Posted inଖେଳ

କ୍ରିକେଟ୍‌ ଅଷ୍ଟ୍ରେଲିଆ ସିଇଓ ଦୌଡ଼ରେ ଷ୍ଟ୍ରସ୍‌

ମେଲବୋର୍ନ, ୧୮।୬- କରୋନା ମହାମାରୀ ଲାଗି ଆର୍ଥିକ ସଙ୍କଟ ଦେଇ ଗତି କରୁଥିବା କ୍ରିକେଟ୍‌ ଅଷ୍ଟ୍ରେଲିଆ (ସିଏ)ର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ) ପଦ ଲାଗି ଇଂଲଣ୍ଡର ପ୍ରାକ୍ତନ ଅଧିନାୟକ ଆଣ୍ଡ୍ରିଉ ଷ୍ଟ୍ରସ୍‌ ଦୌଡ଼ରେ ରହିଛନ୍ତି। ନିକଟରେ କେଭିନ୍‌ ରବଟର୍‌ସ ସିଏର ସିଇଓ ପଦରୁ ଇସ୍ତଫା ଦେବାପରେ ଏହା ଖାଲି ପଡ଼ିଥିଲା। କରୋନା ମହାମାରୀ ବ୍ୟାପିବା ପରଠାରୁ କ୍ରିକେଟ୍‌ ଅଷ୍ଟ୍ରେଲିଆ ଆର୍ଥିକ ସଙ୍କଟଜନକ ସ୍ଥିତି ଦେଇ ଗତି କରୁଛି। ଏହି ସମସ୍ୟାରୁ ବର୍ତ୍ତିବା ଲାଗି ରବଟର୍‌ସ ଏପ୍ରିଲରେ ସିଏର ୮୦ ପ୍ରତିଶତ କର୍ମଚାରୀଙ୍କ ପାଉଣା କମ୍‌ କରିଦେଇଥିଲେ। ସେହିଭଳି ସିଏ ବୁଧବାର ବ୍ୟାଟିଂ କୋଚ୍‌ ଗ୍ରେମ୍‌ ହିକ୍‌ଙ୍କୁ ମିଶାଇ ଏହାର ୪୦ ଜଣ କର୍ମଚାରୀଙ୍କୁ ଛଟେଇ କରିଦେଇଛି। ତେବେ କିଛି ନିଷ୍ପତ୍ତି ଲାଗି ରବଟର୍‌ସଙ୍କୁ କଡ଼ା ସମାଲୋଚନାର ଶିକାର ହେବାକୁ ପଡ଼ିଥିଲା। ସ୍ଥାନୀୟ ପ୍ରମୁଖ ଗଣମାଧ୍ୟମ ‘ଦି ଅଷ୍ଟ୍ରେଲିଆନ’ ରିପୋର୍ଟ ଅନୁଯାୟୀ, କ୍ରିକେଟ୍‌ ଅଷ୍ଟ୍ରେଲିଆର ଜଣେ ପ୍ରଭାବଶାଳୀ ବ୍ୟକ୍ତି ସିଇଓ ପଦ ପାଇଁ ଷ୍ଟ୍ରସ୍‌ଙ୍କୁ ଆବେଦନ କରିବା ଲାଗି ପ୍ରସ୍ତାବ ଦେଇଛନ୍ତି। ଷ୍ଟ୍ରସ୍‌ ଏଥିପୂର୍ବରୁ ୨୦୧୫ରୁ ୨୦୧୮ ପର୍ଯ୍ୟନ୍ତ ଇଂଲଣ୍ଡ ଆଣ୍ଡ୍‌ ଓ୍ବେଲ୍ସ କ୍ରିକେଟ୍‌ ବୋର୍ଡ (ଇସିବି)ର ନିର୍ଦ୍ଦେଶକ ଭାବେ କାର୍ଯ୍ୟ ତୁଲାଇ ସାରିଛନ୍ତି। ୨୦୦୦୩ରୁ ୨୦୧୧ ପର୍ଯ୍ୟନ୍ତ ଷ୍ଟ୍ରସ୍‌ ଇଂଲଣ୍ଡ ଜାତୀୟ ଦଳ ପକ୍ଷରୁ ୧୦୦ ଟେଷ୍ଟ, ୧୨୭ ଦିନିକିଆ ଓ ୪ଟି ଟି୨୦ ମ୍ୟାଚ୍‌ ଖେଳିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବିପଦରେ ବୈଭବ ସୂର୍ଯ୍ୟବଂଶୀଙ୍କ ସ୍ଥାନ! ଜିମ୍ବାୱେ ମ୍ୟାଚରେ ବିଫଳ ହେଲେ…

ନୂଆଦିଲ୍ଲୀ,୨୨।୭: ବୈଭବ ସୂର୍ଯ୍ୟବଂଶୀ ୧୫ ବର୍ଷ ବୟସରେ ନିଜର ଝଡ଼ ବ୍ୟାଟିଂ ବଳରେ ଟିମ ଇଣ୍ଡିଆରେ ସ୍ଥାନ ପାଇଛନ୍ତି। ସେ ଇଂଲଣ୍ଡ ବିପକ୍ଷ ଟି-ଟେଣ୍ଟି ଅନ୍ତର୍ଜାତୀୟ (T20I)…

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

ଚାମ୍ପିୟନ ସ୍ପେନ୍‌ ଦଳକୁ ଭବ୍ୟ ସ୍ବାଗତ

ମାଡ୍ରିଡ୍‌,୨୧ା୭: ସ୍ପେନ୍‌ର ବିଶ୍ୱ ଚାମ୍ପିୟନ ଫୁଟବଲ ଦଳ ମଙ୍ଗଳବାର ସ୍ବଦେଶ ଫେରିଛି। ଦଳକୁ ସ୍ବାଗତ କରିବା ପାଇଁ ପାଖାପାଖି ୨୦ ଲକ୍ଷ ପ୍ରଶଂସକ ମାଡ୍ରିଡ୍‌ ରାସ୍ତାରେ ଏକତ୍ରିତ…

୬୪୭ ଦିନ ପରେ ଟିମ୍‌ ଇଣ୍ଡିଆକୁ ଫେରିବେ ଏହି ଘାତକ ଖେଳାଳି: ବଢୁଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୧।୭: ଇଂଲଣ୍ଡ ବିପକ୍ଷ ନିରାଶାକୁ ପଛରେ ପକାଇ, ଭାରତୀୟ କ୍ରିକେଟ ଦଳ ଏବେ ଜିମ୍ବାୱେ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳିବାକୁ ପ୍ରସ୍ତୁତ। ଶ୍ରେୟସ…

ଟିମ ଇଣ୍ଡିଆରେ ବଡ଼ ଧରଣର ଅଦଳବଦଳ: ବିଦାୟ ନେଲେ ଏହି କୋଚ୍‌! ଶେଷ ହେଲା ୫ ବର୍ଷର ଯାତ୍ରା

ମୁମ୍ବାଇ,୨୧।୭: ଇଂଲଣ୍ଡ ବିପକ୍ଷରେ ଟିମ ଇଣ୍ଡିଆକୁ ଟି-20 ଏବଂ ଦିନିକିଆ ସିରିଜରେ ଶୋଚନୀୟ ପରାଜୟର ସାମ୍ନା କରିବାକୁ ପଡ଼ିଛି। ଇଂଲଣ୍ଡ ପ୍ରଥମେ ଭାରତକୁ ଟି-20 ସିରିଜରେ ୪-୦ରେ…

ଏହି ୫ କାରଣ: ରୋହିତ ଶର୍ମାଙ୍କୁ ଅବସର ପାଇଁ କେହି କରିପାରିବେ ନାହିଁ ବାଧ୍ୟ! ଜାଣନ୍ତୁ କ’ଣ

ମୁମ୍ବାଇ,୨୧।୭: ଇଂଲଣ୍ଡ ବିପକ୍ଷ ଲଡର୍‌ସ ଦିନିକିଆରେ ୧୩୮ ରନର ଏକ ଚମତ୍କାର ଇନିଂସ ଖେଳିବା ପରେ ରୋହିତ ଶର୍ମାଙ୍କ ଅବସରକୁ ନେଇ ଚାଲିଥିବା ଚର୍ଚ୍ଚା ଏକ ନୂତନ…

‘ସେ ଦେଶ ପାଇଁ ନିଜ ଜୀବନ ଦେବେ’ – ରୋହିତ ଶର୍ମାଙ୍କ ପାଇଁ ମହମ୍ମଦ କୈଫଙ୍କ ଭାବପ୍ରବଣ Video

ନୂଆଦିଲ୍ଲୀ,୨୧।୭: ରୋହିତ ଶର୍ମାଙ୍କ ଭବିଷ୍ୟତ ସମ୍ପର୍କରେ ପ୍ରାୟତଃ ପ୍ରଶ୍ନ ଉଠିଛି। ସମ୍ପ୍ରତି ଗୁଜବ ଜୋର ଧରିଛି ଯେ ରୋହିତ ଲର୍ଡସରେ ତାଙ୍କର ଶେଷ ମ୍ୟାଚ ଖେଳିପାରନ୍ତି। ତଥାପି,…

ବଳାତ୍କାର ମାମଲାରେ ଗିରଫ ହେବେ IPLର ଏହି କ୍ରିକେଟର, ସଭିଏଁ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୧।୭: କଲିକତା ହାଇକୋର୍ଟ ସୋମବାର, କ୍ରିକେଟର ଅଭିଷେକ ପୋରେଲ ଏବଂ ଅନ୍ୟ ଜଣେ ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଜଣେ ଡାକ୍ତରୀ ଛାତ୍ରୀଙ୍କ ଅଭିଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri