କ୍ୱାରାଣ୍ଟାଇନ କେନ୍ଦ୍ର ପମ୍ପ ଅଚଳ: ପାଣି ପାଇଁ ଧାରଣା

ଭଞ୍ଜନଗର,୨୯।୪(ଡି.ଏନ୍‌.ଏ.)- ଭଞ୍ଜନଗର ଏନ୍‌ଏସି ପକ୍ଷରୁ ଟାଉନ ହଲ୍‌ରେ ହୋଇଥିବା କ୍ୱାରାଣ୍ଟାଇନ କେନ୍ଦ୍ର ପାଣିପମ୍ପ ସୋମବାର ରାତିରେ ଅଚଳ ହୋଇପଡ଼ିଥିଲା। ମଙ୍ଗଳବାର ସକାଳେ ଲୋକେ ପାଣି ପାଇପାରିନଥିଲେ। କେନ୍ଦ୍ରରେ ଥିବା ଖ୍ରୀଷ୍ଟିୟାନ ସାହିର ଜଣେ ବ୍ୟକ୍ତି ଏନେଇ କେନ୍ଦ୍ର ସମ୍ମୁଖରେ କିଛି ସମୟ ପାଇଁ ଧାରଣା ଦେଇଥିଲେ। ଏହାପରେ ସେ ବିଭିନ୍ନ କାର୍ଯ୍ୟାଳୟକୁ ଯାଇ ଅବ୍ୟବସ୍ଥା ସମ୍ପର୍କରେ ଅଭିଯୋଗ କରିଥିଲେ। ଏନ୍‌ଏସି ଯନ୍ତ୍ରୀ ସୁଶାନ୍ତ ସାହୁ ତାଙ୍କୁ ବୁଝାଶୁଝା କରିବା ପରେ ପରିସ୍ଥିତି ସ୍ବାଭାବିକ ହୋଇଥିଲା। ଅପରାହ୍ନରେ ପମ୍ପ ମରାମତି ପରେ ଜଳଯୋଗାଣ ସ୍ବାଭାବିକ ହୋଇଥିଲା। ଏହାପୂର୍ବରୁ କେନ୍ଦ୍ରରେ ରହୁଥିବା ଲୋକଙ୍କୁ ଟ୍ୟାଙ୍କର ଯୋଗେ ପାଣି ଯୋଗାଇ ଦିଆଯାଇଥିଲା। ଏନେଇ ଯନ୍ତ୍ରୀଙ୍କ ସହ ଯୋଗାଯୋଗ କରିବାରୁ ସେ ଏଠାରେ କହିଛନ୍ତି ଯେ, ପମ୍ପଟି ରାତିରେ ଅଚଳ ହେବାପରେ ମରାମତି କରାଯାଇଛି। ନିୟମ ମୁତାବକ କେନ୍ଦ୍ରର ଲୋକଙ୍କୁ ସୁବିଧା ଯୋଗାଇ ଦିଆଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଭବାନୀପାଟଣାରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ୩୨ କିଲୋ ବାସି-କୃତ୍ରିମ ରଙ୍ଗଯୁକ୍ତ ଖାଦ୍ୟ ନଷ୍ଟ

ଭବାନୀପାଟଣା,୨୪।୮(ଉତ୍ତମ କୁମାର ଦାଶ): ଆଗକୁ ଆସୁଥିବା ପର୍ବପର୍ବାଣୀକୁ ଦୃଷ୍ଟିରେ ରଖି ଭବାନୀପାଟଣା ସହରର ବିଭିନ୍ନ ସ୍ଥାନରେ ସୋମବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ପୋଲିସ ସହଯୋଗରେ ଚଢ଼ାଉ…

ବାଇକରେ ବୁହାହେଲା ମୃତଦେହ: ଅଭାବନୀୟ ଚିତ୍ରର ଭିଡିଓ ହେଉଛି ଭାଇରାଲ

ବଲାଙ୍ଗୀର,୨୪।୮(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରୁ ଆସିଛି ଅଭାବନୀୟ ଚିତ୍ର। କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଖଇରପଦର ଗାଁର ୧୨ ବର୍ଷୀୟା…

କୁରୁଗୁଡା-ମୁର୍ଲାପଦର ମୁଖ୍ୟ ରାସ୍ତାରେ ୫ଫୁଟ୍‌ର ପାଣି, ଯୋଗାଯୋଗ ବିଛିନ୍ନ

ଜୁନାଗଡ଼, ୨୪ା୮(ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲାରେ ଗତ ଦୁଇଦିନ ଧରି ଲଗାଣ ବର୍ଷା ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଏଥିଯୋଗୁ ବିଭିନ୍ନ ନଦୀନାଳରେ ଜଳସ୍ତର ବୃଦ୍ଧି ପାଇଛି।…

ଦିଗପହଣ୍ଡିରେ ଶ୍ରୀଗଣେଶ ପୂଜା ମହୋତ୍ସବ ପାଇଁ ଶୁଭଖୁଣ୍ଟି ସ୍ଥାପନ

ଦିଗପହଣ୍ଡି, ୨୪।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବଜାରସାହି ପୂଜା କମିଟି ପକ୍ଷରୁ ୪୬ତମ ଗଣେଶ ପୂଜା ମହୋତ୍ସବ ନିମନ୍ତେ ସୋମବାର ବଜାର…

ସ୍କୁଲ ଛାତ୍ରୀଛାତ୍ରଙ୍କୁ ନେଉଥିଲେ, ମାଡ଼ି ବସିଲା ପରିବହନ ବିଭାଗ

ବାଙ୍କୀ, ୨୪/୮ (ଶୁଭେନ୍ଦୁ ମହାପାତ୍ର): ଅସୁରକ୍ଷିତ ବସ୍‌ରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ଯାତାୟାତ କରାଯାଉଥିବା ଅଭିଯୋଗରେ କଟକ ପରିବହନ ବିଭାଗ ବାଙ୍କୀ ଅଞ୍ଚଳରୁ ୩ଟି ଗାଡ଼ି ଜବତ କରିଛି।…

ମଙ୍ଗଳବାର ପନିପରିବା ମାର୍କେଟ ବନ୍ଦ ଡାକରା ଦେଲା ଉଠାଦୋକାନୀ ସଂଘ: ସମସ୍ୟା ସମାଧାନ ଦାବି

ଛତ୍ରପୁର, ୨୪।୮ (ଦିଲ୍ଲୀପ ସାମଲ) : ଛତ୍ରପୁର ସହରର ସମସ୍ତ ପନିପରିବା ଦୋକାନ ମଙ୍ଗଳବାର ବନ୍ଦ ନିମନ୍ତେ ଡାକରା ଦିଆଯାଇଛି। ଛତ୍ରପୁର ଉଠାଦୋକାନୀ ସଂଘ ପକ୍ଷରୁ ଦୋକାନୀମାନଙ୍କ…

ନିଶାମୁକ୍ତ ଓଡ଼ିଶା ସହ ସାଇବର ସୁରକ୍ଷା: ଛାତ୍ରୀଛାତ୍ରଙ୍କୁ ପୋଲିସର…

ଛତ୍ରପୁର, ୨୪।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ପ୍ରତିଭା ଆବାସିକ ବିଶ୍ୱବିଦ୍ୟାଳୟ ପରିସରରେ ସୋମବାର ‘ନିଶାମୁକ୍ତ ଓଡ଼ିଶା ଅଭିଯାନ’ ସହ ସାଇବର ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ଏୟାର ବ୍ୟାଗରେ ଗଞ୍ଜେଇ: ବଲାଙ୍ଗୀର ରେଲୱେ ଷ୍ଟେଶନରେ ଅପେକ୍ଷା କରିଥିବା ଯୁବକଙ୍କୁ…

ବଲାଙ୍ଗୀର, ୨୪/୭ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରେଲୱେ ଷ୍ଟେଶନରୁ ୧୦ କେଜି ଗଞ୍ଜେଇ ରେଲୱେ ସୁରକ୍ଷା ବଳ (ଆରପିଏଫ) ଜବତ କରିଛି। ଏହି ଘଟଣାରେ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri