କ୍ୱାରାଣ୍ଟାଇନରେ ରହିଲେନି, ମାମଲା ରୁଜୁ

ଅନୁଗୋଳ ଅଫିସ୍, ୨୭ା୩- ଅନୁଗୋଳ ଜିଲାକୁ ବାହାରୁ ଫେରିଥିବା ୨ ଜଣଙ୍କୁ ହୋମ କ୍ୱାରାଣ୍ଟାଇନରେ ରହିବାକୁ ନିର୍ଦ୍ଦେଶ ଦିଆଯାଇଥିଲେ ହେଁ ସେମାନେ ଘରେ ନ ଥିବା ଭେରିଫିକେଶନ ବେଳେ ଜଣାପଡିଛି। ସମ୍ପୃକ୍ତ ୨ ଜଣଙ୍କ ନାମରେ ଥାନାରେ ମାମଲା ରୁଜୁ ହୋଇଥିବା ପୋଲିସ କହିଛି ।ଏଥିସହ  ସେମାନଙ୍କୁ ସରକାରଙ୍କ ପକ୍ଷରୁ ନିର୍ମାଣ କରାଯାଇଥିବା କ୍ୱାରାଣ୍ଟାଇନ ଓ୍ବାର୍ଡରେ ଭର୍ତ୍ତି କରାଯାଇଛି। ସମଲ ଓ ନିଶା ଶିଳ୍ପାଞ୍ଚଳ ଥାନାରେ ଏ ସଂକ୍ରାନ୍ତରେ ୨ଟି ମାମଲା ରୁଜୁ କରାଯାଇଥିବା ଅନୁଗୋଳ ଏସପି ସାମାଜିକ ଗଣମାଧ୍ୟମ ଜରିଆରେ ସୂଚନା ଦେଇଛନ୍ତି । କ୍ୱାରାଣ୍ଟାଇନ ନିର୍ଦ୍ଦେଶନାମାକୁ ଉଲ୍ଲଂଘନ ନ କରିବାକୁ ପୋଲିସ କହିଛି। ସେମାନଙ୍କ ଉପରେ କଡ଼ା ନଜର ରଖାଯାଇଥିବା ଏସପି କହିଛନ୍ତି । ଅନ୍ୟପକ୍ଷରେ ଜିଲାରେ ଲକଡାଉନ ନିୟମ ଉଲ୍ଲଂଘନ କରିବା ଅଭିଯୋଗରେ ଶୁକ୍ରବାର ୭ ଜଣଙ୍କ ନାମରେ ମାମଲା ରୁଜୁ ହୋଇଛି । ସେମାନଙ୍କ ନିକଟରୁ ୨ଟି ବାଇକ୍, ୬୯ ଲିଟର ମଦ ଜବତ କରାଯାଇଛି । ସେମାନଙ୍କ ମଧ୍ୟରେ ବିନା କାମରେ ଘରୁ ବାହାରିବା ଅଭିଯୋଗରେ ୫ ଜଣ ଓ କୋଲିୟରୀ ଥାନା ଅଞ୍ଚଳରେ ମଦ ବିକ୍ରି କରୁଥିବା ୨ ଜଣ ରହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

କେଶରୀପଙ୍କାଳ ନାଳ ନିକଟରେ ପଡ଼ିଛି ଅଜଣା ବ୍ୟକ୍ତିଙ୍କ ମୃତଦେହ, ପରିଚୟ ଖୋଜୁଛି ମୋହନା ପୋଲିସ

ମୋହନା୧୧।୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଲୁହାଗୁଡ଼ି ଗ୍ରାମ ନିକଟସ୍ଥ କେଶରୀପଙ୍କାଳ ନାଳ ନିକଟରୁ ଅଜଣା ମୃତଦେହ ଉଦ୍ଧାର କରିଛି ପୋଲିସ। ଗ୍ରାମର କିଛି…

ପ୍ରେମିକା ଗର୍ଭବତୀ ହେବା ପରେ ବିବାହ ପୂର୍ବରୁ ଛୁଆ ମନା କହି କଲେ ଗର୍ଭପାତ, ଏବେ  ବଳାତ୍କାର ଅଭିଯୋଗରେ ବନ୍ଧାହେଲେ…

ରିଆମାଳ,୧୧।୪(ବଦ୍ରିନାରାୟଣ ଅଗ୍ରୱାଲା): ଯୁବତୀକୁ ବଳାତ୍କାର ମାମଲାରେ ଜଣେ ଯୁବକଙ୍କୁ ଶନିବାର ଗିରଫ କରିଛି ରିଆମାଳ ପୋଲିସ। ସେ ହେଲେ ଭେଙ୍କଟେଶ ସୁନାନୀ(୨୮)। ସୂଚନାନୁଯାୟୀ, ରିଆମାଳ ଥାନା ଅଞ୍ଚଳର…

ଧରିତ୍ରୀ ପ୍ରଭାବ: ଆରମ୍ଭ ହେଲା ବଲସକୁମ୍ପା-ଛନ୍ଦୁରୁପଦର ରାସ୍ତା କାମ

ଖଜୁରିପଡ଼ା, ୧୧ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ବଲସକୁମ୍ପା-ଛନ୍ଦୁରୁପଦର ରାସ୍ତାର ସମସ୍ୟାକୁ ନେଇ ‘ଧରିତ୍ରୀ’ରେ ଖବର ପ୍ରକାଶ ପାଇବା ପରେ ପ୍ରଶାସନର ନିଦ ଭାଙ୍ଗିଛି। ଦୀର୍ଘ…

ସାମାନ୍ୟ ବଚସାରୁ ଚାଲିଗଲା ଜୀବନ: କାଠ ଫାଳିଆରେ ପିଟିପିଟି ସ୍ତ୍ରୀଙ୍କୁ ହତ୍ୟା କଲେ ସ୍ବାମୀ

ବଣାଇଁ/ଟେନସା,୧୧।୪(ପ୍ରଦୀପ ତ୍ରିପାଠୀ/ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା ଲହୁଣିପଡ଼ା ଥାନା ଅନ୍ତର୍ଗତ ଶସ୍ୟକଳା ଗ୍ରାମରେ ଶୁକ୍ରବାର ସାରେ ଘଟିଥିବା ଏକ ଘଟଣା ଶନିବାର ଲୋକଲୋଚନକୁ ଆସିବା ପରେ…

ପ୍ରଶାସନ ନ ଶୁଣିବାରୁ ସାହିବାସୀ ନିର୍ମାଣ କଲେ

କବିସୂର୍ଯ୍ୟନଗର,୧୧ା୪ (କୃପାସିନ୍ଧୁ ସ୍ବାଇଁ): ପ୍ରଶାସନ ନ ଶୁଣିବାରୁ ନିଜର ସୁବିଧା ପାଇଁ ସାହିବାସୀ କଲଭର୍ଟ ନିର୍ମାଣ କରିଛନ୍ତି। ଏଭଳି ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲା କବିସୂର୍ଯ୍ୟନଗର…

ରୋଷେଇ ପାଇଁ ଗ୍ୟାସ ଲଗାଉଥିଲେ ମହିଳା, ଲାଇଟର ମାରୁମାରୁ ବଡ଼ ଅଘଟଣ

ଭଞ୍ଜନଗର,୧୧।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଗ୍‌ଦେବୀ ରୋଡରେ ଶନିବାର ମଧ୍ୟାହ୍ନରେ ରନ୍ଧନ ଗ୍ୟାସ ଲିକ୍‌ ହୋଇ ନିଆଁ ଲାଗି ଜଣେ ମହିଳା ଗୁରୁତର ହୋଇଛନ୍ତି। ସେହେଲେ…

ଜଙ୍ଗଲକୁ ଶିକାର ପାଇଁ ଯାଇ ହଟହଟା: ଏଆଇ କ୍ୟାମେରାରେ…

ଉଦଳା,୧୧।୪(ସନ୍ତୋଷ କୁମାର ବାଛିନୀ): ଜଙ୍ଗଲକୁ ଯାଇଥିଲେ ଶିକାର ପାଇଁ। ଜଙ୍ଗଲ ଭିତରେ ଲାଗିଥିବା ଏଆଇ କ୍ୟାମେରାରେ କଏଦ ହେଲେ ଶିକାରୀ। ପୋଡାଡିହା ରେଞ୍ଜ ଶିମିଳିପାଳ ଆଭ୍ୟନ୍ତରୀଣ ଅଞ୍ଚଳରେ…

ଘରେ କେହି ନ ଥିବାବେଳେ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା କଲେ ଯୁବତୀ, ପଡ଼ୋଶୀ ଆସିବାବେଳକୁ…

ପାରଳାଖେମୁଣ୍ଡି,୧୧ା୪(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡିର ଖଞ୍ଜା ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଖଞ୍ଜା ସାହିରେ ଶୁଭ୍ର ସାମଲ ନାମକ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri