କ୍ଷତିଗ୍ରସ୍ତ ଆଦିବାସୀ ମହିଳାଙ୍କୁ ନ୍ୟାୟ ପାଇଁ ଅଣ୍ଟା ଭିଡ଼ିଲେ ପଦ୍ମଶ୍ରୀ ଦୈତାରୀ ନାଏକ

କେନ୍ଦୁଝର,୧୩।୯(ସ୍ବ.ପ୍ର.) : ରାଜ୍ୟରେ ବିଭିନ୍ନ ଚିଟ୍‌ଫଣ୍ଡ କମ୍ପାନୀ ଲୋକଙ୍କୁ ଠକିବା ପରେ ଏମାନଙ୍କ ପ୍ରତି କଡ଼ା ଆଭିମୁଖ୍ୟ ଗ୍ରହଣ କରିଥିଲେ ରାଜ୍ୟ ସରକାର। ହେଲେ ଏମାନେ ଆହୁରି ଚାଲାକ ହୋଇ ସିଧାସଳଖ ପଇସା ନ ନେଇ ବିଭିନ୍ନ ଯୋଜନା ଆଳରେ ପଇସା ହାତଉଛନ୍ତି। ଏହିପରି କ୍ଷତିଗ୍ରସ୍ତ ଆଦିବାସୀ ମହିଳାଙ୍କୁ ନ୍ୟାୟ ପାଇଁ ଅଣ୍ଟା ଭିଡ଼ିଛନ୍ତି ପଦ୍ମଶ୍ରୀ ଦୈତାରୀ ନାଏକ। ମିଳିତ ଅଭିଯୋଗ ଶୁଣାଣିରେ ଜିଲାପାଳଙ୍କୁ ଭେଟି ମହିଳାଙ୍କ ଦୁଃଖ ଜଣାଇଛନ୍ତି। ଏବେ ସବୁଠାରୁ ବଡ଼ ପ୍ରଶ୍ନ ଏହି ସବୁ କମ୍ପାନୀ ଉପରେ ସରକାରଙ୍କର ଆଭିମୁଖ୍ୟରେ ଶୀତଳତା ଆସିଗଲା ନା ଏ ବିଷୟରେ ସରକାର ଅବଗତ ନାହାନ୍ତି ।
କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ଗୋନାସିକା ପଞ୍ଚାୟତ ଶିକୁଳାପଦାର ଶତାଧିକ ମହିଳାଙ୍କଠାରୁ ଏକ କମ୍ପାନୀ ଛେଳିଚାଷର ପ୍ରଲୋଭନ ଦେଖାଇ ଲକ୍ଷାଧିକ ଟଙ୍କା ଠକି ନଇଥିବା ଜିଲାପାଳଙ୍କ ଅଭିଯୋଗ ଶୁଣାଣିରେ ଦୈତାରୀ ନାଏକ ମହିଳାମାନଙ୍କ ସହ ଆସିଥିଲେ। ଆଦିବାସୀ ମହିଳାମାନେ ଋଣ କରି ସର୍ବସ୍ବାନ୍ତ ହୋଇଥିବାବେଳେ ସେମାନଙ୍କୁ ନ୍ୟାୟ ପ୍ରଦାନ କରାଇବାରେ ସହାୟତା ପାଇଁ ଜିଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣିରେ ଜିଲାପାଳଙ୍କୁ ଅନୁରୋଧ କରିଛନ୍ତି ପଦ୍ମଶ୍ରୀ ଦୈତାରୀ। ଉକ୍ତ ସଂସ୍ଥା ଆଦିବାସୀ ଅଧ୍ୟୁଷିତ ବାଂଶପାଳ, ହରିଚନ୍ଦନପୁର, ସାହାରାପଡ଼ା, ଝୁମ୍ପୁରା ଆଦି ବ୍ଲକର ନିରୀହ ଆଦିବାସୀ ମହିଳାଙ୍କୁ ଟାର୍ଗେଟ କରି ଛେଳିଚାଷ ପାଇଁ ଛେଳି ଓ ଗୁହାଳ ଯୋଗାଇବା, ଖଲି ଚଉପଦୀ ସିଲାଇ ମେଶିନ ଯୋଗାଇବା ତଥା ଅର୍ଥ ଲଗାଇଥିବା ଲୋକଙ୍କୁ ମାସିକିଆ ଭତ୍ତାର ବ୍ୟବସ୍ଥାର ପ୍ରଲୋଭନ ଦେଖାଇ ବହୁ କୋଟି ଟଙ୍କା ହରିଲୁଟ୍‌ କରିଥିଲା। ମହିଳାମାନଙ୍କ ଦ୍ୱାରା ବିଭିନ୍ନ ଅର୍ଥ ଲଗାଣକାରୀ ସଂସ୍ଥା ନିକଟରୁ ଋଣ କରାଇ ଟଙ୍କା ନେଇଯିବା ପରେ ଉକ୍ତ କମ୍ପାନୀ ଧରାଛୁଆଁ ଦେଉ ନ ଥିବା ଜିଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣିରେ ଅଭିଯୋଗ ହେବା ପରେ ଏ ନେଇ ପ୍ରଶାସନିକ ତତ୍ପରତା ପ୍ରକାଶ ପାଇଛି। ଉକ୍ତ ସଂସ୍ଥା ଏହି ନାମରେ ବହୁ ପୂର୍ବରୁ ସଦରଥାନାରେ ଅଭିଯୋଗ ହୋଇଆସୁଛି । ତା’ ପରେ ବି ଏହି ସଂସ୍ଥା ଜିଲାର ବିଭିନ୍ନ ଜାଗାରେ ଲୋକଙ୍କୁ ଠକୁଥିବା ଅଭିଯୋଗ ହେଉଛି। ହେଲେ ପୋଲିସ ସଂସ୍ଥାର ଦୁଇ ଜଣଙ୍କୁ ଗିରଫ କରି ଚୁପ୍‌ହୋଇ ବସିପଡ଼ିଛି । ଏସ୍‌ପି ଏ ବିଷୟ ଜାଣିବା ପରେ ଏହା ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ ସହ କିପରି ଗରିବ ଲୋକମାନେ ପଇସା ଫେରିପାଇବେ ତା’ର ବ୍ୟବସ୍ଥା କରାଯିବ ବୋଲି ପ୍ରଶାସନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀରରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି ନେଇ…

ବଲାଙ୍ଗୀର,୬ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଓକିଲ ସଂଘ ପକ୍ଷରୁ ରବିବାର ହାଇକୋର୍ଟ ଜ୍ୟୋତିଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ବଲାଙ୍ଗୀରଠାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା କରାଯିବାକୁ…

ଢେଙ୍କାନାଳ ଶକ୍ତି ସୁଗାର ନିକଟରେ ରାସ୍ତାରୁ ଖାଲକୁ ଖସିଲା ଚଳନ୍ତା ବସ୍‌: ୫୦ ଯାତ୍ରୀ…

ଢେଙ୍କାନାଳ, ୬।୯: ଢେଙ୍କାନାଳ ଶକ୍ତି ସୁଗାର ନିକଟରେ ରବିବାର ଏକ ଚଳନ୍ତା ଯାତ୍ରୀବାହୀ ବସ୍‌ ରାସ୍ତାରୁ ଖାଲକୁ ଖସିପଡ଼ିଥିବା ଜଣାପଡ଼ିଛି। ବସ୍‌ଟି କେନ୍ଦୁଝର ଜିଲାର ତେଲକୋଇରୁ ଭୁବନେଶ୍ୱର…

‘ଜମ୍ମୁ କଶ୍ମୀର-ଲଦାଖ ଆମର’: ନୂଆ UN ମାନଚିତ୍ର ପ୍ରତି ଭାରତର ପ୍ରତିକ୍ରିୟା ପାକିସ୍ତାନକୁ ବିଚଳିତ କରିବ

ନୂଆଦିଲ୍ଲୀ,୬।୯: ଭାରତ ଜାତିସଂଘ ବା UN ସାଧାରଣ ସଭାର ପ୍ରସ୍ତାବ ସମ୍ପର୍କରେ ଏକ ବିବୃତ୍ତି ଜାରି କରିଛି ଯାହା ଶୀର୍ଷକ ‘ମାନଚିତ୍ର ସଂଶୋଧନ କରନ୍ତୁ’। ବୈଦେଶିକ ମନ୍ତ୍ରଣାଳୟର…

ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସାମ୍ନାରେ ଦାଦାଗିରି, ୨ ଯୁବକ ରଡ୍‌-ଟାଙ୍ଗିଆ ଧରି ଖେଳାଇଥିଲେ ଆତଙ୍କ, ଆଜି…

ବଲାଙ୍ଗୀର,୬ା୯(ସୁନିଲ ମହାନ୍ତି): ବଲାଙ୍ଗୀର ରାଜେନ୍ଦ୍ର ବିଶ୍ବବିଦ୍ୟାଳୟ ଗେଟ୍‌ ସମ୍ମୁଖରେ କିଛିଦିନ ତଳେ ଗୁଣ୍ଡାଗର୍ଦ୍ଦି ଘଟଣାରେ ପୋଲିସ ଦୁଇଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଦୁଇ ଅଭିଯୁକ୍ତ ହେଲେ…

ଅରୁଣାଚଳରେ ପ୍ରଥମ ପ୍ରମୁଖ ଭାରତ-ଚାଇନା କୋର କମାଣ୍ଡରସ୍ତରୀୟ ବୈଠକ; ଜାଣନ୍ତୁ କ’ଣ ରହିଛି ଏଜେଣ୍ଡା

ନୂଆଦିଲ୍ଲୀ,୬।୯: ଅରୁଣାଚଳ ପ୍ରଦେଶରେ ଭାରତ ଏବଂ ଚାଇନା କୋର କମାଣ୍ଡରମାନଙ୍କ ମଧ୍ୟରେ ଏକ ପ୍ରମୁଖ ସୀମା କର୍ମଚାରୀ ବୈଠକ (BPM) ଅନୁଷ୍ଠିତ ହେବାକୁ ଯାଉଛି। ରବିବାର (ସେପ୍ଟେମ୍ବର…

୪ ଥର ପାଇଁ ପିସିସି ସମ୍ପାଦକ ହେଲେ ସଂଗ୍ରାମ ଦାସ

କେନ୍ଦୁଝର,୬ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ବରିଷ୍ଠ କଂଗ୍ରେସ ନେତା ସଂଗ୍ରାମ ଦାସ ୪ ଥର ପାଇଁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ସମ୍ପାଦକ ଭାବେ ମନୋନୀତ ହୋଇଛନ୍ତି। ଏଆଇସିସିର…

ତାଣ୍ଡବ ରଚିଲା ବର୍ଷା! ରାଜଧାନୀରେ ଭୁଶୁଡ଼ିଲା କୋଠା; ଅନେକ ଲୋକ ଭଗ୍ନାବଶେଷ ତଳେ ଫସି ରହିଥିବା ଆଶଙ୍କା

ନୂଆଦିଲ୍ଲୀ,୬।୯: ରାଜଧାନୀ ଦିଲ୍ଲୀରେ ପୁଣି ଥରେ ପ୍ରବଳ ବର୍ଷା ଯୋଗୁ ତାଣ୍ଡବ ସୃଷ୍ଟି ହୋଇଛି। ଦକ୍ଷିଣ ଦିଲ୍ଲୀର ସତ୍ୟ ନିକେତନ ଅଞ୍ଚଳରେ ରବିବାର ହଠାତ ଏକ କୋଠା…

ଠକେଇ-ବ୍ଲାକ୍‌ମେଲିଂ ଘଟଣାର ପର୍ଦ୍ଦାଫାଶ: ଉତ୍ତରାଖଣ୍ଡରୁ ଦୁଇ ଅଭିଯୁକ୍ତଙ୍କୁ ଧରି…

ସମ୍ବଲପୁର,୬ା୯(ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ଘଟିଥିବା ଦୁଇଟି ପୃଥକ୍‌ ସାଇବର ଅପରାଧ ମାମଲାରେ ସାଇବର ପୋଲିସକୁ ବଡ଼ ସଫଳତା ମିଳିଛି। ଉତ୍ତରାଖଣ୍ଡରୁ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରାଯାଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri