Posted inରାଜ୍ୟ

କ୍ଷୁଦ୍ର, ନାମମାତ୍ର ଚାଷୀଙ୍କୁ ଖରିଫ ଋଣ ଦେବାକୁ ମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର, ୧୩।୫(ବ୍ୟୁରୋ): କୃଷକଙ୍କ ଆୟ ବୃଦ୍ଧି ନିମନ୍ତେ ମୂଲ୍ୟ ସହାୟକ ଯୋଜନାରେ ରବିଧାନ, ଡାଲି ଓ ତୈଳବୀଜ ସଂଗ୍ରହ କାର୍ଯ୍ୟକୁ ତ୍ବରାନ୍ବିତ କରିବା ପାଇଁ ସମବାୟ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଗୁରୁତ୍ବାରୋପ କରିଛନ୍ତି। ରାଜ୍ୟର ପ୍ରାୟ ୯୦ପ୍ରତିଶତ କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ଖରିଫଚାଷ ନିମନ୍ତେ ଋଣ ଯୋଗାଇଦେବା ଦିଗରେ ସମବାୟ ବ୍ୟାଙ୍କ ଏବଂ ପ୍ରାଥମିକ କୃଷି ସମବାୟ ସମିତିଗୁଡ଼ିକ ତତ୍ପରତା ପ୍ରକାଶ କରନ୍ତୁ ବୋଲି ମନ୍ତ୍ରୀ ସ୍ବାଇଁ ଭିଡିଓ କନ୍‌ଫରେନ୍ସିଂ ବୈଠକରେ ନିର୍ଦ୍ଦେଶ ଦେଇଛନ୍ତି ା
ମଙ୍ଗଳବାର ରାଜ୍ୟ ସମବାୟ ବ୍ୟାଙ୍କ ପରିସରରେ ଭିଡିଓ କନ୍‌ଫରେନ୍ସିଂ ବୈଠକ ଅନୁଷ୍ଠିତ ହୋଇଥିଲା ା ଏଥିରେ ମନ୍ତ୍ରୀ ସ୍ବାଇଁ ଖରିଫ ଋଣ ଯୋଗାଣ, ପ୍ୟାକ୍ସ ଓ ଲ୍ୟାମ୍ପସ୍‌ ମାଧ୍ୟମରେ ରବିଧାନ, ଡାଲି ଓ ତୈଳବୀଜ ସଂଗ୍ରହ ଏବଂ ପ୍ୟାକ୍ସଗୁଡ଼ିକରେ ପର୍ଯ୍ୟାପ୍ତ ସାର ମହଜୁଦ ନେଇ ସମୀକ୍ଷା କରିଥିଲେ। ରାଜ୍ୟରେ ଖାଦ୍ୟ ନିରାପତ୍ତା, କୃଷି କାର୍ଯ୍ୟ ଏବଂ ଶସ୍ୟ ସଂଗ୍ରହ ଉପରେ ପ୍ରାଥମିକତା ଦିଆଯାଉଛି। ମୂଲ୍ୟ ସହାୟକ ଯୋଜନାରେ ବିରି, ମୁଗ, ଚିନାବାଦାମ ଏବଂ ସୂର୍ଯ୍ୟମୁଖୀ ମଞ୍ଜି ସଂଗ୍ରହ ଗତ ୭ ତାରିଖରୁ ଆରମ୍ଭ ହୋଇଛି। କିଭଳି ଅଧିକ ଚାଷୀଙ୍କ ନାମ ପଞ୍ଜୀକରଣ କରିହେବ ସେଥିପ୍ରତି ପଦକ୍ଷେପ ନେବା ଦରକାର। କ୍ଷେତ୍ର ଅଧିକାରୀମାନେ ଆସନ୍ତା ୩ଦିନ ମଧ୍ୟରେ ସମସ୍ତ ପ୍ୟାକ୍ସ, ଲ୍ୟାମ୍ପ୍ସ ଏବଂ ଶସ୍ୟ ସଂଗ୍ରହ କେନ୍ଦ୍ର ପରିଦର୍ଶନ କରନ୍ତୁ ବୋଲି ସେ ପରାମର୍ଶ ଦେଇଥିଲେ। ଚଳିତ ଖରିଫରେ ସମବାୟ ସମିତି ଓ ସମବାୟ ବ୍ୟାଙ୍କଗୁଡ଼ିକ ଦ୍ବାରା ୭୫୦୦ କୋଟି ଟଙ୍କା ଫସଲ ଋଣ ଆକାରରେ ପ୍ରଦାନର ଲକ୍ଷ୍ୟ ଧାର୍ଯ୍ୟ ଥିବାବେଳେ ମାସ ଶେଷ ସୁଦ୍ଧା ୨ ହଜାର କୋଟି ଟଙ୍କାର ଫସଲ ଋଣ ଯୋଗାଇଦେବାକୁ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଅଧିକରୁ ଅଧିକ ଯୁଗ୍ମଦେୟ ଗୋଷ୍ଠୀ ଯେପରି ଫସଲ ଋଣର ସୁବିଧା ପାଇପାରିବେ ସେଥିପ୍ରତି ପଦକ୍ଷେପ ନିଆଯିବ। ମତ୍ସ୍ୟଚାଷ ଓ ଆନୁଷଙ୍ଗିକ କ୍ଷେତ୍ର ସମେତ ମହିଳା ସ୍ବୟଂ ସହାୟକ ଗୋଷ୍ଠୀକୁ ସ୍ବଳ୍ପକାଳୀନ ଋଣ ପ୍ରଦାନ ଉପରେ ପଦକ୍ଷେପ ନେବାକୁ କେନ୍ଦ୍ରୀୟ ସମବାୟ ବ୍ୟାଙ୍କ ଅଧିକାରୀମାନଙ୍କୁ ସେ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆବର୍ଷରେ IAS ସ୍ତରରେ ବଡ଼ଧରଣ ଅଦଳବଦଳ, ବଦଳାଇଲେ ଏହି ଜିଲାପାଳ

ଭୁବନେଶ୍ୱର,୧।୧: ନୂଆବର୍ଷର ପ୍ରଥମ ଦିନରେ ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ବଡ଼ଧରଣର ଅଦଳବଦଳ କରାଯାଇଛି। ବରିଷ୍ଠ IAS ଅଧିକାରୀମାନଙ୍କୁ ନୂତନ ଦାୟିତ୍ୱ ପ୍ରଦାନ କରିଛନ୍ତି ରାଜ୍ୟ...

ଆରଡିସିଙ୍କ ଘୋଷଣା: ୫ତାରିଖ ବରଗଡ଼ ଉପଖଣ୍ଡରେ…

ମଥୁରାନଗରୀ,୧।୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ରେ ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ଏହି ମହୋତ୍ସବ ଆସନ୍ତା ୩ତାରିଖ ଶନିବାର କଂସବଧ ସହିତ ସରିବ। ତିଥି...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...

ନୂଆବର୍ଷରେ କର୍ମୀଙ୍କ ବ୍ୟାନର ଓ୍ବାର, ନୂଆନୂଆ ଚେହେରା ଦେଖି…

ଧର୍ମଶାଳା,୧ା୧(ଶିବପ୍ରସାଦ ମହାନ୍ତି): ବିଦାୟ ନେଇଛି ବର୍ଷ ୨୦୨୫, ଆରମ୍ଭ ହୋଇଛି ନବବର୍ଷ ୨୦୨୬। ଏଥିପାଇଁ ଅନେକ ପ୍ରସ୍ତୁତି ମଧ୍ୟ ହୋଇଛି। ସବୁଠି ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ସହ...

ନୂଆ ରେକର୍ଡ କଲା ନନ୍ଦନକାନନ: ବୁଲିଲେ ୪୦ ଲକ୍ଷ ପର୍ଯ୍ୟଟକ

ଭୁବନେଶ୍ୱର,୧।୧: ୨୦୨୫ରେ ନନ୍ଦନକାନନକୁ ରେକର୍ଡ ସଂଖ୍ୟକ ପର୍ଯ୍ୟଟକ ଆଗମନ କରିଥିବା ଗୁରୁବାର ସୂଚନା ମିଳିଛି। ୨୦୨୫ରେ ନନ୍ଦନକାନନକୁ ୪୦ ଲକ୍ଷ ୨୦ହଜାର ୫୩୯ ପର୍ଯ୍ୟଟକ ଆସିଛନ୍ତି।...

ରାଜଧାନୀରେ ମଦର ମାହୋଲ: ୭ ଦିନରେ ୩୨ କୋଟି ଟଙ୍କାର ମଦ ପିଇଲେ ଭୁବନେଶ୍ୱରବାସୀ

ନୂଆଦିଲ୍ଲୀ,୧।୧: ନୂଆବର୍ଷ ସ୍ୱାଗତ ଉତ୍ସବକୁ ନେଇ ସାରା ରାଜଧାନୀ ଚଳଚଞ୍ଚଳ ଥିବାବେଳେ, ମଦ ବିକ୍ରି କ୍ଷେତ୍ରରେ ଏକ ନୂଆ ରେକର୍ଡ ସୃଷ୍ଟି ହୋଇଛି। ଅବକାରୀ ବିଭାଗର...

ନୂଆବର୍ଷର ପ୍ରଥମ ଦିନରେ ଦୁର୍ଘଟଣା, ଦୁଇ ବାଇକ୍ ମୁହାଁମୁହିଁ ଧକ୍କାରେ ଜଣେ ମୃତ

ପଟ୍ଟାଙ୍ଗି୧/୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅନ୍ତର୍ଗତ ଦେଓଫଟ୍ଟାଙ୍ଗି ପଞ୍ଚାୟତ ସଦର ମହକୁମା ସ୍ଥିତ ଚିଲିଗୁଡା ସଲପଗୁଡା ଛକ ନିକଟରେ ଦୁଇ ମୋଟର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri