Posted inଜାତୀୟ

କ୍ଷୁଧା ମେଣ୍ଟାଇ ପାରିବନି ଚନ୍ଦ୍ର ମିଶନ: ରାହୁଲ

ଲାତୁର,୧୪ା୧୦(ପି.ଟି.): ଦେଶର ଯୁବପିଢ଼ି ନିଯୁକ୍ତି ଖୋଜୁଥିବାବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱାଧୀନ କେନ୍ଦ୍ର ସରକାର ସେମାନଙ୍କୁ ଜହ୍ନ ଦେଖିବାକୁ କହୁଛନ୍ତି। ଭାରତର ଅର୍ଥନୀତି ଭୁଶୁଡ଼ିବା ଏବେ ଆରମ୍ଭ ହୋଇଛି। ଆଗକୁ ବହୁତ କିଛି ହେବ। ଅର୍ଥନୀତି ସଜାଡ଼ିବା ପାଇଁ କଂଗ୍ରେସ ସରକାରର ଦଶନ୍ଧି ଧରି ବିକାଶମୂଳକ କାର୍ଯ୍ୟକୁ ମୋଦି ସରକାର ବିଗାଡ଼ି ଦେଇଛନ୍ତି। ଏଥିପାଇଁ ସେମାନେ କଶ୍ମୀର, ଅନୁଚ୍ଛେଦ ୩୭୦ ଓ ଚନ୍ଦ୍ର କଥା କହୁଛନ୍ତି। ହେଲେ ଦେଶର ଗୁରୁତ୍ୱପୂର୍ଣ୍ଣ ସମସ୍ୟାଗୁଡ଼ିକ ଉପରେ ପଦୁଟିଏ ବି କହୁନାହାନ୍ତି ବୋଲି କଂଗ୍ରେସ ନେତା ରାହୁଲ ଗାନ୍ଧୀ ସମାଲୋଚନା କରିଛନ୍ତି।
ମହାରାଷ୍ଟ୍ରର ଲାତୁର ଜିଲା ଅଉସା ନିର୍ବାଚନମଣ୍ଡଳୀରେ ଏକ ନିର୍ବାଚନୀ ସଭାକୁ ରବିବାର ସମ୍ବୋଧିତ କରି ରାହୁଲ ଅର୍ଥନୀତି ଓ ନିଯୁକ୍ତି ପ୍ରସଙ୍ଗରେ ମୋଦି ସରକାର ଉପରେ ପ୍ରବଳ ବର୍ଷିଛନ୍ତି। ସେ କହିଛନ୍ତି, ଦେଶରେ ବେକାର ସମସ୍ୟା ୪୦ ବର୍ଷ ମଧ୍ୟରେ ସର୍ବାଧିକ ସ୍ତରରେ ପହଞ୍ଚତ୍ଛି। ଏଭଳି ସମୟରେ ମୋଦି ମୂଳ ପ୍ରସଙ୍ଗଗୁଡ଼ିକରୁ ଧ୍ୟାନ ହଟାଇବା ପାଇଁ ଉଦ୍ୟମ କରୁଛନ୍ତି। ଯୁବପିଢ଼ି ନିଯୁକ୍ତି ଦାବି କରୁଥିବାବେଳେ ସେମାନଙ୍କୁ ଚନ୍ଦ୍ର ଦେଖିବାକୁ ପରାମର୍ଶ ଦେଉଛନ୍ତି। ଚନ୍ଦ୍ରକୁ ଉପଗ୍ରହ ପଠାଇ ତୁମେ ଗରିବ ଲୋକଙ୍କ ମୁହଁକୁ ଖାଦ୍ୟ ଯୋଗାଇ ପାରିବ ନାହିଁ। ଏପରି ମିଶନ ଆମ ଯୁବପିଢ଼ିଙ୍କ କ୍ଷୁଧାକୁ ମେଣ୍ଟାଇ ପାରିବ ନାହିଁ ବୋଲି ଚନ୍ଦ୍ରୟାନ-୨କୁ ନେଇ ଓ୍ବାୟନାଡ୍‌ ଏମ୍‌ପି ରାହୁଲ ପରୋକ୍ଷରେ ଟାର୍ଗେଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ବିଷାକ୍ତ ଗ୍ୟାସ୍‌ ଲିକ୍‌: ଚାଲିଗଲା ୩୭ ଜୀବନ

ଆବୁଜା,୧୯ା୨: ନାଇଜେରିଆର ଉତ୍ତର କେନ୍ଦ୍ରୀୟ ଅଞ୍ଚଳସ୍ଥିତ ଏକ ଖଣିରୁ ବିଷାକ୍ତ ଗ୍ୟାସ୍‌ ଲିକ୍‌ ହେବା ଯୋଗୁ ସେଠାରେ କାର୍ଯ୍ୟ କରୁଥିବା ଲୋକଙ୍କ ମଧ୍ୟରୁ ୩୭ଜଣଙ୍କ ମୃତ୍ୟୁ ହୋଇଛି।…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ସାରା ଦେଶରେ ହେବ SIR, ନିର୍ବାଚନ କମିଶନ କହିଲେ କେବେ ଆରମ୍ଭ ହେବ ପ୍ରକ୍ରିୟା, ଜାଣନ୍ତୁ ତାଲିକାରେ ପ୍ରଥମେ ରହିଛି କେଉଁ ରାଜ୍ୟ

ନୂଆଦିଲ୍ଲୀ,୧୯।୨: ଭୋଟର ତାଲିକାକୁ ଅଧିକ ସ୍ବଚ୍ଛ ଏବଂ ତ୍ରୁଟିମୁକ୍ତ କରିବା ପାଇଁ ଭାରତୀୟ ନିର୍ବାଚନ କମିଶନ (ECI) ଏକ ଦେଶବ୍ୟାପୀ SIR (ବିଶେଷ ସଘନ ସଂଶୋଧନ) ପ୍ରକ୍ରିୟା…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

ଓପନର ଅଭିଷେକଙ୍କୁ ଏଭଳି ପରାମର୍ଶ ଦେଲେ ଗାଭାସ୍କର, ଜାଣନ୍ତୁ…

ଅହମଦାବାଦ,୧୯ା୨: ଟି୨୦ ବିଶ୍ୱକପ୍‌ରେ ସଂଘର୍ଷ କରୁଥିବା ଭାରତୀୟ ଓପନର ଅଭିଷେକ ଶର୍ମାଙ୍କୁ ବ୍ୟାଟିଂ କିମ୍ବଦନ୍ତୀ ସୁନୀଲ ଗାଭାସ୍କର ଏକ ପରାମର୍ଶ ଦେଇଛନ୍ତି। ଅଭିଷେକଙ୍କୁ ଇନିଂସ ଆରମ୍ଭରୁ ଆକ୍ରସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri