Posted inଖେଳ

କ୍ରିକେଟ୍‌ରୁ ବିରତି ନେବେ ରୋହିତ

ମୁମ୍ବାଇ,୨୩।୧୨: ଶେଷରେ ଭାରତୀୟ ଦଳର ଉପଅଧିନାୟକ ତଥା ବରିଷ୍ଠ ବ୍ୟାଟ୍ସମ୍ୟାନ ରୋହିତ ଶର୍ମା କ୍ରିକେଟ୍‌ରୁ ବିରତି ନେବାକୁ ନିଷ୍ପତ୍ତି ନେଇଛନ୍ତି। ବିଶ୍ୱସ୍ତ ସୂତ୍ରରୁ ଜଣାପଡ଼ିଛି, ପ୍ରତ୍ୟେକ ଫର୍ମାଟ୍‌ରେ ନିୟମିତ ଖେଳୁଥିବା ରୋହିତ ଆଗାମୀ ଶ୍ରୀଲଙ୍କା ବିପକ୍ଷ ୩ ମ୍ୟାଚ୍‌ବିଶିଷ୍ଟ ଟି୨୦ ସିରିଜ୍‌ରେ ଖେଳିବେ ନାହିଁ। ଏହି ସିରିଜ୍‌ ପାଇଁ ଚଳିତମାସ ୨୬ ତାରିଖରେ ଭାରତୀୟ ଦଳ ଚୟନ କରାଯିବ। ପ୍ରଥମ ଟି୨୦ ମ୍ୟାଚ୍‌ ଗୁଆହାଟୀଠାରେ ଜାନୁୟାରୀ ୫ ତାରିଖରେ ଖେଳାଯିବ। ପରବର୍ତ୍ତୀ ଦୁଇ ମ୍ୟାଚ୍‌ ଇନ୍ଦୋର ଓ ପୁଣେଠାରେ ୭ ଓ ୧୦ ତାରିଖରେ ଖେଳାଯିବାର କାର୍ଯ୍ୟସୂଚୀ ରହିଛି। ସାଧାରଣତଃ ଚୟନକର୍ତ୍ତା କାହାରିକୁ ଟି୨୦ ଫର୍ମାଟ୍‌ରେ ବିଶ୍ରାମ ଦିଅନ୍ତି ନାହିଁ। କିନ୍ତୁ ଦୀର୍ଘଦିନ ହେଲା ରୋହିତ ଛୁଟି ପାଇନାହାନ୍ତି। ସେ ଏ ସମ୍ପର୍କରେ ବୋର୍ଡକୁ ମଧ୍ୟ ଜଣାଇ ଦେଇଛନ୍ତି ବୋଲି ସୂତ୍ରରୁ ଜଣାପଡ଼ିଛି। ତାଙ୍କ ଅନୁପସ୍ଥିତିରେ ଦକ୍ଷ ଓପ୍‌ନର ଶିଖର ଧାଓ୍ବନ ଖେଳିବେ। ସେ ଏବେ ଆଣ୍ଠୁଜନିତ ଆହତ ସମସ୍ୟାରୁ ମୁକୁଳି ସାରିଛନ୍ତି। ବୋଲରଙ୍କ ମଧ୍ୟରେ ଯଶ୍‌ପ୍ରୀତ ବୁମ୍‌ରା ପଡ଼ିଆକୁ ଫେରିପାରନ୍ତି। ସେ ବିଶାଖାପାଟଣାଠାରେ ଟିମ୍‌ ଇଣ୍ଡିଆ ନେଟ୍ସରେ ନିଜ ଫିଟ୍‌ନେସ ପ୍ରମାଣ ଦେଇଥିଲେ। ସେ ଗତ ୪ ମାସ ହେଲା ପିଠିଜନିତ ସମସ୍ୟା ଯୋଗୁ ଖେଳି ନାହାନ୍ତି। ତେବେ ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଅଷ୍ଟ୍ରେଲିଆ ସିରିଜ୍‌ ପର୍ଯ୍ୟନ୍ତ ଅପେକ୍ଷା କରିବାକୁ ପଡ଼ିପାରେ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ-ଆମେରିକା ଯୁଦ୍ଧବିରତି ଉପରେ ଆଲୋଚନା ଦୂରର କଥା: ବୈଠକ ପୂର୍ବରୁ ୨ଟି ବଡ଼ ସର୍ତ୍ତ ରଖିଦେଲେ…

ନୂଆଦିଲ୍ଲୀ,୧୧।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି ଘୋଷଣା ପରେ, ଏକ ଇରାନୀ ପ୍ରତିନିଧି ଦଳ ଶାନ୍ତି ଆଲୋଚନା ପାଇଁ ଇସଲାମାବାଦରେ ପହଞ୍ଚିଛି। ଏହି ପ୍ରତିନିଧି ଦଳ…

ଯାତ୍ରୀବାହୀ ବସ୍‌କୁ ପଛପଟୁ ପିଟିଲା ଟ୍ରକ: ବିଦ୍ୟୁତ ଟ୍ରାନ୍ସଫର୍ମରରେ ବାଜି…

ସୋହେଲା,୧୧।୪(ଅଶ୍ବିନୀ ପାତ୍ର):ବରଗଡ଼ ଜିଲା ସୋହେଲାଠାରେ ବରଗଡ଼ ରାୟପୁର ଜାତୀୟ ରାଜପଥ ରେ ଏକ ବଡ଼ ଧରଣର ସଡକ ଦୁର୍ଘଟଣା ଘଟିଯାଇଛି। ଶୁକ୍ରବାର ବିଳମ୍ବିତ ରାତିରେ ରାଉରକେଲାରୁ ରାୟପୁର…

କ୍ରୀଡ଼ା ସାମଗ୍ରୀ କିଣାରେ ଦୁର୍ନୀତି ଘଟଣା: ଅଭିଯୋଗ ପରେ ବି ହେଉନି କାର୍ଯ୍ୟାନୁଷ୍ଠାନ

ଭବାନୀପାଟଣା,୧୧ା୪(ଉତ୍ତମ କୁମାର ଦାଶ):ପୂର୍ବ ସରକାର ପ୍ରତି ବ୍ଲକକୁ କ୍ରୀଡ଼ା ସାମଗ୍ରୀ କିଣିବା ପାଇଁ ଆର୍ଥିକ ସହାୟତା ଯୋଗାଇଥିଲେ। ଗ୍ରାମାଞ୍ଚଳରେ କ୍ରୀଡ଼ା କ୍ଷେତ୍ରରେ ଆଗ୍ରହ ସୃଷ୍ଟି ଏହାର ମୂଳ…

୪୦ ଫୁଟ୍‌ ତଳକୁ ଖସିଲା OSRTC ବସ୍‌: ୨୪ଯାତ୍ରୀ ଆହତ, ଜଣେ ମୃତ

ପଟ୍ଟାଙ୍ଗି , ୧୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ସୁଙ୍କି ଘାଟିରେ OSRTC ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି । ଫଳରେ ଯାତ୍ରୀ ଆହତ…

କେମୋଥେରାପିରେ ସୀମିତ କ୍ୟାନ୍‌ସର ଚିକିତ୍ସା: ୧୩୮କୋଟିର ହସ୍ପିଟାଲରେ ମିଳୁନି ସ୍ବାସ୍ଥ୍ୟସେବା

ବରଗଡ଼,୧୧।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା କ୍ୟାନସର ରୋଗୀଙ୍କ ହବ୍‌ ପାଲଟିଛି। ଏଠାରେ କ୍ୟାନସର ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା ବଢ଼ି ଚାଲିଛି। ଅନ୍ୟପଟେ ଏଠାରେ ଥିବା କ୍ୟାନସର ହସ୍ପିଟାଲରୁ…

ଭାଉଜଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ ଦିଅର, ଗର୍ଭବତୀ ହେବାରୁ…

ପାଟଣା,୧୧ା୪(ବୀରକିଶୋର ଦାଶ):କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ପୋଲିସ ସମ୍ପର୍କୀୟ ବିଧବା ଭାଉଜଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ଓ ଭାଉଜ ଗର୍ଭବତୀ ହେବା ପରେ…

ମୁଣ୍ଡିଆ ମାରିଲେ, ମନ୍ଦିରରୁ ସବୁ ଲୁଟିନେଲେ: ମାଷ୍ଟରମାଇଣ୍ଡ୍‌ ଜଣେ ମହିଳା

ଭୁବନେଶ୍ୱର,୧୧।୪(ତ୍ରିନାଥ ମହାନ୍ତି):ଗୋଟିଏ ରାତିରେ ଦୁର୍ବୃତ୍ତମାନେ ୩ ମନ୍ଦିରରେ ପଶି ପୋଛି ନେଇଛନ୍ତି ଲକ୍ଷାଧିକ ଟଙ୍କାର ସୁନା ଗହଣା ଏବଂ ଟଙ୍କା। ଚନ୍ଦ୍ରଶେଖରପୁର ଥାନା ପଟିଆ ଗଁାରେ ଥିବା…

ପୂର୍ବତନ ବିଧାୟକଙ୍କ ଘରବାହୁଡା: ଆଜି କଂଗ୍ରେସରେ ସାମିଲ ହେବେ ସାଧୁ ନେପାକ

ବରଗଡ଼,୧୧।୪( ପ୍ରେମାନନ୍ଦ ଖମାରୀ) : ବରଗଡ଼ର ପୂର୍ବତନ ବିଧାୟକ ସାଧୁ ନେପାକ ଶନିବାର କଂଗ୍ରେସକୁ ଫେରୁଥିବା ସୂଚନା ମିଳିଛି। ସୂଚନା ଅନୁଯାୟୀ, ପୂର୍ବାହ୍ନ ୧୧ଟାରେ ସେ ଭୁବନେଶ୍ବରସ୍ଥିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri