Posted inଜାତୀୟ

ଖଟ୍ଟର କ୍ୟାବିନେଟର ହେବ ସମ୍ପ୍ରସାରଣ

ହରିୟାଣା,୧୪।୧୧: ହରିୟାଣାରେ ଭାଜପା-ଜେଜେପି ମେଣ୍ଟ ସରକାର ଗଠନର ୧୭ ଦିନ ପରେ ଅର୍ଥାତ୍‌ ଗୁରୁବାର ମନୋହର ଲାଲ ଖଟ୍ଟରଙ୍କ ମନ୍ତ୍ରିମଣ୍ଡଳର ସମ୍ପ୍ରସାରଣ ହେବ। ଗତ ଅକ୍ଟୋବର ୨୪ରେ ହରିୟାଣା ବିଧାନସଭା ନିର୍ବାଚନର ଫଳାଫଳ ଆସିଥିବା ବେଳେ ୨୭ ଅକ୍ଟୋବରରେ ଜନନାୟକ ଜନତା ପାର୍ଟି(ଜେଜେପି) ସହ ମିଶି ଭାରତୀୟ ଜନତା ପାର୍ଟି(ଭାଜପା) ସରକାର ଗଠନ କରିଥିଲା। ଏଥିରେ ମନୋହର ଲାଲ ଖଟ୍ଟର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବା ବେଳେ ଜେଜେପିର ଦୁଷ୍ୟନ୍ତ ଚୌତାଲା ଉପ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିଲେ। ସେବେଠାରୁ ଅନ୍ୟ କୌଣସି ମନ୍ତ୍ରୀ ଶପଶ ନେଇ ନ ଥିବା ବେଳେ ଏବେ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ କରାଯିବାର ଯୋଜନା ରହିଛି। ଏଥିରେ ଅନିଲ ବିଜ୍‌, କନଓ୍ବର ପଲ, ମୁଲଚନ୍ଦ ଶର୍ମା, ରଣଜିତ ସିଂ, ଜୟପ୍ରକାଶ ଦଲାଲ ଓ ବନଓ୍ବାରୀ ଲାଲଙ୍କୁ ମନ୍ତ୍ରୀ ପଦ ମିଳିବ ବୋଲି ବିଶେଷ ସୂତ୍ରରୁ ଜଣାପଡିଛି। ସେହିପରି ରାଜ୍ୟମନ୍ତ୍ରୀ(ସ୍ବାଧିନ) ଭାବେ ଓମ ପ୍ରକାଶ ଯାଦବ, କମଲେଶ ଧଣ୍ଡା, ଅନୁପ ଧନକ ଓ ସନ୍ଦିପ ସିଂଙ୍କୁ ଖଟ୍ଟରଙ୍କ କ୍ୟାବିନେଟରେ ସାମିଲ କରାଯିବ ବୋଲି ଆଲୋଚନା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବିରାଟ-ରୋହିତଙ୍କୁ ଦେଖିବାକୁ ପ୍ରଶଂସକଙ୍କ ପ୍ରବଳ ଉତ୍ସାହ: ୮ ମିନିଟ୍‌ରେ ସରିଗଲା ଭାରତ ବନାମ ନ୍ୟୁଜିଲାଣ୍ଡ ଟିକେଟ

ନୂଆଦିଲ୍ଲୀ,୨।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଦିନିକିଆ ସିରିଜ୍‌ ଜାନୁଆରୀ ୧୧, ୨୦୨୬ରେ ଆରମ୍ଭ ହେବାକୁ ଯାଉଛି। ଏହି ହାଇ-ଭୋଲଟେଜ ମ୍ୟାଚ ପାଇଁ ପ୍ରଶଂସକମାନେ ଉତ୍ସାହିତ।...

ରାଗିକି ପଞ୍ଚମ ହୋଇଗଲେ ଜାଭେଦ ଅଖତର: ଦେଇଦେଲେ ଏମିତି ଧମକ

ପ୍ରବୀଣ ଗୀତିକାର ଜାଭେଦ ଅଖତର ପ୍ରତ୍ୟେକ ପ୍ରସଙ୍ଗରେ ସ୍ପଷ୍ଟ ମତ ରଖିବା ପାଇଁ ଜଣାଶୁଣା। ଅନ୍ୟ ଅନେକ ତାରକାଙ୍କ ପରି, ଆଜିକାଲି ସେ ମଧ୍ୟ ଡିପ୍‌ଫେକ୍‌ର...

ଇନ୍ଦୋରରେ ବିଷାକ୍ତ ପାଣି ଯୋଗୁ ୧୫ ଜଣଙ୍କ ମୃତ୍ୟୁ, ବାନ୍ତି -ଝାଡ଼ାରେ ୩୩୮ ଆକ୍ରାନ୍ତ, ଆଇସିୟୁରେ ୩୨ ରୋଗୀ

ଇନ୍ଦୋର,୨।୧: ମଧ୍ୟପ୍ରଦେଶ ଇନ୍ଦୋରର ଭାଗୀରଥପୁରାରେ ଦୂଷିତ ପାଣି ଯୋଗୁ ଅସୁସ୍ଥ ହେଉଥିବା ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଗୁରୁବାର ୩୩୮ ଜଣ ନୂଆ ରୋଗୀ...

ଆସନ୍ତାକାଲି ଦେଖିବାକୁ ମିଳିବ ସୁପରମୁନ୍‌, ତା’ ପରେ ଆଉ କେବେ ଜାଣନ୍ତୁ…

ଭୁବନେଶ୍ୱର,୨ା୧: ଆସନ୍ତାକାଲି ଅର୍ଥାତ୍‌ ଶନିବାର ବର୍ଷର ପ୍ରଥମ ‘ସୁପରମୁନ’ ଦେଖିବାକୁ ମିଳିବ। ପୌଷ ପୂର୍ଣ୍ଣିମା ତିଥିରେ ପ୍ରଥମ ‘ସୁପରମୁନ’ ଭାବରେ ଦେଖାଯିବ। ସେହିପରି ୨୦୨୬ର ଦ୍ବିତୀୟ...

ଟିମ୍‌ ଇଣ୍ଡିଆକୁ ମିଳିବ ନୂଆ କୋଚ: ଇଂଲଣ୍ଡର କିମ୍ବଦନ୍ତୀଙ୍କୁ ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୨।୧: ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ ଭାରତୀୟ ମହିଳା କ୍ରିକେଟ ଦଳ ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେଇଛି। ଦଳ ଖୁବଶୀଘ୍ର ଜଣେ ନୂତନ ଶକ୍ତି...

EVM: କର୍ନାଟକରେ ନିର୍ବାଚନ ଆୟୋଗଙ୍କ ସର୍ଭେରେ ପାସ୍‌ କଲା ଇଭିଏମ୍‌, ରାହୁଲଙ୍କୁ ଟାର୍ଗେଟ କଲା ଭାଜପା

ନୂଆଦିଲ୍ଲୀ,୨।୧: କଂଗ୍ରେସ ନେତୃତ୍ୱାଧୀନ କର୍ନାଟକ ସରକାର ୨୦୨୪ ଲୋକ ସଭା ନିର୍ବାଚନ ପାଇଁ ଏକ ସର୍ଭେରେ ଇଭିଏମ ଉପରେ ଜନସାଧାରଣଙ୍କ ଦୃଢ଼ ଆସ୍ଥା ପାଇଛନ୍ତି। ଏହି...

କଳିଯୁଗର ପୁଅ: ନିଜ ବାପାଙ୍କୁ ହତ୍ୟା କରିବାକୁ ଦେଇଥିଲେ ୫ ଲକ୍ଷ ଟଙ୍କା ସୁପାରି, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨।୧: ଜଣେ ଅବସରପ୍ରାପ୍ତ ଭାରତୀୟ ବାୟୁସେନା (IAF) ଅଧିକାରୀଙ୍କ ଗୁଳିମାଡ଼ ଘଟଣାରେ ଗାଜିଆବାଦ ପୋଲିସ ଏକ ଆଶ୍ଚର୍ଯ୍ୟଜନକ ଖୁଲାସା କରିଛି। ପୋଲିସ ଦାବି କରିଛି ଯେ...

ଲୋକସେବା ଭବନରେ ରିଲ୍ସ ନେଇ ଆସିବ ଗାଇଡ୍‌ଲାଇନ୍‌, ମନ୍ତ୍ରୀ କହିଲେ ସତ ଜଣାପଡ଼ିଲେ…

ଭୁବନେଶ୍ୱର,୨ା୧: ଲୋକସେବା ଭବନରେ ରିଲ୍ସ କରିବାକୁ ନେଇ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଉଦ୍‌ବେଗ ପ୍ରକାଶ କରିଛନ୍ତି। ସେ କହିଛନ୍ତି, ଲୋକସେବା ଭବନରେ ରିଲ୍ସ ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri