କ୍ଷୀର ବ୍ୟବସାୟୀ ହତ୍ୟା ଘଟଣା: ଢେଙ୍କାନାଳ ପୋଲିସ କବ୍‌ଜାରେ ମୁଖ୍ୟ ଅଭିଯୁକ୍ତ

ବ୍ରହ୍ମପୁର ଅଫିସ,୧୩ା୧: ବ୍ରହ୍ମପୁର ସହରର କ୍ଷୀର ବ୍ୟବସାୟୀ ଲମ୍ବୋଧର ମୁନୀ ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତ ଶଙ୍କର ସାହୁ ଢେଙ୍କାନାଳ ପୋଲିସ ହାତରେ ଧରାପଡିଛନ୍ତି। ହତ୍ୟାକାଣ୍ଡ ପରଠାରୁ ଶଙ୍କର ଫେରାର ଥାଇ ଢେଙ୍କାନାଳରେ ଏକ ଡକାୟତି ଗ୍ୟାଙ୍ଗ ଚଳାଇଥିଲେ। ତାଙ୍କ ସମେତ ଅନ୍ୟ ୫ ଡକାୟତଙ୍କୁ ପୋଲିସ ଗିରଫ କରିଛି। ଲମ୍ବୋଧରଙ୍କୁ ହତ୍ୟା ପରେ ଫେରାର୍‌ ଥିଲେ ବୋଲି ଶଙ୍କର ସ୍ବୀକାର କରିଛନ୍ତି। ଏହା ଜଣାପଡିବା ବ୍ରହ୍ମପୁର ପୋଲିସ ତାଙ୍କୁ ରିମାଣ୍ଡରେ ଆଣି ହତ୍ୟା ଘଟଣା ସମ୍ପର୍କରେ ଅଧିକ ତଥ୍ୟ ହାସଲ କରିବ ବୋଲି ଜଣାପଡିଛି। ପ୍ରକାଶ ଯେ, ୨୦୨୦ ଜୁନ୍‌ ୧୩ ତାରିଖ ବିଳମ୍ବିତ ରାତିରେ ଲମ୍ବୋଧର ଘରେ ଶୋଇଥିବା ବେଳେ ଶଙ୍କର ଓ ତାଙ୍କ ଗ୍ୟାଙ୍ଗ ପଶି ତାଙ୍କୁ ହତ୍ୟା କରିବା ସହ ସୁନା ଗହଣା ଓ ଟଙ୍କା ଲୁଟି ନେଇଥିଲେ। ଅଭିଯୋଗ ପରେ ଗୋଷାଣିନୁଆଗାଁ ପୋଲିସ ଏହି ହତ୍ୟା ଘଟଣାରେ ୬ଜଣ ସମ୍ପୃକ୍ତ ଥିବା ଜାଣିବାକୁ ପାଇଥିଲା। ପର୍ଯ୍ୟାୟକ୍ରମେ ୫ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ଶଙ୍କର ଫେରାର ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁର ବ୍ଲକରେ ବିକାଶ କାର୍ଯ୍ୟର ସମୀକ୍ଷା; ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିବାକୁ ଚେତାବନୀ ଦେଲେ ପ୍ରଦୀପ ଦିଶାରୀ

ଥୁଆମୂଳ ରାମପୁର, ୧୦/୦୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଭାଗୃହରେ ଶୁକ୍ରବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକରେ ପ୍ରଶାସନିକ ଅବହେଳାର ଏକ ନଗ୍ନ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ପୁରୀ ରଥଯାତ୍ରା: ଘୋଗଡରୁ ଟ୍ରକ ଯୋଗେ ପୁରୀ ଗଲା ରଥକାଠ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ)-ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ ଆବଶ୍ୟକ ହେଉଥିବା ରଥ କାଠ ରାଜ୍ୟର ବିଭିନ୍ନ ଜଙ୍ଗଲରୁ ଯାଉଛି। ବିଗତ କିଛି ବର୍ଷ ହେବ ଗଞ୍ଜାମ ଜିଲା…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri