କ୍ୟାବିନେଟ୍‌ ନିଷ୍ପତ୍ତି: ୨୪ରୁ ୪୮ ଘଣ୍ଟା ମଧ୍ୟରେ ଚାଷୀଙ୍କୁ ମିଳିବ ଟଙ୍କା, ଧାନ କିଣା ଟାର୍ଗେଟ କମିଲା

ଭୁବନେଶ୍ୱର,୨୬।୯(ବ୍ୟୁରୋ): ଧାନ ବିକୁଥିବା ଚାଷୀଙ୍କୁ ଏଣିକି ୨୪ରୁ ୪୮ ଘଣ୍ଟା ମଧ୍ୟରେ ସେମାନଙ୍କର ପ୍ରାପ୍ୟ ମିଳିବ। ପୂର୍ବରୁ ସେମାନଙ୍କୁ ୨୪ରୁ ୭୨ ଘଣ୍ଟା ମଧ୍ୟରେ ଧାନ ବିକା ଟଙ୍କା ମିଳୁଥିଲା। ଗୁରୁବାର ଲୋକସେବା ଭବନଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଏଥିସହିତ ଖାଦ୍ୟ ଓ ସଂଗ୍ରହଣ ନୀତି ୨୦୧୯-୨୦କୁ କ୍ୟାବିନେଟ ମଞ୍ଜୁରୀ ପ୍ରଦାନ କରିଛି। ଚଳିତ ବର୍ଷ ଖରିଫ ଋତୁରେ ୬୦ ଲକ୍ଷ ମେଟ୍ରିକ ଟନ୍‌ ଧାନ ସଂଗ୍ରହ ହେବ। ଏ ବାବଦରେ ୪୧ ଲକ୍ଷ ମେଟ୍ରିକ ଟନ୍‌ ଚାଉଳ ସଂଗ୍ରହ ହେବ ବୋଲି ସରକାର ଲକ୍ଷ୍ୟଧାର୍ଯ୍ୟ କରିଛନ୍ତି। ତେବେ ଗତ ବର୍ଷଠାରୁ ଚଳିତ ବର୍ଷ ପ୍ରାୟ ୫ ଲକ୍ଷ ମେଟ୍ରିକ ଟନ୍‌ ଧାନ ଓ ଚାଉଳ କମ୍‌ ସଂଗ୍ରହ କରିବାକୁ ସରକାର ଲକ୍ଷ୍ୟ ରଖିଛନ୍ତି। ୨୦୧୮-୧୯ରେ ୬୫.୪୯ ଲକ୍ଷ ମେଟ୍ରିକ ଟନ୍‌ ଧାନ ଓ ଏଥିରୁ ବାହାରୁଥିବା ୪୪.୪୨ ଲକ୍ଷ ମେଟ୍ରିକ୍‌ ଟନ୍‌ ଚାଉଳ ସଂଗ୍ରହ କରିବାକୁ ସରକାର ଲକ୍ଷ୍ୟଧାର୍ଯ୍ୟ କରିଥିଲେ। କ୍ୟାବିନେଟ ବୈଠକ ଶେଷରେ ମୁଖ୍ୟଶାସନ ସଚିବ ଅସୀତ୍‌ ତ୍ରିପାଠୀ ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ, ଆବଶ୍ୟକ ହେଲେ ସରକାର ଚାଷୀଙ୍କଠାରୁ ଆହୁରି ଅଧିକ ଧାନ କ୍ରୟ କରିବେ। ଆସନ୍ତା ନଭେମ୍ବର ପହିଲାରୁ ୨୦୨୦ ମାର୍ଚ୍ଚ ପର୍ଯ୍ୟନ୍ତ ଖରିଫ୍‌ ଧାନ ସଂଗ୍ରହ କରାଯିବ। ସେହିପରି ୨୦୨୦ ମେ’ରୁ ଜୁନ୍‌ ମଧ୍ୟରେ ରବି ଧାନ ସଂଗ୍ରହ ହେବ। ଚଳିତ ବର୍ଷ ଧାନ କିଣିବା ପାଇଁ ୧୨ ଲକ୍ଷ ୪୦ ହଜାର ଚାଷୀ ନାମ ପଞ୍ଜୀକୃତ କରିଛନ୍ତି। ପ୍ରଥମ ଥର ପାଇଁ ଆଧାରକୁ ପରିଚୟ ପତ୍ର ଭାବେ ଧରି ଏହି ପଞ୍ଜୀକରଣ କରାଯାଇଛି। ୨୦୧୮-୧୯ରେ ଖରିଫ୍‌ ଋତୁରେ ୯ ଲକ୍ଷ ଚାଷୀ ଧାନ ବିକ୍ରି କରିଥିଲେ। ଚଳିତ ବର୍ଷ ୩ ଲକ୍ଷ ୪୦ ହଜାର ଅଧିକ ଚାଷୀ ଧାନ ବିକିବା ପାଇଁ ନାମ ପଞ୍ଜୀକୃତ କରିଛନ୍ତି। ତେବେ ଚାଷୀମାନେ ଏବେ ଆଧାରକୁ ପରିଚୟପତ୍ର ଭାବେ ଦେଖାଇ ଧାନ ବିକି ପାରିବେ । ଆଧାର ନ ଥିଲେ ସରକାର ଚାଷୀଙ୍କଠାରୁ ଧାନ କିଣିବେ ନାହିଁ। ଚଳିତ ବର୍ଷ ଅଧିକ ସଂଖ୍ୟାରେ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ଧାନ କିଣାରେ ସାମିଲ ହେବେ। ଏଥିସହିତ ପ୍ୟାକ୍ସ, ଲ୍ୟାମ୍ପ୍‌ସ ଏବଂ ପାଣିପଞ୍ଚାୟତଗୁଡିକ ମଧ୍ୟ ଚାଷୀଙ୍କଠାରୁ ଧାନ କିଣିବେ। ମାର୍କ ଫେଡ୍‌କୁ ଚଳିତ ବର୍ଷ ଧାନ କିଣାରୁ ବାଦ୍‌ କରାଯାଇଛି। ଭାଗ ଚାଷୀ, କ୍ଷୁଦ୍ର ଓ ନାମମାତ୍ର ଚାଷୀ ନିଜର ବଳକା ଧାନକୁ ବିକ୍ରି କରିପାରିବେ। ଚଳିତ ବର୍ଷ କେନ୍ଦ୍ର ସରକାର ସାଧାରଣ ଧାନର ସର୍ବନିମ୍ନ ସହାୟକ ମୂଲ୍ୟ(ଏମ୍‌ଏସ୍‌ପି)୧୮ଶହ ୧୫ ଟଙ୍କା ଏବଂ ଗ୍ରେଡ୍‌ ଏ ଧାନ ପାଇଁ ୧୮ଶହ ୩୫ ଟଙ୍କା ଧାର୍ଯ୍ୟ କରିଛନ୍ତି। ଗତ ବର୍ଷର ବକେୟା ଚାଉଳ ଫେରସ୍ତ କରି ନ ଥିବା ମିଲରମାନଙ୍କୁ ଧାନ ସଂଗ୍ରହ ପ୍ରକ୍ରିୟାରେ ସାମିଲ କରାଯିବ ନାହିଁ। ଚାଷୀଙ୍କୁ ଧାନ ବିକ୍ରି ବାବଦ ଅର୍ଥ ଅନ୍‌ଲାଇନ୍‌ ଜରିଆରେ ସିଧା ସେମାନଙ୍କ ବ୍ୟାଙ୍କ ଆକାଉଣ୍ଟରେ ପୈଠ କରାଯିବ। ରାଜ୍ୟର ୩୧୦ଟି ବ୍ଲକରେ ପି-ପାସ୍‌ ମାଧ୍ୟମରେ ଧାନ କିଣାଯିବ। ରାଜ୍ୟର ସାଧାରଣ ବ୍ୟବସ୍ଥା ବଣ୍ଟନ ପାଇଁ ୨୪ ଲକ୍ଷ ମେଟ୍ରିକ ଟନ୍‌ ଚାଉଳକୁ ବାଦ୍‌ଦେଇ ବଳକା ଚାଉଳ ଭାରତୀୟ ଖାଦ୍ୟ ନିଗମ ମାଧ୍ୟମରେ କେନ୍ଦ୍ରୀୟ ଭଣ୍ଡାରକୁ ପଠାଯିବ।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟ ଷ୍ଟେଶନରେ ପହଞ୍ଚିଲା ପୁରୀ-କୋରାପୁଟ ସ୍ବତନ୍ତ୍ର ଟ୍ରେନ୍‌: ଭବ୍ୟ ସ୍ବାଗତ କଲେ ବିଧାୟକ, ଜନସାଧାରଣ

କୋରାପୁଟ, ୭।୭ (ଅମିତାଭ ବେହେରା): ଦୀର୍ଘ ଦିନର ପ୍ରତୀକ୍ଷାର ଅନ୍ତ ଘଟାଇ ମଙ୍ଗଳବାର ସକାଳେ ପୁରୀ-କୋରାପୁଟ ସ୍ବତନ୍ତ୍ର ଟ୍ରେନ୍‌ କୋରାପୁଟ ରେଳ ଷ୍ଟେଶନରେ ପହଞ୍ଚିଛି। ସକାଳ ୮ଟା…

ଆଜି ପଡ଼ଆକୁ ଓହ୍ଲାଇ ସଭିଙ୍କୁ ଚକିତ କରିବାକୁ ପ୍ରସ୍ତୁତ ବୈଭବ ସୂର୍ଯ୍ୟବଂଶୀ…, ଭାରତ ବନାମ ଇଂଲଣ୍ଡ ତୃତୀୟ ଟି-୨୦ ଉପରେ ରହିଛି ନଜର

ନୂଆଦିଲ୍ଲୀ,୭।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ତୃତୀୟ ମ୍ୟାଚ ଆଜି (ମଙ୍ଗଳବାର) ନଟିଂହାମର ଟ୍ରେଣ୍ଟ ବ୍ରିଜ ଗ୍ରାଉଣ୍ଡରେ ଖେଳାଯିବ। ସିରିଜରେ…

ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ: ଏହି ୫ଟି ରାଶିକୁ ଲାଗିପାରେ ବଡ଼ ଆର୍ଥିକ ଝଟ୍‌କା, ରହିବାକୁ ହେବ ସାବଧାନ!

ଜ୍ୟୋତିଷୀୟ ସଂଯୋଗ ଏବଂ ଗ୍ରହମାନଙ୍କ ଚଳନ ଯୋଗୁ ଅନେକ ରାଶିର ବ୍ୟକ୍ତିଙ୍କ ଜୀବନ ଉପରେ ଏହାର ବଡ଼ ପ୍ରଭାବ ପଡ଼ିବାକୁ ଯାଉଛି। ଏହି ଗ୍ରହ ସ୍ଥିତି ଯୋଗୁ…

ଆଇଆଇସି ବିଉଟି ମହାନ୍ତି ଆତ୍ମହତ୍ୟା ମାମଲା: ସନ୍ଦେହ ଘେରରେ ଏଏସ୍‌ଆଇ

ଭୁବନେଶ୍ୱର,୭।୭(ତ୍ରିନାଥ ମହାନ୍ତି):କଟକ ଚାଉଳିଆଗଞ୍ଜ ଥାନା ଆଇଆଇସି ଭାବେ କାର୍ଯ୍ୟରତ ମହିଳା ପୋଲିସ ଅଧିକାରୀ ବିଉଟି ମହାନ୍ତିଙ୍କ ସନ୍ଦେହଜନକ ମୃତ୍ୟୁକୁ ନେଇ ରହସ୍ୟ ବଢ଼ିବାରେ ଲାଗିଛି। ଦିନ ଗଡ଼ିବା…

ବର୍ଷାରେ ଧୋଇଗଲା ନିର୍ମାଣାଧିନ ରିଂ ରୋଡ: ସ୍ଥାୟିତ୍ୱ ନେଇ ଉଠିଲାଣି ପ୍ରଶ୍ନ

ବରଗଡ଼,୭।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ଜୀରା ନଦୀ ପାର୍ଶରେ ରିଂ ରୋଡ ନିର୍ମାଣ ଚାଲିଛି । ବରଗଡ଼ ସାଇ ମନ୍ଦିରରୁ ରୁହୁଣିଆଁ ପର୍ଯ୍ୟନ୍ତ ହେବାକୁ ଥିବା…

ପାକିସ୍ତାନ ଇଙ୍ଗିତରେ ନାଚୁଛି ବାଂଲାଦେଶ: ଭାରତୀୟ ରାଷ୍ଟ୍ରଦୂତଙ୍କ ଆଗରେ କଲା ଏମିତି କାମ

ଶ୍ରୀନଗର,୭।୭:ଜମ୍ମୁ ଓ କଶ୍ମୀର ଭାରତର ଏକ ଅବିଚ୍ଛେଦ୍ୟ ଅଙ୍ଗ। ଏହା ସତ୍ତ୍ୱେ ଅନେକ କ୍ଷେତ୍ରରେ କଶ୍ମୀରକୁ ଭାରତଠାରୁ ପୃଥକ ଭାବରେ ଦର୍ଶାଯାଇଛି। ବାଂଲାଦେଶରେ ଏପରି ଏକ ଘଟଣା…

ବିବାଦରେ ମୈଥିଲୀ ଠାକୁର: ଯୁବକଙ୍କୁ ଧମକ, ଗାଳିଗୁଲଜ କରିବା ନେଇ ଆସିଲା ଅଭିଯୋଗ, ଜାଣନ୍ତୁ କାହିଁକି ରାଗିଲେ ବିଧାୟିକା?

ନୂଆଦିଲ୍ଲୀ, ୭।୭: ବିହାରର ଦରଭଙ୍ଗା ଜିଲା ଅଲୀନଗର ଆସନର ଭାଜପା ବିଧାୟିକା ତଥା ପ୍ରସିଦ୍ଧ ଗାୟିକା ମୈଥିଲୀ ଠାକୁର ଏବେ ଏକ ବଡ଼ ବିବାଦରେ ଛନ୍ଦି ହୋଇପଡ଼ିଛନ୍ତି।…

ପୁରୀ-କୋରାପୁଟ ସ୍ପେସିଆଲ୍‌ ଟ୍ରେନକୁ କେସିଙ୍ଗାରେ ସ୍ବାଗତ: ରହଣି ସମୟ ପରିବର୍ତ୍ତନ ପାଇଁ ଦାବି

କେସିଙ୍ଗା, ୭।୭( ତୁମେଶ୍ୱର ସାହୁ): ଶ୍ରୀକ୍ଷେତ୍ର ପୁରୀ-ଶାବର କ୍ଷେତ୍ର କୋରାପୁଟ ସ୍ପେସିଆଲ୍‌ ଏକ୍ସପ୍ରେସ ଟ୍ରେନ (ନଂ .୧୮୪୦୮)କୁ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନ ବୈଷ୍ଣବ ଓ ମୁଖ୍ୟମନ୍ତ୍ରୀ ମୋହନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri