର୍ଯ୍ୟାନୁଷ୍ଠାନ ନିଆଯିବ ।


Enter your email to get our daily news in your inbox.

All Right Reserved By Dharitri.Com

କେନାଲରେ ଫସି ରହିଥିଲା ବାର୍‌ହା, ଏମିତି ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ

ଗଞ୍ଜାମ,୧୬।୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ପୋତାଗଡ଼ ପାର୍ଶ୍ୱରେ ଥିବା ଋଷୁକୂଲ୍ୟା ନଦୀ ଜଳରେ ବୋଟିଙ୍ଗ ପାଇଁ ନିର୍ମାଣ ହୋଇଥିବା କ୍ଷୁଦ୍ର କେନାଲରେ ଫସି ରହିଥିବା ଏକ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…

ପ୍ରବଳ ବର୍ଷାକୁ ନେଇ ଚିନ୍ତାରେ ଚାଷୀ, ଆନନ୍ଦପୁର ଉପଜିଲାପାଳ କହିଲେ…

ହାଟଡିହୀ/ଛେନାପଦୀ,୧୬।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ପାଣିପାଗ ବିଭାଗ ତରଫରୁ କେନ୍ଦୁଝର ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କରାଯାଇଥିଲା । ଏହାପରେ ଲୋକଙ୍କ ଧନ, ଜୀବନକୁ ଦୃଷ୍ଟିରେ ରଖି ପ୍ରଶାସନ…

ସଶକ୍ତ ଶିଶୁ ସଶକ୍ତ ଭାରତ କାର୍ଯ୍ୟକ୍ରମରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, କହିଲେ ଶିଶୁଙ୍କ ବୈଷୟିକ ଜ୍ଞାନକୌଶଳ…

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମଧୁବିଦ୍ଯା ପୀଠ ବିଦ୍ୟାଳୟ ପରିସରରେ ‘ସଶକ୍ତ ଶିଶୁ ସଶକ୍ତ ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ରୋଟାରୀ…

ଜଳପ୍ରପାତରେ ଗାଧୋଉଥିବା ବେଳେ ଖସିପଡ଼ିଲେ ଶିକ୍ଷକ, ତାପରେ….

ବରଗଡ଼,୧୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅଞ୍ଚଳରେ ଥିବା ପର୍ଯ୍ୟଟନସ୍ଥଳୀ ବାରବଖରା ଜଳପ୍ରପାତରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି । ଏହି ଜଳପ୍ରପାତରେ ଗାଧୋଉଥିବା…

ବର୍ଷାରେ ଧସିଲା ଗାର୍ଡ଼ ୱାଲ୍‌, ନଦୀକୂଳ ବାସୀ ଭୟଭିତ

ଆଳି,୧୬।୮(ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲା ଆଳି ରିଙ୍ଗ ବନ୍ଧର ବଉଳଯୋଡି ନିକଟରେ ଥିବା ସଲୁଇସ୍‌ ଗେଟର ଗାର୍ଡ ୱାଲ୍‌ ବର୍ଷା ଯୋଗୁ ଧସି ଯାଇଛି। ଗାର୍ଡୱାଲ ଧସିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri