କ୍ୱାରାଣ୍ଟାଇନ କଡ଼ାକଡ଼ି କରିବାକୁ ଦାବି

ତାଳଚେର,୯ା୫(ନି.ପ୍ର.) – ଓଡ଼ିଶା ବାହାରୁ ଅନୁଗୋଳ ଜିଲାକୁ ଆସୁଥିବା ଶ୍ରମିକ, ଛାତ୍ରୀଛାତ୍ର ତଥା ବ୍ୟକ୍ତି ବିଶେଷଙ୍କ ସମ୍ପର୍କରେ ଠିକ୍‌ ଭାବେ ସର୍ଭେ କରାଯାଇ ସେମାନଙ୍କୁ ମାସେ କିମ୍ବା ଅଧିକ ଦିନ ପର୍ଯ୍ୟନ୍ତ କାରାଣ୍ଟାଇନରେ ରଖିବାକୁ ତାଳଚେର ପରିବେଶ ସୁରକ୍ଷା ସମିତି ପକ୍ଷରୁ ଦାବି ହୋଇଛି। ଏ ନେଇ ସମିତି ପକ୍ଷରୁ ଏକ ସ୍ମାରକପତ୍ର ସ୍ଥାନୀୟ ଉପଜିଲାପାଳ ରଜନୀକାନ୍ତ ସ୍ବାଇଁଙ୍କୁ ଶୁକ୍ରବାର ପ୍ରଦାନ କରାଯାଇଛି। ଏଥିରେ ଦର୍ଶାଯାଇଛି, ଏବେ ବହୁ ସଂଖ୍ୟାରେ ଲୋକ ଓଡ଼ିଶା ଫେରୁଥିବାରୁ କରୋନା ଅଧିକ ବ୍ୟାପିପାରେ। ସେମାନଙ୍କୁ ସଙ୍ଗରୋଧରେ ରଖା ନ ଗଲେ କରୋନା ନିୟନ୍ତ୍ରଣ ବାହାରକୁ ଚାଲିଯିବାର ଆଶଙ୍କା ରହିଛି। ଏ ଦିଗରେ ପ୍ରଶାସନ, ପୋଲିସ, ନିର୍ବାଚିତ ଲୋକପ୍ରତିନିଧି, ସ୍ବାସ୍ଥ୍ୟକର୍ମୀ, ସାମାଜିକକର୍ମୀମାନେ ତତ୍ପର ହୋଇ କାର୍ଯ୍ୟ କରିବାକୁ ସମିତି ପ୍ରସ୍ତାବ ରଖିଛି। ଏଥିସହ ଏମ୍‌ସିଏଲ୍‌, ଏନ୍‌ଟିପିସି ସମେତ ବିଭିନ୍ନ ଶିଳ୍ପାଞ୍ଚଳ ଏବଂ ବସ୍ତିଗୁଡିକରେ ବସବାସ କରୁଥିବା ଲୋକଙ୍କ ମଧ୍ୟ ସର୍ଭେ କରାଯିବାକୁ ଦାବି ହୋଇଛି। ସମିତିର ଆବାହକ ପଦ୍ମ ଚରଣ ସାମଲ, ଭୂପେନ୍‌ ଥମ୍ବ, ବାଉରୀବନ୍ଧୁ ବେଜ, ପ୍ରହ୍ଲାଦ ଚନ୍ଦ୍ର ସାହୁ, ରଞ୍ଜିତ କୁମାର ମହାପାତ୍ର, ବିନୋଦ ଲାଲ୍‌ଙ୍କ ସମେତ ଅନ୍ୟାନ୍ୟ ସଦସ୍ୟମାନେ ସ୍ମାରକ ପତ୍ର ପ୍ରଦାନବେଳେ ଉପସ୍ଥିତ ଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ଜୁଭେଣ୍ଟିକା ସେଲ୍‌ ଉଦ୍‌ଘାଟିତ ପୁରୁଷୋତ୍ତମପୁର ଥାନାକୁ ଶିଶୁମିତ୍ର ଥାନା ଭାବରେ ଗଢି ତୋଳିବା ଲକ୍ଷ୍ୟ

ପୁରୁଷୋତ୍ତମପୁର/ଶେରଗଡ଼/ଛତ୍ରପୁର/ ଆସିକା ୮ା୫ (ସବିତା ମିଶ୍ର/ ସୂର୍ଯ୍ୟ ନାରାୟଣ ଦାଶ/ଦିଲୀପ ମିଶ୍ର/ ସୁରେନ୍ଦ୍ର ନାଥ ସାହୁ) ଓଡିଶା ପୋଲିସ ପକ୍ଷରୁ ଶିଶୁଙ୍କ ସୁରକ୍ଷା ଲାଗି ଜୁଭେଣ୍ଟିକା ସେଲ୍‌କୁ…

ବିରଳ ଅସ୍ତ୍ରୋପଚାର: ଶିଶୁ ମୁଣ୍ଡରୁ କଢ଼ାଗଲା କାଠଖଣ୍ଡ, ଶିଶୁଙ୍କୁ ବଞ୍ଚାଇଦେଲେ…

ବ୍ରହ୍ମପୁର/ଦିଗପହଣ୍ଡି, ୮।୫(ସୁବାସ ଚନ୍ଦ୍ର ପାଢ଼ୀ/ଅଶେଷ ନାଥ ମିଶ୍ର): ନବରଙ୍ଗପୁର ଜିଲା ଉମରକୋଟ ଗ୍ରାମର ସଞ୍ଜିତ ହରିଜନଙ୍କ ପୁଅ ଓମ (୩) ଗତ ୨୮ ତାରିଖ ଅପରାହ୍ନରେ ଘର…

ମା’ ବାମଦେଇ ଠାକୁରାଣୀ ଯାତ୍ରା ଆରମ୍ଭ ଉତ୍ସବମୁଖର ବମକୋଇ

ଦିଗପହଣ୍ଡି,୮ା୫(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ବମକୋଇ ଗ୍ରାମର ଅଧିଷ୍ଠାତ୍ରୀ ଦେବୀ ମା’ ବାମଦେଇ ଠାକୁରାଣୀଙ୍କ ୭ ଦିନିଆ ଯାତ୍ରା ମହୋତ୍ସବ ଶୁକ୍ରବାର ଆରମ୍ଭ ହୋଇଛି…

ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ ଶୁଭେନ୍ଦୁ ଯଜ୍ଞଙ୍କୁ ଆସିଛି ଡକରା

ବଞ୍ଚୋ,୮।୫(ପ୍ରଦୋଷ ବିଶ୍ୱାଳ): ପଶ୍ଚିମବଙ୍ଗରେ ଶନିବାର ଭାଜପା ସରକାର ଗଠନ କରିବ। ଶୁଭେନ୍ଦୁ ଅଧିକାରୀ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ। ବିଧାୟକ ଦଳ ବୈଠକ ପରେ ସ୍ବରାଷ୍ଟ…

ସର୍ବସମ୍ମୁଖରେ ଠେଙ୍ଗାରେ ପିଟି ଯୁବକକୁ ହତ୍ୟା

ଟେନସା,୮।୫(ସମୀର କୁମାର ପାଢୀ): ଭୋଜି ଭାତ ଚାଲିଥିବା ବେଳେ ସାମାନ୍ୟ ବଚସାକୁ ନେଇ ସର୍ବ ସମ୍ମୁଖରେ ଠେଙ୍ଗାରେ ପିଟିପିଟି ଯୁବକଙ୍କୁ ହତ୍ୟା କରିବା ଘଟଣା ଏବେ କୋଇଡା…

ତାଳଚେର ଉପନଗରପାଳଙ୍କ ବିରୋଧରେ ଅନାସ୍ଥା

ତାଳଚେର,୮ା୫(ମନୋଜ ନନ୍ଦ): ତାଳଚେର ଉପନଗରପାଳ ଶୁଭଶ୍ରୀ ଶୁଭସ୍ମିତା ପ୍ରଧାନଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆସିଛି। ପୌରପାଳିକାର ୧୬ କାଉନସିଲର ତାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିଛନ୍ତି। ଶୁକ୍ରବାର…

ସୌମ୍ୟରଞ୍ଜନ ହତ୍ୟା ମାମଲା: ରାସ୍ତା ଅବରୋଧ କଲେ ଗ୍ରାମବାସୀ

ନିଆଳି,୮।୫: ଭୁବନେଶ୍ୱର ଉପକଣ୍ଠସ୍ଥ ବାଲିଅନ୍ତାରେ ସୌମ୍ୟରଞ୍ଜନ ସ୍ବାଇଁଙ୍କୁ ପିଟିପିଟି ଅତି ନିର୍ମମ ଭାବେ ହତ୍ୟା କରାଯାଇଥିଲା। ଏହାରେ ପ୍ରତିବାଦରେ ଶୁକ୍ରବାର ମୌଜପୁର ଗ୍ରାମବାସୀ ଫୁଲନଖରା-ନିଆଳି ରାସ୍ତା ଅବରୋଧ…

ସ୍କୁଟିକୁ ଧକ୍କାଦେଲା ‘ଆମ ବସ୍‌’

ସମ୍ବଲପୁର,୮ା୫(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ବୁର୍ଲା ଥାନା ଅନ୍ତର୍ଗତ ପିସି ବ୍ରିଜ୍‌ ନିକଟରେ ଜାତୀୟ ରାଜପଥ(୫୩) ଉପରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଦୁର୍ଘଟଣାରେ ବୁର୍ଲାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri