Posted inଖେଳ

କ୍ରିକେଟର ସମସ୍ତ ଫର୍ମାଟ୍‌ରୁ ମ୍ୟାକ୍‌କୁଲମଙ୍କ ଅବସର

ଅକ୍‌ଲାଣ୍ଡ, ୬।୮ (ପି.ଟି.)- ପୂର୍ବତନ ନ୍ୟୁଜିଲାଣ୍ଡ ଅଧିନାୟକ ବ୍ରେଣ୍ଡନ ମ୍ୟାକ୍‌କୁଲମ କ୍ରିକେଟର ସମସ୍ତ ପ୍ରକାର ଫର୍ମାଟ୍‌ରୁ ଅବସର ନେବାକୁ ନିଷ୍ପତ୍ତି ନେଇଛନ୍ତି। କାନାଡାରେ ଚାଲିଥିବା ‘ଗ୍ଲୋବାଲ ଟି୨୦ କାନାଡା’ ପ୍ରତିଯୋଗିତା ପରେ ସେ ଅବସର ନେବେ ବୋଲି ସୋମବାର ଘୋଷଣା କରିଛନ୍ତି। ପୂର୍ବରୁ ଏହି ଡାହାଣହାତୀ ବିସ୍ଫୋରକ ବ୍ୟାଟ୍ସମ୍ୟାନ ୨୦୧୬ରେ ଅନ୍ତର୍ଜାତୀୟ କ୍ରିକେଟ୍‌ରୁ ଅବସର ନେଇସାରିଥିଲେ। କିନ୍ତୁ ବିଶ୍ୱର ବିଭିନ୍ନ ସ୍ଥାନରେ ଚାଲିଥିବା ଟି୨୦ ଲିଗ୍‌ରେ ସେ ନିଜକୁ ସକ୍ରିୟ ରଖିଥିଲେ। ୩୭ ବର୍ଷୀୟ ମ୍ୟାକ୍‌କୁଲମ ଟେଷ୍ଟରେ ୧୦୧ ମ୍ୟାଚ୍‌ ଖେଳି ୬୪୫୩ ରନ ସଂଗ୍ରହ କରିଛନ୍ତି। ଏହା ମଧ୍ୟରେ ୧୨ ଶତକ ରହିଥିବାବେଳେ ୩୦୨ ରନ୍‌ ତାଙ୍କ ବ୍ୟକ୍ତିଗତ ଶ୍ରେଷ୍ଠ ସ୍କୋର ରହିଥିଲା। ସେହିଭଳି ୨୬୦ ଦିନିକିଆରୁ ସେ ୫ ଶତକ ସହ ୬୦୮୩ ରନ ଏବଂ ୭୧ ଟି୨୦ ମ୍ୟାଚ୍‌ରୁ ୨୧୪୦ ରନ ତାଙ୍କ ନାମରେ ଲିପିବଦ୍ଧ ରହିଛି। ସେହିଭଳି ବିଶ୍ୱର ବିଭିନ୍ନ ସ୍ଥାନରେ ସେ ମୋଟ୍‌ ୩୭୦ ଟି୨୦ ମ୍ୟାଚ୍‌ ଖେଳି ୯୯୨୨ ରନ ସଂଗ୍ରହ କରିଛନ୍ତି। ‘ଏହା ଗର୍ବ ଓ ସନ୍ତୁଷ୍ଟର କଥା କି ମୁଁ କ୍ରିକେଟର ସମସ୍ତ ପ୍ରକାର ଫର୍ମାଟ୍‌ରୁ ଆଜି ଅବସର ଘୋଷଣା କରୁଛି। ୟୁରୋ ଟି୨୦ ସ୍ଲାମ ଟୁର୍ନାମେଣ୍ଟରେ ମଧ୍ୟ ଖେଳିବି ନାହିଁ ଏବଂ ଆୟୋଜକମାନେ ମୋ ନିଷ୍ପତ୍ତିକୁ ବୁଝିପାରିଥିବାରୁ ଓ ସମର୍ଥନ କରିଥିବାରୁ ସେମାନଙ୍କୁ ଧନ୍ୟବାଦ ଜଣାଇବି’ ବୋଲି ମ୍ୟାଚ୍‌କୁଲମ ତାଙ୍କ ଅଫିସିଆଲ ଟୁଇଟର୍‌ ପୃଷ୍ଠାରେ ଉଲ୍ଲେଖ କରିଛନ୍ତି। ଏଠାରେ ସ୍ମରଣଯୋଗ୍ୟ, ଆଇପିଏଲ୍‌ ପ୍ରଥମ ସଂସ୍କରଣର ପ୍ରଥମ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ ପକ୍ଷରୁ ପ୍ରତିନିଧିତ୍ୱ କରୁଥିବା ମ୍ୟାକ୍‌କୁଲମ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ବିପକ୍ଷରେ ୭୩ ବଲରୁ ୧୫୮ ରନର ମାରାଥନ୍‌ ଇନିଂସ ଖେଳିଥିଲେ। ମ୍ୟାକ୍‌କୁଲମଙ୍କ ଏହି ବିଧ୍ୱଂସୀ ଇନିଂସକୁ କ୍ରିକେଟ୍‌ପ୍ରେମୀ ଆଜି ବି ଭୁଲି ପାରିନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବିସ୍ଫୋରକ ବ୍ୟାଟିଂ ପଛର ରାଜ୍‌ ଖୋଲିଲେ ବୈଭବ ସୂର୍ଯ୍ୟବଂଶୀ: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୧୧।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ୭୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ମାତ୍ର ୨୬ ବଲ ଖେଳି ସେ ୭ଟି ଛକା…

କାହାକୁ ଚିୟର କରିବେ ଗିଲ୍‌ ନା ଅର୍ଜୁନ: ଏମିତି ପ୍ରତିକ୍ରିୟା ଦେଲେ ସାରା ତେନ୍ଦୁଲକର, ଦେଖନ୍ତୁ VIDEO

ଲକ୍ଷ୍ନୌ,୧୧।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ରେ ଆଜି ଦୁଇଟି ମ୍ୟାଚ ଖେଳାଯିବ। ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ଏବଂ ଗୁଜରାଟ ଟାଇଟାନ୍ସ ଖେଳିବେ। ମ୍ୟାଚ ପୂର୍ବରୁ ସାରା ତେନ୍ଦୁଲକରଙ୍କ ଏକ…

ଏମିତି ଛକା ମାରିଲେ ମୁକୁଲ: ଖୁସିରେ ଡେଇଁଲେ ମାଲିକ, ଦେଖନ୍ତୁ ଭିଡିଓ…

ନୂଆଦିଲ୍ଲୀ,୧୦।୪: ଆଇପିଏଲ୍‌ରେ ଲକ୍ଷ୍ନୌ ସୁପର ଜାଏଣ୍ଟସ ପାଇଁ ଖେଳୁଥିବା ମୁକୁଲ ଚୌଧୁରୀ KKR ବିପକ୍ଷରେ ଏମିତି ଏକ ଛକା ମାରିଥିଲେ, ଯାହା ଅତ୍ୟନ୍ତ କଷ୍ଟକର କୃତିତ୍ୱ ବୋଲି…

ପର୍ପଲ-ଅରେଞ୍ଜ୍‌ କ୍ୟାପ୍‌ ରେସ୍‌ରେ ଅଛନ୍ତି ଏହି ଖେଳାଳି: IPL ୨୦୨୬ର ୧୫ ମ୍ୟାଚ୍‌ ପରେ…

ନୂଆଦିଲ୍ଲୀ,୧୦।୪: କୋଲକାତାର ଇଡେନ ଗାର୍ଡେନରେ କୋଲକାତା ନାଇଟ ରାଇଡର୍ସ (KKR) ଏବଂ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ମଧ୍ୟରେ IPL ୨୦୨୬ର ୧୫ତମ ମ୍ୟାଚ ଖେଳାଯାଇଥିଲା। ଏହି…

IPL ମଧ୍ୟରେ ଦୁଃଖଦ ଖବର: ପରଲୋକରେ ପୂର୍ବତନ ଭାରତୀୟ କ୍ରିକେଟର

ନୂଆଦିଲ୍ଲୀ,୧୦।୪: ପୂର୍ବତନ ଭାରତୀୟ କ୍ରିକେଟର ଚିଙ୍ଗଲପୁତ ଦୋରାଇକାନୁ ଗୋପୀନାଥ (ସିଡି ଗୋପୀନାଥ)ଙ୍କର ୯୬ ବର୍ଷ ବୟସରେ ପରଲୋକ ଘଟିଛି। ସେ ୧୯୫୨ରେ ଇଂଲଣ୍ଡ ବିପକ୍ଷରେ ଭାରତର ପ୍ରଥମ…

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

ଅମ୍ପାୟରଙ୍କ ଗୋଟିଏ ଆଙ୍ଗୁଠି, ଭାଙ୍ଗିଗଲା ଦିଲ୍ଲୀର ସ୍ବପ୍ନ! ଖଳନାୟକ ପାଲଟିଛି କ୍ରିକେଟର ‘ଡେଡ ବଲ’ ନିୟମ

ନୂଆଦିଲ୍ଲୀ,୯।୪: କ୍ରିକେଟ ଅନିଶ୍ଚିତତାର ଖେଳ ଭାବରେ ଜଣାଶୁଣା, କିନ୍ତୁ ଯେତେବେଳେ ଅମ୍ପାୟାର ନିଷ୍ପତ୍ତିରୁ ଅନିଶ୍ଚିତତା ସୃଷ୍ଟି ହୁଏ, ଖେଳର ରୋମାଞ୍ଚ ବିବାଦରେ ପରିଣତ ହୁଏ। ଗତକାଲି ରାତିରେ…

ଗୁଜରାଟର ରୋମାଞ୍ଚକର ବିଜୟ ପରେ ବି ଶୁବମନଙ୍କୁ ଏତେ ଟଙ୍କା ଜରିମାନା କଲା BCCI, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୯।୪: ବୁଧବାର ଏକ ରୋମାଞ୍ଚକର ମ୍ୟାଚରେ ଗୁଜରାଟ ଟାଇଟାନ୍ସ ଦିଲ୍ଲୀ କ୍ୟାପିଟାଲ୍ସକୁ ୧ ରନରେ ପରାସ୍ତ କରିଛି। ଶୁବମନ ଗିଲ୍‌ଙ୍କ ସମେତ ତିନି ଜଣ ଗୁଜରାଟ ବ୍ୟାଟ୍ସମ୍ୟାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri