କ୍ଷେତରୁ ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ବ୍ରହ୍ମପୁର ଅଫିସ,୫।୧୨: ଗଞ୍ଜାମ ଜିଲା ବ୍ରହ୍ମପୁର ଖଜୁରିଆ ଜାତୀୟ ରାଜପଥ କଡରେ ଥିବା ଏକ ବୁଦାମୂଳରୁ ଗୋସାଣି ନୂଆଗାଁ ପୋଲିସ ଜଣେ ଯୁବକଙ୍କ ଗଳିତ ମୃତଦେହ ଜବତ କରିଛି। ଯୁବକଙ୍କ ପରିଚୟ ମିଳି ନ ଥିବାବେଳେ ତାଙ୍କ ବୟସ ପାଖାପାଖି ୩୫ ହେବ ବୋଲି ପୋଲିସ ସୂଚନା ଦେଇଛି। ପୋଲିସ ମୃତଦେହ ଜବତ କରି ୧୮/୧୯ରେ ଏକ ଅପମୃତ୍ୟୁ ମାମଲା ରୁଜ୍ଜୁ କରିଛି। ମୃତଦେହ ପଞ୍ଚନାମାବେଳେ ଯୁବକଙ୍କ ମୁଣ୍ଡ ଓ ଶରୀରର ବିଭିନ୍ନ ଜାଗାରେ କ୍ଷତ ଚିହ୍ନ ରହିଥିବା ପୋଲିସ ଦେଖିବାକୁ ପାଇଛି। କ୍ଷତ ଚିହ୍ନ ଦେଖି ଯୁବକଙ୍କୁ ହତ୍ୟା କରାଯାଇଥିବା ପୋଲିସ ସନ୍ଦେହ କରୁଛି। ମୃତଦେହ ବ୍ୟବଚ୍ଛେଦ ରିପୋର୍ଟ ମିଳିବା ପରେ ଏହା ସ୍ପଷ୍ଟ ହୋଇଯିବ ବୋଲି ଗୁରୁବାର ଥାନାଧିକାରୀ ସୁମିତ କୁମାର ସୋରେନ କହିଛନ୍ତି। ମୃତକଙ୍କ ପରିଚୟ ମିଳି ନ ଥିବାରୁ ପୋଲିସ ପାଇଁ ଏହା ଏବେ ଚାଲେଞ୍ଜ ହୋଇପଡିଛି । ଯୁବକ ଜଣଙ୍କ କିଏ ଓ ତାଙ୍କୁ କାହିଁକି ହତ୍ୟା କରାଗଲା ସେ ନେଇ ପୋଲିସ ଏବେ ତନାଘନା ଚଳାଇଛି। ଅନ୍ୟପଟେ ଯୁବକଙ୍କୁ ଅନ୍ୟ ଯାଗାରେ ହତ୍ୟା କରାଯିବା ପରେ ତାଙ୍କୁ ଆଣି କ୍ଷେତର ଏକ ବୁଦାମୂଳେ ଫିଙ୍ଗିଦେଇ ଥାଇପାରନ୍ତି ବୋଲି ପୋଲିସ ଅନୁମାନ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା

ଥୁଆମୂଳ ରାମପୁର, ୨୮ା୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ତାଲବନ୍ଦ ପଡ଼ାରେ ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା ବା ଘଣ୍ଟ ଯାତ୍ରାର…

କବାଡ଼ି ପ୍ରିମିୟର ଲିଗ୍‌ ସିଜନ-୨ ଆରମ୍ଭ

ନୂଆପଡ଼ା,୨୮ା୩(ମକାରୁ ବେମାଲ): ନୂଆପଡ଼ା କବାଡ଼ି ଖେଳାଳି ସଂଘ ପକ୍ଷରୁ ପୁରୁଷ ଓ ମହିଳା ବିଭାଗରେ କବାଡ଼ି ପ୍ରିମିୟର ଲିଗ ସିଜନ-୨ ଶୁକ୍ରବାର ସାରେ ଉଦ୍‌ଘାଟିତ ହୋଇଯାଇଛି। ଜିଲା…

ଖଳିଆପାଲି ଛକ ବୁଲାଣିରେ କେମିକାଲ ବୋଝେଇ ଟ୍ୟାଙ୍କର ଲିକେଜ, ଲୋକେ ଭୟଭୀତ…

ଜୁନାଗଡ଼,୨୮।୩(ସୁନୀଲ କୁମାର ସିଂହ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଖଳିଆପାଲି ଛକ ବୁଲାଣି ଠାରେ ଶନିବାର ସନ୍ଧ୍ୟାରେ ଏକ କେମିକାଲ ବୋଝେଇ ଟ୍ୟାଙ୍କରରୁ ହଟାତ ଗ୍ୟାସ ଲିକେଜ ହୋଇଥିଲା।…

ଶୈବପୀଠ ନିକଟରେ ଅଘଟଣ, ବଜ୍ରପାତରେ ଚାଲିଗଲା ଯୁବତୀଙ୍କ ଜୀବନ, ହଠାତ ଘରୁ…

ଦିଗପହଣ୍ଡି, ୨୮।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଚାଞ୍ଚଡାପଲ୍ଲୀ ଗ୍ରାମର ଜଣେ ଯୁବତୀଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ମୃତ ଯୁବତୀଜଣକ ହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri