କ୍ଷମା ମାଗିଲେ ଜାକିର ନାଏକ

କୁଆଲାଲମ୍ପୁର,୨୧ା୮: ମାଲେସିଆରେ ରହୁଥିବା ବିବାଦୀୟ ଭାରତୀୟ ଇସ୍‌ଲାମ ଧର୍ମ ପ୍ରଚାରକ ଜାକିର ନାଏକ ତାଙ୍କର ବର୍ଣ୍ଣବୈଷମ୍ୟ ମନ୍ତବ୍ୟ ପାଇଁ ମଙ୍ଗଳବାର କ୍ଷମା ମାଗିଛନ୍ତି। ତେବେ ସେ ଜାତିବାଦୀ ନୁହନ୍ତି ବୋଲି କହିଛନ୍ତି। ସମାଲୋଚକମାନେ ତାଙ୍କ ମନ୍ତବ୍ୟର ଭୁଲ୍‌ ତଥ୍ୟ ଉପସ୍ଥାପନ କରିଛନ୍ତି। କୌଣସି ଧର୍ମ କିମ୍ବା ବ୍ୟକ୍ତିବିଶେଷଙ୍କୁ ଅସନ୍ତୁଷ୍ଟ କରିବା ତାଙ୍କର ଉଦ୍ଦେଶ୍ୟ ନୁହେଁ ବୋଲି ଜାକିର କହିଛନ୍ତି।
ସର୍ବସାଧାରଣରେ ତାଙ୍କର ବକ୍ତବ୍ୟ ଉପରେ ମାଲେସିଆ ପୋଲିସ ନିଷେଧାଦେଶ ଲଗାଇବା ସହ ସୋମବାର ୧୦ ଘଣ୍ଟା ଜେରା କରିଥିଲା। ଭାରତରେ ତାଙ୍କ ବିରୋଧରେ ଉତ୍ତେଜନାପୂର୍ଣ୍ଣ ଭାଷଣ ଦେବା ଓ ମନିଲଣ୍ଡରିଂ ମାମଲାର ବିଚାର ଚାଲିଥିବାବେଳେ ସେ ମାଲେସିଆ ପଳାଇଥିଲେ। ସେଠାରେ ସେ ଜାତିଆଣ ମନ୍ତବ୍ୟ ଦେଇ ବିବାଦ ଘେରକୁ ଆସିଛନ୍ତି। ଭାରତର ସଂଖ୍ୟାଲଘୁ ମୁସଲମାନଙ୍କ ତୁଳନାରେ ମାଲେସିଆରେ ହିନ୍ଦୁମାନଙ୍କର ଅଧିକାର ୧୦୦ ଗୁଣ ଅଧିକ ବୋଲି ଜାକିର ମନ୍ତବ୍ୟ ଦେଇଥିଲେ। ଜାତି ଓ ଧର୍ମ ମାଲେସିଆରେ ଅତ୍ୟନ୍ତ ସମ୍ବେଦନଶୀଳ ପ୍ରସଙ୍ଗ। ସେଠାର ୬୦ ପ୍ରତିଶତ ଲୋକ ମୁସଲମାନ ହୋଇଥିଲାବେଳେ ଅବଶିଷ୍ଟ ଚାଇନା ଓ ଭାରତୀୟ। ସେମାନଙ୍କ ମଧ୍ୟରୁ ଅଧିକାଂଶ ହିନ୍ଦୁ। ପ୍ରକାଶ ଯେ, ଜାକିରଙ୍କ ନାଗରିକତ୍ୱ ରଦ୍ଦ ପାଇଁ ମାଲେସିଆର ୫ କ୍ୟାବିନେଟ ମନ୍ତ୍ରୀ ପ୍ରଧାନମନ୍ତ୍ରୀ ମହାଥିର ମହମ୍ମଦଙ୍କୁ ପତ୍ର ଲେଖିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନ୍‌ରେ ଯାତ୍ରା କରିବା ହେଲା ଶସ୍ତା! ଟିକେଟ ବୁକ୍‌ କଲେ ମିଳିବ ରିହାତି, ଏମିତି ଉଠାନ୍ତୁ… 

ନୂଆଦିଲ୍ଲୀ,୧୫।୪: ଭାରତୀୟ ରେଳବାଇ ଯାତ୍ରୀମାନଙ୍କ ପାଇଁ ଏକ ଖୁସି ଖବର ଆଣିଛି। ଏବେ ଟ୍ରେନ ଟିକେଟ ବୁକ୍‌ କଲେ ଆପଣଙ୍କୁ ମିଳିବ ସ୍ବତନ୍ତ୍ର ରିହାତି। ରେଳବାଇର ନୂଆ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ, ସ୍ବତନ୍ତ୍ର ଅଧିବେଶନ ଡାକିବାକୁ କଲେ ଦାବି

ଭୁବନେଶ୍ବର,୧୫।୪: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଚିଠି ଲେଖିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଡିଲିମିଟେସନ ପ୍ରସଙ୍ଗ ଉଠାଇ ବିଧାନସଭା ସ୍ବତନ୍ତ୍ର ଅଧିବେଶନ ଡାକିବାକୁ ଚିଠିରେ…

କ୍ଳଚ ତାରରେ ସ୍ତ୍ରୀର ତଣ୍ଟି ଚିପି ହତ୍ୟା ମାମଲା, ଆଜୀବନ କାରାଦଣ୍ଡ ଶୁଣାଇଲେ କୋର୍ଟ

ପାରଳାଖେମୁଣ୍ଡି,୧୫।୪(ଗିରିଧାରୀ ପରିଛା): ବିବାହର ମାତ୍ର ବର୍ଷେ ପରେ ଅଧିକ ଯୌତୁକ ଦାବି କରି ଥରକୁ ଥର ମାନସିକ ଓ ଶାରୀରିକ ନିର୍ଯ୍ୟାତନା ଦେଇ ଶେଷରେ କ୍ଳଚ ତାରରେ…

ଅଭିଷେକ ଶର୍ମା- ଅକ୍ଷର ପଟେଲଙ୍କର ହେବ ଡୋପ୍‌ ଟେଷ୍ଟ, RTP ତାଲିକାରେ ସାମିଲ କଲା… 

ନୂଆଦିଲ୍ଲୀ,୧୫।୪: ଚଳିତ ବର୍ଷର ଦ୍ୱିତୀୟ ତ୍ରୈମାସିକ ପାଇଁ ଜାତୀୟ ଡୋପିଂ ବିରୋଧୀ ସଂସ୍ଥା (NADA) ପକ୍ଷରୁ ପଞ୍ଜିକୃତ ପରୀକ୍ଷଣ ପୁଲ (RTP)ର ନୂଆ ତାଲିକା ଜାରି କରାଯାଇଛି।…

ଟ୍ରମ୍ପ ଖେଳିଲେ ବଡ଼ ଗେମ୍! ୪୮ ଘଣ୍ଟା ପରେ ଖୋଲିଲା ହର୍ମୁଜ୍ ପ୍ରଣାଳୀ

ଓ୍ବାଶିଂଟନ୍‌,୧୫।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ହର୍ମୁଜ୍ ପ୍ରଣାଳୀରେ ଅବରୋଧ ହଟାଇବା ନେଇ ଘୋଷଣା କରିଛନ୍ତି। ଏକ ବିବୃତ୍ତିରେ ଟ୍ରମ୍ପ କହିଛନ୍ତି, “ଆମେ ଏବେ ଏହାକୁ ସମ୍ପୂର୍ଣ୍ଣ…

PNB ଗ୍ରାହକ ଆଲର୍ଟ! କାଲିଠୁ ବନ୍ଦ ହୋଇଯିବ ବ୍ୟାଙ୍କ୍‌ ଆକାଉଣ୍ଟ, ଲିଷ୍ଟରେ ଅଛି କି ନାଁ…

ନୂଆଦିଲ୍ଲୀ,୧୫।୪: ଯଦି ଆପଣଙ୍କର ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ (PNB) ରେ ଏକ ଆକାଉଣ୍ଟ ଅଛି, ତେବେ ଏହି ଅପଡେଟ ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ । ବ୍ୟାଙ୍କ…

ସ୍କୁଲ୍‌ରେ ଅଘଟଣ, ପାଚେରୀ ଭୁଶୁଡ଼ି ଚାଲିଗଲା ୨ ଛାତ୍ରୀଙ୍କ ଜୀବନ

ପାରଳାଖେମୁଣ୍ଡି/ମୋହନା,୧୫।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ରା.ଉଦୟଗିରିରେ ଅଭାବନୀୟ ଘଟଣା । ସ୍କୁଲ ପାଚେରୀ ତଳେ ଚାପି ହୋଇ ଦୁଇ ଛାତ୍ରୀଙ୍କର ମୃତ୍ୟୁ ହୋଇଛି । ରା.ଉଦୟଗିରି ଥାନା ୠବୁଡିସିଂ…

ଚିନ୍ତା ବଢ଼ାଇଲା ରିପୋର୍ଟ, ଆଗାମୀ ୩-୪ ବର୍ଷ ପାଇଁ ଲାଗି ରହିପାରେ ଗ୍ୟାସ୍ ଅଭାବ!

ନୂଆଦିଲ୍ଲୀ,୧୫।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଯୋଗୁଁ ଭାରତ ସହ ଅନେକ ଦେଶରେ ଗ୍ୟାସର ଅଭାବ ଦେଖାଦେଇଛି । ଦେଶକୁ ଆଗାମୀ ତିନିରୁ ଚାରି ବର୍ଷ ପାଇଁ ଏହି ଚ୍ୟାଲେଞ୍ଜର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri