ଖଣିଜ ଉତ୍ତୋଳନ ଅନିୟମିତତା ମାମଲା:୧୫ଖଣି ଲିଜ୍‌ଧାରୀଙ୍କୁ ଝଟକା

ଯୋଡ଼ା,୧୭।୫(ଡି.ଏନ.ଏ.):ଖଣିଜ ପଦାର୍ଥ ଉତ୍ତୋଳନରେ ହୋଇଥିବା ଅନିୟମିତତା ମାମଲାରେ ମାଲା ରାୟଙ୍କ ସମେତ ୧୫ଖଣି ଲିଜ୍‌ଧାରୀଙ୍କୁ କେନ୍ଦ୍ର ଖଣି ମନ୍ତ୍ରଣାଳୟ ପକ୍ଷରୁ ଝଟକା ଲାଗିଛି। କ୍ଷତିପୂରଣ ଦାଖଲ ପାଇଁ ରାଜ୍ୟ ସରକାର କରିଥିବା ନୋଟିସ ବିରୋଧରେ ୧୫ ଲୁହାପଥର ଓ ମାଙ୍ଗାନିଜ ଖଣି ଲିଜ୍‌ଧାରୀ କେନ୍ଦ୍ର ଇସ୍ପାତ୍‌ ଓ ଖଣି ମନ୍ତ୍ରଣାଳୟଙ୍କ ଟ୍ରିବ୍ୟୁନାଲ୍‌ର ଦ୍ୱାରସ୍ଥ ହୋଇଥିଲେ। ଏହି ମାମଲାର ଶୁଣାଣି କରି ଏମ୍‌ଏମ୍‌ଡିଆର ଆଇନ ୧୯୫୭ ଅଧୀନରେ କେନ୍ଦ୍ର ଖଣି ଓ ଖଣିଜ ବିଭାଗର ଅଭିଯୋଗ ଶୁଣାଣି ଟ୍ରିବ୍ୟୁନାଲ ତଥା ଯୁଗ୍ମ ସଚିବ ନିରଞ୍ଜନ କେ.ସିଂ ଫାଇନାଲ ଅର୍ଡର ନଂ ୩୧/୨୦୧୯ରୁ ୪୫/୨୦୧୯/ତା. ୯।୫।୨୦୧୯ ରିଖରେ ଲିଜ୍‌ଧାରୀଙ୍କ ଆବେଦନକୁ ଖାରଜ କରିଛନ୍ତି। ଏପରି କି ଯେଉଁ ଖଣି କମ୍ପାନୀ କ୍ଷତିପୂରଣ ଦାଖଲ ନ କରିବେ ସେମାନଙ୍କ ଲିଜ୍‌ ବାତିଲ ପାଇଁ ରାଜ୍ୟ ସରକାର ଆଇନ ଅନୁଯାୟୀ ପଦକ୍ଷେପ ଗ୍ରହଣ କରିପାରିବେ ବୋଲି ଟ୍ରିବ୍ୟୁନାଲ ରାୟରେ ଉଲ୍ଲେଖ କରିଛନ୍ତି।
ସୂଚନାଯୋଗ୍ୟ ଯେ, ଓଡ଼ିଶା ସରକାର ମିନେରାଲ କନ୍‌ସେସନ ରୁଲ୍‌- ୨୦୧୬ ର ରୁଲ୍‌ ନଂ୧୨(୧୦) ଓ ଏମ୍‌ଏମ୍‌ଡିଆର ଆଇନ ୧୯୫୭ର ସେକ୍ସନ ୨୧(୫) ଅଧୀନରେ ୧୫ ଖଣି ଲିଜ୍‌ଧାରୀଙ୍କ ବିରୋଧରେ କ୍ଷତିପୂରଣ ଦାଖଲ ନୋଟିସ ଦେଇଥିଲେ। ଏପରି କି ଉକ୍ତ ନୋଟିସ ପାଇବାର ୬୦ ଦିନ ମଧ୍ୟରେ ପ୍ରଚଳିତ ସୁଧ ହାର ସହ ରାଜ୍ୟ ସରକାରଙ୍କୁ କ୍ଷତିପୂରଣ ଟଙ୍କା ଦାଖଲ କରିବାକୁ ନିର୍ଦ୍ଦେଶ ଦିଆଯାଇଥିଲା। ଏହି ପ୍ରାପ୍ୟ ଅନାଦାୟ କ୍ଷେତ୍ରରେ ରାଜ୍ୟ ସରକାର ଖଣି ଲିଜ୍‌ ବାତିଲ ସହ ସେମାନଙ୍କ ପରଫର୍ମାନ୍ସ ସିକ୍ୟୁରିଟି ବାଜ୍ୟାପ୍ତ କରିପାରିବେ ବୋଲି ଉଲ୍ଲେଖ ରହିଥିଲା। ରାଜ୍ୟ ସରକାରଙ୍କ ଏହି ନୋଟିସ ବିରୋଧରେ ଖଣି ଲିଜ୍‌ଧାରୀମାନେ କେନ୍ଦ୍ର ଖଣି ମନ୍ତ୍ରଣାଳୟ ଅଧୀନ ଟ୍ରିବ୍ୟୁନାଲ୍‌ଙ୍କ ଦ୍ୱାରସ୍ଥ ହୋଇଥିଲେ। ଖଣି ଲିଜ୍‌ଧାରୀଙ୍କ ଉକ୍ତ ଆବେଦନର ଶୁଣାଣି କରି ଟିବ୍ୟୁନାଲ ରାଜ୍ୟ ସରକାରଙ୍କ ଦ୍ୱାରା ଧାର୍ଯ୍ୟ କ୍ଷତିପୂରଣ ନୋଟିସ ବୈଧ ବୋଲି ଉଲ୍ଲେଖ କରିଛନ୍ତି। ପ୍ରକାଶ ଥାଉ କି, ଓଡ଼ିଶା ସରକାର ବହୁ ପୂର୍ବରୁ ଖଣିଲିଜ୍‌ଧାରୀଙ୍କୁ ଡିମାଣ୍ଡ ନୋଟିସ ପଠାଇ ସାରିଛନ୍ତି। କାରଣ ସମ୍ପୃକ୍ତ ଖଣି ଲିଜ୍‌ଧାରୀମାନେ ଏମ୍‌ଏମ୍‌ଡିଆର ଆଇନ ୧୯୫୭ର ସେକ୍ସନ ୨୧(୫) ଅନୁଯାୟୀ ଜଙ୍ଗଲ ଓ ପରିବେଶ ଆଇନର ଉଲ୍ଲଂଘନ କରି ଖଣି ଖନନ କରିଛନ୍ତି। ଏନେଇ ସୁପ୍ରିମ କୋର୍ଟରେ ମଧ୍ୟ ଏକ ମାମଲା(ନଂ ୧୧୪/୨୦୧୪) ରୁଜୁ ହୋଇଥିଲା। ସେଥିରେ କ୍ଷତିପୂରଣ ଆଦାୟ ପାଇଁ ସୁପ୍ରିମକୋର୍ଟଙ୍କ ଦ୍ୱାରା ଗଠିତ ସେଣ୍ଟ୍ରାଲ ଏମ୍ପାଓ୍ବାର୍ଡ କମିଟି ସୁପାରିସ କରିଥିଲା। ଏହାକୁ ଆଧାର କରି ରାଜ୍ୟ ସରକାର ଉକ୍ତ ୧୫ ଖଣି ଲିଜ୍‌ଧାରୀଙ୍କୁ ନୋଟିସ ଜାରି କରିଥିଲେ। ମାତ୍ର ଏହାକୁ ବିରୋଧ କରି ସେମାନେ ପୁଣି ଖଣି ମନ୍ତ୍ରଣାଳୟ ନିକଟରେ ଆବେଦନ କରିଥିଲେ। ତେବେ କୋଟି କୋଟି ଟଙ୍କାର ସମ୍ପତ୍ତି ଲାଭ କରିଥିବା ୧୫ଖଣି
କମ୍ପାନୀର ଆର୍ଥିକ ସ୍ବାର୍ଥ, ସାମାଜିକ ଓ ବାଣିଜି୍ୟକ ପ୍ରତି ଏବେ ଆହ୍ବାନ ସୃଷ୍ଟି ହୋଇଥିବାବେଳେ ରାଜ୍ୟ ସରକାର, କେନ୍ଦ୍ର ସରକାର ଏବଂ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶର କାର୍ଯ୍ୟକାରିତା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଖଣି ମନ୍ତ୍ରଣାଳୟର ଦ୍ୱାରସ୍ଥ ହୋଇଥିବା ଖଣି ଲିଜ୍‌ଧାରୀ ହେଲେ ମାଲା ରାୟ ଆଣ୍ଡ ଅଦର୍ସ, ସତ୍ୟଜିତ ପ୍ରଧାନ, ସୁନନ୍ଦନ ପ୍ରଧାନ, ସୁଶୀଲ କୁମାର ପାଢୀ, ଏସ୍‌.ଡି.ଶର୍ମା, ନାରାୟଣୀ ସନ୍ସ, ରାଜ କୁମାର ଅଗ୍ରୱାଲ, ଡି.ସି ଡୋଗ୍ରାଙ୍କ ଉତ୍ତରାଧିକାରୀ ସଞ୍ଜୟ କୁମାର ଡୋଗ୍ରା, ଦୀନେଶ ଚନ୍ଦ୍ର ଦାସ, ଓ ଜୟକିଶୋର ଚୌବେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମ ସମ୍ପର୍କରେ ଫାଟ: ୭ ବର୍ଷ ହେଲା ମିଳୁନି ପ୍ରେମିକଙ୍କ ପତ୍ତା, ପ୍ରେମିକା କହିବେ ସବୁ…

ଭୁବନେଶ୍ୱର,୧୯ା୧(ତ୍ରିନାଥ ମହାନ୍ତି): ୭ ବର୍ଷ ତଳେ ଚନ୍ଦକା ଥାନା ଅଞ୍ଚଳରୁ ନିଖୋଜ ବ୍ୟବସାୟୀ ବଳରାମ ସାହାଣୀଙ୍କର ଏଯାଏ ପତ୍ତା ମିଳିନି। ହେଲେ ଏହି ମାମଲାରେ ୫ଦିନ...

ପାଳନ ହେଉନି ଏନ୍‌ଜିଟି ନିର୍ଦ୍ଦେଶ : ନାହିଁ ନ ଥିବା ସମସ୍ୟା ଭୋଗୁଛନ୍ତି ସ୍ଥାନୀୟ ବାସିନ୍ଦା

ପୁରୀ,୧୯ା୧(ଅଜିତ୍‌ କୁମାର ମହାନ୍ତି): ପୁରୀ ବଳିଆପଣ୍ଡା ଡମ୍ପିଂୟାର୍ଡ ପ୍ରସଙ୍ଗରେ ଏନ୍‌ଜିଟିର ନିର୍ଦ୍ଦେଶକୁ ପ୍ରଶାସନ ଫୁ’ କରି ଦେଇଥିବା ଦେଖିବାକୁ ମିଳୁଛି। ଏନ୍‌ଜିଟିର ନିର୍ଦ୍ଦେଶ ସତ୍ତ୍ୱେ ଅଳିଆ...

ବହ୍ନିକନ୍ୟା ପାର୍ବତୀ ଗିରିଙ୍କ ଜନ୍ମ ଶତବାର୍ଷିକୀ

ବରଗଡ଼,୧୯ା୧(ପ୍ରେମାନନ୍ଦ ଖମାରୀ): ସୋମବାର ସ୍ବାଧୀନତା ସଂଗ୍ରାମୀ ବହ୍ନିକନ୍ୟା ପାର୍ବତୀ ଗିରିଙ୍କ ଜନ୍ମ ଶତବାର୍ଷିକୀ। ଏହି ଅବସରରେ ବରଗଡ଼ରେ ବହ୍ନିକନ୍ୟାଙ୍କ ଜନ୍ମ ଶତବାର୍ଷିକୀକୁ ଜିଲା ପ୍ରଶାସନ ଏବଂ...

ଅଟୋରେ ପେଟିପେଟି ମଦ ଆଣି ବ୍ୟବସାୟ କରୁଛନ୍ତି ଦମ୍ପତି, ଭିଡିଓ ଭାଇରାଲ ପରେ…

ଦାରିଙ୍ଗବାଡ଼ି,୧୯ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ିରେ ବେଧଡ଼କ ଚାଲିଛି ଚୋରା ମଦକାରବାର ଓ ଜୁଆ ଆଡ୍ଡା। ସିମନବାଡ଼ିଠାରୁ ରାଇକିଆକୁ ସଂଯୋଗ କରୁଥିବା ତେଲି...

ସେବା ଓ ସମର୍ପଣର ବହ୍ନିଶିଖା ପାର୍ବତୀ ଗିରି

ଆଜି ସ୍ବାଧୀନତାର ଅମୃତ ଲଗ୍ନରେ ଯେତେବେଳେ ଆମେ ଅଶ୍ରୁତ ବୀରାଙ୍ଗନାମାନଙ୍କ କଥା ମନେପକାଉଛୁ, ଶହେ ବର୍ଷ ତଳେ ଜନ୍ମଲାଭ କରିଥିବା ମହୀୟସୀ ପାର୍ବତୀ ଗିରିଙ୍କ ନାମ...

ସରକାରଙ୍କ ଉପରେ ବର୍ଷିଲା ସରପଞ୍ଚ ମହାସଂଘ, କହିଲା ଆମ ହକ୍‌ ପାଇଁ ଆମେ…

ଦାରିଙ୍ଗବାଡ଼ି,୧୯ା୧(ଅରୁଣ ସାହୁ): ଓଡ଼ିଶା ରାଜ୍ୟ ସରପଞ୍ଚ ମହାସଂଘର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ି ରାଣୀଦୁର୍ଗା କଲ୍ୟାଣମଣ୍ଡପଠାରେ କନ୍ଧମାଳ ଜିଲା ସଭାପତି ରୋହିତ...

ଦିନେ ପର୍ଯ୍ୟଟନ କ୍ଷେତ୍ରର କରିଥିଲେ ବିକାଶ, ଆଜି ପର୍ଯ୍ୟଟକ ଭାବେ ଦାରିଙ୍ଗବାଡ଼ି ବୁଲିଲେ ପୂର୍ବତନ ବିଡିଓ, ପୁରୁଣା ଦିନକୁ…

ଦାରିଙ୍ଗବାଡ଼ି,୧୯ା୧(ଅରୁଣ ସାହୁ): ଓଡ଼ିଶାର କଶ୍ମୀରର ଥଣ୍ଡାର ମଜା ନେବାକୁ ଛୁଟିଦିନ ରବିବାରରେ ପ୍ରବଳ ଭିଡ଼ ଦେଖିବାକୁ ମିଳିଥିଲା। ଦାରିଙ୍ଗବାଡ଼ିର ପର୍ଯ୍ୟଟନକ୍ଷେତ୍ର ଲଭର୍ସ ପଏଣ୍ଟ ସମେତ ହିଲଭିୟୁ...

ଶୀତ, କୁହୁଡ଼ି ଭିତରେ ଖରାତାତିକୁ ଅନୁଭବ କରିବେ ଲୋକେ

ଭୁବନେଶ୍ୱର, ୧୯ା୧ (ବନ୍ଦନା ସେଠୀ): ରାଜ୍ୟରେ ପଶ୍ଚିମାଝଡ଼ ପ୍ରଭାବରେ ବଢିବ ରାତି ତାପମାତ୍ରା। ଶୀତ, କୁହୁଡ଼ି ସାଙ୍ଗକୁ ଖରାତାତିକୁ ଅନୁଭବ କରିବେ ଲୋକେ। ଏବେ ବି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri