କ୍ୟାନସ୍‌ର ଫ୍ରି ହେବା ପରେ ନୂଆ ଥେରାପିର ଏକ ଭିଡିଓ ଶେୟାର କଲେ ସୋନାଲି

ମୁମ୍ବାଇ,୧୧।୬: ୨୦୧୮ରେ ବଲିଉଡ୍‌ ଅଭିନେତ୍ରୀ ସୋନାଲି ବେନ୍ଦ୍ରେ କ୍ୟାନସ୍‌ର ରୋଗରେ ପୀଡ଼ିତ ହେବା ପରେ ଚିକିତ୍ସା ପାଇଁ ଆମେରିକାକୁ ଚାଲିଯାଇଥିଲେ। ସେଠାରେ ରହି ତାଙ୍କର ପୁରା ଚିକିତ୍ସା କରାଇଥିଲେ। ଏହାରି ଭିତରେ ସେ ଜୀବନର ବହୁ ସଂଘର୍ଷ ଭିତରେ ଗତି କରିଛନ୍ତି। ହେଲେ ଏବେ ସୋନାଲି ସୁସ୍ଥ ହୋଇ ଫେରି ମୁମ୍ବାଇରେ ନିଜ ପରିବାରଙ୍କ ସହ ରହୁଛନ୍ତି। ସୋନାଲି କ୍ୟାନସ୍‌ର ଟ୍ରିଟମେଣ୍ଟ ସହ ଜଡ଼ିତ ଥିବା ନିଜର ଅନୁଭୂତିକୁ ବହୁ ଥର ସୋସିଆଲ ମିଡିଆରେ ଶେୟାର କରିଛନ୍ତି। ଏବେ ପୁଣି ସେ ତାଙ୍କର ଏକ ନୂଆ ଆକ୍ୱାଥେରାପି ସେଶନର ଏକ ଭିଡିଓ ଶେୟାର କରିଛନ୍ତି। ଏହି ଭିଡିଓରେ ସୋନାଲି ପାଣି ଭିତରେ ଏକ୍ସସାଇଜ୍‌ କରୁଥିବା ଦେଖିବାକୁ ମିଳିଛି। ପାଣି ଭିତରେ ଏକ୍ସସାଇଜ୍‌ କରିବା ବହୁ କଠିନ ହୋଇଥାଏ। ହେଲେ ନର୍ମାଲ କଣ୍ଡିସନ୍‌ରେ ଏହାକୁ କରିବା ବହୁ ସହଜ ଥିଲା। ସୋନାଲି ଭିଡିଓ ଶେୟାର କରିବା ସହ କ୍ୟାପସନରେ ଲେଖିଛନ୍ତି, ‘ଚେତାବନୀ: ଯେତିକି ଦେଖିବାରେ ଏହା ସହଜ ଲାଗୁଛି ସେତିକି ସହଜ ନୁହେଁ’। ଏହି ନୂଆ ଆକ୍ୱାଥେରାପି ଟ୍ରେନିଂ ସେଶନ ବହୁତ କଷ୍ଟକର କିନ୍ତୁ ଯଦି ସେ ନର୍ମାଲ କଣ୍ଡିସନରେ ଥାନ୍ତେ ତା’ହେଲେ ଏହାକୁ କରିବା ବହୁ ସହଜ ହୋଇଥାନ୍ତା ବୋଲି ସୋନାଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦୁଘାଟିରେ ଓଲଟିଲା କୋଳଥ ବୋଝେଇ ଟ୍ରକ୍‌: ଡ୍ରାଇଭର ଗୁରୁତର 

ମୋହନା,୪।୫(ମନ୍ମଥ ମିଶ୍ର):ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଲିଲିଗଡ଼ ନିକଟ କେନ୍ଦୁଘାଟି ବୁଲାଣିରେ ଦୁର୍ଘଟଣା ଘଟିଛି। ସୂଚନା ପ୍ରକାରେ ବ୍ରହ୍ମପୁରଠାରୁ ଏକ କୋଳଥ ବୋଝେଇ ଟ୍ରକ ଜୟପୁର…

ପ୍ରକୃତ ଉଦ୍ୟୋଗୀ କେବଳ ନିଜ ପାଇଁ ସମ୍ପତ୍ତି ସୃଷ୍ଟି କରନ୍ତି ନାହିଁ

ଭାଲଚନ୍ଦ୍ର ମହାନ୍ତି ଜଣେ ପ୍ରଥମ ପିଢିର ଓଡ଼ିଆ ଉଦ୍ୟୋଗୀ ଏବଂ ଓରିକ୍ଲିନ୍‌ ପ୍ରାଇଭେଟ୍‌ ଲିମିଟେଡ୍‌ର ପରିଚାଳନା ନିର୍ଦ୍ଦେଶକ। ୧୯୯୦ ମସିହାରେ କମ୍ପାନୀ ପ୍ରତିଷ୍ଠା ହେବା ପରଠାରୁ ସେ…

ବଢ଼ୁଛି ନର୍ଲା ବିଧାୟିକା,ବ୍ଲକ ୟଧ୍ୟକ୍ଷଙ୍କ କ୍ରେଜ୍‌: ଓ୍ବାରେଣ୍ଟି ପରେବି ମିଳୁଛି ଲୋକଙ୍କ ସମର୍ଥନ

କେସିଙ୍ଗାତା,୫।୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମବାସୀ ଏକତ୍ରିତ ହୋଇଛନ୍ତି। ନର୍ଲା ବିଧାୟିକା ମନୋରମ ମହାନ୍ତି ଓ ଭାରପ୍ରାପ୍ତ ବ୍ଲକ ଅଧ୍ୟକ୍ଷ ଦୁର୍ଗା ପ୍ରସାଦ…

ପିତୃ ଶବ୍ଦର ମହାନତା

ପିତୃ’ ବା ତତ୍ସମ ଶବ୍ଦ ଯଥା ପିତା, ତାତ, ଜନକ, ବାପା, ବାପୁ, ବାବୁ, ପାପା, ନନା, ବାବା, ଡାଡି, ଡାଡ୍‌, ଡେ’ ଏହିପରି ଏକାର୍ଥବୋଧକ ଯେତେ…

ମଣିମା ଶୁଣିମା ହେଉ

ବାଲ୍ୟକାଳରେ ଶୁଣିଥିବା କାହାଣୀ ବେଳେବେଳେ ବିସ୍ମୃତିରୁ ବାହୁଡ଼ିଆସେ। ସେତେବେଳେ ଶିଶୁମନକୁ ଖୁବ୍‌ ପ୍ରଭାବିତ କରିଥିବା କାହାଣୀର ବିଲୋଳ ଚରିତ୍ର ଆଖି ଆଗରେ ଉଭାହୁଏ। ସାମ୍ପ୍ରତିକ ସମୟର ଲାଞ୍ଚମିଛ,…

ଇରାନ ପରେ ଇସ୍ତ୍ରାଏଲ ଉପରେ ଆକ୍ରମଣ କଲେ ହୁଥି ବିଦ୍ରୋହୀ, ସାମରିକ ଘାଟି ଉପରେ କ୍ଲଷ୍ଟର….

ତେହେରାନ,୫।୪: ଇରାନ ବ୍ୟତୀତ, ୟେମେନର ହୁତି ବିଦ୍ରୋହୀମାନେ ଏବେ ଇସ୍ରାଏଲ ଉପରେ ଏକ ବଡ଼ ଆକ୍ରମଣ ଆରମ୍ଭ କରିଛନ୍ତି । ଏକ ରିପୋର୍ଟ ଅନୁଯାୟୀ, ହୁଥି ବିଦ୍ରୋହୀମାନେ…

କେବଳ ଦର୍ଶକ

ମଧ୍ୟପ୍ରାଚ୍ୟ ଯୁଦ୍ଧ ଏବେ ଦ୍ୱିତୀୟ ମାସରେ ପ୍ରବେଶ କରିଛି। ଏହା ଏକ ଲମ୍ବା ଯୁଦ୍ଧ ହେବାକୁ ଯାଉଛି ଏବଂ ଏ ସମ୍ପର୍କରେ ମୁଁ କିଛି ଟିପ୍ପଣୀ ଦେବା…

ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା, ଅଧିକ ୫ କେଜି ଚାଉଳ ପାଇବେ ହିତାଧିକାରୀ

ଭୁବନେଶ୍ୱର,୫।୪(ସୁନିତ୍‌ ମିଶ୍ର): ଜାତୀୟ ଖାଦ୍ୟ ସୁରକ୍ଷା ଆଇନ (ଏନ୍‌ଏଫ୍‌ଏସ୍‌ଏ) ଏବଂ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା (ଏସ୍‌ଏଫଏସ୍‌ଏସ୍‌)ର ହିତାଧିକାରୀ ଏଣିକି ଅଧିକ ୫ କେଜି ଲେଖାଏ ଚାଉଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri