କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ବିଶୃଙ୍ଖଳା କଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ: ଜିଲାପାଳ

ଛତ୍ରପୁର,୪ା୫(ଡି.ଏନ୍‌.ଏ.) : ବାହାର ରାଜ୍ୟରୁ ବସ୍‌ ଓ ଟ୍ରେନ୍‌ରେ ଶତାଧିକ ପ୍ରବାସୀ ଓଡ଼ିଆ ଗଞ୍ଜାମ ଜିଲାକୁ ଫେରିବାରେ ଲାଗିଛନ୍ତି। ରବିବାର ଜିଲାର କେତେକ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ଥିବା ସୁରଟ ଫେରନ୍ତାମାନେ ବିଶୃଙ୍ଖଳା କରିଛନ୍ତି। ଏପରିକି ଆଉ କେତେକ କ୍ୱାରାଣ୍ଟାଇନ୍‌ କେନ୍ଦ୍ରରୁ ଚମ୍ପଟ ମାରିଥିବା ବେଳେ ଅନ୍ୟ କେତେକ ଖାଇବା ଫିଙ୍ଗିଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀ, ମୁଖ୍ୟ ଶାସନ ସଚିବ ଓ ପୋଲିସ ଡିଜି ପ୍ରତିକ୍ରିୟା ପ୍ରକାଶ କରି ବିଶୃଙ୍ଖଳାକାରୀଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କହିଥିଲେ। ଏହାପରେ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଓ ଗଞ୍ଜାମ ଏସ୍‌ପି ବ୍ରିଜେଶ କୁମାର ରୟ ଏହା ଉପରେ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ଜିଲାପାଳ ଟୁଇଟ୍‌ କରି କହିଛନ୍ତି ଯେ, ସମସ୍ତ ଫେରନ୍ତା ପ୍ରବାସୀ ଶୃଙ୍ଖଳା ରକ୍ଷା କରନ୍ତୁ। ଆମେ ସବୁ ସୁବିଧା ଦେବା ପାଇଁ କଠିନ ପରିଶ୍ରମ କରୁଛୁ । ଓଡ଼ିଆ ଲୋକେ ଆଇନକୁ ସମ୍ମାନ ଦେଇଥାନ୍ତି। ସରକାରଙ୍କ ନିୟମକୁ ମାନନ୍ତୁ। ଯଦି କେହି ଆଇନ ଉଲ୍ଲଂଘନ କଲେ ତେବେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ସେହିପରି ଗଞ୍ଜାମ ଏସ୍‌ପି ଟୁଇଟ୍‌ କରି କହିଛନ୍ତି, ଜିଲାକୁ ଫେରନ୍ତା ସରକାରଙ୍କ କୋଭିଡ-୧୯ ଗାଇଡ୍‌ଲାଇନ୍‌ ଅନୁଯାୟୀ କ୍ୱାରାଣ୍ଟାଇନ୍‌ ନିୟମ ଉଲ୍ଲଂଘନ କଲେ କାର୍ଯ୍ୟାନୁଷ୍ଠାନ ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଦାନ୍ତକାଠି ଭାଙ୍ଗୁଥିଲେ ମହିଳା,୩ ଭାଲୁ ମିଶି ଝୁଣିଦେଲେ

ପାଟଣା,୨୭।୭(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ସାହାର ପଡ଼ା ସେକ୍ସନ ଡାଳପକା ପଞ୍ଚାୟତ କୁଦାବେଡା ଗ୍ରାମରେ ଭାଲୁ ଆତଙ୍କ ଦେଖିବାକୁ ମିଳିଛି। ଜଣେ ୩୯...

କାର୍‌ରେ ଆସି ବସ୍‌ରୁ ରୁପା ଭର୍ତ୍ତି ବ୍ୟାଗ ନେଇଗଲେ ଦୁର୍ବୃତ୍ତ

ଖଲ୍ଲିକୋଟ,୨୬ା୭(ପ୍ରଶାନ୍ତ କୁମାର ମିଶ୍ର): କୋଲକାତା ଅଭିମୁଖେ ଯାଉଥିବା ଏକ ବସ୍‌ରୁ ଜଣେ ବ୍ୟବସାୟୀଙ୍କ ପ୍ରାୟ ୫୦ କେଜି ପୁରୁଣା ରୁପା ଜିନିଷ ଓ ୪ ଲକ୍ଷ...

ତେଲ ନଦୀ ଉପରେ ୪ ଫୁଟ ପାଣି: ଭାସିଗଲା କ୍ରେନ୍‌

ପାଟଣା,୨୭।୭(ବୀରକିଶୋର ଦାଶ): ଲଗାଣ ବର୍ଷାରେ କେନ୍ଦୁଝର ଜିଲା ସାହାରପଡା ବ୍ଲକ ବେହାଲ ହୋଇପଡିଛି। ସାହାରପଡ଼ା ବ୍ଲକ କୁମୁଳା ବାହାଳୀ ନିକଟ ତେଲ ନଦୀ ପୋଲଉପରେ ଶନିବାର...

ଅଧାରେ ଅଟକିଲା କେନାଲ ପାଣି

କାଏମା,୨୭ା୭(ଶିବପ୍ରସାଦ ମହାନ୍ତି): ଧର୍ମଶାଳା ବ୍ଲକ ଅନ୍ତର୍ଗତ ଶାନ୍ତି ବଜାରଠାରୁ ଡେରାବର ପର୍ଯ୍ୟନ୍ତ ଯାଇଥିବା ସବ୍‌ମାଇନର କେନାଲ ସଫେଇ ହୋଇ ନ ଥିବାରୁ ଅଧାରେ ଅଟକି ରହିଛି...

ଗାଁ ଲୋକେ କରିଥିଲେ ଏଭଳି ଅପମାନ, ସହି ନପାରି ଜୀବନ ହାରିଲେ ୯ମ ଶ୍ରେଣୀ ଛାତ୍ର

ବେଲଗୁଣ୍ଠା/ ଭଞ୍ଜନଗର, ୨୭ା୭ (କୃଷ୍ଣଚନ୍ଦ୍ର ପଟ୍ଟନାୟକ/ ବାବୁଲା ପ୍ରଧାନ): ପିଲାଙ୍କ ଖେଳବେଳେ ଜଣେ ମହିଳାଙ୍କ ଦେହରେ ବଲ୍‌ ବାଜିଯିବା ଭଳି ସାମାନ୍ୟ ଘଟଣାକୁ ନେଇ ଥାନାରେ...

ଜୀବିକା ଦେଇଛି ବାଉଁଶ କାରିଗରୀ

କୋକସରା,୨୬ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବରାଡଙ୍ଗା ପଞ୍ଚାୟତର ଏକ ଆଦିବାସୀ ବହୁଳ ଗ୍ରାମ ଝୁଲେନବର। ଜଙ୍ଗଲ ପରିବେଷ୍ଟିତ ଗାଁରେ ପ୍ରାୟ...

ହରିଣ ଛୁଆକୁ ଘେରିଗଲେ ବିଲୁଆ ଦଳ:, ଆଉ ତା’ପରେ…

ପାତ୍ରପୁର,୨୬।୭(ଉମା ଚରଣ ନେପାକ): ସାମନ୍ତିଆପଲ୍ଲୀ ବନାଞ୍ଚଳ ଅଧୀନ ଗୋପୀନାଥପୁର ନିକଟସ୍ଥ ଜଙ୍ଗଲରୁ ଶୁକ୍ରବାର ଏକ ଆହତ ହରିଣ ଛୁଆ ଉଦ୍ଧାର ହୋଇଛି। କିଛି ବିଲୁଆ ହରିଣମାନଙ୍କୁ...

ବର୍ଷା ଅଭାବ: ଚାଷ ଜମିରେ ଚରିଲେ ଗୋରୁ

ଔପଦା, ୨୬।୭(ଧରିତ୍ରୀ ପଣ୍ଡା)-ଜୟ ଯବାନ, ଜୟ କିଷାନ ଧ୍ୱନିରେ ଚାଷ ଅଛି ଯାହାର, କି ଆନନ୍ଦ ତାହାର ଉକ୍ତିର ଆଜି ବିପରୀତ ଦେଖାଦେଇଛି। ଧାନ ଚାଷ...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri