କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ଜଣେ ଅନ୍ତେବାସୀଙ୍କ ଅସ୍ବାଭାବିକ ଆଚରଣ, କର୍ମଚାରୀ ରାତି ଅନିଦ୍ରା

କଣ୍ଟାପଡ଼ା,୧୩ା୫(ଡି.ଏନ୍‌.ଏ.): କଟକ ଜିଲା କଣ୍ଟାପଡ଼ା ପଞ୍ଚାୟତର କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ମଙ୍ଗଳବାରଠାରୁ ରହିଥିବା ଜଣେ ପ୍ରବାସୀ ଅନ୍ତେବାସୀଙ୍କ ପାଇଁ ଉକ୍ତ କେନ୍ଦ୍ର ଦାୟିତ୍ୱରେ ରହିଥିବା କର୍ମଚାରୀମାନଙ୍କୁ ରାତି ଅନିଦ୍ରା ହେବାକୁ ପଡ଼ିଛି। ଫଳରେ ବୁଧବାର ସକାଳୁ ଉକ୍ତ ଅନ୍ତେବାସୀଙ୍କ ସମ୍ପର୍କରେ କଣ୍ଟାପଡ଼ା ସରପଞ୍ଚ ପ୍ରୀତିଲତା ବେହେରା ଅଡ଼ଶପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧିକାରୀଙ୍କୁ ଜଣାଇବା ପରେ ଡାକ୍ତର ଆସି ସମ୍ପୃକ୍ତ ପ୍ରବାସୀଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରିଥିବା ଜଣାପଡ଼ିଛି।
ଖବରରୁ ଜଣାପଡ଼ିଛି, ମଙ୍ଗଳବାର ସମ୍ପୃକ୍ତ ଯୁବକ ହାଇଦ୍ରାବାଦରୁ ଆସି ନିଜ ଗ୍ରାମକୁ ପଳାଇଥିଲେ। ଯୁବକଙ୍କ ପରିବାର ଲୋକେ ତାଙ୍କୁ ଘରେ ନ ପୂରାଇ କଣ୍ଟାପଡ଼ା ସରପଞ୍ଚଙ୍କ ନିକଟକୁ ଖବର ଦେଇଥିଲେ। ଖବରପାଇ ସରପଞ୍ଚ ଓ କ୍ୱାରାଣ୍ଟାଇନ୍‌ ସେଣ୍ଟର କର୍ମଚାରୀ ତାଙ୍କୁ ଗ୍ରାମରୁ ନେଇଆସି କେନ୍ଦ୍ରରେ ରଖିଥିଲେ। ମାତ୍ର ଯୁବକ ଜଣକ ନଶୋଇ ରାତିସାରା ଅସ୍ବାଭାବିକ ଆଚରଣ ପ୍ରଦର୍ଶନ କରିବା ସହ ଏଣେତେଣେ ବୁଲାବୁଲି କରିଥିଲେ। ଫଳରେ କେନ୍ଦ୍ରର କର୍ମଚାରୀମାନେ ତାଙ୍କୁ ରାତିସାରା ଜଗି ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ମାର୍ଟ ଓଡ଼ିଶା ହାକାଥନ ୩.୦ କାର୍ଯ୍ୟକ୍ରମ ଉଦ୍‌ଯାପିତ

ବରଗଡ଼,୨୩ା୭(ପ୍ରେମାନନ୍ଦ ଖମାରୀ); ବରଗଡ଼ ଜିଲାସ୍ତରୀୟ ସ୍ମାର୍ଟ ଓଡ଼ିଶା ହାକାଥନ ୩.୦ କାର୍ଯ୍ୟକ୍ରମ ସୋମବାର ବରଗଡ଼ ବିଜ୍ଞାନ କେନ୍ଦ୍ର ଟୁକୁର୍ଲାରେ ଉଦ୍‌ଯାପିତ ହୋଇଯାଇଛି। ଜିଲା ଶିକ୍ଷା ଅଧିକାରୀ ସରୋଜ…

ଶିକ୍ଷାନୁଷ୍ଠାନ ନିକଟରୁ ମଦ ଦୋକାନ ବନ୍ଦ ନିର୍ଦ୍ଦେଶ

ବରଗଡ଼,୨୩ା୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ପରିଷଦ ସମ୍ମିଳନୀ କକ୍ଷରେ ବୁଧବାର ଷଷ୍ଠ ଜିଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲା ପରିଷଦ ଅଧ୍ୟକ୍ଷା ମାନିନୀ ଭୋଇ…

ଚାଷକାର୍ଯ୍ୟ ଆରମ୍ଭରୁ ସାର କଳାବଜାର: ଚାଷୀ ହଟହଟା

ବରଗଡ଼,୨୩।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସରୁ ଖରିଫ ଚାଷକାର୍ଯ୍ୟ ଆରମ୍ଭ ହୋଇଛି। ଜମିରେ ଧାନ ବିହୁଡ଼ା, ପହ୍ଲାରୁଆ କାର୍ଯ୍ୟ ଏବେ ଜୋରସୋର୍‌ରେ ଚାଲିଛି। ଅନ୍ୟପଟେ ଚାଷ ଆରମ୍ଭରୁ…

ବାହାଘରରୁ ଫେରୁଥିବା ବେଳେ ବଡ଼ ଅଘଟଣ: ପୋଖରୀକୁ ଖସି ପଡିଲା କାର୍‌: ୫ ମୃତ

ଢେଙ୍କାନାଳ,୨୩।୭( ରତନ ନାୟାର): ଢେଙ୍କାନାଳ ଜିଲା ସଦର ଥାନା ଛାଟିଆ ନିକଟରେ ଏକ ଇନୋଭା କାର୍‌ ଗୁରୁବାର ଭୋର୍‌ ୪ଟା ସମୟରେ ଭାରସାମ୍ୟ ହରାଇ ରାସ୍ତା କଡ଼…

ମାଲକାନଗିରିରେ ପରୀକ୍ଷାମୂଳକ ବିମାନ ଉଡ଼ାଣ ସଫଳ

ମାଲକାନଗିର,୨୩।୭ (ଦୁର୍ଯ୍ୟୋଧନ ପାତ୍ର/ ଗୌରୀଶଙ୍କର ପଣ୍ଡା): ମାଲକାନଗିରି ଜିଲାବାସୀଙ୍କ ଦୀର୍ଘ ଦିନର ସ୍ବପ୍ନ ସାକାର ହେବାକୁ ଯାଉଛି। ଜିଲା ପ୍ରଶାସନ ଏବଂ ଓଡ଼ିଶା ସରକାରଙ୍କ ବେସାମରିକ ବିମାନ…

ଜମିବାଡ଼ି ବିବାଦକୁ ନେଇ ଗୋଟିଏ ପରିବାର ଉପରେ ସଂଘବଦ୍ଧ ଆକ୍ରମଣ, ମେଡିକାଲରେ ଦମ୍ପତି

ହାଟଡିହୀ/ଛେନାପଦୀ,୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ଥାନା ଅଧୀନ ମିଠିଗାଁ ଗ୍ରାମରେ ଜମିବାଡ଼ି ବିବାଦକୁ କେନ୍ଦ୍ର କରି ଗୋଟିଏ ପରିବାର ଉପରେ ସଂଘବଦ୍ଧ…

ଭଦ୍ରକରୁ ଆସି କେନ୍ଦୁଝରରେ ଚୋରି, ଆଗରପଡ଼ାରୁ ଧରାପଡ଼ିଲେ…

ହାଟଡିହୀ/ଛେନାପଦୀ, ୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ପୋଲିସ ଆଗରପଡ଼ା ଥାନା ଅଞ୍ଚଳରୁ ମୋଟରସାଇକେଲ୍ ଚୋରି ଅଭିଯୋଗରେ ଜଣକୁ ଗିରଫ କରିଛି। ଆଗରପଡ଼ା…

ଗଡ଼ଚଣ୍ଡୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶ୍ରେଣୀଗୃହରେ ଆଣ୍ଠୁଏ ପାଣି, ଶିକ୍ଷାଦାନ ବନ୍ଦ

ହାଟଡିହୀ, ୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡା): ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ସାଙ୍ଘାତିକ ପରିସ୍ଥିତି ସୃଷ୍ଟି ହୋଇଛି। କେଉଁଠି ପୋଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri