କ୍ୱାରାଣ୍ଟାଇନ୍‌ରେ ରହିଲେ କର କ୍ଲିନିକରୁ ଫେରିଥିବା ରୋଗୀ

ବେଗୁନିଆପଡ଼ା,୨୮ା୩(ଡି.ଏନ୍‌.ଏ.): ରାଜ୍ୟରେ ଚିହ୍ନଟ ହୋଇଥିବା ତୃତୀୟ କରୋନା ପଜିଟିଭ ରୋଗୀ ଭୁବନେଶ୍ୱରସ୍ଥିତ କର କ୍ଲିନିକକୁ ଆସିଥିବା ଜଣାପଡ଼ିବା ପରେ ତାଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିମାନଙ୍କୁ ଖୋଜାଚାଲିଛି l ଇତିମଧ୍ୟରେ ଦୁର୍ଘଟଣାରେ ଆହତ ବେଗୁନିଆପଡ଼ା ଅଞ୍ଚଳର ଜଣେ ବ୍ୟକ୍ତି ଉକ୍ତ କ୍ଲିନିକରେ ଚିକିତ୍ସିତ ହୋଇ ଶୁକ୍ରବାର ରାତିରେ ଫେରୁୁଥିବା ସୂଚନା ପାଇ ଗ୍ରାମବାସୀ ତାଙ୍କୁ ଗାଁ ଭିତରକୁ ଛାଡ଼ି ନ ଥିଲେ। ଏପରିକି ତାଙ୍କ ସହ ଆସିଥିବା ଅନ୍ୟ ୨ଜଣଙ୍କୁ ମଧ୍ୟ ଛାଡି ନ ଥିଲେ। ସମସ୍ତଙ୍କୁ ବିଦ୍ୟାଳୟ ପରିସରରେ ହୋଇଥିବା ସଙ୍ଗରୋଧ କୋଠରୀରେ ରଖିଥିଲେ। ପରେ ଗ୍ରାମବାସୀଙ୍କଠାରୁ ଖବର ପାଇ ବେଗୁନିଆପଡ଼ା ବିଡିଓ ବେଦବର ପ୍ରଧାନ, କୋଦଳା ତହସିଲଦାର ପ୍ରଭାତ କୁମାର ପରିଡା, ବେଗୁନିଆପଡ଼ା ଫାଣ୍ଡି ଅଧିକାରୀ ଦୀପ୍ତି ରଞ୍ଜନ ବେହେରା, ଡାକ୍ତର ଓ ସ୍ଥାନୀୟ ସରପଞ୍ଚ ପ୍ରଶାନ୍ତ ତାରେଣୀ ପ୍ରମୁଖ ଗ୍ରାମରେ ପହଞ୍ଚିଥିଲେ। ତହସିଲଦାର ସମ୍ପୃକ୍ତ ବ୍ୟକ୍ତିଙ୍କଠାରୁ ସମସ୍ତ ତଥ୍ୟ ସଂଗ୍ରହ କରିଛନ୍ତି l ସୁମଣ୍ଡଳ ସାସ୍ଥ୍ୟକେନ୍ଦ୍ର ଅଧିକାରୀ ଡା. ରାଜେନ୍ଦ୍ର ପ୍ରଧାନ କହିଛନ୍ତି, ରlହାଡା ସାସ୍ଥ୍ୟକେନ୍ଦ୍ର ଡାକ୍ତର ଦେଇଥିବା ରିପୋର୍ଟ ଅନୁଯାୟୀ ଏବେସୁଦ୍ଧା ଉକ୍ତ ବ୍ୟକ୍ତିଙ୍କ ପାଖରେ କରୋନା କୌଣସି ଲକ୍ଷଣ ଦେଖାଯାଉନି, ତଥାପି ତାଙ୍କୁ କ୍ୱାରାଣ୍ଟାଇନରେ ରଖାଯାଇଛି l


Enter your email to get our daily news in your inbox.

All Right Reserved By Dharitri.Com

ବିସ୍ଫୋରକ ବ୍ୟାଟିଂ ପଛର ରାଜ୍‌ ଖୋଲିଲେ ବୈଭବ ସୂର୍ଯ୍ୟବଂଶୀ: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୧୧।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ୭୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ମାତ୍ର ୨୬ ବଲ ଖେଳି ସେ ୭ଟି ଛକା…

ବିମାନର ପ୍ରତ୍ୟେକ ସିଟ୍‌ରେ ଲାଗିଛି ପିଲାଙ୍କ ଫଟୋ ସହ ବ୍ୟାଗ-ଜୋତା, କାହିଁକି ଏମିତି କରି ପାକିସ୍ତାନରେ ପହଞ୍ଚିଲା ଇରାନ, ସବୁ ଦେଖିକି…

ନୂଆଦିଲ୍ଲୀ,୧୧।୪: ଇରାନ-ଆମେରିକା ଶାନ୍ତି ଆଲୋଚନା ପାଇଁ ଇସଲାମାବାଦ ପ୍ରସ୍ତୁତ। ଇରାନ ପ୍ରତିନିଧି ଦଳ ପାକିସ୍ତାନରେ ପହଞ୍ଚିଛନ୍ତି। ଆଜି ଶନିବାର ଦିନ ଇରାନ ଏବଂ ଆମେରିକା ଆଲୋଚନା ଟେବୁଲରେ…

ମୃତ୍ୟୁର ମିତ୍ର ଓ ଶାନ୍ତିର ସନ୍‌ମାର୍ଗ

ଆଧୁନିକ ଆମେରିକାର ଜନକ ବୋଲି କୁହାଯାଉଥିବା ବିଶିଷ୍ଟ ଲେଖକ, ଦାର୍ଶନିକ, ବୈଜ୍ଞାନିକ ତଥା ରାଷ୍ଟ୍ରନୀତିଜ୍ଞ ବେଞ୍ଜାମିନ ଫ୍ରାଙ୍କ୍‌ଲିନ କହୁଥିଲେ- ”ଦୁନିଆରେ କିଏ କେଉଁଠି କେବେ ଗୋଟେ ଭଲ…

ମହାତ୍ମା ଜ୍ୟୋତିରାଓ ଫୁଲେ: ଭାରତର ମାର୍ଗଦର୍ଶନ କରୁଥିବା ଏକ ଆଲୋକବର୍ତ୍ତିକା

ଆଜି ୧୧ ଏପ୍ରିଲ। ଆମ ସମସ୍ତଙ୍କ ପାଇଁ ଅତି ସ୍ବତନ୍ତ୍ର ଦିନ। ଆଜି ହେଉଛି ଭାରତର ମହାନ୍‌ ସମାଜ ସଂସ୍କାରକ ତଥା ଅନେକ ପିଢ଼ି ପାଇଁ ମାର୍ଗଦର୍ଶକ…

କାହାକୁ ଚିୟର କରିବେ ଗିଲ୍‌ ନା ଅର୍ଜୁନ: ଏମିତି ପ୍ରତିକ୍ରିୟା ଦେଲେ ସାରା ତେନ୍ଦୁଲକର, ଦେଖନ୍ତୁ VIDEO

ଲକ୍ଷ୍ନୌ,୧୧।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ରେ ଆଜି ଦୁଇଟି ମ୍ୟାଚ ଖେଳାଯିବ। ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ଏବଂ ଗୁଜରାଟ ଟାଇଟାନ୍ସ ଖେଳିବେ। ମ୍ୟାଚ ପୂର୍ବରୁ ସାରା ତେନ୍ଦୁଲକରଙ୍କ ଏକ…

ଅଧିକାରୀ ଅଭାବ

ମଧ୍ୟପ୍ରଦେଶରେ ଅନୁମୋଦିତ ସଂଖ୍ୟା ତୁଳନାରେ ୧୫୦ରୁ ଅଧିକ ଆଇଏଏସ୍‌ ଅଧିକାରୀଙ୍କ ଅଭାବ ରହିଛି। ଏହା ଏକ ସାମାନ୍ୟ ବ୍ୟବଧାନ ନୁହେଁ ବରଂ ଏକ ବ୍ୟବସ୍ଥାଗତ ଅଭାବକୁ ଇଙ୍ଗିତ…

ଇରାନ-ଆମେରିକା ଯୁଦ୍ଧବିରତି ଉପରେ ଆଲୋଚନା ଦୂରର କଥା: ବୈଠକ ପୂର୍ବରୁ ୨ଟି ବଡ଼ ସର୍ତ୍ତ ରଖିଦେଲେ…

ନୂଆଦିଲ୍ଲୀ,୧୧।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି ଘୋଷଣା ପରେ, ଏକ ଇରାନୀ ପ୍ରତିନିଧି ଦଳ ଶାନ୍ତି ଆଲୋଚନା ପାଇଁ ଇସଲାମାବାଦରେ ପହଞ୍ଚିଛି। ଏହି ପ୍ରତିନିଧି ଦଳ…

ଯାତ୍ରୀବାହୀ ବସ୍‌କୁ ପଛପଟୁ ପିଟିଲା ଟ୍ରକ: ବିଦ୍ୟୁତ ଟ୍ରାନ୍ସଫର୍ମରରେ ବାଜି…

ସୋହେଲା,୧୧।୪(ଅଶ୍ବିନୀ ପାତ୍ର):ବରଗଡ଼ ଜିଲା ସୋହେଲାଠାରେ ବରଗଡ଼ ରାୟପୁର ଜାତୀୟ ରାଜପଥ ରେ ଏକ ବଡ଼ ଧରଣର ସଡକ ଦୁର୍ଘଟଣା ଘଟିଯାଇଛି। ଶୁକ୍ରବାର ବିଳମ୍ବିତ ରାତିରେ ରାଉରକେଲାରୁ ରାୟପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri