କ୍ୟାବିନେଟରେ ୧୬ ପ୍ରସ୍ତାବକୁ ମୋହର: ୩ ପାନୀୟ ଜଳ ପ୍ରକଳ୍ପକୁ ମଞ୍ଜୁରୀ; ଶଙ୍କରାଚାର୍ଯ୍ୟ ମଠ, ଲାଞ୍ଜିଗଡ ରେଳ ପ୍ରକଳ୍ପକୁ ଜମି

ଭୁବନେଶ୍ୱର,୨୮।୭(ବ୍ୟୁରୋ): ରାଜ୍ୟ ସରକାର ବସୁଧା ଯୋଜନାରେ ପୁରୀ ଓ ନବରଙ୍ଗପୁର ଜିଲାରେ ୩ଟି ଗ୍ରାମ୍ୟ ପାନୀୟ ଜଳ ପ୍ରକଳ୍ପ ଆରମ୍ଭ କରିବେ । ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ପକ୍ଷରୁ ଦିଆଯାଇଥିବା ଏହି ପ୍ରସ୍ତାବକୁ ଶନିବାର ରାଜ୍ୟ କ୍ୟାବିନେଟ ଅନୁମୋଦନ କରିଛି। ଏଥିସହିତ ଘରୋଇ ଶିକ୍ଷାନୁଷ୍ଠାନ ଏସିଆନ ସ୍କୁଲ ଅଫ୍‌ ବିଜ୍‌ନେସ ମ୍ୟାନେଜମେଣ୍ଟ(ଏଏସ୍‌ବିଏମ୍‌)କୁ ଡିମ୍‌ଡ ବିଶ୍ୱ ବିଦ୍ୟାଳୟର ମାନ୍ୟତା ମିଳିବ। ଏଥିପାଇଁ ଚଳିତ ବିଧାନସଭାରେ ଏ ନେଇ ଏକ ବିଲ୍‌ ଆଗତ ହେବ। ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଦିଆଯାଇଥିବା ଏହି ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ ମୋହର ମାରିଛି।ଶନିବାର ସଚିବାଳୟଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ୧୬ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି। ସେଥି ମଧ୍ୟରେ ରାଜସ୍ବ ବିଭାଗର ୫ଟି ପ୍ରସ୍ତାବ ଥିବା ବେଳେ ଉଚ୍ଚଶିକ୍ଷା ବିଭାଗର ୨, ପଞ୍ଚାୟତିରାଜ ବିଭାଗର ୩, ସମବାୟ ବିଭାଗର ୨, ସାଧାରଣ ପ୍ରଶାସନ ବିଭାଗର ୧ ଏବଂ ଅନ୍ୟାନ୍ୟ ବିଭାଗର ୩ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ତେବେ ବିଧାନସଭା ଚାଲିଥିବାରୁ ଏ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ କୌଣସି ସୂଚନା ଦିଆଯାଇ ନାହିଁ। ମିଳିଥିବା ସୂଚନା ଅନୁଯାୟୀ ଓଡ଼ିଶା ମୁକ୍ତ ବିଶ୍ୱବିଦ୍ୟାଳୟକୁ ରାଜ୍ୟ ସରକାର ମାଗଣାରେ ଜମି ଯୋଗାଇ ଦେବେ। ଏଥିସହିତ ପୁରୀ ଶଙ୍କରାଚାର୍ଯ୍ୟଙ୍କ ମଠକୁ ଜମି ଦେବା ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରୀ ମିଳିଛି। ଲାଞ୍ଜିଗଡ଼ ସମେତ ରାଜ୍ୟର ବିଭିନ୍ନ ରେଳ ପ୍ରକଳ୍ପ ପାଇଁ ଜମି ଯୋଗାଇ ଦେବାକୁ କ୍ୟାବିନେଟ ଅନୁମୋଦନ କରିଛି। ଲୋକାୟୁକ୍ତ ଆଇନରେ ଥିବା କେତେକ ସଂଶୋଧନ ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ ମୋହର ମାରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷୟିତ୍ରୀଙ୍କୁ ଅସଦାଚରଣ କରି ପ୍ରଧାନଶିକ୍ଷକ ଅଟକ

ଭଣ୍ଡାରିପୋଖରୀ,୭।୭: ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ଅଧୀନ ବାଲିପୋଖରୀ ଅଞ୍ଚଳରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ବାଲିପୋଖରୀ ପଞ୍ଚାୟତ ଶୁକଦେବ ଜେନା ହାଇସ୍କୁଲର ପ୍ରଧାନ ଶିକ୍ଷକଙ୍କ…

ବନ୍ଦ ଘରୁ ମିଳିଲା ଆଉଟସୋର୍ସିଂ କର୍ମଚାରୀଙ୍କ ମୃତଦେହ, ଗନ୍ଧ ହେବାରୁ…

ବଲାଙ୍ଗୀର,୭।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତୁଲସୀନଗରର ଏକ ଘର ଭିତରୁ ଜଣେ ଯୁବକଙ୍କ ମୃତଦେହ ମଙ୍ଗଳବାର ଉଦ୍ଧାର ହୋଇଛି । ମୃତ ଯୁବକ ଜଣକ କାର୍ତ୍ତିକ ମଛଖଣ୍ଡ…

ଦାମୀ ଗାଡ଼ିରେ ବ୍ରାଉନସୁଗାର ଚାଲାଣ: ବାପ–ପୁଅ ଗିରଫ

ଭୁବନେଶ୍ୱର, ୭।୭: ରାଜଧାନୀ ଭୁବନେଶ୍ୱରରେ ବ୍ରାଉନସୁଗାର କାରବାର ବିରୋଧରେ ଅବକାରୀ ବିଭାଗ ବଡ଼ ସଫଳତା ପାଇଛି। ଦାମୀ ଗାଡ଼ିରେ ବ୍ରାଉନସୁଗାର ଚାଲାଣ କରୁଥିବା ଅଭିଯୋଗରେ ବାପ–ପୁଅଙ୍କୁ ଗିରଫ…

ଗଛରେ ଝୁଲୁଛି କଲରାପତରିଆ ବାଘର ମୃତଦେହ, ସ୍ଥାନୀୟ ଲୋକେ….

କବିସୂର୍ଯ୍ୟନଗର,୭।୭(କୃପାସିନ୍ଧୁ ସ୍ବାଇଁ):  ଗଞ୍ଜାମ କବିସୂର୍ଯ୍ୟନଗର ଜରଡ଼ ପାହଡ ନିକଟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । କଲରାପତରିଆ ବାଘକୁ ହତ୍ୟା ପରେ କେହି ନିମ୍ବ ଗଛରେ…

ଆଳି ବ୍ରାହ୍ମଣୀ ନଦୀରେ ଭାସୁଛି ବିରାଟକାୟ କୁମ୍ଭୀର, ଆତଙ୍କିତ ସ୍ଥାନୀୟ ଲୋକେ

ପଟ୍ଟାମୁଣ୍ଡାଇ,୭।୭(କଳ୍ପତରୁ ନାୟକ): କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଆଳି ଦେଇ ବହିଯାଇଥିବା ବ୍ରାହ୍ମଣୀ ନଦୀର ପତ୍ରପୁର ସେତୁ ନିକଟରେ ଏକ ବିରାଟକାୟ ବଉଳା କୁମ୍ଭୀର ଭାସୁଥିବା ଦେଖିବାକୁ ମିଳିଛି…

ଝିଅ ଘରୁ ଫେରୁଥିବା ବେଳେ ବନ୍ୟା ପାଣିରେ ଭାସିଗଲେ ବୃଦ୍ଧ, ସିଧା ଗଛରେ…

ପାଟଣା,୭।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାର ପଡ଼ା ବ୍ଲକ ତେଲ ନଦୀର ବଢ଼ି ପାଣିରେ ଭାସି ମଙ୍ଗଳବାର ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । ମୃତକ…

ସାଧୁପଡାରୁ ବିଦେଶୀ ମଦ ଦୋକାନ ଉଠାଇବା ଦାବିରେ ଅଣ୍ଟା ଭିଡିଲେ ମହିଳା, ରାସ୍ତାରୋକୋ କରି….

ପାଟଣା,୭।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ ପାଟଣା ପଞ୍ଚାୟତ ସାଧୁପଡ଼ା ଗ୍ରାମରେ ମଦ ଦୋକାନ ଉଚ୍ଛେଦକୁ ନେଇ ମହିଳାମାନେ ରାସ୍ତାରୋକୋ କରିଛନ୍ତି ।…

କାହାକୁ ଲାଷ୍ଟ ଫୋନ୍ କରିଥିଲେ IIC ବିଉଟି ମହାନ୍ତି: ଡିସିପି କହିଲେ…

କଟକ, ୭।୭: IIC ବିଉଟି ମହାନ୍ତିଙ୍କ ମୃତ୍ୟୁ ଘଟଣାର ତଦନ୍ତ ଜାରି ରହିଥିବା ବେଳେ କଟକ ଡିସିପି ଏହାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି ଯେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri