କ୍ରିକେଟ ବେଟିଂ ବେଳେ ଚଢ଼ାଉ: ୫ ଗିରଫ

ରାୟଗଡ଼ା ଅଫିସ,୨୧।୯-
ରାୟଗଡ଼ା ସହରରେ ଶୁକ୍ରବାର ରାତିରେ ଅନ୍‌ଲାଇନ୍‌ କ୍ରିକେଟ୍‌ ବେଟିଂ ଚାଲିଥିବାବେଳେ ପୋଲିସ ଚଢାଉ କରି ୫ ଜଣଙ୍କୁ ଗିରଫ କରିଛି। ସେମାନଙ୍କ ନିକଟରୁ ଲକ୍ଷାଧିକ ଟଙ୍କା ଜବତ କରାଯାଇଥିବା ରାୟଗଡ଼ା ଥାନାଧିକାରୀ ନୀହାର ରଞ୍ଜନ ପ୍ରଧାନ ସୂଚନା ଦେଇଛନ୍ତି।
ପ୍ରକାଶ ଯେ, ଶୁକ୍ରବାର ରାତିରେ ରାୟଗଡ଼ା ସହର ଲକ୍ଷ୍ମୀ ନାରାୟଣ ସାହିର କେ. ସୁରିୟା ରାଓଙ୍କ ଘରେ ଅନ୍‌ଲାଇନ୍‌ ବେଟିଂ ଚାଲିଥିବା ପୋଲିସ ସୂଚନା ପାଇ ଚଢାଉ କରିଥିଲା। ସେଠାରୁ କେ. ସୁରିୟା ରାଓଙ୍କ ସମେତ ସାଗର ସାହୁ, ଜ୍ୟୋତିରଞ୍ଜନ ପଲାଇ, ସତ୍ୟବ୍ରତ ପ୍ରଧାନ ଏବଂ ପି .ଈଶ୍ୱର ରାଓଙ୍କୁ ପୋଲିସ ଗିରଫ କରିଛି। ଘଟଣାସ୍ଥଳରୁ ପୋଲିସ ୩ ଲକ୍ଷ ୮୭ ହଜାର ଟଙ୍କା ନଗଦ, ୩ ବାଇକ୍‌, ୫ ଏଟିଏମ୍‌ କାର୍ଡ, ୬ଟି ମୋବାଇଲ ଓ ୩ ଡାଏରୀ ଜବତ କରିଛି। କଲେଜ ପଢୁଆ ଯୁବକ ଓ କେତେକ ବ୍ୟବସାୟୀ ଏହି ବେଟିଂରେ ସମ୍ପୃକ୍ତ ଥିବାନେଇ ପୋଲିସ ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସତ୍‌ସଙ୍ଗ ଚାଲିଥିବା ବେଳେ ଖଣ୍ଡାରେ ମରଣାନ୍ତକ ଆକ୍ରମଣ

ବାଙ୍କୀ, ୫।୯ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ବେଦପୁର ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ବଚସା ଓ ଗଣ୍ଡଗୋଳ ତୀବ୍ରତର…

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri