କ୍ୟାପିଟାଲ ହସ୍ପିଟାଲରେ ଆରମ୍ଭ ହେଲା ରେଟିନା ଅସ୍ତ୍ରୋପଚାର

ଭୁବନେଶ୍ୱର, ୨୮।୫(ବ୍ୟୁରୋ)- ରାଜ୍ୟର ଅନ୍ୟତମ ପ୍ରମୁଖ ସରକାରୀ ଚିକିତ୍ସାଳୟ କ୍ୟାପିଟାଲ ହସ୍ପିଟାଲରେ ରେଟିନା ଅସ୍ତ୍ରୋପଚାର ଆରମ୍ଭ ହୋଇଛି। ସୁନେତ୍ର ଯୋଜନାରେ ଆରମ୍ଭ ହୋଇଥିବା ଏହି ଅତ୍ୟାଧୁନିକ ବ୍ୟୟବହୁଳ ଚିକିତ୍ସା ଚକ୍ଷୁରୋଗୀମାନଙ୍କୁ ସମ୍ପୂର୍ଣ୍ଣ ମାଗଣାରେ ଯୋଗାଇ ଦିଆଯାଉଛି। ଚକ୍ଷୁରୋଗୀଙ୍କୁ ସମସ୍ତ ପ୍ରକାର ଅତ୍ୟାଧୁନିକ ଚିକିତ୍ସା ସେବା ବିନା ମୂଲ୍ୟରେ ଯୋଗାଇଦେବା ସହିତ ନିର୍ଦ୍ଦିଷ୍ଟ ସମୟସୀମା ମଧ୍ୟରେ ଅନ୍ଧତ୍ୱ ଦୂରୀକରଣ ଲକ୍ଷ୍ୟ ହାସଲ ଲାଗି ରାଜ୍ୟ ସରକାର ଆବଶ୍ୟକ ପଦକ୍ଷେପ ଗ୍ରହଣ କରିଛନ୍ତି। ଯୋଜନାର ସଫଳ କାର୍ଯ୍ୟକାରିତା ପାଇଁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଶାସନ ସଚିବ ଡା. ପ୍ରମୋଦ କୁମାର ମେହେର୍ଦ୍ଦାଙ୍କ ନିର୍ଦ୍ଦେଶକ୍ରମେ ସୁନେତ୍ରର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ତଥା ରାଜ୍ୟ ଔଷଧ ନିଗମର ପରିଚାଳନା ନିର୍ଦ୍ଦେଶିକା ଅର୍ଚ୍ଚନା ପଟ୍ଟନାୟକ ଏ କ୍ଷେତ୍ରରେ ତ୍ୱରିତ ପଦକ୍ଷେପ ଗ୍ରହଣ କରିଛନ୍ତି। କ୍ୟାପିଟାଲ ହସ୍ପିଟାଲ କର୍ତ୍ତୃପକ୍ଷ ଏଥିପାଇଁ ଆବଶ୍ୟକ ଅତ୍ୟାଧୁନିକ ଓଟିର ମଧ୍ୟ ବ୍ୟବସ୍ଥା କରିଛନ୍ତି। ରେଟିନା ଅସ୍ତ୍ରୋପଚାର ପାଇଁ ପ୍ରସ୍ତୁତି ଆରମ୍ଭ ହେବା ପରେ କ୍ୟାପିଟାଲ ହସ୍ପିଟାଲ ଚକ୍ଷୁରୋଗ ବିଶେଷଜ୍ଞ ଡା. ଅଶ୍ୱିନୀ ମେହେର୍ଦ୍ଦା ଦିଲ୍ଲୀ ଏମ୍‌ସକୁ ଯାଇ ତାଲିମ ଗ୍ରହଣ କରିଛନ୍ତି।
ସୂଚନାଯୋଗ୍ୟ, ବେସରକାରୀ ସ୍ତରରେ ରେଟିନା ଅସ୍ତ୍ରୋପଚାର ପାଇଁ ରୋଗୀଙ୍କୁ ୬୦ରୁ ୭୦ ହଜାର ପର୍ଯ୍ୟନ୍ତ ଟଙ୍କା ବ୍ୟୟ କରିବାକୁ ପଡୁଛି। ଏବେ କ୍ୟାପିଟାଲ ହସ୍ପିଟାଲରେ ଏହି ସେବା ଆରମ୍ଭ ହେବା ପରେ ଦୈନିକ ପ୍ରାୟ ୧୦ ରୁ ୧୫ଜଣ ରୋଗୀଙ୍କ ମୋତିଆବିନ୍ଦୁ ଅସ୍ତ୍ରୋପଚାର ହେଉଥିବା ଡା. ମେହେର୍ଦ୍ଦା ସୂଚନା ଦେଇଛନ୍ତି। ଏପରିକି ମଧୁମେହରେ ଆକ୍ରାନ୍ତ ହୋଇ ଚକ୍ଷୁରେ ଗ୍ଲୁକୋମା ସମସ୍ୟା ଭୋଗୁଥିବା ରୋଗୀଙ୍କୁ ମଧ୍ୟ ଆବଶ୍ୟକ ପଡୁଥିବା ଦାମୀ ଇଞ୍ଜେକ୍ସନ ସମ୍ପୂର୍ଣ୍ଣ ମାଗଣାରେ ଦିଆଯାଉଛି। ଗୋଟିଏ ଇଞ୍ଜେକ୍ସନର ମୂଲ୍ୟ ଖୋଲା ବଜାରରେ ୨୦ରୁ ୨୫ ହଜାର ଟଙ୍କା ପର୍ଯ୍ୟନ୍ତ ପଡୁଛି। କ୍ୟାପିଟାଲ ହସ୍ପିଟାଲରେ ସୁନେତ୍ର ଯୋଜନାରେ ଆରମ୍ଭ ହୋଇଥିବା ବ୍ୟୟବହୁଳ ରେଟିନା ଅସ୍ତ୍ରୋପଚାର ରାଜ୍ୟର ସରକାରୀ ସ୍ବାସ୍ଥ୍ୟ କେନ୍ଦ୍ରରେ ପ୍ରଥମ ବୋଲି ଜଣାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଲକ୍ଷାଧିକ ଟଙ୍କାର ବ୍ରାଉନସୁଗାର ସହ ଗଞ୍ଜେଇ ଜବତ, କିଙ୍ଗ୍‌ପିନ୍‌ଙ୍କୁ ଗିରଫ କରି ପୋଲିସ…

ବାଲିଗୁଡ଼ା,୨୨ା୮(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ପୋଲିସ ପକ୍ଷରୁ ଚାଲିଛି ନିଶାମୁକ୍ତ ସମଗ୍ର କନ୍ଧମାଳ। ଏହି ପରିପ୍ରେକ୍ଷୀରେ ବାଲିଗୁଡ଼ା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବ୍ରାଉନ ସୁଗାର…

ସ୍ବାମୀଙ୍କ ସହ ବାଇକ୍‌ରେ ଯିବାବେଳେ ଓଢ଼ଣୀ ନେଲା ସ୍ତ୍ରୀଙ୍କ ଜୀବନ

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଏକ ଦୁଃଖଦ ଘଟଣା ଘଟିଛି। ବାଇକ୍‌ ଚକାରେ ଓଢ଼ଣୀ ଫସିଯିବା ଯୋଗୁ ତଳେ ପଡ଼ି ଜଣେ ମହିଳାଙ୍କ…

ହାଫିଜ ସୟିଦଙ୍କୁ ସମନ ଜାରି କରିବ NIA

ଜମ୍ମୁ-କଶ୍ମୀର,୨୨।୮: ୨୦୨୫ ପହଲଗାମ ଆକ୍ରମଣ ଘଟଣାରେ ଜାତୀୟ ତଦନ୍ତକାରୀ ସଂସ୍ଥା(NIA) ପକ୍ଷରୁ ପାକିସ୍ତାନୀ ଆତଙ୍କବାଦୀ ହାଫିଜ ସୟିଦଙ୍କୁ ସମନ ଜାରି କରାଯିବ। ବୈଦେଶିକ ମନ୍ତ୍ରଣାଳୟ ଜରିଆରେ ପାକିସ୍ତାନକୁ…

ବ୍ରହ୍ମପୁରରେ ଚାଞ୍ଚଲ୍ୟ, ରେଳଧାରଣରୁ ମିଳିଲା ୨ ମୃତଦେହ

ବ୍ରହ୍ମପୁର,୨୧।୮( ସୁବାସ ଚନ୍ଦ୍ର ପାଢ଼ୀ ): ଜିଆର୍‌ପି ପୋଲିସ ଗୋଶାଣିନୂଆଗାଁ ବ୍ରିଜ ତଳ ଦେଇ ଯାଇଥିବା ରେଳଧାରଣ ନିକଟରୁ ଶନିବାର ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି।…

ଲଭ୍‌-ସେକ୍ସ-ଧୋକା ଅଭିଯୋଗ; ବାରିପଦା ଟାଉନ୍‌ ଥାନାର SI ଅଟକ

ବାରିପଦା,୨୨।୮: ବାରିପଦା ଟାଉନ୍‌ ଥାନାର ଜଣେ ସବ୍‌-ଇନ୍ସପେକ୍ଟରଙ୍କ ବିରୋଧରେ ଜଣେ ମହିଳା ଲଭ୍‌-ସେକ୍ସ-ଧୋକା ଅଭିଯୋଗ ଆଣିଛନ୍ତି। ଅଭିଯୋଗ ପରେ ଟାଉନ୍‌ ଥାନାର SI ପ୍ରଭାତ ନାୟକଙ୍କୁ ପୋଲିସ…

କରିସ୍ମାଙ୍କୁ ପୂଜା କରନ୍ତି କଙ୍ଗନା, ତାଙ୍କ ଫ୍ୟାଶନ ସେନ୍ସକୁ ପ୍ରଶଂସା କରିବା ସହ ଏମିତି କହି…

ମୁମ୍ବାଇ: ଭାଜପା ନେତ୍ରୀ ତଥା ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରାଣାଓ୍ବତ କୌଣସି ନା କୌଣସି କାରଣକୁ ନେଇ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ସୋସିଆଲ ମିଡିଆରେ ସବୁବେଳେ…

ଗରିମା ଦିବସ: ସଫେଇ କର୍ମୀ ପ୍ରତାପ ଦଳେଇଙ୍କ ପତ୍ନୀଙ୍କୁ ୧୦ ଲକ୍ଷ ଟଙ୍କାର ବୀମା ରାଶି

ଭୁବନେଶ୍ୱର, ୨୨।୮: ସଫେଇ କର୍ମୀଙ୍କ ସୁରକ୍ଷା, ସାମାଜିକ ସୁରକ୍ଷା ଓ ମର୍ଯ୍ୟାଦା ବୃଦ୍ଧି ଲକ୍ଷ୍ୟରେ ଆଜି ଗରିମା ଦିବସ ୨୦୨୬ ପାଳିତ ହୋଇଛି। ଏହି ଅବସରରେ ଲୋକସେବା…

କାମ କରୁଥିବାବେଳେ ଶ୍ରମିକଙ୍କୁ ଶୁଭିଲା ସାପର ଗର୍ଜନ, ପାଖକୁ ଯାଇ ଦେଖିବା ପରେ…

ଦିଗପହଣ୍ଡି,୨୨ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ୧ ନଂ ଓ୍ବାର୍ଡ ଘୋଡ଼ାହାଡ଼ ଡ଼୍ୟାମ ରାସ୍ତାକଡ଼ରେ ନିର୍ମାଣାଧୀନ ମେଡିକାଲ କୋଠା ପରିସରରୁ ପ୍ରାୟ ୭…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri