ନୂଆଦିଲ୍ଲୀ,୧୭।୫-ଦେଶର ଖଣିଜ ଉତ୍ତୋଳନ କ୍ଷେତ୍ରରେ ଏଫ୍ଡିଆଇ ଆକୃଷ୍ଟ କରିବାକୁ ସରକାର ଲକ୍ଷ୍ୟ ରଖିଛନ୍ତି। ଏହି କ୍ଷେତ୍ରରେ ଅଭିବୃଦ୍ଧି ଏବଂ ନିଯୁକ୍ତିକୁ ପ୍ରୋତ୍ସାହିତ କରିବା ଲାଗି ଷ୍ଟେଟ ଅଫ୍ ଆର୍ଟ ଟୋକ୍ନୋଲୋଜି ବ୍ୟବହାରକୁ ଗୁରୁତ୍ୱ ଦିଆଯାଇଛି। ନିରନ୍ତର ଉତ୍ତୋଳନ ବ୍ୟବସ୍ଥା କାର୍ଯ୍ୟକାରୀ କରିବା ନେଇ ସରକାର ଲକ୍ଷ୍ୟ ରଖିଛନ୍ତି। ମୁକ୍ତ ଏବଂ ସ୍ବଚ୍ଛ ନିଲାମ ପ୍ରକ୍ରିୟାରେ ୫୦୦ ଖଣିଜ ବ୍ଲକ ନିଲାମ କରିବାକୁ ଯୋଜନା ରଖାଯାଇଛି। ଏହି ଯୋଜନା ଅନ୍ତର୍ଗତ ବକ୍ସାଇଟ ଏବଂ ଖୋଇଲା ଖଣି ମିଳିତ ଭାବେ ନିଲାମ ହୋଇ ପାରିବ। ଉକ୍ତ ନିଷ୍ପତ୍ତି ଦ୍ୱାରା ଆଲୁମିନିୟମ ଶିଳ୍ପରେ ପ୍ରତିଦ୍ୱନ୍ଦ୍ୱିତା ବୃଦ୍ଧି ହେବା ସହ ବିଦ୍ୟୁତ୍ ଖର୍ଚ୍ଚ କମିବା ଦିଗରେ ଯୋଗଦାନ ରଖିବ। ଖଣି କ୍ଷେତ୍ରରେ ସଂସ୍କାର ଦ୍ୱାରା କ୍ୟାପ୍ଟିଭ ଏବଂ ଅଣ କ୍ୟାପ୍ଟିଭ ଖଣି ମଧ୍ୟରେ ରହିଥିବା ପାର୍ଥକ୍ୟ ଦୂର ହେବ। ଖଣି ଏବଂ ଉତ୍ପାଦନ କ୍ଷେତ୍ରରେ ଦକ୍ଷତା ଲାଗି ବ୍ୟବହାର ହୋଇପାରୁ ନ ଥିବା ବଳକା ଖଣିଜକୁ ବିକ୍ରି ପାଇଁ ପଦକ୍ଷେପ ନିଆଯିବ। ଖଣି ଲିଜ୍କୁ ମଧ୍ୟ ଟ୍ରାନ୍ସଫର କରାଯାଇପାରିବ। ବିଭିନ୍ନ ଖଣିଜ ଲାଗି ଖଣି ମନ୍ତ୍ରଣାଳୟ ବର୍ତ୍ତମାନ ମିନେରାଲ ଇଣ୍ଡେକ୍ସ ପ୍ରସ୍ତୁତ କରୁଛି। ମାଇନିଂ ଲିଜ୍ ପ୍ରଦାନ କ୍ଷେତ୍ରରେ ଦେବାକୁ ପଡୁଥିବା ଷ୍ଟାମ୍ପ ଡ୍ୟୁଟି କ୍ଷେତ୍ରରେ ମଧ୍ୟ ହ୍ରାସ ହେବ ବୋଲି ଜଣାପଡିଛି।
ଡିସେମ୍ବରରେ ବଢ଼ିଲା GST ସଂଗ୍ରହ: ୧.୭୪ ଲକ୍ଷ କୋଟି ଟଙ୍କା ଛୁଇଁଲା ରାଜସ୍ୱ
ନୂଆଦିଲ୍ଲୀ,୧।୧: ଦେଶରେ ବସ୍ତୁ ଓ ସେବା କର (GST) ସଂଗ୍ରହ କ୍ଷେତ୍ରରେ ପୁଣି ଉତ୍ସାହଜନକ ଅଭିବୃଦ୍ଧି ଦେଖିବାକୁ ମିଳିଛି। ଗତ ନଭେମ୍ବର ମାସର ମନ୍ଥରତା ପରେ...
ସିଗାରେଟ୍, ବିଡ଼ି, ପାନ ମସଲା ହେବ ମହଙ୍ଗା: ଏହି ତାରିଖରୁ ଲାଗୁ ହେବାକୁ ଯାଉଛି ନୂଆ TAX
ନୂଆଦିଲ୍ଲୀ,୧।୧: ଯଦି ସିଗାରେଟ, ବିଡ଼ି, ପାନ ମସଲା ଇତ୍ୟାଦି ଆପଣଙ୍କ ଅଭ୍ୟାସର ଅଂଶ ଏବଂ ଆପଣ ଏହା ବିନା କିଛି ଅଭାବ ଅନୁଭବ କରୁଛନ୍ତି, ତେବେ...
Stock Market Today: ନୂଆବର୍ଷର ପ୍ରଥମ ଦିନରେ ଉପର ମୁହାଁ ଷ୍ଟକ ମାର୍କେଟ, ମାଲେମାଲ ନିବେଶକ
ନୂଆଦିଲ୍ଲୀ,୧।୧: ନୂତନ ବର୍ଷର ପ୍ରଥମ ଦିନ, ଜାନୁଆରୀ ୧, ୨୦୨୬ ରେ ଭାରତୀୟ ଷ୍ଟକ୍ ବଜାର ଜୋରଦାର ଆରମ୍ଭ ହୋଇଛି । ସକାଳ ପ୍ରାୟ ୯ଟା...
ଆଜିଠାରୁ ୮ମ ବେତନ କମିଶନ ଲାଗୁ: ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀଙ୍କୁ ବଡ଼ ଫାଇଦା, ଏତିକି ବଢିଯିବ…
ନୂଆଦିଲ୍ଲୀ,୧।୧: ନୂତନ ବର୍ଷ ସମସ୍ତଙ୍କ ପାଇଁ ଖୁସିର ଦିନ ହେବାକୁ ଯାଉଥିବା ବେଳେ, ନୂତନ ବର୍ଷର ଆରମ୍ଭ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ବିଶେଷ ହେବାକୁ...
LPGରୁ UPI ଯାଏ…ଆଜିଠୁ ୫ବଡ଼ ପରିବର୍ତ୍ତନ, ସାଧାରଣ ଲୋକଙ୍କୁ ଲାଗିବ ଝଟ୍କା!
ନୂଆଦିଲ୍ଲୀ,୧।୧: ନୂତନ ବର୍ଷ 2026 ଆରମ୍ଭ ହେବା ସହିତ, ସାଧାରଣ ଲୋକଙ୍କ ଦୈନନ୍ଦିନ ଜୀବନ ସହିତ ଜଡିତ ଅନେକ ଗୁରୁତ୍ୱପୂର୍ଣ୍ଣ ନିୟମ ପରିବର୍ତ୍ତନ ହୋଇଛି, ଯାହା...
ଡେଲିଭରି ଏଜେଣ୍ଟଙ୍କ ପାଇଁ କମ୍ପାନୀ କଲା ବଡ଼ ଘୋଷଣା, ବଢିବ ଇନକମ୍
ନୂଆଦିଲ୍ଲୀ,୩୧।୧୨:ଡିସେମ୍ୱର 31 ତାରିଖରେ ଡେଲିଭରି କର୍ମଚାରୀମାନେ ଧର୍ମଘଟ ଘୋଷଣା କରିଛନ୍ତି। ଏହି ସମୟରେ, ଜୋମାଟୋ ଏବଂ ସ୍ୱିଗି ଅଧିକ ଦରମା ଏବଂ ବୀମା ପାଇଁ ପ୍ରତିବାଦ...
ନୂଆବର୍ଷ ଗୋଟିଏ ଦିନ ପୂର୍ୱରୁ ସରକାରୀ କର୍ମଚାରୀଙ୍କୁ ଝଟ୍କା! ଏମାନଙ୍କୁ ମିଳିବନି ଗ୍ରାଚ୍ୟୁଇଟି
ନୂଆଦିଲ୍ଲୀ,୩୧।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର ଆସିଛି। ପେନସନ ଏବଂ ପେନସନଭୋଗୀ କଲ୍ୟାଣ ବିଭାଗ (DoPPW) ଗ୍ରାଚ୍ୟୁଇଟି ସମ୍ୱନ୍ଧୀୟ...
ଚାଇନାକୁ ପଛରେ ପକାଇ ବିଶ୍ୱର ଶୀର୍ଷ ଧାନ ଉତ୍ପାଦନକାରୀ ଦେଶ ହେଲା ଭାରତ, ରହିଛି ଓଡ଼ିଶାର ଗୁରୁତ୍ୱପୂର୍ଣ୍ଣ ଭୂମିକା
ନୂଆଦିଲ୍ଲୀ, ୩୧ା୧୨: କୃଷି କ୍ଷେତ୍ରରେ ଭାରତ ଏକ ଐତିହାସିକ ସଫଳତା ହାସଲ କରିଛି। ବର୍ଷ ବର୍ଷ ଧରି ଧାନ ଉତ୍ପାଦନରେ ଚାଇନାର ରହିଥିବା ଆଧିପତ୍ୟକୁ ଶେଷ...
Archives


