କ୍ରୀଡ଼ାକୁ ପ୍ରୋତ୍ସାହନ: ଖୁବ୍‌ଶୀଘ୍ର ଆସିବ ନୂଆ କ୍ରୀଡ଼ା ନୀତି

ଭୁବନେଶ୍ୱର, ୧୯।୭(ବ୍ୟୁରୋ): ରାଜ୍ୟରେ ଖୁବ୍‌ଶୀଘ୍ର ନୂତନ କ୍ରୀଡ଼ା ନୀତି (ସ୍ପୋର୍ଟସ୍‌ ପଲିସି) ଆସିବ। ଏଥିପାଇଁ ଚିଠା ନୀତି ପ୍ରସ୍ତୁତି ଚାଲିଛି। କ୍ରୀଡ଼ା ଓ କ୍ରୀଡ଼ା ବ୍ୟକ୍ତିଙ୍କୁ ପ୍ରୋତ୍ସାହନ ଦେବା ସକାଶେ ଏଭଳି ପ୍ରଥମ ଥର ପାଇଁ ଏକ ସ୍ପୋର୍ଟସ୍‌ ପଲିସି ପ୍ରସ୍ତୁତ କରାଯାଉଛି ବୋଲି କ୍ରୀଡ଼ା ଓ ଯୁବ ବ୍ୟାପାର ମନ୍ତ୍ରୀ ତୁଷାରକାନ୍ତି ବେହେରା କହିଛନ୍ତି। ଶୁକ୍ରବାର ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ବେଳେ ମନ୍ତ୍ରୀ କହିଛନ୍ତି ଯେ, ରାଜ୍ୟରେ ଏବେ ସୁଦ୍ଧା କୌଣସି କ୍ରୀଡ଼ା ନୀତି ନାହିଁ। ଜାତୀୟ କ୍ରୀଡ଼ା ନୀତି-୨୦୦୧ ଓଡ଼ିଶାରେ କାର୍ଯ୍ୟକାରୀ ହେଉଛି। ଏହି ପଲିସିରେ ୪୭ଟି କ୍ରୀଡ଼ାକୁ ଅନ୍ତର୍ଭୁକ୍ତ କରାଯାଇଛି। ଓଡ଼ିଶାରେ ୩୯ଟି ଅନ୍ତର୍ଭୁକ୍ତ ହୋଇଛି। ସେଗୁଡ଼ିକୁ ୩ଟି ବର୍ଗରେ ବିଭକ୍ତ କରାଯାଇଛି। ‘ଏ’ ବର୍ଗରେ ୬ଟି କ୍ରୀଡ଼ା ଯଥା ଆଥ୍‌ଲେଟିକ୍‌, ଧନୁଚାଳନା, କ୍ରିକେଟ, ଫୁଟବଲ୍‌, ହକି ଏବଂ ଭାରୋତ୍ତୋଳନକୁ ସାମିଲ କରାଯାଇଛି। ସେହିପରି ‘ବି’ ବର୍ଗରେ ବ୍ୟାଡ୍‌ମିଣ୍ଟନ, ବାସ୍କେଟବଲ, ବକ୍ସିଂ, ଚେସ୍‌, ସାଇକେଲିଂ, ଜିମ୍‌ନାଷ୍ଟିକ୍‌, ଜୁଡୋ, କବାଡୀ, ଖୋ ଖୋ, କରାଟେ, ସୁଇମିଂ, ଟେନିସ୍‌, ଟେବୁଲ୍‌ ଟେନିସ୍‌, ଟାଏକୋଣ୍ଡୋ, ଭଲିବଲ୍‌ ଏବଂ ରେସ୍‌ଲିଂ ଅନ୍ତର୍ଭୁକ୍ତ। ‘ସି’ ବର୍ଗରେ ୧୦ଟି ଏବଂ ‘ଡି’ ବର୍ଗରେ ୭ଟି ଖେଳକୁ ଅନ୍ତର୍ଭୁକ୍ତ କରାଯାଇଛି। ବିଜେଡି ସଭ୍ୟ ଭୁପିନ୍ଦର ସିଂହ ରାଜ୍ୟରେ ଖେଳକୁ ପ୍ରୋତ୍ସାହନ ଦେବା ପାଇଁ ସରକାର କାହିଁକି ସ୍ପୋର୍ଟସ୍‌ ପଲିସି କରୁ ନାହାନ୍ତି ବୋଲି ପଚାରିଥିଲେ। ଭାଜପା ସଭ୍ୟ ବିଷ୍ଣୁ ଚରଣ ସେଠୀ କହିଥିଲେ, ସରକାର ଅବକାରୀ ପାଇଁ ପଲିସି କରୁଛନ୍ତି। ମାତ୍ର କ୍ରୀଡ଼ା ପାଇଁ ହେଉନି। ପାରମ୍ପରିକ ଖେଳପ୍ରତି ସରକାର ଅଧିକ ଧ୍ୟାନ ଦେବା ଦରକାର। ଭାଜପା ସଦସ୍ୟ ଶଙ୍କର ଓରାମ, ଜୟନାରାୟଣ ମିଶ୍ର, କୁସୁମ ଟେଟେ ଏବଂ ବିଜେଡି ସଭ୍ୟ ପ୍ରଫୁଲ୍ଲ ସାମଲ ପ୍ରମୁଖ ରାଜ୍ୟରେ କ୍ରୀଡ଼ା ଓ କ୍ରୀଡ଼ାବିତ୍‌ଙ୍କ ପାଇଁ ସରକାର ଆବଶ୍ୟକ ପଦକ୍ଷେପ ନେଉ ନ ଥିବାର ଅଭିଯୋଗ କରିଥିଲେ। ଓଡ଼ିଶାରେ ଯେତେ କ୍ରୀଡ଼ା ଛାତ୍ରାବାସ ରହିଛି ସେଠାରୁ ଅନ୍ତର୍ଜାତୀୟ ଖେଳାଳି ସୃଷ୍ଟି ହୋଇପାରୁ ନାହାନ୍ତି। କ୍ରୀଡ଼ା ସଂଗଠନଗୁଡିକରେ ଅଣ ଖେଳାଳିମାନଙ୍କୁ ସଭାପତି ଓ ସମ୍ପାଦକ କରାଯାଇଛି। ସେମାନଙ୍କ ସ୍ଥାନରେ ଅନ୍ତର୍ଜାତୀୟ କ୍ରୀଡ଼ାବିତ୍‌ଙ୍କୁ ନିଯୁକ୍ତି ଦେବା ଦରକାର। ଓଡ଼ିଶାରେ କେତେ ଖେଳାଳି ଅଛନ୍ତି। ସେମାନଙ୍କ ମଧ୍ୟରୁ କେତେଜଣ ଅନ୍ତର୍ଜାତୀୟ ଖେଳରେ ସାମିଲ ହୋଇଛନ୍ତି ବୋଲି ପଚାରିଥିଲେ। ମନ୍ତ୍ରୀ କହିଥିଲେ ଯେ, ରାଜ୍ୟରେ କେତେ ଖେଳାଳି ଅଛନ୍ତି ଏ ନେଇ କୌଣସି ସର୍ଭେ କରାଯାଇ ନାହିଁ। ଜାତୀୟ ଓ ଅନ୍ତର୍ଜାତୀୟ ପଦକ ବିଜେତାଙ୍କୁ ଓଡ଼ିଶା ପୋଲିସରେ ଚାକିରି ଦିଆଯାଉଛି। ଏ ପର୍ଯ୍ୟନ୍ତ ୯୬ ଜଣଙ୍କୁ ନିଯୁକ୍ତି ଦିଆଯାଇଛି। ସେମାନଙ୍କ ମଧ୍ୟରୁ ଓଏମ୍‌ସିରେ ଦୂତୀ ଚାନ୍ଦ ଏବଂ ଓଏଚ୍‌ପିସିରେ ଶ୍ରାବଣୀ ନନ୍ଦଙ୍କୁ ଚାକିରି ଦିଆଯାଇଛି ବୋଲି ମନ୍ତ୍ରୀ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜୁଲାଇ ୨ରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା, ଜୁଲାଇ ୨ରୁ ୧୦ ପର୍ଯ୍ୟନ୍ତ ଚାଲିବ; ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

କଟକ,୨୭ା୫ (କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଚଳିତ ବର୍ଷର ସପ୍ଲିମେଣ୍ଟାରୀ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ଆଗାମୀ ଜୁଲାଇ ୨ ତାରିଖରୁ ଆରମ୍ଭ…

ଡେଣ୍ଟାଲ ସର୍ଜନ ପରୀକ୍ଷା ବିଜ୍ଞପ୍ତି ପ୍ରତ୍ୟାହାର କଲା ଓପିଏସ୍‌ସି, ଆଶାୟୀଙ୍କ ସମସ୍ତ ଆବେଦନ ବାତିଲ

କଟକ,୨୭ା୫(କାର୍ତ୍ତିକ ସାହୁ) ଓଡ଼ିଶା ପବ୍ଲିକ ସର୍ଭିସ କମିଶନ (ଓପିଏସ୍‌ସି) ଡେଣ୍ଟାଲ ସର୍ଜନ ପଦବୀରେ ନିଯୁକ୍ତି ପରୀକ୍ଷା ନିମନ୍ତେ ୨୦୨୫-୨୬ରେ ପ୍ରକାଶ କରିଥିବା ବିଜ୍ଞପ୍ତି ନଂ-୭କୁ ପ୍ରତ୍ୟାହାର କରିଛି।…

କେନ୍ଦୁଝରରେ କାଳବୈଶାଖୀ ତାଣ୍ଡବ; ଛିଣ୍ତିଲା ବିଦ୍ୟୁତ୍ ତାର, ଗଛ ପଡ଼ି ବୃଦ୍ଧା ଗୁରୁତର

କେନ୍ଦୁଝର,୨୭।୫ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକରେ ତାଣ୍ତବ ରଚିଛି କାଳବୈଶାଖୀ । ବୁଧବାର ସନ୍ଧ୍ୟାରେ ଜୋରରେ ପବନ ହେବାରୁ ପନିପରିବା ଫସଲ ସମେତ ଗଛ ଉପୁଡିଵା…

ତୈଳଦର ବୃଦ୍ଧି; ପାରଳାଖେମୁଣ୍ଡିରେ ବିଜେଡିର ବିକ୍ଷୋଭ ପ୍ରଦର୍ଶନ, ଟାୟାର ଜାଳି….

ଗଜପତି,୨୭।୫(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଠାରେ ପେଟ୍ରୋଲ ଓ ଡିଜେଲର ବର୍ଦ୍ଧିତ ଦର ପ୍ରତିବାଦରେ ଆଜି ବିଜେଡି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଜିଲା ସଭାପତି…

ଗୃହ ନିର୍ମାଣ ବେଳେ ଗୋଟିଏ ମହଲାରୁ ପଡ଼ି ଚାଲିଗଲା ମହିଳା ଶ୍ରମିକଙ୍କ ଜୀବନ, ବିଦ୍ୟୁତ ସଂସ୍ପର୍ଶରେ ଆସି….

ଦାରିଙ୍ଗବାଡି,୨୭।୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଏକ ଗୃହ ନିର୍ମାଣ ସମୟରେ ଏକ ବଡ଼ ଅଘଟଣ ଘଟିଯାଇଛି । ବୁଧବାର ପୂର୍ବାହ୍ନ ୧୧ ଟା…

ଜବତ ବଢିଲେବି କମୁନି ଗଞ୍ଜେଇ ବେପାର; ୪୫ କେଜି ଗଞ୍ଜେଇ ସହ କନ୍ଧମାଳର ୨ ଅଭିଯୁକ୍ତ ଗିରଫ

ଭଞ୍ଜନଗର,୨୭।୫(ବାବୁଲା ପ୍ରଧାନ): କନ୍ଧମାଳ ଜିଲାରୁ ଅଧିକାଂଶ ସମୟ ଗଞ୍ଜାମ ଜିଲା ଭଞ୍ଜନଗର ଦେଇ ବିପୁଳ ପରିମାଣର ଗଞ୍ଜେଇ ରାଜ୍ୟର ବିଭିନ୍ନ ଅଞ୍ଚଳ ଏବଂ ରାଜ୍ୟ ବାହାରକୁ ଚୋରା…

ଆଇପିଏଲ୍‌ରେ ବୈଭବଙ୍କ ମହାରେକର୍ଡ: କମିନ୍ସଙ୍କୁ ଟର୍ଗେଟ, ୬୦ ଛକା ମାରି ଭାଙ୍ଗିଲେ ଗେଲ୍‌ଙ୍କ ସହ ରାଇନାଙ୍କ…

ନୂଆଦିଲ୍ଲୀ,୨୭।୫: ଆଇପିଏଲ (IPL) ମଇଦାନରେ ପୁଣି ଥରେ ଇତିହାସ ରଚିଛନ୍ତି ଯୁବ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀ। ଏହି ବାମହାତୀ ବିସ୍ଫୋରକ ବ୍ୟାଟର ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ମାତ୍ର…

ଜନଜାତି ମହିଳା ସମାବେଶରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, ମେଧାବୀ ଛାତ୍ରୀଛାତ୍ର….

ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ସହଦେବ ଟିକରପଡା  ମହେନ୍ଦ୍ରଗିରି ଆଦିମ ଅଧିବାସୀ କୁଇ ସମାଜ ପକ୍ଷରୁ ବୁଧବାର ଜନଜାତି ମହିଳା ସମାବେଶ ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri