କ୍ୟାନ୍‌ସରରେ ପୀଡ଼ିତ ଯୁବକଙ୍କ ଆତ୍ମହତ୍ୟା, ସୁଇସାଇଡ୍‌ ନୋଟ୍‌ରେ ଲେଖିଲେ ‘ପରିବାରକୁ କଷ୍ଟ ଦେବାକୁ ଚାହେଁନା’

କେନ୍ଦୁଝର,୯।୧୦(ସ୍ବ.ପ୍ର.): କେନ୍ଦୁଝର ସହର ଢାଙ୍ଗରପଡ଼ା ସାହିରେ ଭଡା ଘର କରି ରହୁଥିବା ଜଣେ ଯୁବକ ମଙ୍ଗଳବାର ରାତିରେ ଆତ୍ମହତ୍ୟା କରିଛନ୍ତି। ସେ ହେଲେ ମୟୂରଭଞ୍ଜ ଜିଲା କାଶିଆ ଗ୍ରାମର ମନୋଜ ମହାନ୍ତ। ସେ ଅବିବାହିତ ଥିବା ବେଳେ ଯକୃତ କ୍ୟାନ୍‌ସର ପୀଡ଼ିତ ଥିବା ଯୋଗୁ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ତାଙ୍କ ନିକଟରୁ ଏକ ସୁଇସାଇଡ୍‌ ନୋଟ ଜବତ କରାଯାଇଛି।

ସୁଇସାଇଡ୍‌ ନୋଟ୍‌ରେ ଉଲ୍ଲେଖ ରହିଥିବା ତଥ୍ୟ ଅନୁଯାୟୀ, ସେ ଲିଭର(ଯକୃତ) କ୍ୟାନ୍‌ସରରେ ପୀଡ଼ିତ। ଚିକିତ୍ସା ପାଇଁ ବହୁ ଅର୍ଥ ଖର୍ଚ୍ଚ ହେବ। ଘର ତଥା ପରିବାରଲୋକଙ୍କୁ ହଇରାଣ ହେବାକୁ ପଡ଼ିପାରେ। ନିଜକୁ କଷ୍ଟ ମଧ୍ୟ ହେବ। ଏଣୁ ଆତ୍ମହତ୍ୟା କରୁଛିି। ମୃତ୍ୟୁ ପାଇଁ ସେ ନିଜେ ଦାୟୀ ବୋଲି ଲେଖିଛନ୍ତି। ଏନେଇ ତାଙ୍କ ଦାଦା ସହଦେବ ମହାନ୍ତଙ୍କ ଏତଲା କ୍ରମେ ଟାଉନ ଥାନା ପୋଲିସ ଘଟଣାର ତଦନ୍ତ କରୁଛି।

ମନୋଜ ଶୁଆକାଠିସ୍ଥିତ ଏକ ଖଣିରେ ଠିକାକାମ କରୁଥିଲେ। ଖଣିରେ କାମ କରୁଥିବାରୁ ଏଭଳି ରୋଗ ହୋଇଥାଇପାରେ ବୋଲି ସେ ସୁଇସାଇଡ୍‌ ନୋଟ୍‌ରେ ଉଲ୍ଲେଖ କରିଛନ୍ତି। ଏହାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଉକ୍ତ ଖଣିରେ ବହୁ କର୍ମଚାରୀ ଓ ଶ୍ରମିକ କାମ କରୁଥିବାରୁ ଏଭଳି ପ୍ରଦୂଷଣ ଜନିତ ରୋଗ ବ୍ୟାପିବା ଆଶଙ୍କା କରି ସେମାନେ ଚିନ୍ତିତ ହୋଇପଡିଛନ୍ତି। ଜିଲା ପ୍ରଶାସନ ଓ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ଏ ନେଇ ତୁରନ୍ତ ପଦକ୍ଷେପ ନେବାକୁ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

NEET Re-Exam ପରୀକ୍ଷାରେ ବଡ଼ ପରିବର୍ତ୍ତନ, ପରୀକ୍ଷା ସମୟ ଅବଧି…..

ନୂଆଦିଲ୍ଲୀ,୧୨।୬: ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) NEET ପୁନଃପରୀକ୍ଷା ପାଇଁ ପ୍ରସ୍ତୁତି ଆରମ୍ଭ କରିଛି । ଏହି ପ୍ରକ୍ରିୟାର ଏକ ଅଂଶ ଭାବରେ, NTA କିଛି ପରିବର୍ତ୍ତନ…

ସନ୍ଧ୍ୟାରେ ମନ୍ଦିରରେ ତାଲା ଦେଇ ଯାଇଥିଲେ ପୂଜାରୀ, ସକାଳକୁ ଗଲା ବେଳକୁ ଯାହା ଦେଖିଲେ…

ଦିଗପହଣ୍ଡି,୧୨।୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ଗ୍ରାମ ଶ୍ରୀ ତୁମ୍ବେଶର ଶୈବପୀଠ ପରିସରରେ ଥିବା ଦାନବାକ୍ସକୁ କେହି ଦୁର୍ବୃତ୍ତ ଭାଙ୍ଗି…

ଓଡ଼ିଶା ଛୁଇଁଲା ମୌସୁମୀ, ରଜ ପୂର୍ବରୁ…

ଭୁବନେଶ୍ୱର,୧୨ା୬: କେରଳରେ ମୌସୁମୀ ବାୟୁ ପ୍ରବେଶ କରିବା ପରେ ଓଡ଼ିଶାରେ ପ୍ରବେଶ କରିଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା…

ଷ୍ଟାର୍‌ କ୍ରିକେଟର ବୈଭବ ସୂର୍ଯ୍ୟବଂଶୀଙ୍କ ପିତାଙ୍କୁ କାହିଁକି ସାବଧାନ କଲେ ଏହି ପୂର୍ବତନ କ୍ରିକେଟର? ଜାଣନ୍ତୁ କ’ଣ ରହିଛି ବଡ଼ କାରଣ

ନୂଆଦିଲ୍ଲୀ, ୧୨।୬: ଭାରତୀୟ କ୍ରିକେଟରେ ବୈଭବ ସୂର୍ଯ୍ୟବଂଶୀଙ୍କ ନାମ ଆଜିକାଲି କ୍ରମାଗତ ଭାବେ ଚର୍ଚ୍ଚାରେ ରହିଛି । ଅଣ୍ଡର-୧୯ କ୍ରିକେଟ ଏବଂ ଆଇପିଏଲ (IPL) ରେ ଚମତ୍କାର…

ମୋହନାରେ କାଳବୈଶାଖୀ ତାଣ୍ଡବ; ଉଡିଲା ଟିଣ ଛପର, ଘର ଉପରେ ପଡ଼ିଲା ଗଛ

ମୋହନା,୧୨।୬(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଅଞ୍ଚଳରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି । ଏହାର ପ୍ରଭାବରେ ଗୋବିନ୍ଦପୁର ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ହୋଇଛି । ଗୋବିନ୍ଦପୁର…

ବିନା ଲାଇସେନ୍ସରେ ୯୦୦ରୁ ଅଧିକ ବିମାନ ଉଡ଼ାଣ କରିଛନ୍ତି ଏହି ପାଇଲଟ୍‌, ପୂରା ଘଟଣା ଜାଣିଲେ…

ଅଟାଓ୍ବା,୧୨ା୬: କାନାଡାର ପ୍ରମୁଖ ବିମାନ କମ୍ପାନୀ ଏୟାର କାନାଡା ସହିତ ଜଡ଼ିତ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ପୂର୍ବତନ ବିମାନ ପାଇଲଟ୍‌ ଜେଫ୍ରି ଓ୍ବାଲ ପ୍ରାୟ…

ଜିଲାରେ ବୁଲିଲା ଶିଶୁ ଶ୍ରମିକ ନିରାକରଣ ସଚେତନତା ରଥ: ପତାକା ଦେଖାଇ ଶୁଭାରମ୍ଭ କଲେ ଅତିରିକ୍ତ ଜିଲାପାଳ

ଛତ୍ରପୁର, ୧୨।୬ (ଦିଲ୍ଲୀପ ସାମଲ) : ଜିଲା ଶ୍ରମ ବିଭାଗ ପକ୍ଷରୁ ଶିଶୁ ଶ୍ରମିକ ନିରାକରଣ ନେଇ ଏକ ସଚେତନତା ରଥର ଶୁଭାରମ୍ଭ ହୋଇଯାଇଛି । ଏନେଇ…

ଏଲ ନିନୋର ପ୍ରଭାବରେ କମ୍‌ ବର୍ଷା! ଚିନ୍ତାରେ ପଡିଲେ ଚାଷୀ, ସମସ୍ୟାର ସମାଧାନ ପାଇଁ…

ଛତ୍ରପୁର, ୧୨।୬ (ଦିଲୀପ ସାମଲ): ଗଞ୍ଜାମ ଜିଲାର ଚାଷୀମାନଙ୍କ ମୁଖ୍ୟ ସମସ୍ୟାର ସମାଧାନ ନିମନ୍ତେ ଋଷିକୁଲ୍ୟା ରୟତ ମହାସଭାର ଆହ୍‌ବାନକ୍ରମେ ଏକ ସଭା ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri