Posted inଖେଳ

କ୍ରିକେଟରୁ ବିରତି ନେଲେ ଦେଶର ଅନ୍ୟତମ ଧନୀ ଶିଳ୍ପପତି ବିର୍ଲାଙ୍କ ପୁଅ

ନୂଆଦିଲ୍ଲୀ,୨୧।୧୨- ଦେଶର ଅନ୍ୟତମ ଧନୀ ଶିଳ୍ପପତି ମଙ୍ଗଲମ ବିର୍ଲାଙ୍କ ପୁଅ ଆର୍ଯ୍ୟମାନ କ୍ରିକେଟରୁ ବିରତି ନେଇଛନ୍ତି। ମାନସିକ ସମସ୍ୟା ଯୋଗୁ ସେ ଏଭଳି ନିଷ୍ପତ୍ତି ନେଇଥିବା ନିଜ ଇନଷ୍ଟାଗ୍ରାମରେ ପୋଷ୍ଟ କରି ସୂଚନା ଦେଇଛନ୍ତି। ୨୨ ବର୍ଷୀୟ ବ୍ୟାଟ୍ସମ୍ୟାନ ବିଭିନ୍ନ ବୟସ ଗ୍ରୁପରେ ଭଲ ପ୍ରଦର୍ଶନ କରିବା ପରେ ୨୦୧୭ରେ ମଧ୍ୟପ୍ରଦେଶ ପାଇଁ ରଣ୍‌ଜୀ ପଦାର୍ପଣ କରିଥିଲେ। ସେବେଠାରୁ ଚଳିତବର୍ଷ ଜାନୁୟାରୀ ପର୍ଯ୍ୟନ୍ତ ସେ କ୍ରମାଗତ କ୍ରିକେଟ ଖେଳିଛନ୍ତି। ଏବେ ଆର୍ଯ୍ୟମାନ ନିଜ ମାନସିକ ଅବସ୍ଥାକୁ ସର୍ବାଧିକ ଗୁରୁତ୍ୱ ଦେବେ। ନିକଟରେ ସମାନ କାରଣ ଯୋଗୁ କ୍ରିକେଟରୁ ଦୂରେଇ ଯାଇଥିଲେ ଅଷ୍ଟ୍ରେଲିଆର ଗ୍ଲେନ ମ୍ୟାକ୍ସଓ୍ବେଲ। କଡ଼ା ପରିଶ୍ରମ ଓ ଅଭ୍ୟାସ ଯୋଗୁ ଏପର୍ଯ୍ୟନ୍ତ ପହଞ୍ଚତ୍ ପାରିଛି। ଏବେ ମୁଁ ମାନସିକ ସ୍ତରରେ ସୁସ୍ଥ ହେବାକୁ ଚାହେଁ। ଏଣୁ ଅନର୍ଦ୍ଦିଷ୍ଟ ସମୟ ପାଇଁ କ୍ରିକେଟରୁ ଦୂରେଇ ରହିବାକୁ ନିଷ୍ପତ୍ତି ନେଇଛି। କ୍ରିକେଟ ମୋ ଜୀବନର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ। ଆଶା କରୁଛି ମୁଁ ସୁସ୍ଥ ହୋଇ କ୍ରିକେଟକୁ ଫେରିବି ବୋଲି ଆର୍ଯ୍ୟମାନ ପୋଷ୍ଟରେ ଲେଖିଛନ୍ତି। ଉଲ୍ଲେଖଥାଉ କି, ତାଙ୍କୁ ୨୦୧୮ ଆଇପିଏଲ ଖେଳାଳିଙ୍କ ନିଲାମ ପ୍ରକ୍ରିୟାରେ ରାଜସ୍ଥାନ ରୟାଲ୍ସ ୩୦ ଲକ୍ଷ ଟଙ୍କାରେ କିଣିଥିଲା। କିନ୍ତୁ ତାଙ୍କୁ ଖେଳିବାକୁ ସୁଯୋଗ ନ ଦେଇ ପରେ ଦଳରୁ ବିଦା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

IPLରୁ RR ବିଦାୟ ନେବା ପରେ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ; ଭାଇରାଲ ଭିଡିଓ ଦେଖି ପ୍ରଶଂସକଙ୍କ ଆଖିରେ ବି ଲୁହ!

ନୂଆଦିଲ୍ଲୀ,୩୦।୫: ଆଇପିଏଲ ୨୦୨୬ରେ ରାଜସ୍ଥାନ ରୟାଲ୍ସର ସଫଳତାରେ ବୈଭବ ସୂର୍ଯ୍ୟବଂଶୀ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ଏହି ୧୫ ବର୍ଷୀୟ ବ୍ୟାଟସମ୍ୟାନ ଏହି ସିଜିନରେ ଲଗାତାର ଭାବରେ…

ଇତିହାସ ରଚିଲେ ବୈଭବ ସୂର୍ଯ୍ୟବଂଶୀ: ହାସଲ କଲେ IPLରେ ସବୁଠୁ ବଡ଼ ରେକର୍ଡ

ନୂଆଦିଲ୍ଲୀ,୩୦।୫:ବୈଭବ ସୂର୍ଯ୍ୟବଂଶୀ ଗୁଜରାଟ ଟାଇଟାନ୍ସ ବିପକ୍ଷରେ କ୍ୱାଲିଫାୟର ୨ରେ ଇତିହାସ ରଚିଛନ୍ତି। IPLରେ ଦ୍ରୁତତମ ୧,୦୦୦ ରନ ସ୍କୋର କରିବାରେ ପ୍ରଥମ ଭାରତୀୟ ବ୍ୟାଟସମ୍ୟାନ ହୋଇଛନ୍ତି। ସେ…

ବୁର୍ଡାରେ ପାଳିକରି ଜଳଯୋଗାଣ: ବଢୁଛି ଅସନ୍ତୋଷ

ଲୋଇସିଂହା,୩୦।୫(ସୁଶାନ୍ତ ବାରିକ):ନବଗଠିତ ଲୋଇସିଂହା ଏନଏସି ଅଧୀନ ବୁର୍ଡା ଗ୍ରାମରେ ଜଳଯୋଗାଣ କ୍ଷେତ୍ରରେ ଅନିୟମିତତା ଅଭିଯୋଗ ହୋଇଛି ା ତେବ ଗ୍ରାମର ବିଭିନ୍ନ ପଡ଼ାକୁ ପାଳି କରି ପାଇପ…

ଖୋଲୁଛି ପୂର୍ତ୍ତ ବିଭାଗର ଦୁର୍ନୀତି ପୋଲ: ପି.ସି କାରବାର କଥା ଉଠାଇଲେ ଏମ୍‌ପି

ବରଗଡ଼,୩୦।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ ଥାନାଛକ ଆଗରେ ରହିଥିବା ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣାକୁ ନେଇ ଏବେ ସହର ଉଠୁଛି ଓ ପଡୁଛି। ଘଟଣାକୁ ଶୁକ୍ରବାର ୪ଦିନ ବିତିଯାଇଛି। ହେଲେ…

ପୁଣି ବୃଦ୍ଧି ପାଇଲା CNG ମୂଲ୍ୟ, କିଲୋ ପିଛା ବଢିଲା…

ନୂଆଦିଲ୍ଲୀ,୩୦।୫: ମୁମ୍ବାଇ ଏବଂ ଆଖପାଖ ଅଞ୍ଚଳର CNG ଗ୍ରାହକମାନଙ୍କୁ ଏବେ ଅଧିକ ଦେୟ ଦେବାକୁ ପଡିବ। CNGର ଖୁଚୁରା ବିକ୍ରୟ ମୂଲ୍ୟ (RSP) ପ୍ରତି କିଲୋଗ୍ରାମ ୨…

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକୁ ବିଏମ୍‌ସିର ଅବମାନନା: ବର୍ଷକ ପରେ ବି ଉଚ୍ଛେଦ ହୋଇପାରୁନି…

ଭୁବନେଶ୍ୱର,୩୦ା୫(ରବିନାରାୟଣ ଜେନା):ରାଜ୍ୟର ବିକାଶକୁ ତ୍ୱରାନ୍ବିତ କରିବାପାଇଁ ସରକାରଙ୍କ ପକ୍ଷରୁ ବହୁବିଧ ଯୋଜନା ହାତକୁ ନିଆଯାଇଛି। ଏଥିମଧ୍ୟରେ ୮,୧୦୬ କୋଟି ଟଙ୍କାର ରିଙ୍ଗ୍‌ ରୋଡ୍‌ ପ୍ରସ୍ତାବ ସହିତ ରାଜଧାନୀକୁ…

କର୍ନାଟକ କଂଗ୍ରେସ ବିଧାୟକ ଦଳ ନେତା ନିର୍ବାଚନ ଆଜି

ବେଙ୍ଗାଲୁରୁ/ନୂଆଦିଲ୍ଲୀ,୩୦ା୫: କର୍ନାଟକ ମୁଖ୍ୟମନ୍ତ୍ରୀ ପଦରୁ ସିଦ୍ଦାରାମାୟାଙ୍କ ଇସ୍ତଫା ପରେ ନୂଆ ନେତା ନିର୍ବାଚନ ପାଇଁ ଶନିବାର କଂଗ୍ରେସ ବିଧାୟକ ଦଳ ବୈଠକ ଅନୁଷ୍ଠିତ ହେବାକୁ ଯାଉଛି। ସିଦ୍ଦରାମାୟାଙ୍କ…

ଆଜି ସାରା ରାଜ୍ୟରେ ବର୍ଷିବ: ୧୨ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର,୩୦ା୫(ବନ୍ଦନା ସେଠୀ):କାଳବୈଶାଖୀ ପ୍ରଭାବରେ ରାଜ୍ୟରେ ଏବେ ତାପମାତ୍ରା ସାମାନ୍ୟ କମ୍‌ ରହିଛି। ଆସନ୍ତା ୬ଦିନ ଅର୍ଥାତ୍‌ ଜୁନ୍‌ ୪ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ। ସେହିପରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri