କ୍ୱାରାଣ୍ଟାଇନ୍‌ କେନ୍ଦ୍ରରେ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ ଘଟଣା: ଆଖିଦୃଶିଆ କାର୍ଯ୍ୟାନୁଷ୍ଠାନ ନେଇନି ପୋଲିସ

ସଜନାଗଡ଼, ୩୦।୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମ୍‌ପୁର ଥାନା ଅଧୀନ ତେଲିପାଳ ଆଶ୍ରମ କ୍ୱାରାଣ୍ଟାଇନ୍‌ କେନ୍ଦ୍ରରେ ଥିବା ଜଣେ ପ୍ରବାସୀ ଓଡ଼ିଆ ଯୁବତୀଙ୍କୁ ଗାଧୁଆଘରେ ଗତ ୨୬ତାରିଖରେ ବଳାତ୍କାର ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଥିଲା। ଏନେଇ ଥାନାରେ ମାମଲା (ନଂ. ୩୯/୨୦) ରୁଜୁ କରାଯାଇ ଅଭିଯୁକ୍ତ ରତ୍ନାକର ଜେନାଙ୍କୁ ଗିରଫ କରାଯାଇଥିଲା। ଏହି ଘଟଣାରେ ପୋଲିସ ଆଖିଦୃଶିଆ ପଦକ୍ଷେପ ନେଇନାହିଁ ବୋଲି ନୀଳଗିରିର ପୂର୍ବତନ ବିଧାୟକ ଚିତ୍ତରଞ୍ଜନ ଷଡଙ୍ଗୀ, ପୀଡିତା ଓ ତାଙ୍କ ପରିବାର ଲୋକେ ଶନିବାର ଏକ ଖବରଦାତା ସମ୍ମିଳନୀରେ ଅସନ୍ତୋଷ ପ୍ରକାଶ କରିଛନ୍ତି। ସେଠାରେ ଦର୍ଶାଯାଇଥିଲା ଯେ, ରତ୍ନାକରଙ୍କୁ ସହଯୋଗ କରିଥିବା ସିକ୍ୟୁରିଟିଙ୍କ ବିରୋଧରେ ପୀଡ଼ିତା ଅଭିଯୋଗ କରିଥିଲେ। ପୋଲିସ ସିକ୍ୟୁରିଟିଙ୍କୁ ଗିରଫ କରି ନ ଥିବା ବେଳେ ଅଭିଯୁକ୍ତ ରତ୍ନାକରଙ୍କ ପ୍ରତି କୋହଳ ଦଫା ଲଗାଇଛି। ଅଭିଯୋଗକୁ ଭିତ୍ତି କରି ଦଫା ଦେବାକୁ ପଡ଼ିଥାଏ। ସେ ଯାହା ଅଭିଯୋଗ କରିଛନ୍ତି ତାହା ଭିତ୍ତିହୀନ ବୋଲି ବରହମ୍‌ପୁର ପୋଲିସ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୋର୍ଟଙ୍କ ବଡ଼ ରାୟ: ହତ୍ୟାକାରୀଙ୍କୁ ଆଜୀବନ ଜେଲ

ଭବାନୀପାଟଣା,୩୦ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍‌. ରାମପୁର ଥାନା ଅନ୍ତର୍ଗତ କୁଟ୍ରୁପଲା ଗାଁରେ ୨୦୧୪ରେ ହୋଇଥିବା ଏକ ହତ୍ୟା ମାମଲାର ରାୟ ଗୁରୁବାର ପ୍ରକାଶ ପାଇଛି।…

ପ୍ରେମିକଙ୍କ ଘର ବାରଣ୍ଡାରେ ଧାରଣାରେ ବସିଲେ ପ୍ରେମିକା

ମାଲକାନଗିର,୩୦।୭ (ଦୁର୍ଯ୍ୟୋଧନ ପାତ୍ର): ଜଣେ ବିବାହିତ ଯୁବକ ବିବାହର ପ୍ରତିଶ୍ରୁତି ଦେଇ ସମ୍ପର୍କ ଓ ପରେ ପ୍ରତାରଣା ବିରୋଧରେ ବିବାହିତ ପ୍ରେମିକା ଗତ ତିନି ଦିନ ଧରି…

ଖେଳ ପଡ଼ିଆରେ ଟ୍ରାକ୍ଟର ଚଳାଇ ଧାନ ତଳି ପକାଇଲେ, ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ-ଉତ୍ତେଜନା

ହାଟଡିହୀ, ୩୦।୭(ଶୁଭକାନ୍ତ ନାୟକ): ସରକାର ଖେଳ ଏବଂ ଶାରୀରିକ ବିକାଶ ପାଇଁ କୋଟି କୋଟି ଟଙ୍କା ବ୍ୟୟ କରୁଥିବାବେଳେ କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନସ୍ଥ ବଡ଼ରମ୍ପାସ…

କ୍ଷେତପୋଖରୀ ଦୁର୍ନୀତିକୁ ନେଇ ସରପଞ୍ଚ-ସମିତିସଭ୍ୟ ମୁହାଁମୁହିଁ: ହଟ୍ଟଗୋଳ ଯୋଗୁ ଉଠି ଚାଲିଗଲେ…

ଦିଗପହଣ୍ଡି,୩୦|୭(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମିଶନ ଶକ୍ତି ସମ୍ମିଳନୀ କକ୍ଷରେ ଗୁରୁବାର ଦିଗପହଣ୍ଡି ବ୍ଲକସ୍ତରୀୟ ଏମଜିଏନଆରଇଜିଏ ଯୋଜନାର ସାମାଜିକ ସମୀକ୍ଷା ଜନଶୁଣାଣି…

କୋରାପୁଟରେ ୬୫୪. ୫ ମି.ମି. ରେକର୍ଡ ବର୍ଷା, ଭାଙ୍ଗିଲା ୮ ଘର

କୋରାପୁଟ,୩୦ା୭(ଅମିତାଭ ବେହେରା): ଗତ ୨୪ ଘଣ୍ଟା ମଧ୍ୟରେ କୋରାପୁଟ ଜିଲାର ୧୪ ବ୍ଲକରେ ମୋଟ ୬୫୪.୫ ମି.ମି. ବର୍ଷା ରେକର୍ଡ ହୋଇଛି। ହାରାହାରି ବର୍ଷାର ପରିମାଣ ୪୬.୭୫…

ପିସ୍ତଲ ଦେଖାଇ ହତ୍ୟା ଧମକ ଦେଇଥିଲେ, ଯୁବକଙ୍କୁ ବାନ୍ଧିଲା…

ଦେବଗଡ଼,୩୦ା୭(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଥାନା ଅନ୍ତର୍ଗତ ସୁନାମୁଣ୍ଡା ଗ୍ରାମରେ ପିସ୍ତଲ ମୁନରେ ଭୟଭୀତ କରି ହତ୍ୟା ଧମକ ଦେଇଥିବା ଜଣେ ଯୁବକକୁ ପୋଲିସ ଗିରଫ କରିଛି।…

ଆମେରିକାର ବଡ଼ ଆକ୍ରମଣ, ଧ୍ୱଂସ ହେଲା ଇରାନର ସାମରିକ ଘାଟି

ବାଗଦାଦ୍‌,୩୦।୭: ଆମେରିକୀୟ ସେନା ଉପରେ ଇରାନର କ୍ଷେପଣାସ୍ତ୍ର ଆକ୍ରମଣର ବଡ଼ ଜବାବ ଦେଇଛି ଆମେରିକା। ଆମେରିକୀୟ ସେନାର ସେଣ୍ଟ୍ରାଲ କମାଣ୍ଡ ଅନୁଯାୟୀ ଇରାନର ବିପ୍ଳବୀ ଗାର୍ଡ କୋର୍‌(ଆଇଆରଜିସି)ର…

ଦେଖାଳି ଗାଁରେ ସିରିଜ୍ ଚୋରି: ଦୋକାନରୁ ଟଙ୍କା-ଜୋତା ଲୁଟ୍, ଅଞ୍ଚଳରେ ଆତଙ୍କ; ରାତ୍ରିକାଳୀନ ପାଟ୍ରୋଲିଂ…

ଦିଗପହଣ୍ଡି,୩୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କେ. ନୂଆଗାଁ ଥାନା ଅନ୍ତର୍ଗତ ଦେଖାଳି ଗାଁ ଓ ମୁଖ୍ୟ ରାସ୍ତାକଡ଼ରେ ଥିବା ବିଭିନ୍ନ ଦୋକାନରୁ ବୁଧବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri