Posted inଜାତୀୟ

କ୍ଲାଉଡ୍‌ ସେଡିଂ ଦ୍ୱାରା କର୍ନାଟକରେ କରାଯିବ କୃତ୍ରିମ ବର୍ଷା: ଖର୍ଚ୍ଚ ହେବ ୮୮ କୋଟି

ବେଙ୍ଗାଲୁର୍‌,୧୬।୫: ଏବେ କର୍ନାଟକରେ ଚାଷୀଙ୍କ ଫସଲ ହାନୀର ଆଶଙ୍କା ରହିବ ନାହିଁ। ବର୍ଷାର ଅଭାବରେ ସରକାର ଏବେ କ୍ଲାଉଡ୍‌ ସେଡିଂ ଦ୍ୱାରା କୃତ୍ରିମ ବର୍ଷା କରିବା ଲାଗି ଯୋଜନା କରିଛନ୍ତି। ଏଠାକାର ୩୦ଟି ଜିଲାର ୧୫୬ ତାଲୁକକୁ ମରୁଡ଼ିଗ୍ରସ୍ତ ଘୋଷଣା କରାଯାଇଛି। ରାଜ୍ୟର ୧୦୭ ତହସିଲ୍‌ରେ ମରୁଡି ଜାରି ରହିଛି। ସେଥିମଧ୍ୟରୁ ୪୯ ତହସିଲ୍‌ରେ କମ୍‌ ମରୁଡି ଥିବା କୁହାଯାଉଛି। ଏହାପୂର୍ବରୁ ୨୦୧୮-୧୯ରେ କର୍ନାଟକରେ ଖରିଫ୍‌ ଋତୁରେ ମରୁଡି ପଡ଼ିଥିଲା। ତେବେ ଚାଷୀଙ୍କ ସୁବିଧା ପାଇଁ ରାଜ୍ୟର କଂଗ୍ରେସ-ଜେଡିଏସ୍‌ ମେଣ୍ଟ ସରକାର ଯୋଜନା କରିଛନ୍ତି। କ୍ଲାଉଡ୍‌ ସେଡିଂରେ ବର୍ଷା ପାଇଁ ୮୮ କୋଟି ଟଙ୍କା ଖର୍ଚ୍ଚ ହେବ ବୋଲି କୁହାଯାଉଛି। ରାଜ୍ୟର ମରୁଡିଗସ୍ତ ଅଞ୍ଚଳ ପାଇଁ ମୁଖ୍ୟମନ୍ତ୍ରୀ କୁମାରସ୍ବାମୀ କେନ୍ଦ୍ର ସରକାରଙ୍କୁ ୨ ହଜାର ୬୪ କୋଟି ଟଙ୍କାର ଅନୁଦାନ ଯୋଗାଇ ଦେବାକୁ ଅନୁରୋଧ କରିଛନ୍ତି। କେନ୍ଦ୍ର ସରକାର ଏନେଇ ବିଚାର ବିମର୍ଷ ଜାରି ରଖିଛନ୍ତି। କ୍ଲାଲଡ୍‌ ସେଡିଂରେ ସିଲଭର ଆୟୋଡାଇଡ୍‌ ଏବଂ ଡ୍ରାଏ ଆଇସ୍‌ ବାୟୁମଣ୍ଡଳର ଉପର ଭାଗରେ ନେଇ ବିମାନ ଦ୍ୱାରା ପକାଯାଇଥାଏ। ଏହାଦ୍ୱାରା କୃତ୍ରିମ ବର୍ଷା ହୋଇଥାଏ। ଏହି ଜ୍ଞାନକୌଶଳର ଉପଯୋଗ ପ୍ରଥମେ ୧୯୪୭ ଫେବୃୟାରୀରେ ଅଷ୍ଟ୍ରେଲିଆରେ କରାଯାଇଥିଲା। ପରବର୍ତ୍ତୀ ସମୟରେ ଅନେକ ଦେଶରେ ଏହାର ସଫଳ ପ୍ରୟୋଗ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୧୧ ବିମାନବନ୍ଦର ଲିଜ୍‌ରେ ନେବ ଆଦାନୀ

ନୂଆଦିଲ୍ଲୀ,୨୧ା୧୨: କେନ୍ଦ୍ର ସରକାର ଦେଶର କେତେକ ସରକାରୀ ବିମାନବନ୍ଦରକୁ ଘରୋଇ କମ୍ପାନୀକୁ ଲିଜ୍‌ ଦେବା ପାଇଁ ଯୋଜନା କରୁଥିବାବେଳେ ଆଦାନୀ ଏଣ୍ଟରପ୍ରାଇଜେସ୍‌ ୧୧ଟି ଏୟାରପୋର୍ଟ ପାଇଁ...

ଟ୍ରେନ୍‌ ଧକ୍କାରେ ୭ ହାତୀ ମୃତ, ରାଜଧାନୀ ଏକ୍ସପ୍ରେସ୍‌ର ୫ ବଗି ଲାଇନଚ୍ୟୁତ

ଗୁଆହାଟୀ,୨୧ା୧୨(ପି.ଟି./ଏଜେନ୍ସି): ଜଙ୍ଗଲରେ ଭିତ୍ତିଭୂମି ନିର୍ମାଣ ପାଇଁ ମାନବୀୟ ଓ ବ୍ୟବସାୟିକ କାର୍ଯ୍ୟକଳାପ ସହ ହାତୀ ଚଲାପଥ ଦେଇ ରେଳଲାଇନ ବିଛାଇବା ପ୍ରାଣୀଙ୍କ ଲାଗି ବିପଦ ସାଜୁଛି।...

ପିକନିକ ବସ ଓଲଟି ୩୫ ଛାତ୍ର ଆହତ

ଜମ୍ମୁ,୨୧।୧୨: ଶନିବାର (ଡିସେମ୍ବର ୨୦) ରାତିରେ ଜମ୍ମୁର ବିଷ୍ନାହ ନିକଟବର୍ତ୍ତୀ ରିଙ୍ଗ ରୋଡରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଛି। ପିକନିକ ସାରି ଫେରୁଥିବା ଏକ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

ମସ୍କଙ୍କ ବଡ଼ ବିଜୟ! ୭ ବର୍ଷର ଲଢ଼େଇ ଶେଷ, କୋର୍ଟ ଫେରାଇଲେ…..

ନୂଆଦିଲ୍ଲୀ,୨୦ା୧୨: ବିଶ୍ୱର ସବୁଠାରୁ ଧନୀ ବ୍ୟକ୍ତି ଏଲନ୍ ମସ୍କ ଏକ ବଡ଼ ବିଜୟ ହାସଲ କରିଛନ୍ତି । ସାତ ବର୍ଷର ଆଇନଗତ ଲଢ଼େଇ ପରେ, ଡେଲାୱେର୍...

୨୦୨୬ରେ ଏହି ୫ଟି ଚାକିରିର ବଢିଯିବ ଡିମାଣ୍ଡ, ମିଳିବ ମୋଟା ଅଙ୍କର ଦରମା!

ନୂଆଦିଲ୍ଲୀ,୨୦।୧୨: ଯଦି ଆପଣ ଆଗାମୀ ବର୍ଷରେ ଆପଣଙ୍କ କ୍ୟାରିଅରକୁ ନୂତନ ଶିଖରରେ ପହଞ୍ଚାଇବାକୁ ଚାହାଁନ୍ତି, ତେବେ 2026 ଆପଣଙ୍କ ପାଇଁ ଏକ ବଡ଼ ସୁଯୋଗ ଆଣିଦେବ।...

ଆଜି ପୁଣି ରାଜଧାନୀରେ ବାତିଲ ହେଲା ୧୦୦ ବିମାନ, ଏହି କାରଣରୁ…

ନୂଆଦିଲ୍ଲୀ,୨୦ା୧୨: ଶନିବାର ରାଜଧାନୀ ଦିଲ୍ଲୀରେ ପୁଣି ବହୁ ବିମାନ ବାତିଲ କରାଯାଇଛି। ତେବେ ଘନ କୁହୁଡ଼ି ପାଇଁ ଦିଲ୍ଲୀରେ ୧୦୦ରୁ ଊଦ୍ଧର୍‌ବ ବିମାନ ବାତିଲ କରାଯାଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri