Posted inରାଜ୍ୟ

କ୍ୟାବିନେଟ ବୈଠକରେ ୨୨ଟି ପ୍ରସ୍ତାବକୁ ଅନୁମୋଦନ: ସବିଶେଷ ଜାଣନ୍ତୁ…

ଭୁବନେଶ୍ୱର, ୨୯।୫(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର କ୍ୟାବିନେଟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ସମୁଦାୟ ୨୨ଟି ପ୍ରସ୍ତାବ ଉପରେ ଆଲୋଚନା ହୋଇଛି। ଏ ନେଇ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ପ୍ରେସ୍‌ମିଟ୍‌ ମାଧ୍ୟମରେ ସୂଚନା ଦେଇଛନ୍ତି।
ସେ କହିଛନ୍ତି ଯେ, ପର୍ଯ୍ୟଟନ ପ୍ରକଳ୍ପ, ହୋଟେଲ, ରେଷ୍ଟୁରାଣ୍ଟ ଲାଗି ଇଡ୍‌କୋ ଜମି ଯୋଗାଇ ଦେବ। ଅଣ୍ଡର ଗ୍ରାଜୁଏଟ୍‌ କୋର୍ସକୁ ପ୍ରଫେସନାଲ କୋର୍ସର ମାନ୍ୟତା ମିଳିବ । ଆସ୍କା ସୁଗାର କୋପରେଟିଭ ସୋସାଇଟିକୁ ୧୫ କୋଟିର ସହାୟତା ଦିଆଯିବ। ଶକ୍ତି ଭିଭାଗ ଅଧିନକୁ ଓରେଡ଼ା ଆସିବ। ଏଥିସହ ସୋସାଇଟି ଆକ୍ଟରେ ପରିବର୍ତ୍ତନ କରାଯିବ। ସବୁ ସୋସାଇଟି ୫ ବର୍ଷରେ ପୁନଃ ପଞ୍ଜୀକରଣ କରିବେ। ସୋସାଇଟିରେ ବିବାଦ ସମାଧାନ ପାଇଁ ସ୍ବତନ୍ତ୍ର କର୍ତ୍ତୃପକ୍ଷ ନିଯୁକ୍ତ ହେବେ। ଇ-ମାର୍କେଟ ଜରିଆରେ ନିଜ ଉତ୍ପାଦକୁ ଚାଷୀ ବିକିପାରିବେ । ସେହିପରି ପେଟ୍ରୋଲ ଓ ଡିଜେଲ ଉପରେ ଭାଟ୍‌ ବୃଦ୍ଧି ପ୍ରସ୍ତାବକୁ ଅନୁମୋଦନ ମିଳିଛି। କେନ୍ଦ୍ରୀୟ ଓ ନବୋଦୟ ବିଦ୍ୟାଳୟକୁ ୧ ଟଙ୍କା ଭଡ଼ାରେ ଜମି ଦିଆଯିବ। ଗ୍ରାମାଞ୍ଚଳ ଲୋକଙ୍କ ଆର୍ଥିକ ଅବସ୍ଥାରେ ଉନ୍ନତି ଲାଗି ମଧ୍ୟ ପ୍ରସ୍ତାବ ଗୃହିତ ହୋଇଛି। ବାଲେଶ୍ୱରର ଏନ୍‌ଡିଆର୍‌ଏଫ୍‌ର ଏକ ୟୁନିଟ ପ୍ରତିଷ୍ଠା ହେବ। ଏହାଛଡ଼ା ମାଳତୀ ଦେବୀ ପ୍ରାକ୍‌ ବିଦ୍ୟାଳୟ କାର୍ଯ୍ୟକ୍ରମରେ ପିଲାଙ୍କୁ ସହାୟତା ଦିଆଯିବ। ପିଲାଙ୍କୁ ମାଗଣାରେ ଜୋତା ଓ ସ୍ବେଟର ଯୋଗାଯିବ। କ୍ୟାବିନେଟ ବୈଠକ ପରେ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ଏହି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସମଣା ଘାଟରୁ ଉଠୁନି ଗୋଟେ ମୁଠା ବାଲି; ତଥାପି ପୋଲିସ,ପ୍ରଶାସନ, ମୁଖ୍ୟମନ୍ତ୍ରୀଙ୍କୁ ମିଛ ଟାର୍ଗେଟ: ପ୍ରତିବାଦରେ ଗର୍ଜିଲେ…

ହାଟଡିହୀ,୧୦।୭(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନସ୍ଥ ସମଣା ବାଲିଘାଟକୁ ନେଇ ଚାଲିଥିବା ଇଚ୍ଛାକୃତ ଅପପ୍ରଚାର ଓ ଷଡ଼ଯନ୍ତ୍ର ବିରୋଧରେ ଗ୍ରାମବାସୀ ସ୍ୱର ଉତ୍ତୋଳନ କରିଛନ୍ତି।…

ପାଠ୍ୟପୁସ୍ତକ ତ୍ରୁଟି ପ୍ରତିବାଦ: ଶୁଖୁଆ ଓ ଝାଲମୁଢି ଧରି ବରଗଡ଼ରେ ବିଜେଡିର ‘ଶିକ୍ଷା ବଞ୍ଚାଅ’ ଆନ୍ଦୋଳନ

ବରଗଡ଼,୧୦।୭(ପ୍ରେମାନନ୍ଦ ଖମାରୀ)- ପାଠ୍ୟପୁସ୍ତକରେ ହୋଇଥିବା ଗୁରୁତର ତ୍ରୁଟିକୁ ନେଇ ବରଗଡ଼ରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଏକ ଅଭିନବ ପ୍ରତିବାଦ ଦେଖିବାକୁ ମିଳିଛି। ଶୁକ୍ରବାର ଛାତ୍ର…

ସୃଷ୍ଟି ହେଲା ଆଉ ଏକ ଘୂର୍ଣ୍ଣିବଳୟ, ୭ ଦିନ ଯାଏ ପ୍ରବଳ ବର୍ଷା; ଜାରି ହେଲା ଓ୍ବାର୍ନିଂ

ଭୁବନେଶ୍ୱର, ୧୦ା୭ (ବନ୍ଦନା ସେଠୀ) – ଗାଙ୍ଗେଟିକ ୱେଷ୍ଟବେଙ୍ଗଲ ଓ ତା’ ପାଖାପାଖି ବାଂଲାଦେଶ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ସମୁଦ୍ରପତନଠାରୁ ୪.୫ ରୁ ୫.୮…

ଇନ୍ଦ୍ରାବତୀରୁ ଖରିଫ ପାଇଁ ଜଳ ସେଚନର ଶୁଭାରମ୍ଭ

ଜୟପାଟଣା,୧୦।୭(ଓମ ପ୍ରକାଶ ବୈଠାରୁ): ଇନ୍ଦ୍ରାବତୀ ଜଳ ବିଦ୍ୟୁତ ପ୍ରକଳ୍ପ ମଙ୍ଗଳପୁର ବ୍ୟାରେଜରୁ ଶୁକ୍ରବାର ସକାଳରୁ ଚଳିତ ପାଇଁ ଖରିଫ ଜଳ ସେଚନ ର ଶୁଭାରମ୍ଭ ହୋଇ ଯାଇଛି।ଏଥିରେ…

ଭାଜପାକୁ ଶକ୍ତ ଧକ୍କା, ନାମାଙ୍କନ ପ୍ରତ୍ୟାହାର କଲେ ଅଭିଷେକ ସିହ୍ନା

ପାଟନା,୧୦।୭: ଭାରତୀୟ ଜନତା ପାର୍ଟି (ଭାଜପା) ପ୍ରାର୍ଥୀ ଅଭିଷେକ ସିହ୍ନା ‘ବଣ୍ଟି’ ନିର୍ବାଚନ ଲଢିବେ ନାହିଁ ବୋଲି ତାଙ୍କର ନାମାଙ୍କନ ପ୍ରତ୍ୟାହାର କରିଛନ୍ତି। ସେ ରାଜ୍ୟ ସଭାପତି…

୧୦ କିଲୋମିଟର ବାଇକରେ ବୁହା ହେଲା ନାବାଳିକାଙ୍କ ମୃତଦେହ

ନବରଙ୍ଗପୁର,୧୦।୭ (ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାର ଉମରକୋଟ ଅଞ୍ଚଳରୁ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ପ୍ରାୟ ୧୦ କିଲୋମିଟର ଦୂର ବାଇକରେ ଜଣେ ନାବାଳିକାଙ୍କ ମୃତଦେହ…

ଦେଶରେ ମୌସୁମୀ ଆକ୍ଟିଭ: ଆସନ୍ତା ସପ୍ତାହରେ ପ୍ରବଳ ବର୍ଷିବ, ଜାଣନ୍ତୁ କ’ଣ କହୁଛି IMD

ନୂଆଦିଲ୍ଲୀ,୧୦।୭: ଆଗାମୀ କିଛି ଦିନ ମଧ୍ୟରେ ଦେଶର ବିଭିନ୍ନ ରାଜ୍ୟରେ ବର୍ଷା ଜାରି ରହିବ ବୋଲି ଆଶା କରାଯାଉଛି। ଭାରତୀୟ ପାଣିପାଗ ବିଭାଗ (IMD)ର ବରିଷ୍ଠ ବୈଜ୍ଞାନିକ…

ଜୁଆଙ୍ଗ ମୃତ୍ୟୁ ରାଜ୍ୟବାସୀଙ୍କୁ କରିଛି ଲଜ୍ଜିତ, ତୁରନ୍ତ ଆଦିବାସୀ ମନ୍ତ୍ରୀଙ୍କୁ ଘଟଣାସ୍ଥଳକୁ ପଠାଇବା ପାଇଁ ଦାବି

କେନ୍ଦୁଝର,୧୦ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ସୁଦୂର ତାମିଲନାଡୁରେ ଥିବା ଏକ ଖାଦ୍ୟ ପ୍ରକ୍ରିୟାରଣ ଶିଳ୍ପରେ କେନ୍ଦୁଝର ଜିଲାର ଆଦିମ ଜନଜାତି ଜୁଆଙ୍ଗ ବାଳିକାଙ୍କ ମୃତ୍ୟୁ ଘଟଣାକୁ ନେଇ ରାଜ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri