Posted inଫୁରସତ

କ୍ୱାରାଣ୍ଟାଇନରେ ନ ରହିବାରୁ ଲାଠି ଧରି ଗୋଡାଇଲେ ଡାକ୍ତର

ରାଜସ୍ଥାନ, ୧୦ା୪- ବାହାରୁ ଅାସିଥତ୍ବା ଜଣେ ଯୁବକଙ୍କୁ ହୋମ କ୍ୱାରାଣ୍ଟାଇନରେ ରହିବାକୁ କୁହାଯାଇଥତ୍ଲେ ହେଁ ଏହାକୁ ନ ମାନିବାରୁ ଜଣେ ଡାକ୍ତର ତାଙ୍କୁ ଲାଠି ଧରି ଗୋଡାଇବା ଘଟଣା ରାଜସ୍ଥାନ ମକରାନା ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି । ଉକ୍ତ ଅଞ୍ଚଳର ୩୮ ବର୍ଷର ଜଣେ ଯୁବକ ବାହାରୁ ଘରକୁ ଆସିବା ପରେ ତାଙ୍କୁ ହୋମ କ୍ୱାରାଣ୍ଟାଇନରେ ରଖାଯାଇଥିଲା। ଗୁରୁବାର ଡାକ୍ତର ଆବିଦ ହୁସେନଙ୍କ ଏକ ଟିମ୍ ଯୁବକଙ୍କ ସ୍ବାସ୍ଥ୍ୟାବସ୍ଥା ଯାଞ୍ଚ ପାଇଁ ସେଠାରେ ପହଞ୍ଚିଥିଲେ। ସେତେବେଳେ ଯୁବକ ଜଣକ ଘରୁ ବାହାରକୁ ବାହାରି ଆସିଥିଲେ। ଡାକ୍ତର ଆବିଦ ତାଙ୍କ ନିକଟକୁ ଯାଇ ଘରେ ରହିବାକୁ ପରାମର୍ଶ ଦେଇଥିଲେ।  ବୁଝାଇବା ସତ୍ତ୍ୱେ ଯୁବକ ଜଣକ ଘରକୁ ଯାଇ ନ ଥିଲେ।  ସେହି ସମୟରେ ଆଖପାଖର ଲୋକେ ମଧ୍ୟ ସେଠାରେ ଜମା ହୋଇଯାଇଥିଲେ।  ଫଳରେ ଡାକ୍ତର ବେକରୁ ଷ୍ଟେଥୋସ୍କୋପ କାଢି ନିଜ କାରରେ ରଖିଥିବା ଏକ ଲାଠି ବାହାର କରିଥିଲେ ଏବଂ ଯୁବକଙ୍କୁ ଘରକୁ ଯିବାକୁ କହି ତାଙ୍କ ପଛରେ ଗୋଡାଇଥିଲେ। ପରେ ଯୁବକ ଜଣକ ଭୟରେ ତାଙ୍କ ଘରେ ପଶି ଭିତରକୁ କବାଟ ବନ୍ଦ କରିଦେଇଥିଲେ। ଏ ସମ୍ପର୍କରେ ଡାକ୍ତର ହୁସେନ କହିଛନ୍ତି, ଅବହେଳା ଯୋଗୁ କରୋନା ସଂକ୍ରମଣର ଆଶଙ୍କା ଅଧିକ  ରହିଛି । ଡାକ୍ତରମାନେ ବହୁ ପରିଶ୍ରମ କରି ସମସ୍ତଙ୍କୁ ସୁସ୍ଥ ରଖିବାକୁ ଚେଷ୍ଟା କରୁଛନ୍ତି। ତେଣୁ ଲୋକେ ସେମାନଙ୍କୁ ସହଯୋଗ କରିବା ଆବଶ୍ୟକ। ଏହା ଦ୍ୱାରା ଲୋକଙ୍କୁ କରୋନା ସଂକ୍ରମଣରୁ ରୋକାଯାଇପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ବାବା ଭେଙ୍ଗାଙ୍କ ଭୟଙ୍କର ଭବିଷ୍ୟବାଣୀ, ୨୦୨୬ ମାର୍ଚ୍ଚରୁ ଆରମ୍ଭ ହେବ ତାଣ୍ଡବ! ଡିସେମ୍ୱରରେ…

ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀରେ କୋଭିଡ-୧୯ ମହାମାରୀ, ୯/୧୧ ଆକ୍ରମଣ ଏବଂ ରାଜକୁମାରୀ ଡାଏନାଙ୍କ ମୃତ୍ୟୁ ଭଳି ଘଟଣା ଅନ୍ତର୍ଭୁକ୍ତ। ତାଙ୍କର କିଛି ଭବିଷ୍ୟବାଣୀ ୨୦୨୬ ବର୍ଷ...

ରହସ୍ୟମୟ ସମୁଦ୍ର: ଯେଉଁଥିରେ କେହି କେବେ ବୁଡ଼ନ୍ତି ନାହିଁ

ପୃଥିବୀର ପ୍ରାୟ ୭୧ ପ୍ରତିଶତ ଅଞ୍ଚଳ ଜଳ ଆଚ୍ଛାଦିତ। ସେଥିରୁ ପ୍ରାୟ ୯୭ ପ୍ରତିଶତ ମହାସାଗରରେ ଲୁଣିଆ ପାଣି ରହିଛି। କେବଳ ତିନି ପ୍ରତିଶତ ପାଣି...

ଏମିତି ଏକ ଦେଶ ଯେଉଁଠି ଲୋକଙ୍କୁ ଦେବାକୁ ପଡେ ନାହିଁ ଇନକମ ଟ୍ୟାକ୍ସ, ଏସବୁ ମିଳେ ମାଗଣାରେ

ବନ୍ଦର ସେରି ବେଗାୱାନ,୮।୧୨: COVID-19 ମହାମାରୀ ପ୍ରାୟ ପ୍ରତ୍ୟେକ ଦେଶର ଅର୍ଥନୀତିକୁ ଏକ ଗମ୍ଭୀର ଆଘାତ ଦେଇଥିଲା। ଅନେକ ଦେଶରେ ସରକାର ଖର୍ଚ୍ଚ ବୃଦ୍ଧି କରିବାକୁ,...

ରହସ୍ୟମୟ ସମୁଦ୍ର: ଯେଉଁଥିରେ କେହି କେବେ ବୁଡ଼ିଯିବେ ନାହିଁ, କାରଣ ଜାଣିଲେ…

ପୃଥିବୀର ପ୍ରାୟ ୭୧ ପ୍ରତିଶତ ଅଞ୍ଚଳ ଜଳ ଆଚ୍ଛାଦିତ। ଏହି କାରଣରୁ ପୃଥିବୀକୁ ନୀଳ ଗ୍ରହ ମଧ୍ୟ କୁହାଯାଏ। ପୃଥିବୀପୃଷ୍ଠର ପ୍ରାୟ ୯୭ ପ୍ରତିଶତ, ମହାସାଗରରେ...

ମଝି ଆକାଶରେ ଫୁଟବଲ ଖେଳିଲେ ଦୁଇ ଖେଳାଳି, ଭୟଙ୍କର ଦୃଶ୍ୟ ଦେଖିଲେ…

କିଛି ଲୋକ ଅନେକ ଦୁଃସାହସିକ କାର୍ଯ୍ୟ କରିଥାନ୍ତି। ଯାହା ଦେଖି ଲୋକଙ୍କ ପ୍ରାଣବାୟୁ ଉଡ଼ିଯିବା ପରି ଲାଗେ। ବର୍ତ୍ତମାନ ସୋସିଆଲ ମିଡିଆରେ ସେମିତି ଏକ ଭିଡିଓ...

ଏହି ଦେଶରେ ପୁରୁଷଙ୍କ ଅଭାବ; ଏହିକାମ ପାଇଁ ସ୍ୱାମୀ ‘ଭଡ଼ାରେ’ ନେଉଛନ୍ତି ମହିଳା

ନୂଆଦିଲ୍ଲୀ,୫ା୧୨: ୟୁରୋପୀୟ ଦେଶ ଲାଟଭିଆରେ ପୁରୁଷଙ୍କ ସଂଖ୍ୟା ମହିଳାଙ୍କ ତୁଳନାରେ ବହୁତ କମ୍ ଥିବାରୁ ଏଠାରେ ଏକ ଅଭାବନୀୟ ସାମାଜିକ ଧାରା ଦେଖିବାକୁ ମିଳିଛି। ଘରର...

ଏହି ଭୟଙ୍କର ଜୀବର ଚମଡ଼ାରୁ ତିଆରି ଘଣ୍ଟା ପିନ୍ଧନ୍ତି ପୁଟିନ୍‌, ଦାମ୍‌ ଜାଣିଲେ…

ମସ୍କୋ,୫ା୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ ଦୁଇ ଦିନିଆ ଗସ୍ତରେ ଭାରତ ଆସିଛନ୍ତି। ଏହି ଗସ୍ତ ଉଭୟ ଦେଶ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି କୁହାଯାଉଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri