Posted inଜାତୀୟ

କ୍ୟାବିନେଟ ବୈଠକ: କୃଷକ, ବ୍ୟବସାୟୀଙ୍କୁ ମୋଦି ସରକାରଙ୍କ ବଡ ଉପହାର

ନୂଆଦିଲ୍ଲୀ,୧।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ସୋମବାର ପ୍ରଥମ କ୍ୟାବିନେଟ ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକ ପରେ କେନ୍ଦ୍ରମନ୍ତ୍ରୀ ପ୍ରକାଶ ଜାଭେଡକର, ନୀତିନ ଗଡକରି ଓ ନରେନ୍ଦ୍ର ସିଂ ତୋମାର କ୍ୟାବିନେଟରେ ନିଆଯାଇଥିବା ନିଷ୍ପତ୍ତି ସମ୍ପର୍କରେ ସୂଚନା ଦେଇଛନ୍ତି। କ୍ୟାବିନେଟରେ କ୍ଷୁଦ୍ର, ଲଘୁ ଓ ମଧ୍ୟମ ଉଦ୍ଦ୍ୟୋଗର ପରିଭାଷାକୁ ବଦଳାଇ ଦିଆଯାଇଛି। ଏହି ଆଧାରରେ ଏବେ ୧ କୋଟି ନିବେଶ ଓ ୫ କୋଟି ଟଙ୍କାର କାରବାର କ୍ଷୁଦ୍ର ଉଦ୍ଦ୍ୟୋଗ ଶ୍ରେଣୀରେ କରାଯିବ। ୧୦ କୋଟିର ନିବେଶ ଓ ୫୦ କୋଟିର ଟର୍ନଓଭର ବ୍ୟବସାୟ ଲଘୁ ଓ ୨୦ କୋଟିର ନିବେଶ ସହ ୨୫୦ କୋଟିର କାରବାର ମଧ୍ୟମ ଉଦ୍ଦ୍ୟୋଗ ଶ୍ରେଣୀରେ ଆସିବ। ୨୦୦୬ରେ ଏମ୍‌ଏସ୍‌ଏମ୍‌ଇ ଧାରାର ୧୪ ବର୍ଷ ପରେ ଏହାକୁ ସଂଶୋଧନ କରାଯାଇଥିବା କୁହାଯାଉଛି। ଏହାଦ୍ୱାରା ପାଖାପାଖି ୨ ଲକ୍ଷ କମ୍ପାନୀ ଲାଭବାନ ହେବେ ବୋଲି ସୂଚନା ମିଳିଛି। ଏହାସହ ଧାନର ଏମଏସ୍‌ପି ମୂଲ୍ୟ ବୃଦ୍ଧି କରିଛନ୍ତି କେନ୍ଦ୍ର ସରକାର। କୁଇଣ୍ଟାଲ ୧୮୬୮ ଟଙ୍କା ବଢାଯାଇଛି। ୧୪ଟି ଶସ୍ୟର ଏମଏସ୍‌ପି ମଧ୍ୟ ବୃଦ୍ଧି କରାଯାଇଛି। ବିଭିନ୍ନ ଫସଲର ଏମଏସ୍‌ପି ୫୦ରୁ ୮୩ ପ୍ରତିଶତ ବୃଦ୍ଧି କରାଯାଇଥିବା କେନ୍ଦ୍ର କୃଷିମନ୍ତ୍ରୀ ନରେନ୍ଦ୍ର ସିଂହ ତୋମାର ସୂଚନା ଦେଇଛନ୍ତି। ଏହାସହ ‘ ପ୍ରଧାନମନ୍ତ୍ରୀ ଷ୍ଟ୍ରିଟ୍‌ ଭେଣ୍ଡର୍ସ ଆତ୍ମନିର୍ଭର ନିଧି’ ଯୋଜନା ଆରମ୍ଭ କରାଯାଇଛି। ଏହାଦ୍ୱାରା ଛୋଟ ଦୋକାନୀମାନେ ଲାଭବାନ ହୋଇପାରିବେ। ଏହି ଯୋଜନା ମାଧ୍ୟମରେ ସେମାନେ ଋଣ ନେଇପାରିବେ। ଏହାଦ୍ୱାରା ୫୦ ଲକ୍ଷ ଦୋକାନୀ ଉପକୃତ ହେବେ। ଏହି ଋଣକୁ ବର୍ଷକ ମଧ୍ୟରେ କିସ୍ତି ଆକାରରେ ସେମାନେ ପରିଶୋଧ କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

୧୩ ହଜାର କୋଟିରୁ ଅଧିକ ପୁଞ୍ଜି ପ୍ରତ୍ୟାହାର କରିଛନ୍ତି ଏଫ୍‌ପିଆଇ

ମୁମ୍ବାଇ,୧୪ା୯: ଭୂ-ରାଜନୀତିକ କାରଣକୁ ନେଇ ବିଶ୍ୱସ୍ତରରେ ଅନିଶ୍ଚିତତା ବୃଦ୍ଧି ପାଇବା ଯୋଗ ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ନିବେଶକମାନଙ୍କୁ ପ୍ରଭାବିତ କରିଛି। ଏହାବ୍ୟତୀତ ଆମେରିକାର ବଣ୍ଡ୍‌ ୟିଲ୍ଡ…

ଦାୟିତ୍ୱରୁ ଦୂରେଇ ଯାଉଛି ପୋଲିସର ମାନବାଧିକାର ସୁରକ୍ଷା ସେଲ୍‌

କଟକ ସଦର, ୧୪/୯ (ସୁଶାନ୍ତ କୁମାର ଜେନା): ବିଭିନ୍ନ ଫୌଜଦାରୀ ମାମଲାର ରାୟକୁ ସୁପ୍ରିମକୋର୍ଟ ଓ ହାଇକୋର୍ଟ ସମୟକୁ ସମୟ ସମୀକ୍ଷା କରି ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରଦାନ…

ଆମେରିକାକୁ ପଛରେ ପକାଇ ଭାରତ ହେବ ୨ୟ ବୃହତ୍‌ ଅର୍ଥନୀତି

ନୂଆଦିଲ୍ଲୀ,୧୪ା୯: ଆସନ୍ତା ୨୫ ବର୍ଷ ମଧ୍ୟରେ ଆମେରିକାକୁ ପଛରେ ପକାଇ ଭାରତ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଅର୍ଥବ୍ୟବସ୍ଥା ହେବା ପଥରେ ଅଗ୍ରସର ହେଉଛି। ପରବର୍ତ୍ତୀ ସମୟରେ ଏହା…

ଆସନ୍ତାକାଲି ନୂଆଖାଇ: ପୂଜା ପାଇଁ ଘର ଘର ବୁଲି ଚାଉଳ ସଂଗ୍ରହ

କେସିଙ୍ଗା, ୧୪।୯ (ତୁମେଶ୍ୱର ସାହୁ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇକୁ ନେଇ ସବୁଠି ଉତ୍ସାହ ଓ ଆନନ୍ଦର ପରିବେଶ। ଆସନ୍ତାକାଲି ନୂଆଖାଇ ପାଳନ ହେବାକୁ ଥିବାବେଳେ ଗରିବଠାରୁ…

ମିଳିତ ଶସ୍ୟ ବଜାର ପ୍ରତିଷ୍ଠା ପାଇଁ ପୁଟିନ୍‌ଙ୍କ ଆହ୍ବାନ

ନୂଆଦିଲ୍ଲୀ,୧୪ା୯: ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ ବ୍ରିକ୍ସ ଦେଶଗୁଡ଼ିକ ମଧ୍ୟରେ ଏକ ନୂତନ ବୀମା ବ୍ୟବସ୍ଥା ପ୍ରଚଳନ କରିବା ସହିତ ମିଳିତ ଶସ୍ୟ ବଜାର ପ୍ରତିଷ୍ଠା ପାଇଁ…

‘ଢେମ୍‌ସା ନୃତ୍ୟ ଆନ୍ଧ୍ରପ୍ରଦେଶର’ ଗୁଗ୍‌ଲରେ ଉଲ୍ଲେଖ ନେଇ ବଢ଼ୁଛି ଅସନ୍ତୋଷ

ପଟ୍ଟାଙ୍ଗି,୧୪ା୯(ଶରତ କୁମାର ଧଳ):କୋରାପୁଟ କଫି ଏବେ ବ୍ରିକ୍ସ ସମ୍ମିଳନୀରେ ବିଶ୍ୱ ପ୍ରତିନିଧିମାନଙ୍କୁ ପରଷା ଯାଉଛି। କୋରାପୁଟ କଫିକୁ ବିଶ୍ୱ ଦରବାରରେ ପରିଚିତ କରାଇବା ପାଇଁ ଚେଷ୍ଟା ଜାରି…

ଧରାପଡ଼ିଲା ଓରାଙ୍ଗଉଟାନର ଚାଲାଣର ମାଷ୍ଟରମାଇଣ୍ଡ୍‌: ଏହି ୨ ଜଣ କରୁଥିଲେ…

ଭୁବନେଶ୍ୱର/ଭୋଗରାଇ,୧୪ା୯ (ତ୍ରିନାଥ ମହାନ୍ତି/ପ୍ରଦୀପ ଦାସ):ବାଲେଶ୍ୱର ବିଚିତ୍ରପୁର ଜଙ୍ଗଲରୁ ୫ ଓରାଙ୍ଗ୍‌ଉଟାନ ଶାବକ ଉଦ୍ଧାର ଘଟଣାରେ ଅନ୍ତର୍ଜାତୀୟ ଚୋରା ଚାଲାଣକାରୀଙ୍କ ଲିଙ୍କ୍‌ ରହିଛି। ପଶ୍ଚିବଙ୍ଗ ଦୀଘାସ୍ଥିତ ଗ୍ରାଣ୍ଡ୍‌ ହେରିଟେଜ୍‌…

ଏଇ ଭାରତରେ

ମଧ୍ୟପ୍ରଦେଶ ଷ୍ଟେଟ ଇଣ୍ଡଷ୍ଟ୍ରିଆଲ ସିକ୍ୟୁରିଟି ଫୋର୍ସର ଆଇପିଏସ୍‌ ଅଧିକାରୀ ବୀରେନ୍ଦ୍ର ମିଶ୍ରା ବେଡ଼ିଆ ସମ୍ପ୍ରଦାୟର ପିଲାଙ୍କୁ କୁତ୍ସିତ ପ୍ରଥାରୁ ମୁକୁଳାଇ ସମାଜର ମୁଖ୍ୟ ଧାରାରେ ସାମିଲ କରୁଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?