କ୍ଲୋରିନ ନିରାପତ୍ତା ସଚେତନତା କାର୍ଯ୍ୟକ୍ରମ:ଜେଏସ୍‌ପିଏଲ୍‌ ପଦକ୍ଷେପକୁ ପ୍ରଶଂସା

ଅନୁଗୋଳ ଅଫିସ, ୨୬।୧୧

ଫାକ୍ଟ୍ରିଜ ଆଣ୍ଡ ବଏଲର୍ସ ଅନୁଗୋଳ ଜୋନ ସହ ନିର୍ଦ୍ଦେଶକ ଉମାକାନ୍ତ ସାମନ୍ତରାୟଙ୍କ ତତ୍ତ୍ବାବଧାନରେ ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାର ଲିମିଟେଡ (ଜେଏସ୍‌ପିଏଲ୍‌) ପରିସରରେ କ୍ଲୋରିନ ନିରାପତ୍ତା ପାଇଁ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କ୍ଲୋରିନ ଗ୍ୟାସ ନିରାପତ୍ତା ପାଇଁ ଆବଶ୍ୟକ ହେଉଥିବା ବ୍ୟବସ୍ଥା ଉପରେ ଆଲୋଚନା କରିବା ସହ ଆପାତକାଳୀନ ପରିସ୍ଥିତିରେ ନିଆଯାଉଥିବା ପଦକ୍ଷେପ ସମ୍ପର୍କରେ ଉପସ୍ଥିତ ୧୫୦ ଜଣ କର୍ମଚାରୀ, ଶ୍ରମଜୀବୀଙ୍କୁ ସହ ନିର୍ଦ୍ଦେଶକ ସାମନ୍ତରାୟ ସଚେତନ କରାଇଥିଲେ। ଏହି ଅବସରରେ ଜେଏସ୍‌ପିଏଲ୍‌ ମ୍ୟାନେଜମେଣ୍ଟ ଦ୍ୱାରା ନିରାପତ୍ତା ପାଇଁ ନିଆଯାଉଥିବା ବହୁବିଧ ପଦକ୍ଷେପକୁ ସେ ପ୍ରଶଂସା କରିଥିଲେ। ନିର୍ବାହୀ ନିର୍ଦ୍ଦେଶକ ମେଣ୍ଟେନାନ୍ସ ସୁରେଶ କୁମାର, ଜେଏସ୍‌ପିଏଲ୍‌ ଗ୍ରୁପ୍‌ ସୁରକ୍ଷା ବିଭାଗ ମୁଖ୍ୟ ରବିକାନ୍ତ ସୋମନୀ ଓ ବିଭିନ୍ନ ବିଭାଗୀୟ ମୁଖ୍ୟ ଉପସ୍ଥିତ ଥିଲେ। ଜେଏସ୍‌ପିଏଲ୍‌ ମ୍ୟାନେଜମେଣ୍ଟ ପକ୍ଷରୁ ମଧ୍ୟ ଠିକଣା ଦିଗ୍‌ଦର୍ଶନ ପାଇଁ ସାମନ୍ତରାୟଙ୍କୁ ଧନ୍ୟବାଦ ପ୍ରଦାନ କରାଯାଇଥିଲା। ଜେଏସ୍‌ପିଏଲ୍‌ ଓଡ଼ିଶାର ମୁଖ୍ୟ ପରିଚାଳନା ଅଧିକାରୀ ପଙ୍କଜ ଗତମ ଏହି ଅବସରରେ ସମସ୍ତଙ୍କୁ ସୁରକ୍ଷା ନିୟମ ମାନି କାର୍ଯ୍ୟ କରିବାକୁ ପରାମର୍ଶ ଦେବା ସହ ଏକ ଦାୟିତ୍ୱସମ୍ପନ୍ନ କର୍ପୋରେଟ ହିସାବରେ ଜେଏସ୍‌ପିଏଲ୍‌ ସମଗ୍ର ବ୍ୟବସାୟିକ କାର୍ଯ୍ୟରେ ବିଶ୍ୱସ୍ତରୀୟ ନିରାପତ୍ତା ବ୍ୟବସ୍ଥା ଆପଣାଇଥାଏ ବୋଲି ପ୍ରକାଶ କରିଥିଲେ। ଏହି ଅବସରରେ ଜେଏସ୍‌ପିଏଲ୍‌ ପରିସରରେ ନିରାପତ୍ତା ସମ୍ବନ୍ଧୀୟ ଏକ ଉପକ୍ରମ ‘ଆଇନା’ର ପ୍ଲେଟ ମିଲ ଓ ଶିଣ୍ଟର ପ୍ଳାଣ୍ଟଠାରେ ଉଦ୍‌ଘାଟନ କରିବା ସହ ଉଭୟ ୟୁନିଟ୍‌ ମଧ୍ୟରେ ଉତ୍କୃଷ୍ଟ ଆଇନା ପ୍ରଦର୍ଶନ ପାଇଁ ପ୍ରତିଯୋଗିତାର ଆୟୋଜନ କରିଥିଲେ। ବିଭାଗୀୟ ମୁଖ୍ୟ ପ୍ଲେଟ ମିଲ ଯୋଗେଶ ପଟେଲ, ବିଭାଗୀୟ ମୁଖ୍ୟ ଶିଣ୍ଟର ପ୍ଳାଣ୍ଟ ବ୍ରିଜ ଭଦଦ୍ରା ପ୍ରମୁଖ ଉପସ୍ଥିତ ଥିଲେ। ଜିଏମ୍‌ ନିରାପତ୍ତା ନବୀନ ଗତମ କାର୍ଯ୍ୟକ୍ରମଟି ସଂଯୋଜନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜମିପଟ୍ଟା ପ୍ରଦାନ ଦାବିରେ ତହସିଲ କାର୍ଯ୍ୟାଳୟ ଘେରାଉ: ବିକ୍ଷୋଭ

ମୋହନା,୨୦ା୩(ମନ୍ମଥ ମିଶ୍ର): ବିଭିନ୍ନ ଦାବି ନେଇ ଶୁକ୍ରବାର ଅଲ ଇଣ୍ଡିଆ ମୂଳ ନିବାସୀ ସଂଘ ପକ୍ଷରୁ ମୋହନାରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ହାଇସ୍କୁଲ ଛକରୁ ମୁଖ୍ୟ ବଜାର…

ଆଇପିଏଲ୍‌ ୨୦୨୬: ଚାମିରା, ନିସାଙ୍କା, କାମିନ୍ଦୁ ମେଣ୍ଡିସଙ୍କୁ ମିଳିଲା ଏନ୍‌ଓସି

କଲମ୍ବୋ, ୨୦ା୩: ଆଇପିଏଲ୍‌-୨୦୨୬ରେ ଅଂଶଗ୍ରହଣ କରିବା ପାଇଁ ଶ୍ରୀଲଙ୍କା କ୍ରିକେଟ(ଏସ୍‌ଏଲ୍‌ସି) ଶୁକ୍ରବାର ଦୁଷ୍ମନ୍ତ ଚାମିରା, ପାଥୁମ ନିସାଙ୍କା ଓ କାମିନ୍ଦୁ ମେଣ୍ଡିସଙ୍କୁ ନୋ ଅବ୍‌ଜେକ୍ସନ ସାର୍ଟିଫିକେଟ (ଏନ୍‌ଓସି)…

ଠାକୁର ମଦନ ମୋହନଙ୍କ ଜାଗା ଜବର ଦଖଲ: ଦୁଇବର୍ଷ ପରେ ଆସିଲା ରାୟ

ଗଞ୍ଜାମ,୨୦ା୩(ବିଦ୍ୟାଧର ସାହୁ): ଗଞ୍ଜାମ ସହରସ୍ଥିତ ବ୍ରାହ୍ମଣ ଢମଣା ସାହିରେ ପୂୂଜା ପାଉଥିବା ଶ୍ରୀମଦନ ମୋହନଙ୍କ ବଡ଼ବଜାରଠାରେ ଥିବା ଜାଗାକୁ ଦୀର୍ଘବର୍ଷ ହେଲା ଏକ ପରିବାର ଜବରଦଖଲ କରି…

ମହିଳା ବିଶ୍ୱକପ୍‌ ପାଇଁ ଫିଫାର ଆସିଲା ନୂଆ ନିୟମ, ଜାଣନ୍ତୁ…

ଜୁରିଚ୍‌,୨୦ା୩: ବିଶ୍ୱ ଫୁଟ୍‌ବଲ ପରିଚାଳନା ସଂସ୍ଥା ‘ଫିଫା’ର ଏକ ନୂଆ ନିୟମ ଅନୁମୋଦନ ଲାଭ କରିଛି। ଏଣିକି ମହିଳା ବିଶ୍ୱକପ୍‌ ଓ ଅନ୍ୟ ଟୁର୍ନାମେଣ୍ଟଗୁଡ଼ିକରେ ମହିଳା ଫୁଟ୍‌ବଲ…

ତୃତୀୟ ଟି୨୦ ଜିତିଲା ନ୍ୟୁଜିଲାଣ୍ଡ

ଅକ୍‌ଲାଣ୍ଡ,୨୦ା୩: ଶୁକ୍ରବାର ଖେଳାଯାଇଥିବା ତୃତୀୟ ଅନ୍ତର୍ଜାତୀୟ ଟି୨୦ କ୍ରିକେଟ ମ୍ୟାଚରେ ଦକ୍ଷିଣ ଆଫ୍ରିକାକୁ ୮ ଉଇକେଟରେ ପରାସ୍ତ କରିଛି ନ୍ୟୁଜିଲାଣ୍ଡ। ଟମ୍‌ ଲଥାମ(୬୩)ଙ୍କ ଆକର୍ଷଣୀୟ ଅର୍ଦ୍ଧଶତକ ଏବଂ…

ରୁଷିଆରେ ଡିଜିଟାଲ୍‌ ଷ୍ଟ୍ରାଇକ୍‌: ଡ୍ରୋନ୍‌ ମାଡ଼ ଭୟରେ ଇଣ୍ଟରନେଟ୍‌ ସେବା ବନ୍ଦ, ପୁଟିନଙ୍କୁ ଘାରିଛି ଅଜଣା ଭୟ?

ନୂଆଦିଲ୍ଲୀ,୨୦।୩: ବର୍ତ୍ତମାନ ସାରା ବିଶ୍ୱ ଏକ ଅସ୍ଥିର ପରିସ୍ଥିତି ଦେଇ ଗତି କରୁଛି। ଗୋଟିଏ ପଟେ ରୁଷିଆ-ୟୁକ୍ରେନ ଯୁଦ୍ଧ ଜାରି ରହିଥିବା ବେଳେ ଅନ୍ୟପଟେ ଇରାନ, ଇସ୍ରାଏଲ…

ବାଲିଗୁଡ଼ାରେ ଗ୍ୟାସ୍‌ ସମସ୍ୟା, ହୋଟେଲ ବନ୍ଦ

ବାଲିଗୁଡା,୨୦ା୩(ସଞ୍ଜୟ କୁମାର ପାଣିଗ୍ରାହୀ): ବାଲିଗୁଡ଼ା ସହରରେ କିଛିଦିନ ହେବ ଜାଳେଣି ଗ୍ୟାସ ସମସ୍ୟା ଦେଖାଦେଇଛି। ଫଳରେ ଗ୍ୟାସ୍‌ ଉପଭୋକ୍ତାଙ୍କ ମଧ୍ୟରେ ଘୋର ଅସନ୍ତୋଷ ବୃଦ୍ଧି ପାଇଛି। ଅନ୍ୟପଟେ…

ସରକାରଙ୍କ ବଡ଼ ଘୋଷଣା: ନିୟମିତ ହେବେ ସ୍କିମାଟିକ ଜୁନିୟର ଶିକ୍ଷକ

ଭୁବନେଶ୍ୱର,୨୦।୩: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଚୁକ୍ତିଭିତ୍ତିକ ସ୍କିମାଟିକ ଜୁନିୟର ଶିକ୍ଷକଙ୍କୁ ନିୟମିତ କର୍ମଚାରୀ ମାନ୍ୟତା ମିଳିବ ବୋଲି ସରକାରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri