କ୍ୟାପିଟାଲ ହସ୍ପିଟାଲରେ ହେବ ହାର୍ଟ ଅପରେଶନ୍‌

ଭୁବନେଶ୍ୱର, ୭।୧୧(ବ୍ୟୁରୋ): କ୍ୟାପିଟାଲ ହସ୍ପିଟାଲରେ ହାର୍ଟ-ସର୍ଜରି ୟୁନିଟ୍‌ ଆରମ୍ଭ ହେବ। ଫଳରେ ଏଠାରେ ହାର୍ଟ ଅପରେଶନ୍‌, ଓପନ ହାର୍ଟ ସର୍ଜରି, କମ୍ପ୍ଲେକ୍ସ ଆଞ୍ଜିଓଗ୍ରାଫି, ଡିଭାଇସ୍‌ କ୍ଲୋଜର, ଇଲେକ୍ଟ୍ରୋ ଫିଜିଓଲୋଜିକାଲ ଷ୍ଟଡି ସମ୍ଭବ ହୋଇପାରିବ। ଏନେଇ କ୍ୟାପିଟାଲ ହସ୍ପିଟାଲ ପରିସରରେ ଆବଶ୍ୟକ ଭିତ୍ତିଭୂମିର ଉନ୍ନତିକରଣ କରାଯିବ। ଏଥି ନିମନ୍ତେ ଆବଶ୍ୟକୀୟ ଗୃହ ଉପଲବ୍ଧ ଥିବାବେଳେ ଅପରେଶନ୍‌ ଥିଏଟର ପାଇଁ ଆନୁଷଙ୍ଗିକ ଚିକିତ୍ସା ସରଞ୍ଜାମ ଓ ଯନ୍ତ୍ରପାତି ଖୁବ୍‌ଶୀଘ୍ର ଯୋଗାଇଦିଆଯିବ। ବର୍ତ୍ତମାନ କ୍ୟାପିଟାଲ ହସ୍ପିଟାଲକୁ ଦୈନିକ ପ୍ରାୟ ୩୦୦୦ରୁ ୩୫୦୦ ରୋଗୀ ବହିର୍ବିଭାଗରେ ଚିକିତ୍ସା ପାଇଁ ଆସୁଥିବାବେଳେ କାର୍ଡିଓଲୋଜି ବହିର୍ବିଭାଗରେ ପ୍ରତିଦିନ ୧୦୦ରୁ ଅଧିକ ରୋଗୀ ପରାମର୍ଶ ପାଇଁ ଆସୁଛନ୍ତି।
ଉଲ୍ଲେଖଯୋଗ୍ୟ, କ୍ୟାପିଟାଲ ହସ୍ପିିଟାଲରେ ହାର୍ଟ-ସର୍ଜରୀ କେନ୍ଦ୍ର ଖୋଲିବା ପାଇଁ ପୂର୍ବରୁ ଶ୍ରୀ ସତ୍ୟସାଇ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ହାୟର ମେଡିକାଲ ସାଇନ୍ସସ, କାର୍ଡିଆକ୍‌ ସାଇନ୍ସେସ୍‌ ବିଭାଗ ଅଧ୍ୟକ୍ଷ ଡା. ପ୍ରଭାତ କୁମାର ଦାସଙ୍କୁ ଏଠାରେ ଯୋଗଦେବା ପାଇଁ ସରକାର ଅନୁରୋଧ କରିଥିଲେ। ରାଜ୍ୟ ସରକାରଙ୍କ ଅନୁରୋଧ ରକ୍ଷା କରି ଡା. ଦାସ ଭୁବନେଶ୍ୱର ପହଞ୍ଚତ୍ଥିଲେ। ବୁଧବାର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ମନ୍ତ୍ରୀ ନବ କିଶୋର ଦାସଙ୍କ ସହ ଡା. ଦାସ କ୍ୟାପିଟାଲ ହସ୍ପିଟାଲରେ ହାର୍ଟ ଅପରେଶନ୍‌ ପାଇଁ ଚିହ୍ନଟ ସ୍ଥଳ ବୁଲି ସନ୍ତୋଷ ପ୍ରକାଶ କରିଛନ୍ତି। ଖୁବ୍‌ଶୀଘ୍ର ଏଠାରେ ହାର୍ଟ ଅପରେଶନ୍‌ ଆରମ୍ଭ ହେବ ବୋଲି ଡା. ଦାସ ମତ ଦେଇଛନ୍ତି। ଏଥିପ୍ରତି ସରକାରଙ୍କ ଆନ୍ତରିକତା ସହ ସାହାଯ୍ୟ ଓ ସହଯୋଗ ମଧ୍ୟ ରହିଛି। ଖୁବ୍‌ଶୀଘ୍ର ଅପରେଶନ୍‌ ଥିଏଟର ପାଇଁ ଆନୁଷଙ୍ଗିକ ବ୍ୟବସ୍ଥା କରାଯିବା ଫଳରେ ଏହା କାର୍ଡିଆକ୍‌ ସେଣ୍ଟର ଅଫ୍‌ ଏକ୍ସଲେନ୍ସରେ ପରିଣତ ହୋଇପାରିବ। ଏଠାରେ ଗୋଟିଏ ଅତିରିକ୍ତ କ୍ୟାଥ୍‌ ଲ୍ୟାବ୍‌ ପ୍ରତିଷ୍ଠା କରାଯିବା ଫଳରେ ଅଳ୍ପ ସମୟ ମଧ୍ୟରେ ଜଟିଳ ଆଞ୍ଜିଓପ୍ଲାଷ୍ଟି, ଯେମିତି କି ହାର୍ଟର ହୋଲ୍‌କୁ ବିନା ଅପରେଶନ୍‌ରେ ବନ୍ଦ କରାଯାଇପାରିବ। ଏହା ସହ ହାର୍ଟର ଅନିୟମିତ ସଞ୍ଚାଳନକୁ କରେଣ୍ଟ ଦେଇ ଠିକ୍‌ କରାଯାଇପାରିବା ଓ ଗୁରୁତର ହୃଦ୍‌ରୋଗୀଙ୍କ ପାଇଁ ଓପନ୍‌-ହାର୍ଟ-ସର୍ଜରି ଓ ଶିଶୁମାନଙ୍କ ହାର୍ଟ ସମ୍ବନ୍ଧୀୟ ଅସୁସ୍ଥତାର ମଧ୍ୟ ଚିକିତ୍ସା କରାଯାଇପାରିବ।
ସେହିପରି ଭବିଷ୍ୟତରେ ଆହୁରି ଦକ୍ଷ ହାର୍ଟ ବିଶେଷଜ୍ଞ ଏଠାରେ ଯୋଗଦେବେ ବୋଲି ମନ୍ତ୍ରୀ କହିଛନ୍ତି। ସରକାର ହାର୍ଟକେୟାର କ୍ଷେତ୍ରରେ କ୍ୟାପିଟାଲ ହସ୍ପିଟାଲକୁ ଉତ୍କର୍ଷ କେନ୍ଦ୍ରଭାବେ ପରିଣତ କରିବା ପାଇଁ ସବୁ ପ୍ରକାର ବିହିତ ପଦକ୍ଷେପ ଗ୍ରହଣ କରୁଛନ୍ତି। ଖୁବ୍‌ଶୀଘ୍ର ଏ ସମ୍ପର୍କରେ ଆଉ ଏକ ଉଚ୍ଚସ୍ତରୀୟ ବୈଠକ ଡକାଯାଇ କାର୍ଯ୍ୟକୁ ତ୍ୱରାନ୍ବିତ କରାଯିବ ବୋଲି ମନ୍ତ୍ରୀ ଦାସ କହିଛନ୍ତି। କ୍ୟାପିଟାଲ ହସ୍ପିଟାଲ ନିର୍ଦ୍ଦେଶକ ଡା. ଆଶୋକ କୁମାର ପଟ୍ଟନାୟକ ହସ୍ପିଟାଲ ପରିସରରେ ହାର୍ଟ-ଅପରେଶନ୍‌ ପାଇଁ ଗୃହ ନିର୍ମାଣ କାର୍ଯ୍ୟ ସରିଥିବା ସୂଚନା ଦେଇଛନ୍ତି। ଖୁବ୍‌ଶୀଘ୍ର ଅପରେଶନ୍‌ ଥିଏଟରକୁ କାର୍ଯ୍ୟକ୍ଷମ କରାଯିବ। ଏହି ଅବସରରେ ଡା. ଆର୍‌.ଏସ୍‌.ଏନ୍‌ ମୂର୍ତ୍ତି, ଡା. ପି.କେ. ରଥ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସିବିଏସ୍‌ଇ ଦଶମ ପରୀକ୍ଷା ଫଳ : ୧୦ ସଫଳ ଛାତ୍ରୀଛାତ୍ରଙ୍କୁ ସମ୍ବର୍ଦ୍ଧନା କଲା ଜିଲା ପ୍ରଶାସନ

ନୂଆପଡ଼ା,୧୭ା୪ (ମକାରୁ ବେମାଲ): ସିବିଏସ୍‌ଇ ଦଶମ ଶ୍ରେଣୀ ୨୦୨୬ ପରୀକ୍ଷାରେ ନୂଆପଡ଼ା ଜିଲାର ଛାତ୍ରୀଛାତ୍ର ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ଶୁକ୍ରବାର ଜିଲା ପ୍ରଶାସନ ପକ୍ଷରୁ ଏହି…

ଭାଷଣ ଦେବା ପୂର୍ୱରୁ ହାତରେ କାହିଁକି ବ୍ୟାଣ୍ଡେଜ ବାନ୍ଧିଥିଲେ ରାହୁଲ? ସଂସଦ ଭିତରେ କହିଦେଲେ…

ନୂଆଦିଲ୍ଲୀ,୧୭।୪: ସଂସଦର ସ୍ୱତନ୍ତ୍ର ଅଧିବେଶନ ସମୟରେ ମହିଳା ସଂରକ୍ଷଣ ବିଲ ଉପରେ ଚାଲିଥିବା ବିତର୍କ ମଧ୍ୟରେ ସମସ୍ତଙ୍କ ନଜର ରାହୁଲ ଗାନ୍ଧୀଙ୍କ ଉପରେ ଥିଲା। ଉଲ୍ଲେଖନୀୟ ଯେ,…

ରାହୁଲ ଗାନ୍ଧୀଙ୍କ ବିରୋଧରେ ମାମଲା ରୁଜୁ କରିବାକୁ ନିର୍ଦ୍ଦେଶ ଦେଲେ ଆହ୍ଲାବାଦ ହାଇକୋର୍ଟ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୧୭।୪: କଂଗ୍ରେସ ନେତା ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଦ୍ୱୈତ ନାଗରିକତା ମାମଲାରେ ବଢ଼ୁଥିବା ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ଆହ୍ଲାବାଦ ହାଇକୋର୍ଟର…

୧୫ ବର୍ଷ ପରେ ଜନଗଣନା: ଭଞ୍ଜନଗର ତହସିଲରେ ୬୦୦ କର୍ମଚାରୀ ନିୟୋଜିତ, ଘରକୁ ଘର ବୁଲି…

ଭଞ୍ଜନଗର,୧୭ା୪(ବାବୁଲା ପ୍ରଧାନ): ପ୍ରତି ୧୦ ବର୍ଷକୁ ଥରେ ଦେଶରେ ଜନଗଣନା ହୋଇଥାଏ। ଏହାକୁ ଦୃଷ୍ଟିରେ ରଖି ବିକାଶ ଯୋଜନା ହୋଇଥାଏ। ଶେଷଥର ପାଇଁ ୨୦୧୧ ରେ ଦେଶରେ…

ନୀତୀଶ କୁମାର ହେଲେ ଅମିତ ଶାହାଙ୍କ ପଡ଼ୋଶୀ: ଦିଲ୍ଲୀରେ ୩ ଏକର ଭିଭିଆଇପି ବଙ୍ଗଳା ଆବଣ୍ଟିତ

ନୂଆଦିଲ୍ଲୀ,୧୭।୪: ନୀତୀଶଙ୍କୁ ଦିଲ୍ଲୀରେ ଏକ ଟାଇପ-୮ ବର୍ଗର ସରକାରୀ ବଙ୍ଗଳା ଆବଣ୍ଟିତ କରାଯାଇଛି, ଯାହାଦ୍ୱାରା ରାଜଧାନୀର ସବୁଠାରୁ VVIP ଜୋନରେ ତାଙ୍କର ରାଜନୈତିକ ଠିକଣା ପ୍ରତିଷ୍ଠା ହୋଇଛି।…

ଦୁର୍ଘଟଣା ପରେ ବାହାରେ ଝୁଲୁଥିଲା ମସ୍ତିଷ୍କ: ସଫଳ ହେଲା ୬ଷ୍ଠ ଶ୍ରେଣୀ ଛାତ୍ରଙ୍କ ଅସ୍ତ୍ରୋପଚାର, ପୂରା ଘଟଣା ଜାଣିଲେ ଥରିଉଠିବେ…

ବ୍ରହ୍ମପୁର/ଦିଗପହଣ୍ଡି, ୧୭।୪(ସୁବାସ ଚନ୍ଦ୍ର ପାଢ଼ୀ/ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ବ୍ରହ୍ମପୁର ଏମକେସିଜି ମେଡିକାଲ କଲେଜ ସ୍ନାୟୁ ଶଲ୍ୟ ବିଭାଗରୁ ଆଉ ଏକ ବିରଳ ତଥା ସଫଳ…

ଶ୍ରାଦ୍ଧବାର୍ଷିକୀରେ ବିଜୁବାବୁଙ୍କୁ ଅବମାନନା: ଅଭାବ ପଡ଼ିଲା ଫୁଲମାଳ ସହ…

ହାଟଡିହୀ/ଆନନ୍ଦପୁର,୧୭ା୪(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ବିଜେଡି ତରଫରୁ ଆନନ୍ଦପୁର କଲ୍ୟାଣ ମଣ୍ଡପଠାରେ ପ୍ରବାଦପୁରୁଷ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କ ୨୯ତମ ଶ୍ରାଦ୍ଧ…

ସଂସଦରେ ରାହୁଲ ଗାନ୍ଧୀଙ୍କ ଭାଷଣ ଉପରେ କଟାକ୍ଷ କଲେ ନିଶିକାନ୍ତ ଦୁବେ କହିଲେ,‘ମାଇକେଲ ଜ୍ୟାକସନଙ୍କ ନାଚ ଦେଖିଲା ଭଳି ଲାଗୁଥିଲା’

ନୂଆଦିଲ୍ଲୀ,୧୭।୪: ମହିଳା ସଂରକ୍ଷଣ ବିଲ ଉପରେ ଭୋଟ ଦେବା ପୂର୍ବରୁ, ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ କେନ୍ଦ୍ର ସରକାରଙ୍କ ସମ୍ପର୍କରେ ପ୍ରଶ୍ନ ଉଠାଇଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri