Posted inଖେଳ

କ୍ରୁନାଲଙ୍କୁ କ୍ଷମା ପ୍ରାର୍ଥନା କଲେ ହାର୍ଦ୍ଦିକ

ମୁମ୍ବାଇ,୧୧।୯: ହାର୍ଦ୍ଦିକ ପାଣ୍ଡ୍ୟା ଓ କ୍ରୁନାଲ ପାଣ୍ଡ୍ୟାଙ୍କୁ ଦକ୍ଷିଣ ଆଫ୍ରିକା ବିପକ୍ଷ ଟି୨୦ ସିରିଜ୍‌ରେ ବ୍ଲୁ ଜର୍ସିରେ ଦେଖିବାକୁ ମିଳିବ। ବୁଧବାର ପାଣ୍ଡ୍ୟା ବ୍ରଦର୍ସ ଅଭ୍ୟାସ କରୁଥିବାବେଳେ ଏକ ଦୁର୍ଘଟଣାରୁ ବର୍ତ୍ତି ଯାଇଛନ୍ତି। ନେଟ୍ସରେ କ୍ରୁନାଲଙ୍କ ବୋଲିଂରେ ହାର୍ଦ୍ଦିକ ହେଲିକାପ୍ଟର ଶଟ୍‌ ମାରିବାକୁ ଉଦ୍ୟମ କରିଥିଲେ। ହେଲେ ବଲଟି ସିଧା କ୍ରୁନାଲଙ୍କ ମୁଣ୍ଡ ଆଡ଼କୁ ଚାଲିଯାଇଥିଲା। ସୌଭାଗ୍ୟ ବଶତଃ କ୍ରୁନାଲ ଅଳ୍ପକେ ବର୍ତ୍ତି ଯାଇଥିଲେ। ଏହାର ଏକ ଭିଡିଓ ଟୁଇଟରରେ ଅପଲୋଡ କରିବା ସହ ହାର୍ଦ୍ଦିକ ବଡ଼ ଭାଇଙ୍କୁ କ୍ଷମାପ୍ରର୍ଥାନା କରିଛନ୍ତି। ଏଥିସହ ଲେଖିଛନ୍ତି, ମୁଁ ଉକ୍ତ ରାଉଣ୍ଡକୁ ଜିତିଛି। ଏହାର ଜବାବ ଦେଇଛନ୍ତି ବାମହାତୀ ସ୍ପିନର କ୍ରୁନାଲ। ସେ ଏକ ଭିଡିଓ ଶେୟାର କରିଛନ୍ତି, ଯେଉଁଥିରେ କ୍ରୁନାଲଙ୍କ ବଲକୁ ଖେଳିବାରେ ୨୫ ବର୍ଷୀୟ ହାର୍ଦ୍ଦିକ ବିଫଳ ହେଉଛନ୍ତି। ଖେଳରେ ସବୁ ଚଳେ। କିନ୍ତୁ ତୁମେ ଏ ଭିଡିଓକୁ ଭୁଲି ଗଲ ବୋଲି ଏହାର କ୍ୟାପଶନରେ କ୍ରୁନାଲ ଲେଖିଛନ୍ତି। ବିଶ୍ୱକପ୍‌ ପରେ ହାର୍ଦ୍ଦିକ ପ୍ରଥମ ଥର ପାଇଁ ଅନ୍ତର୍ଜାତୀୟ କ୍ରିକେଟ ଖେଳିବାକୁ ଯାଉଛନ୍ତି। ବିସ୍ଫୋରକ ବ୍ୟାଟ୍ସମ୍ୟାନଙ୍କୁ ଓ୍ବେଷ୍ଟଇଣ୍ଡିଜ ସିରିଜ୍‌ରୁ ବିଶ୍ରାମ ଦିଆଯାଇଥିଲା। ଆସନ୍ତା ୧୫ ତାରିଖରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାଠାରେ ପ୍ରଥମ ଟି୨୦ ଖେଳିବ। ପରବର୍ତ୍ତୀ ଦୁଇଟି ମୋହାଲି ଓ ବେଙ୍ଗାଲୁରୁଠାରେ ଖେଳାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟାୟାମ କରିବା ପୂର୍ବରୁ ହାଲିଆ ଲାଗୁଛି କି? ଯଦି ହଁ, ତେବେ…

ବ୍ୟାୟାମ ଆମ ସ୍ବାସ୍ଥ୍ୟ ପାଇଁ କେତେ ଉପକାରୀ ତାହା ବର୍ଣ୍ଣନା କରିବା ଅନାବଶ୍ୟକ। ଏହାପୂର୍ବରୁ ଆମକୁ କେତୋଟି ଦିଗ ପ୍ରତି ଧ୍ୟାନ ଦେବା ନିହାତି ଜରୁରୀ। ବ୍ୟାୟାମ…

ୟୁରୋପର ସର୍ବୋଚ୍ଚ ଶୃଙ୍ଗରେ ଭାରତୀୟ ମହିଳା

ଲକ୍ଷ୍ନୌ, ୩୧ା୮ (ପି.ଟି.) : ଲକ୍ଷ୍ନୌର ୪୩ ବର୍ଷୀୟା ଶିବାନୀ ମେହରୋତ୍ରା ସାଂସାରିକ ବନ୍ଧନରେ ଥାଇ ମଧ୍ୟ ବିଶ୍ୱର ଉଚ୍ଚତମ ଶୃଙ୍ଗଗୁଡ଼ିକୁ ଚଢ଼ି ନିଜର ଦୃଢ଼ ଇଚ୍ଛାଶକ୍ତିର…

ସର୍ଭର ଡାଉନ, ପଞ୍ଜୀକରଣ ପାଇଁ ଚାଷୀ କଲବଲ

ହାଟଡିହୀ/ଛେନାପଦୀ,୩୦l୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ଚାଷୀଙ୍କ ନାମ ପଞ୍ଜୀକରଣର ସମୟ ସୀମା ସରକାର ଆଉ ୭ ଦିନ ବୃଦ୍ଧି କରିଛନ୍ତି। କିନ୍ତୁ ସର୍ଭର ଡାଉନ ଥିବାରୁ ଚାଷୀ ନାମ…

ଲାଞ୍ଚ ନେଇ ଧରାପଡ଼ିଲେ ଜିଲା ଶ୍ରମ ଅଧିକାରୀ

କେନ୍ଦୁଝର,୩୦ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଶ୍ରମ ଅଧିକାରୀ ଆକାଶ ବିଶୋଇ ଜଣେ ବ୍ୟକ୍ତିଙ୍କଠାରୁ ଲାଞ୍ଚ ନେଇ ଭିଜିଲାନ୍ସ ବିଭାଗ ହାତରେ ଧରାପଡ଼ିଛନ୍ତି। ଜିଲା ଶ୍ରମ ଅଧିକାରୀ…

ସ୍କୁଲ ପ୍ରିନି୍ସପାଲଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ବଞ୍ଚିଗଲା ସମସ୍ତ ସ୍କୁଲ ପିଲା, ଶିକ୍ଷକଙ୍କ ଜୀବନ, କେମିତି ଜାଣନ୍ତୁ…

କାଠମାଣ୍ଡୁ,୩୦ା୮: ନେପାଳରେ ପ୍ରଳୟଙ୍କରୀ ବନ୍ୟା ମାଡ଼ିଆସିବା ବେଳେ ଜଣେ ସ୍କୁଲ ପ୍ରିନି୍ସପାଲଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ୧,୬୪୩ ଜଣ ପିଲାଙ୍କ ଜୀବନ ବଞ୍ଚତ୍ୟାଇଛି। ନୁଓ୍ବାକୋଟ୍‌ ଜିଲା ତ୍ରିଭୁବନ…

ସ୍ବୟଂ ସହାୟିକା ଗୋଷ୍ଠୀ ଟଙ୍କା ଆତ୍ମାସତ କରି ମହିଳା ଗିରଫ, ମୁଖ୍ୟ ଅଭିଯୁକ୍ତ ଫେରାର

ପାରଳାଖେମୁଣ୍ଡି,୩୦ା୮(ଗିରିଧାରୀ ପରିଚ୍ଛା): ସ୍ବୟଂ ସହାୟକ ଗୋଷ୍ଠୀ ଜଟଙ୍କା ଓ ସୁନା ସଂଗ୍ରହ କରି ଆତ୍ମସାତ୍‌ କରିବା ଅଭିଯୋଗରେ ପାରଳାଖେମୁଣ୍ଡି ପୋଲିସ ଜଣଙ୍କୁ ହାଇଦ୍ରାବାଦରୁ ଗିରଫ କରିଛି। ଗିରଫ…

ହକି ବିଶ୍ୱକପ୍‌: ନେଦରଲାଣ୍ଡ୍ସକୁ ହରାଇ ବ୍ରୋଞ୍ଜ ପଦକ ଜିତିଲା ଆର୍ଜେଣ୍ଟିନା

ବେଲଫିଅସ,୩୦ା୮: ଚଳିତ ଏଫ୍‌ଆଇଏଚ୍‌ ପୁରୁଷ ହକି ବିଶ୍ୱକପ୍‌ରେ ଆର୍ଜେଣ୍ଟିନା ବ୍ରୋଞ୍ଜ ପଦକ ହାସଲ କରିଛି। ରବିବାର ଅନୁଷ୍ଠିତ ମ୍ୟାଚ୍‌ରେ ଆର୍ଜେଣ୍ଟିନା ୨-୧ ଗୋଲରେ ହକି ପାଓ୍ବରହାଉସ୍‌ ତଥା…

ଛତ୍ରପୁରରେ ଚାଞ୍ଚଲ୍ୟ: ଚିକିତ୍ସାଳୟରୁ ମୂକ ଶିଶୁକନ୍ୟା ଚୋରି, ସିସିଟିଭି ଯାଞ୍ଚ କରୁଛି ପୋଲିସ

ଛତ୍ରପୁର,୩୦ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗୋଟିଏ ୫ ବର୍ଷର ମୂକ ଶିଶୁକନ୍ୟାକୁ ଜଣେ ବ୍ୟକ୍ତି ଚୋରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri